bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ephesians 5
Ephesians 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 6 →
1
ଜ୍ୟୋତିଃର୍ମୟ ଜୀବନ ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ୱରଙ୍କ ଭଳି ହେବାକୁ ଚେଷ୍ଟା କର।
2
ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।
3
ତୁମ୍ଭ ଭିତରେ କୌଣସି ଯୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପଯୁକ୍ତ ନୁହେଁ।
4
ତୁମ୍ଭ ଭିତରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ୍। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଥିବା ଉଚିତ୍।
5
ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ଯୌନ ପାପଗୁଡ଼ିକରେ ଲିପ୍ତ ରୁହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ୱର ଓ ଖ୍ରୀଷ୍ଟଙ୍କ ରାଜ୍ୟରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କେବଳ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦେବତାମାନଙ୍କର ପୂଜା କରେ।
6
ମିଥ୍ୟାକଥା କହି କେହି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟରେ ସଚେତନ ରୁହ। ଯେଉଁମାନେ ଅବାଧ୍ୟ ହୋଇ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସେମାନଙ୍କ ଉପରେ ପରମେଶ୍ୱର କ୍ରୋଧାନ୍ୱିତ ହୁଅନ୍ତି।
7
ଅତଏବ ତୁମ୍ଭେ ମଧ୍ୟ ଏଭଳି ମନ୍ଦ କର୍ମ ସେହି ଅବଜ୍ଞାକାରୀଙ୍କ ସହିତ କର ନାହିଁ।
8
ଅତୀତରେ ତୁମ୍ଭେ ଅନ୍ଧକାରରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠାରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।
9
ଆଲୋକ ପ୍ରତ୍ୟେକ ପ୍ରକାରର ଉତ୍ତମ ଭାବ, ଉଚିତ୍ ଜୀବନଯାପନ ଓ ସତ୍ୟ ଫଳ ଉତ୍ପନ୍ନ କରେ।
10
କେଉଁ ବିଷୟ ଗୁଡ଼ିକ ଈଶ୍ୱରଙ୍କ ସନ୍ତୋଷ ଜନ୍ମାଏ, ସେଗୁଡ଼ିକ ଶିଖିବାକୁ ଚେଷ୍ଟା କର। ଅନ୍ଧକାରରେ ଲୋକେ ଯେଭଳି କାମ କରନ୍ତି, ସେଗୁଡ଼ିକୁ କର ନାହିଁ। ସେଗୁଡ଼ିକ କରିବା ଦ୍ୱାରା କିଛି ଲାଭ ହୁଏ ନାହିଁ।
11
ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର।
12
ଅନ୍ଧକାରରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସେଗୁଡ଼ିକ କହିବା ପାଇଁ ମଧ୍ୟ ଲଜ୍ଜା ଲାଗେ।
13
କିନ୍ତୁ ଆଲୋକ ସମ୍ମୁଖରେ ଏଗୁଡ଼ିକୁ ରଖିଲେ, ଏସବୁ କର୍ମର ସମସ୍ତ ମନ୍ଦତା ସ୍ପଷ୍ଟ ଭାବେ ପ୍ରକାଶିତ ହୁଏ।
14
ଯାହା ସହଜରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ: “ହେ! ଶୋଇଥିବା ଲୋକ, ଜାଗି ଉଠ ମୃତ୍ୟୁରୁ ଉଠି ଆସ, ଏବଂ ଖ୍ରୀଷ୍ଟ ତୁମ୍ଭକୁ ଆଲୋକିତ କରିବେ।”
15
ଅତଏବ କିପରି ଜୀବନ କାଟୁଅଛ, ଏବିଷୟରେ ବିଶେଷ ସାବଧାନ ରୁହ। ନିର୍ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର।
