bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ephesians 4
Ephesians 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 5 →
1
ଶରୀରର ଏକତା ମୁଁ ପ୍ରଭୁଙ୍କର ହୋଇ ଥିବାରୁ କାରାଗାରରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ୱର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ୱରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭେମାନେ ସେହିଭଳି ଜୀବନଯାପନ କର।
2
ସବୁବେଳେ ନମ୍ର, ଭଦ୍ର, ଧୈର୍ଯ୍ୟବାନ ହୁଅ। ପରସ୍ପରକୁ ପ୍ରେମରେ ଗ୍ରହଣ କର।
3
ତୁମ୍ଭେ ସମସ୍ତେ ପବିତ୍ରଆତ୍ମାଙ୍କ ଦ୍ୱାରା ଶାନ୍ତିର ବନ୍ଧନରେ ଏକତ୍ର ହୋଇ ରୁହ। ଏହିଭଳି ରହିବା ପାଇଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କର। ଆତ୍ମାଦତ୍ତ ଶାନ୍ତି ତୁମ୍ଭକୁ ବାନ୍ଧି ରଖୁ।
4
ଶରୀର ଏକ, ପବିତ୍ରଆତ୍ମା ମଧ୍ୟ ଏକ। ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡାକି ଥିଲେ।
5
ପ୍ରଭୁ ଏକ, ବିଶ୍ୱାସ ଏକ ଓ ବାପ୍ତିସ୍ମ ମଧ୍ୟ ଏକ।
6
ପରମେଶ୍ୱର ଜଣେ ଓ ସେ ହେଉଛନ୍ତି ପ୍ରତ୍ୟେକ ବିଷୟର ପିତା। ସେ ସମସ୍ତଙ୍କୁ ଶାସନ କରନ୍ତି, ଓ ସମସ୍ତଙ୍କର ସ୍ୱାମୀ ଅଟନ୍ତି। ସେ ସବୁଠାରେ ଓ ସମସ୍ତଙ୍କ ଅନ୍ତରରେ ଅଛନ୍ତି।
7
ଖ୍ରୀଷ୍ଟ ଆମ୍ଭ ପ୍ରତ୍ୟେକଙ୍କୁ ଗୋଟିଏ ବିଶେଷ ଅନୁଗ୍ରହ ଦାନ ଦେଇଛନ୍ତି।
8
ପ୍ରତ୍ୟେକ ଲୋକ ଖ୍ରୀଷ୍ଟଙ୍କ ଇଚ୍ଛାନୁସାରେ ସେହି ଦାନ ପାଇଛନ୍ତି। ଏଥି ନିମନ୍ତେ ଶାସ୍ତ୍ର କୁହେ: “ସେ ଆକାଶର ଉଚ୍ଚକୁ ଗଲେ; ସେ ବନ୍ଦୀମାନଙ୍କୁ ନିଜ ସହିତ ନେଲେ, ଓ ସେ ଲୋକମାନଙ୍କୁ ଅନୁଗ୍ରହ ଦାନ ଦେଲ।’’
9
“ଉଚ୍ଚକୁ ଗଲେ” କହିବାର ଅର୍ଥ ଯେ, ସେ ପ୍ରଥମେ ପୃଥିବୀର ନୀଚ୍ଚ ସ୍ଥାନକୁ ଆସିଥିଲେ।
10
ଯେଉଁ ଖ୍ରୀଷ୍ଟ ନୀଚ୍ଚକୁ ଆସିଥିଲେ ସେ ହିଁ ଉଚ୍ଚକୁ ଗଲେ। ସେ ଉଚ୍ଚତମ ଆକାଶକୁ ଗଲେ ଯେପରି ସେ ନିଜକୁ ପୂର୍ଣ୍ଣ କରନ୍ତି।
11
ଏବଂ ସେହି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲ ଅର୍ଥାତ୍ କେତେକ ଲୋକଙ୍କୁ ସେ ପ୍ରେରିତ ହେବା ପାଇଁ, କେତେକଙ୍କୁ ଭବିଷ୍ୟଦ୍ବକ୍ତା ହେବା ପାଇଁ, କେତେକଙ୍କୁ ସୁସମାଗ୍ଭର କହିବା ପାଇଁ ଓ କେତେକଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କର ଯତ୍ନ ନେବା ପାଇଁ ଓ ଶିକ୍ଷା ଦେବା ପାଇଁ।
12
ପରମେଶ୍ୱରଙ୍କ ଲୋକମାନେ ତାଙ୍କର ସେବା କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହେବେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସେମାନଙ୍କୁ ଦେଲେ। ଏହା ଦ୍ୱାରା ଖ୍ରୀଷ୍ଟଙ୍କ ଶରୀରସ୍ୱରୂପ ଆମ୍ଭେମାନେ ମଧ୍ୟ ଦୃଢ଼ ଓ ବଳବାନ ହେବା।
13
ସମସ୍ତ ଲୋକେ ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ୱାସ ଓ ସମାନ ଜ୍ଞାନ ସହିତ ଏକତ୍ର ହେବା ପର୍ଯ୍ୟନ୍ତ ଏହି କାମ ଗ୍ଭଲିଥିବା ନିତାନ୍ତ ଆବଶ୍ୟକ, ଯେପର୍ଯ୍ୟନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହୋଇଛୁ, ସେ ପର୍ଯ୍ୟନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହେବାକୁ ପଡ଼ିବ।
14
ତା’ହେଲେ ଆମ୍ଭେ ଆଉ ଶିଶୁ ହୋଇ ରହିବା ନାହିଁ। ସମୁଦ୍ରରେ ଜାହାଜ ଲହରୀ ହେତୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରତ୍ୟେକ ପ୍ରକାରର ନୂତନ ଉପଦେଶ ଦ୍ୱାରା ଆମ୍ଭେ ଏଣେତେଣେ ଆଉ ଭାସି ଯିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନାରେ ଚ୍ଛନ୍ଦନ୍ତି,
15
ନା! ଆମ୍ଭେ ପ୍ରେମ ସହକାରେ ସତ୍ୟ କହିବା। ଆମ୍ଭେ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟଙ୍କ ଭଳି ବୃଦ୍ଧିପ୍ରାପ୍ତ ହେବା। ଖ୍ରୀଷ୍ଟ ଆମ୍ଭର ମସ୍ତକ ଓ ଆମ୍ଭେ ସମସ୍ତେ ତାହାଙ୍କର ଶରୀର।
