bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ecclesiastes 9
Ecclesiastes 9
Odia Bible ERV 2004 (ପବିତ୍ର ବାଇବଲ)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 10 →
1
ମୃତ୍ୟୁ କ’ଣ ନ୍ୟାୟ? ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହାତରେ। କେହି ଜାଣେ ନାହିଁ, ତାକୁ ପ୍ରେମ କରାଯିବ କି ଘୃଣା କରାଯିବ। ଏସବୁ ଭବିଷ୍ୟତ ଉପରେ ନିର୍ଭର କରେ। “ଏପରିକି ସେମାନଙ୍କର ପ୍ରେମ ଓ ଘୃଣା ପରମେଶ୍ୱରଙ୍କ ହାତରେ ଅଛି।”
2
ଧାର୍ମିକ ଓ ଦୁଷ୍ଟପ୍ରତି, ଭଲ ଓ ମନ୍ଦ ପ୍ରତି, ଶୌଚ ଓ ଅଶୌଚ ପ୍ରତି, ଯେଉଁମାନେ ବଳିଦାନ କରୁଛନ୍ତି ଓ ଯେଉଁମାନେ କରୁ ନାହାନ୍ତି, ଉତ୍ତମ ଲୋକ ଓ ପାପୀ ପ୍ରତି, ଯେଉଁମାନେ ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କରନ୍ତି ଓ ଯେଉଁମାନେ କରନ୍ତି ନାହିଁ, ପ୍ରତ୍ୟେକଙ୍କ ପାଇଁ ସବୁକିଛି ସମାନ।
3
ଯାହାସବୁ ସୂର୍ଯ୍ୟ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସେହିପରି ଶେଷ ହୁଏ। ଏବଂ ଲୋକମାନେ ଯେତେବେଳେ ଜୀବିତ ଥା’ନ୍ତି, ସେମାନଙ୍କର ହୃଦୟ ଦୁଷ୍ଟତା ଓ ମୂର୍ଖାମୀରେ ପୁରିଥାଏ। ଏହା ପରେ ସେମାନେ ମୃତ ଲୋକମାନଙ୍କ ପାଖକୁ ଯାଆନ୍ତି।
4
କାରଣ ଯେଉଁ ଲୋକ ଜୀବିତ ଲୋକ ସମୂହ ମଧ୍ୟରେ ମିଶ୍ରିତ ତାହାର ଭରସା ଥାଏ। ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକୁର ମଧ୍ୟ ଭଲ ଅଟେ।
5
ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି, ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ। କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।
6
ଯେପରି ସେମାନଙ୍କର ପ୍ରେମ, ଠିକ୍ ସେହିପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ। ଏବଂ ସୂର୍ଯ୍ୟ ତଳେ ଯାହାକିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।
7
ଯେତେବେଳେ ପାର ଜୀବନକୁ ଉପଭୋଗ କର ତୁମ୍ଭେ ଆପଣା ମାର୍ଗରେ ଯାଅ। ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
8
ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।
9
ସୂର୍ଯ୍ୟ ତଳେ ସେ ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି। ତୁମ୍ଭର ସେହି ଅସାର ଆୟୁଷର ସେତିକି ଦିନ ଆପଣା ପ୍ରିୟତମ ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର। କାରଣ ତାହା ତୁମ୍ଭ ଜୀବନର ପୁରସ୍କାର, ସୂର୍ଯ୍ୟତଳେ କରିଥିବା କଠିନ କର୍ମର ଫଳ ଅଟେ।
10
ତୁମ୍ଭେ କୌଣସି କାର୍ଯ୍ୟ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସେଠାରେ କିଛି କାର୍ଯ୍ୟ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।
11
ଜୀବନ ସୌ-ଭାଗ୍ୟ ନୁହେଁ ମୁଁ ଫେରି ସୂର୍ଯ୍ୟ ତଳେ କିଛି ଥିବାର ଦେଖିଲି, ଏହି ବାଜି କ୍ଷିପ୍ରଧାବକମାନଙ୍କ ପାଇଁ ନୁହେଁ, ବଳଶାଳୀମାନଙ୍କ ପାଇଁ ଯୁଦ୍ଧର ବିଜୟ କିଅବା ଜ୍ଞାନୀମାନଙ୍କ ପାଇଁ ଖାଦ୍ୟ ଅଥବା ଧନ ବୁଦ୍ଧିମାନ ପାଇଁ। ଶିକ୍ଷିତମାନଙ୍କ ପାଇଁ ଅନୁକମ୍ପା ନାହିଁ। କିନ୍ତୁ ଏଇସବୁ ପରିସ୍ଥିତି ସମୟ ଓ ସୁଯୋଗ ଦ୍ୱାରା ପ୍ରଭାବିତ ହୁଏ।
12
କାରଣ ମନୁଷ୍ୟ ତା’ର କ’ଣ ହେବାକୁ ଯାଉଛି ଜାଣେ ନାହିଁ। ଯେପରି ମତ୍ସ୍ୟଗଣ ଅଶୁଭ ଜାଲର ଶିକାର ହୁଅନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦର ଶିକାର ହୁଅନ୍ତି, ଠିକ୍ ସେହିପରି ଲୋକମାନେ ଦୈବଦୁର୍ବିପାକର ଶିକାର ହୁଅନ୍ତି।
13
ଜ୍ଞାନୀର କ୍ଷମତା ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏପରି ଜ୍ଞାନ ଦେଖିଅଛି। ଆଉ ତାହା ମୋ’ ଦୃଷ୍ଟିରେ ମହତ ଥିଲା।
14
ଅଳ୍ପ ଲୋକ ବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା। ଆଉ ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲେ ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲେ।
15
ଏପରି ସମୟରେ ତହିଁ ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା। ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା। ତଥାପି ସେହି ଦରିଦ୍ର ଲୋକଙ୍କୁ କେହି ସ୍ମରଣ କଲା ନାହିଁ।
16
ତେବେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ। ଯଦିଓ ଗରିବ ଲୋକଟିର ଜ୍ଞାନକୁ ଉପେକ୍ଷା କରାଗଲା ଏବଂ ସେ ଯାହା କହେ କେହି ଶୁଣନ୍ତି ନାହିଁ।
17
ମୂର୍ଖମାନଙ୍କର ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତି ପୂର୍ବକ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ।
18
ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ। ମାତ୍ର ଜଣେ ପାପୀ ଅନେକ ମଙ୍ଗଳ ନାଶ କରିପାରେ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 10 →
All chapters:
1
2
3
4
5
6
7
8
9
10
11
12
Recommended Reading
Commentary
Ecclesiastes Commentaries
→
Devotional
Ecclesiastes Devotional Guide
→
Get This Bible
Odia Bible ERV (ପବିତ୍ର ବାଇବଲ) Study Bible
→