bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ecclesiastes 6
Ecclesiastes 6
Odia Bible ERV 2004 (ପବିତ୍ର ବାଇବଲ)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 7 →
1
ସମ୍ପଦ କେବେ ସୁଖ ଆଣିପାରିବ ନାହିଁ ମୁଁ ସୂର୍ଯ୍ୟ ତଳେ ଏକ ଦୁଃଖର ବିଷୟ ଦେଖିଅଛି ଏବଂ ଏହା ଲୋକମାନଙ୍କ ଉପରେ କଠିନ ଗ୍ଭପ ପକାଏ।
2
ପରମେଶ୍ୱର କେତେକଙ୍କୁ ଧନ, ସମ୍ପତ୍ତି ଓ ସମ୍ମାନ ଦିଅନ୍ତି, ସେହି ବ୍ୟକ୍ତି ଅନ୍ୟ କିଛି ଆଶା କରିବା ପାଇଁ ତା’ର କିଛି ଅଭାବ ନ ଥାଏ। କିନ୍ତୁ ପରମେଶ୍ୱର ସେହି ବ୍ୟକ୍ତିକୁ ଏସବୁ ଉପଭୋଗ କରିବା ପାଇଁ ଅନୁମତି ଦିଅନ୍ତି ନାହିଁ। ତା ବଦଳରେ ଅନ୍ୟ ଜଣେ ଏହା ଉପଭୋଗ କରେ। ଏହା ଅସାର ଅଟେ ଓ ଏକ ମନ୍ଦ ବ୍ୟାଧି ସ୍ୱରୂପ ଅଟେ।
3
ଜଣେ ଲୋକ ଏକ ଦୀର୍ଘ ଜୀବନଯାପନ କରେ ଏବଂ ସେ ଶହେ ସନ୍ତାନ ଜନ୍ମ ଦେଇପାରେ। କିନ୍ତୁ ଯଦି ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ନ ହୁଏ ଏବଂ ଯଦି ମୃତ୍ୟୁ ପରେ ତାକୁ କେହି ସ୍ମରଣ ନ କରେ, ତାହାହେଲେ ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ସେହି ଶିଶୁଟି ଉତ୍ତମ ଅଟେ।
4
ସେହିପରି ଶିଶୁଟି ଘନ କୁହୁଡ଼ିରେ ଆଚ୍ଛାଦନ ହୋଇ ଆସେ ଏବଂ ଅନ୍ଧାରରେ ଏଇ ପୃଥିବୀରୁ ଗ୍ଭଲିଯାଏ, ଏବଂ ସେହି ଅନ୍ଧାର ଏହାର ନାମକୁ ମଧ୍ୟ ଲୁଗ୍ଭଇ ଦିଏ।
5
ସେ ସୂର୍ଯ୍ୟ ଦେଖି ନାହିଁ କି ସେ ବିଷୟରେ ଜାଣି ନାହିଁ। ସେ ଲୋକ ଅପେକ୍ଷା ବରଂ ଏ ଶିଶୁଟି ଅଧିକ ବିଶ୍ରାମ ପାଏ।
6
ପୁଣି ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି 200 ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାଆନ୍ତି?
7
ମନୁଷ୍ୟ ତା’ର ନିଜ ପେଟ ପାଇଁ ପରିଶ୍ରମ କରେ। କିନ୍ତୁ ସେ ସେଥିରେ ସନ୍ତୁଷ୍ଟ ହୁଏ ନାହିଁ କାହିଁକି?
8
ଏହି ପ୍ରକାରର ଜଣେ ଜ୍ଞାନୀ ଜଣେ ମୂର୍ଖଠାରୁ କେଉଁ ଗୁଣରେ ଭଲ? ଜଣେ ଗରିବ ଲୋକ ଅନ୍ୟମାନଙ୍କୁ କିପରି ବ୍ୟବହାର କରିବାକୁ ହେବ, ତାହା ଯଦି ଜାଣେ, ଉତ୍ତମତା କ’ଣ?
9
ଏହା ନିତାନ୍ତ ଖୁସୀର କଥା ଯେ ତୁମ୍ଭର ଯାହା ଅଛି ଅଧିକ ଆଶା କରିବା ଅପେକ୍ଷା ସେଥିରେ ସନ୍ତୁଷ୍ଟ ହେବା ଭଲ। ଏହା ମଧ୍ୟ ଅସାର ଅଟେ। ଏହା ବାୟୁକୁ ଧରିବା ତୁଲ୍ୟ ହେବ।
10
ଯାହା ହେଉଛି ତାହା ଆଗରୁ ନିର୍ଦ୍ଧାରିତ ହୋଇଅଛି। ଏବଂ ଯେଉଁ ପଥରେ ମନୁଷ୍ୟ ସମାଜ ଗ୍ଭଲେ ତାହା ପରମେଶ୍ୱର ଜାଣନ୍ତି। ଆଉ ଯିଏ ସେମାନଙ୍କଠାରୁ ଶକ୍ତିଶାଳୀ ତାଙ୍କ ସହିତ ଯୁକ୍ତି କରି ସେମାନେ କେବେ ଜିତି ପାରିବେ ନାହିଁ।
11
ସେମାନେ ଯେତେ ଅଧିକ ଯୁକ୍ତି କରିବେ, ତାହା ସେତେ ଅନାବଶ୍ୟକ ଅଟେ। ଏହା ତାଙ୍କର କ’ଣ ଲାଭ ହେବ?
12
କିଏ ଜାଣେ ସେମାନଙ୍କ ଏହି କ୍ଷଣସ୍ଥାୟୀ ଜୀବନରେ, ମନୁଷ୍ୟ ଅଧିକ ଲାଭକରି କ’ଣ କରିପାରେ? କାରଣ ସେମାନଙ୍କର ଦିନଗୁଡ଼ିକ ଛାଇ ପରି ଗ୍ଭଲିଯିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ଯ୍ୟତଳେ ଭବିଷ୍ୟତରେ ଏଇ ପୃଥିବୀରେ କ’ଣ ହେବ?
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 7 →
All chapters:
1
2
3
4
5
6
7
8
9
10
11
12
Recommended Reading
Commentary
Ecclesiastes Commentaries
→
Devotional
Ecclesiastes Devotional Guide
→
Get This Bible
Odia Bible ERV (ପବିତ୍ର ବାଇବଲ) Study Bible
→