16
ସମ୍ପୂର୍ଣ୍ଣ ଶରୀର ଯୀଶୁ ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଶରୀରର ପ୍ରତ୍ୟେକ ଅଙ୍ଗ ଏକାଠି ଯୋଡ଼ି ହୋଇ ରହିଛନ୍ତି। ପ୍ରତ୍ୟେକ ଅଙ୍ଗ ନିଜ ନିଜର କାର୍ଯ୍ୟ କରନ୍ତି। ଏହା ଦ୍ୱାରା ସମଗ୍ର ଶରୀର ପ୍ରେମରେ ବୃଦ୍ଧି ପାଇ ଶକ୍ତିଶାଳୀ ହୁଏ।
17
କିଭଳି ଜୀବନ-ଯାପନ କରିବା ଉଚିତ୍ ପ୍ରଭୁଙ୍କ ନାମରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ୱାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସେମାନଙ୍କ ବିଗ୍ଭରର କିଛି ମୂଲ୍ୟ ନାହିଁ।
18
ସେମାନେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସେମାନେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ୱର ପ୍ରଦତ୍ତ ଜୀବନ ସେମାନେ ପାଇ ପାରିବେ ନାହିଁ।
19
ସେମାନଙ୍କର ଲଜ୍ଜା ନାହିଁ। ସେମାନେ ମନ୍ଦ କାର୍ଯ୍ୟ କରି ଜୀବନଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସେମାନଙ୍କର ଇଚ୍ଛା।
20
କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟରେ ଯାହା ଶିଖିଲ, ସେଗୁଡ଼ିକ ଏହି ମନ୍ଦ କାମଠାରୁ ଭିନ୍ନ।
21
ମୁଁ ଜାଣେ ତୁମ୍ଭେମାନେ ତାହାଙ୍କ ବିଷୟରେ ଶୁଣିଛ। ତୁମ୍ଭେ ତାଙ୍କଠାରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ୟ ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି।
22
ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ିଦିଅ। କାରଣ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଭଲ ପାଇବାରୁ ତଦ୍ଦ୍ୱାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳରେ ପୁରୁଣା ରୂପ ଦ୍ୱାରା ମନ୍ଦ ଆହୁରି ହୋଇଯାଏ।
23
ମାତ୍ର, ତୁମ୍ଭମାନଙ୍କୁ ହୃଦୟରେ ଓ ଭାବନାରେ ନୂତନ ହେବାକୁ ପଡ଼ିବ।
24
ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ୟକ୍ତି ସ୍ୱରୂପ ହୋଇ ପରମେଶ୍ୱରଙ୍କ ଭଳି ପ୍ରକୃତରେ ଭଲ ଓ ପବିତ୍ର ହେବାକୁ ପଡ଼ିବ।
25
ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ୟ କୁହ, ଯେହେତୁ ଆମ୍ଭେ ସମସ୍ତେ ଗୋଟିଏ ଦେହର ଅଙ୍ଗପ୍ରତ୍ୟଙ୍ଗ ଅଟୁ।
26
ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ।
27
ଦିନସାରା କ୍ରୋଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ।
28
ଗ୍ଭେର ଗ୍ଭେରି କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମରେ ଲଗାଉ। ତା’ହେଲେ ସେ ଗରିବ ଲୋକମାନଙ୍କୁ କିଛି ସାହାଯ୍ୟ କରି ପାରିବ।
29
ଯେତେବେଳେ ତୁମ୍ଭେ କଥାବାର୍ତ୍ତା କର, ସେତେବେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସେମାନଙ୍କୁ ଶକ୍ତିଶାଳୀ କରିବା ପାଇଁ ସାହାଯ୍ୟ କରି ପାରୁଥିବ। ଏହା ଦ୍ୱାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସେମାନଙ୍କର ମଙ୍ଗଳ ହେବ।
30
ପବିତ୍ରଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ୱରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ୍ ସମୟ ଉପସ୍ଥିତ ହେଲେ ପରମେଶ୍ୱର ତୁମ୍ଭକୁ ସ୍ୱାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦେଇଅଛନ୍ତି।
31
କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ।
32
ପରସ୍ପର ପ୍ରତି ଦୟାଭାବ ଓ ପ୍ରେମ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠାରେ ପରମେଶ୍ୱର ତୁମ୍ଭମାନଙ୍କୁ କ୍ଷମା କଲେ, ସେହିଭଳି ତୁମ୍ଭେମାନେ ପରସ୍ପରକୁ କ୍ଷମା ଦିଅ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 5 →
All chapters:
1
2
3
4
5
6