bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ephesians 2
Ephesians 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 3 →
1
ମୃତ୍ୟୁରୁ ଜୀବନ ଆଡ଼କୁ ପୂର୍ବରୁ ତୁମ୍ଭର ପାପ ହେତୁ ଓ ପରମେଶ୍ୱରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ଯ୍ୟ ହେତୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।
2
ଅତୀତରେ ତୁମ୍ଭେ ସେହି ପାପ କାର୍ଯ୍ୟ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସେହି ମନ୍ଦ ଶକ୍ତି ଏବେ ମଧ୍ୟ ପରମେଶ୍ୱରଙ୍କୁ ଅମାନ୍ୟ କରୁଥିବା ଲୋକଙ୍କ ଭିତରେ କାମ କରୁଛି।
3
ଅତୀତରେ ଆମ୍ଭେ ସମସ୍ତେ ସେହିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବାରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦେହ ଗ୍ଭହୁଁଥିଲା ଓ ମନ ଭାବୁଥିଲା, ସେହି କାର୍ଯ୍ୟ କରୁଥିଲୁ। ଆମ୍ଭେ ମନ୍ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭେମାନେ ଅନ୍ୟମାନଙ୍କ ପରି ପରମେଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ଦଣ୍ଡ ଭୋଗ କରିଥା’ନ୍ତୁ।
4
କିନ୍ତୁ ପରମେଶ୍ୱର ଆମ୍ଭକୁ ଅତିଶୟ ପ୍ରେମ କଲେ କାରଣ ତାହାଙ୍କ ଦୟା ଅତି ମହାନ୍।
5
ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।
6
ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ତୁମ୍ଭେମାନେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବାରୁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁତ୍ଥିତ କଲେ ଓ ତାହାଙ୍କ ସହିତ ସ୍ୱର୍ଗୀୟ ସ୍ଥାନରେ ବସାଇ ଅଛନ୍ତି।
7
ଭବିଷ୍ୟତରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦେଖାଇବା ପାଇଁ ପରମେଶ୍ୱର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଆମ୍ଭ ପ୍ରତି ପରମେଶ୍ୱର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ୱାରା ତୁମ୍ଭେ ଉଦ୍ଧାର ପାଇଛ।
8
ତୁମ୍ଭେ ସେହି ଅନୁଗ୍ରହ ତୁମ୍ଭର ବିଶ୍ୱାସ ବଳରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ୱରଙ୍କ ଦାନ।
9
ତୁମ୍ଭେ ନିଜ କର୍ମ ଦ୍ୱାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ।
10
ଆମ୍ଭେ ଯାହା, ତାହା କେବଳ ପରମେଶ୍ୱରଙ୍କ ଦ୍ୱାରା ହୋଇଅଛୁ। ଆମ୍ଭେ ଯେପରି ଭଲ କାମ କରି ପାରୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧ୍ୟରେ ନୂତନ ବ୍ୟକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ୟ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସେହି ଭଲକାମ କରି ଜୀବନଯାପନ କରିବା।
11
ଯୀଶୁ ଖ୍ରୀଷ୍ଟଙ୍କଠାରେ ଏକ ହେବା ତୁମ୍ଭେମାନେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ “ଅସୁନ୍ନତ” ବୋଲି କହନ୍ତି। ସେମାନେ ନିଜକୁ “ସୁନ୍ନତ” ବୋଲି କହନ୍ତି। ଏହା ଏକ କାର୍ଯ୍ୟ, ଯାହାକୁ କି ସେମାନେ ନିଜ ଶରୀର ଉପରେ କରିଥା’ନ୍ତି।
12
