bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ephesians 3
Ephesians 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 4 →
1
ଅଣଯିହୂଦୀଙ୍କ ମଧ୍ୟରେ ପାଉଲଙ୍କ ପ୍ରଗ୍ଭର କାର୍ଯ୍ୟ ଅତଏବ, ମୁଁ ପାଉଲ, ତୁମ୍ଭ ଅଣଯିହୂଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ।
2
ତୁମ୍ଭେମାନେ ଶୁଣିଥିବ, ପରମେଶ୍ୱର ତାହାଙ୍କର ମହାନ ଅନୁଗ୍ରହରେ ମୋତେ ଏହି ବିଶେଷ କାର୍ଯ୍ୟ ଦେଇଅଛନ୍ତି, ଯେପରି ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିପାରେ।
3
ପରମେଶ୍ୱର ମୋ’ ନିକଟରେ ତାହାଙ୍କର ଗୁପ୍ତ ଯୋଜନା ପ୍ରକାଶ କରିଛନ୍ତି। ସେ ମୋତେ ଯାହା ଦେଖାଇଛନ୍ତି, ସେ ବିଷୟରେ ମୁଁ ଅଳ୍ପ କିଛି ଲେଖି ସାରିଛି।
4
ସେଗୁଡ଼ିକ ଯଦି ତୁମ୍ଭେମାନେ ପଢ଼, ତା’ହେଲେ ଦେଖିବ ଯେ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଗୁପ୍ତ ସତ୍ୟ ବିଷୟରେ ମୁଁ ପ୍ରକୃତରେ ବୁଝିଛି।
5
ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ୟ ବିଷୟରେ କୁହାଯାଇ ନ ଥିଲା। କିନ୍ତୁ ପରମେଶ୍ୱର ଏବେ ନିଜର ପବିତ୍ର ପ୍ରେରିତ ଓ ଭବିଷ୍ୟଦ୍ବକ୍ତାମାନଙ୍କ ନିକଟରେ ପବିତ୍ରଆତ୍ମାଙ୍କ ମାଧ୍ୟମରେ ସେହି ଗୁପ୍ତ ସତ୍ୟଟି ପ୍ରକାଶ କରିଛନ୍ତି।
6
ସେହି ଗୁପ୍ତ ସତ୍ୟଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ୟ ପରମେଶ୍ୱରଙ୍କ ସମସ୍ତ ବିଷୟର ଅଧିକାରୀ ହେବେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସେହି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱର ଯେ ସମସ୍ତ ପ୍ରତିଜ୍ଞା ଦେଇଅଛନ୍ତି, ସେମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ସେହି ସମସ୍ତର ସହଭାଗୀ ଅଟନ୍ତି। ସୁସମାଗ୍ଭର ହେତୁରୁ ଅଣଯିହୂଦୀମାନେ ଏହିସବୁର ଅଧିକାରୀ ଅଟନ୍ତି।
7
ପରମେଶ୍ୱରଙ୍କ ବିଶେଷ ଅନୁଗ୍ରହର ଦାନ ଦ୍ୱାରା ମୁଁ ସୁସମାଗ୍ଭର କହିବା ପାଇଁ ଜଣେ ସେବକ ହେଲି। ପରମେଶ୍ୱର ତାହାଙ୍କର କାର୍ଯ୍ୟକାରୀ ଶକ୍ତି ବଳରେ ମୋତେ ଏହି ଅନୁଗ୍ରହ ଦାନ କଲେ।
8
ପରମେଶ୍ୱରଙ୍କ ଲୋକମାନଙ୍କ ଭିତରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ୱର ମୋତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ୱର୍ଯ୍ୟପୂର୍ଣ୍ଣ ସୁସମାଗ୍ଭର କହିବି। ସେହି ଐଶ୍ୱର୍ଯ୍ୟଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ସମ୍ଭବପର ନୁହେଁ।
9
ପରମେଶ୍ୱରଙ୍କ ଗୁପ୍ତ ସତ୍ୟକୁ ସମସ୍ତଙ୍କୁ କହିବା ଦାୟିତ୍ୱ ପରମେଶ୍ୱର ମୋତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ୟ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଭିତରେ ଗୁପ୍ତ ରହିଥିଲା।
