bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ephesians 1
Ephesians 1
Odia Bible ERV 2004 (ପବିତ୍ର ବାଇବଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 2 →
1
ଖ୍ରୀଷ୍ଟ ଯୀଶୁଙ୍କର ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଏଫିସୀୟଠାରେ ରହୁଥିବା ପରମେଶ୍ୱରଙ୍କ ପବିତ୍ର ଲୋକ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସୀ ଲୋକଙ୍କ ପ୍ରତି ମୁଁ ପ୍ରେରିତ ହୋଇଛି।
2
ତୁମ୍ଭମାନଙ୍କୁ ଆମ୍ଭର ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ମିଳୁ।
3
ଯୀଶୁଙ୍କଠାରେ ଥିବା ଲୋକଙ୍କ ପାଇଁ ଆଧ୍ୟାତ୍ମିକ ଆଶୀର୍ବାଦ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ପରମେଶ୍ୱର ଆମ୍ଭକୁ ସ୍ୱର୍ଗରେ ସମସ୍ତ ଆଧ୍ୟାତ୍ମିକ ଆଶୀର୍ବାଦ ଦେଇଛନ୍ତି।
4
ଖ୍ରୀଷ୍ଟଙ୍କଠାରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ୱର ଆମ୍ଭକୁ ତାହାଙ୍କ ସମ୍ମୁଖରେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଆଦରରେ ବାଛି ଥିଲେ।
5
ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା।
6
ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟଜନକ ଅନୁଗ୍ରହ ସକାଶେ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ୱର ପ୍ରେମ କରନ୍ତି, ସେହି ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମ୍ଭକୁ ସେହି ଅନୁଗ୍ରହ ମୁକ୍ତ ଭାବରେ ଦେଇଥା’ନ୍ତି।
7
ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ୟମରେ ମୁକ୍ତ ହୋଇଛୁ। ପରମେଶ୍ୱରଙ୍କ ବହୁମୂଲ୍ୟ ଅନୁଗ୍ରହ ଦ୍ୱାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ।
8
ପରମେଶ୍ୱର ଏହି ଅନୁଗ୍ରହ ପୂର୍ଣ୍ଣ ଭାବରେ ଓ ମୁକ୍ତ ଭାବରେ ଦେଇଛନ୍ତି।
9
ପରମେଶ୍ୱର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ୱାରା ତାହାଙ୍କର ନିଗୂଢ଼ତତ୍ତ୍ୱ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ୱର ଏହା ଗ୍ଭହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ୱାରା କରିବା ପାଇଁ ଯୋଜନା କରିଥିଲେ।
10
ପରମେଶ୍ୱରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସ୍ୱର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡ଼ିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ୱରୂପ ହେବେ।
11
ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।
12
ଆମ୍ଭେ ହେଉଛୁ ପ୍ରଥମ ଲୋକ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଭରସା ପ୍ରତିଷ୍ଠିତ କରିଥିଲୁ, ଏବଂ ପରମେଶ୍ୱରଙ୍କ ମହିମାର ପ୍ରଶଂସା କରିବା ଲାଗି ଆମ୍ଭକୁ ବଛା ଯାଇଥିଲା।
13
ତୁମ୍ଭମାନଙ୍କ ପାଇଁ ମୁକ୍ତି ଆଣି ଦେଉଥିବା ସୁସମାଗ୍ଭରର ସତ୍ଶିକ୍ଷା ତୁମ୍ଭେ ଶୁଣିଲ। ସୁସମାଗ୍ଭର ଶୁଣିଲା ପରେ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କଲ। ପରମେଶ୍ୱର ପବିତ୍ରଆତ୍ମାଙ୍କୁ ପ୍ରଦାନ କରି ତୁମ୍ଭ ଉପରେ ତାହାଙ୍କର ବିଶେଷ ଚିହ୍ନ ଦେଇ ଚିହ୍ନିତ କଲେ। ଏହା କରିବା ଦ୍ୱାରା ସେ ଆଗରୁ ଦେଇଥିବା ପ୍ରତିଶୃତି ରକ୍ଷା କରିଥିଲେ।
14
ପରମେଶ୍ୱର ନିଜ ଲୋକଙ୍କୁ ଯେସମସ୍ତ ବିଷୟ ଦେବା ନିମନ୍ତେ ପ୍ରତିଶୃତି ଦେଇଛନ୍ତି, ତାହା ଯେ ଆମ୍ଭେମାନେ ନିଶ୍ଚିତ ରୂପେ ପାଇବା, ଏଥିପାଇଁ ପବିତ୍ରଆତ୍ମା ହେଉଛନ୍ତି ପରମେଶ୍ୱରଙ୍କ ନିର୍ଭରଯୁକ୍ତ ପ୍ରତିଶୃତି। ଯେଉଁମାନେ ପରମେଶ୍ୱରଙ୍କର ଲୋକ ଅଟନ୍ତି, ସେମାନଙ୍କ ନିମନ୍ତେ ଏହା ପୂର୍ଣ୍ଣ ସ୍ୱାଧୀନତା ଆଣିଦେବ। ଏହାର ଉଦ୍ଦେଶ୍ୟ ପରମେଶ୍ୱରଙ୍କ ମହିମାର ପ୍ରଶଂସା ହେବ।
15
ପାଉଲଙ୍କ ପ୍ରାର୍ଥନା ସେଥିପାଇଁ ମୁଁ ଯେତେବେଳେ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ନିରନ୍ତର ଧନ୍ୟବାଦ ଅର୍ପଣ କଲି।
16
ନିଜର ପ୍ରାର୍ଥନାରେ ମୁଁ ତୁମ୍ଭମାନଙ୍କୁ ମନେ ପକାଉଛି।
17
ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ୱରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସେହି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ୱର ବିଷୟକ ସମସ୍ତ ତଥ୍ୟକୁ ସ୍ପଷ୍ଟ କରିଦେବ, ଯାହା ଫଳରେ ତୁମ୍ଭେମାନେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।
18
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା’ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
19
ତୁମ୍ଭେମାନେ ଏହା ମଧ୍ୟ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ୱାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ୱରଙ୍କ ଶକ୍ତି କେତେ ମହାନ୍।
20
ଏହି ଶକ୍ତି ହେଉଛି ସେହି ଶକ୍ତି, ଯେଉଁ ଶକ୍ତି ବଳରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଥିଲେ। ସ୍ୱର୍ଗ ରାଜ୍ୟରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ତାହାଙ୍କ ଡାହାଣ ପଟରେ ବସାଇ ଅଛନ୍ତି।
21
ପରମେଶ୍ୱର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ ପଦ ଦେଇଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାରରେ ଥିବା ଯେକୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ।
22
ପରମେଶ୍ୱର ସବୁକିଛି ଖ୍ରୀଷ୍ଟଙ୍କ ଅଧୀନରେ ରଖିଅଛନ୍ତି ଓ ତାହାଙ୍କୁ ମଣ୍ଡଳୀର ମୁଖ୍ୟ ରୂପେ ସ୍ଥାପିତ କରିଛନ୍ତି।
23
ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହୋଇଅଛି। ସେ ସମସ୍ତ ବିଷୟ ପ୍ରତ୍ୟେକ ଉପାୟରେ ସମ୍ପୂର୍ଣ୍ଣ କରନ୍ତି।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 2 →
All chapters:
1
2
3
4
5
6