ମନେରଖ, ତୁମ୍ଭେମାନେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭେମାନେ ଇସ୍ରାଏଲର ନାଗରିକ ନ ଥିଲ। ତେଣୁ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ଯୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହୋଇ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ।
13
ସେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଦୂରରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଥିବା ହେତୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହୋଇଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ୱାରା ତୁମ୍ଭେ ପରମେଶ୍ୱରଙ୍କର ନିକଟତର ହୋଇଛ।
14
ଖ୍ରୀଷ୍ଟଙ୍କ ହେତୁ ଆମ୍ଭେ ଏବେ ଶାନ୍ତିରେ ଅଛୁ। ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଏକାଠି କଲେ। ଦୁହିଁଙ୍କ ମଝିରେ କାନ୍ଥଟିଏ ଥିଲା ଭଳି ସେମାନେ ଅଲଗା ଥିଲେ। ସେମାନେ ପରସ୍ପରକୁ ଘୃଣା କରୁଥିଲେ। କିନ୍ତୁ ନିଜ ଶରୀରକୁ ଉତ୍ସର୍ଗ କରି ଖ୍ରୀଷ୍ଟ ସେହି ଘୃଣାର କାନ୍ଥଟିକୁ ଭାଙ୍ଗି ଦେଲେ।
15
ଯିହୂଦୀମାନଙ୍କ ବ୍ୟବସ୍ଥାରେ ଅନେକ ଗୁଡ଼ିଏ ଆଦେଶ ଓ ନିୟମାବଳୀ ଥିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟ ସେ ବ୍ୟବସ୍ଥାଟିକୁ ସମାପ୍ତ କଲେ। ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟ ଥିଲା, ଏହି ଦୁଇଦଳର ଲୋକଙ୍କୁ ଏକାଠି କରି ତାହାଙ୍କଠାରେ ନୂତନ ଲୋକ କରାଇବା। ଏହା ଦ୍ୱାରା ଯୀଶୁ ଯେପରି ଶାନ୍ତି ସ୍ଥାପନ କରି ପାରନ୍ତି।
16
କ୍ରୁଶ ଉପରେ ମୃତ୍ୟୁବରଣ କରି ସେ ଦୁଇ ଦଳ ଭିତରେ ଥିବା ଏହି ଘୃଣାକୁ ସମାପ୍ତ କଲେ। ସେହି ଦୁଇଟି ଦଳକୁ ଗୋଟିଏ ଶରୀରରେ ପରିଣତ କରିବା ପରେ ଖ୍ରୀଷ୍ଟ ସେମାନଙ୍କୁ ପରମେଶ୍ୱରଙ୍କ ସହିତ ମିଳିତ କରାଇବା ପାଇଁ ଗ୍ଭହିଁଲେ।
17
ଖ୍ରୀଷ୍ଟ କ୍ରୁଶରେ ଆପଣା ମୃତ୍ୟୁ ଦ୍ୱାରା ଏହା ସାଧନ କଲେ। ତୁମ୍ଭେମାନେ ଦୂରରେ ଥିଲ ଯେ, ଖ୍ରୀଷ୍ଟ ଆସି ତୁମ୍ଭମାନଙ୍କ ନିକଟରେ ଶାନ୍ତି ପ୍ରଗ୍ଭର କଲେ।
18
କାରଣ ଖ୍ରୀଷ୍ଟଙ୍କ ମାଧ୍ୟମରେ ହିଁ, ଏକ ଆତ୍ମା ହୋଇ ପରମପିତା ପାଖକୁ ଯିବାର ଅଧିକାର ଆମ୍ଭକୁ ମିଳିଲା।
19
ଅତଏବ ତୁମ୍ଭେମାନେ ଏବେ ବିଦେଶୀ ଅବା ଅପରିଚିତ ବ୍ୟକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ୱରଙ୍କ ନିଜ ପରିବାରର ଲୋକ ଅଟ।
20
ପ୍ରେରିତ ଓ ଭବିଷ୍ୟଦ୍ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହୋଇ ଠିଆ ହୋଇଛ। ପରମେଶ୍ୱର ତା’ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସେହି ଭବନର କୋଣର ପ୍ରଧାନ ପଥର ଅଟନ୍ତି।
21
ସମ୍ପୂର୍ଣ୍ଣ ଭବନଟି ଖ୍ରୀଷ୍ଟଙ୍କଠାରେ ପରସ୍ପର ସହିତ ସଂଯୁକ୍ତ ହୋଇ ନିର୍ମାଣ ହୋଇଛି। ଖ୍ରୀଷ୍ଟ ସେ ଭବନକୁ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ହେବା ପାଇଁ ବୃଦ୍ଧି କରାଉଛନ୍ତି।
22
ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭେମାନେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠାରେ ଆତ୍ମାଙ୍କ ମାଧ୍ୟମରେ ପରମେଶ୍ୱର ବାସ କରନ୍ତି।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 3 →
All chapters:
1
2
3
4
5
6