10
ମଣ୍ଡଳୀ ଦ୍ୱାରା ପରମେଶ୍ୱରଙ୍କ ବହୁବିଧ ଜ୍ଞାନ, ସ୍ୱର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ୟକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ୱରଙ୍କର ଉଦ୍ଦେଶ୍ୟ ଥିଲା। ସେମାନେ ମଣ୍ଡଳୀ ଯୋଗୁଁ ଏହା ଜାଣି ପାରିବେ।
11
ସମୟର ପ୍ରାରମ୍ଭରୁ ପରମେଶ୍ୱରଙ୍କର ଯେଉଁ ଯୋଜନା ଅଛି, ଏହା ତାହା ସହିତ ମେଳ ଖାଉଛି। ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ଏହା ସମ୍ପନ୍ନ କଲେ।
12
ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା, ନିର୍ଭୟରେ ପରମେଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ସ୍ୱାଧୀନତା ଅଛି।
13
ସେଥିପାଇଁ ମୁଁ କୁହେ ଯେ ତୁମ୍ଭମାନଙ୍କ ପାଇଁ ମୁଁ ଯାତନା ଭୋଗୁ ଥିବାରୁ ହତୋତ୍ସାହିତ ହୁଅ ନାହିଁ। ମୋର ଏହି ଯାତନାଗୁଡ଼ିକ ତୁମ୍ଭ ନିମନ୍ତେ ଗୌରବଜନକ ହେବ।
14
ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ ସେଥିପାଇଁ ପ୍ରାର୍ଥନାରେ ମୁଁ ପରମପିତାଙ୍କ ଆଗରେ ନତମସ୍ତକ ହୁଏ।
15
ପରମେଶ୍ୱର ସ୍ୱର୍ଗ ଓ ପୃଥିବୀର ସମସ୍ତ ପରିବାରକୁ ପ୍ରକୃତ ନାମ କରଣ କରନ୍ତି।
16
ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିଯୁକ୍ତ ହେବା ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ସେହି ଶକ୍ତି ପ୍ରଦାନ କରିବେ।
17
ତୁମ୍ଭ ବିଶ୍ୱାସ ହେତୁ ତୁମ୍ଭ ହୃଦୟରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ରେମରେ ଶକ୍ତିଶାଳୀ ହେଉ ଏବଂ ପ୍ରେମରେ ଗଢ଼ି ଉଠୁ।
18
ଖ୍ରୀଷ୍ଟଙ୍କ ପ୍ରେମର ମହାନତାକୁ ହୃଦୟଙ୍ଗମ କରିବା ପାଇଁ ତୁମ୍ଭକୁ ଓ ପରମେଶ୍ୱରଙ୍କ ପବିତ୍ରୀକୃତ ଲୋକମାନଙ୍କୁ ବୁଝିବା ଶକ୍ତି ମିଳୁ। ଯେପରି ତୁମ୍ଭେ ଏହା ମଧ୍ୟ ବୁଝି ପାର ଯେ, ସେହି ପ୍ରେମ କେତେ ଓସାର, କେତେ ଲମ୍ବା, କେତେ ଉଚ୍ଚ ଓ କେତେ ଗଭୀର।
19
ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ ମନୁଷ୍ୟର ପ୍ରେମଠାରୁ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସେହି ପ୍ରେମ ବିଷୟରେ ଜାଣିବା ପାଇଁ ସକ୍ଷମ ହୁଅ, ତେବେ ଯାଇ ତୁମ୍ଭେ ପରମେଶ୍ୱରଙ୍କଠାରେ ପୂର୍ଣ୍ଣ ହୋଇ ଯିବ।
20
ଆମ୍ଭ ଭିତରେ ପରମେଶ୍ୱରଙ୍କ ଯେଉଁ ଶକ୍ତି କାର୍ଯ୍ୟ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ଯଥେଷ୍ଟ ଅଧିକ ଏବଂ ପରମେଶ୍ୱର ତାହାଠାରୁ ଅଧିକ ଶକ୍ତିର କାର୍ଯ୍ୟ କରି ପାରନ୍ତି।
21
ମଣ୍ଡଳୀରେ ଓ ଖ୍ରୀଷ୍ଟଙ୍କ ଦ୍ୱାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 4 →
All chapters:
1
2
3
4
5
6