16
ଏହା ଅତ୍ୟନ୍ତ ମନ୍ଦ ସମୟ ହୋଇ ଥିବାରୁ, ଭଲ କାମ କରିବା ପାଇଁ ମିଳୁଥିବା କୌଣସି ସୁଯୋଗକୁ ଛାଡ଼ ନାହିଁ।
17
ଅତଏବ ମୂର୍ଖପରି ଜୀବନ ନ କାଟି ପରମେଶ୍ୱର ତୁମ୍ଭଠାରୁ କ’ଣ ଗ୍ଭହାନ୍ତି, ଏହା ଜାଣିବାକୁ ଚେଷ୍ଟା କର।
18
ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସମ୍ପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମାରେ ପରିପୂର୍ଣ୍ଣ ହୁଅ।
19
ସ୍ତୁତି, ଭଜନ, ଆଧ୍ୟାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁମ୍ଭେମାନେ ଆପଣାର ସମ୍ପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ।
20
ପ୍ରତ୍ୟେକ କଥା ପାଇଁ ପରମପିତା ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କର।
21
ପତି ଓ ପତ୍ନୀ ପରସ୍ପର ପ୍ରତି ବାଧ୍ୟ ହେବା ପାଇଁ ଇଚ୍ଛୁକ ହୁଅ। ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସମ୍ମାନ କରୁଥିବାରୁ ଏହା କର।
22
ହେ ପତ୍ନୀମାନେ! ତୁମ୍ଭେମାନେ ଯେପରି ପ୍ରଭୁଙ୍କ ପ୍ରତି ବଶୀଭୂତା ହୋଇଛ, ସେହିପରି ନିଜ ସ୍ୱାମୀମାନଙ୍କର ବଶୀଭୂତା ହୁଅ।
23
ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ, ସ୍ୱାମୀ ସେହିପରି ସ୍ତ୍ରୀର ମସ୍ତକ। ଖ୍ରୀଷ୍ଟିୟ ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର ଓ ସେହି ଶରୀରର ଉଦ୍ଧାରକର୍ତ୍ତା ହେଉଛନ୍ତି ଖ୍ରୀଷ୍ଟ।
24
ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ ଅଟେ, ସେହିପରି ହେ ପତ୍ନୀମାନେ, ତୁମ୍ଭେମାନେ ପ୍ରତ୍ୟେକ କଥାରେ ନିଜ ପତିଙ୍କର ବଶୀଭୂତା ହେବା ଉଚିତ୍।
25
ହେ ପତିଗଣ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କରି ତା’ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ରେମ କର।
26
ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କରିଥିଲେ। ଯେପରି ସୁସାମାଗ୍ଭରର ବାକ୍ୟ ଓ ଜଳ ଦ୍ୱାରା ଧୌତ କରି ସଫା କରିବା ପରେ ସେ ପରମେଶ୍ୱରଙ୍କ କାର୍ଯ୍ୟ ମାଧ୍ୟମରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରି ପାରନ୍ତି।
27
ଯେପରି ସମ୍ପୂର୍ଣ୍ଣ ମହିମା (ସୌନ୍ଦର୍ଯ୍ୟ)ର ସହିତ ମଣ୍ଡଳୀକୁ ନିଜଠାରେ ତାହାଙ୍କ କନ୍ୟା ରୂପେ ଉପସ୍ଥାପିତ କରାଇପାରନ୍ତି, ଏଥିନିମନ୍ତେ ଖ୍ରୀଷ୍ଟ ମୃତ୍ୟୁ ଭୋଗ କଲେ। ମଣ୍ଡଳୀ ମଧ୍ୟରେ ଯେପରି କୌଣସି ମନ୍ଦ କର୍ମ, ପାପ କି ଭୁଲ୍ କାର୍ଯ୍ୟ ଦେଖା ନ ଯାଏ, ମାତ୍ର ତହା ପବିତ୍ର, ନିଖୁଣ ଓ ନିନ୍ଦାଶୂନ୍ୟ ହୋଇପାରେ, ଏଥିପାଇଁ ସେ ଆପଣାର ପ୍ରାଣ ଦେଲେ।
28
ଠିକ୍ ସେହିଭଳି ପତିମାନେ ନିଜ-ନିଜ ପତ୍ନୀଙ୍କୁ ପ୍ରେମ କରିବା କଥା। ନିଜ ଶରୀରକୁ ପ୍ରେମ କରିଲା ଭଳି ପ୍ରେମ କରିବା କଥା। ଯେଉଁ ଲୋକ ନିଜ ପତ୍ନୀକୁ ପ୍ରେମ କରେ, ସେ ନିଜ ଶରୀରକୁ ପ୍ରେମ କରେ।
29
କୌଣସି ଲୋକ ନିଜ ଶରୀରକୁ କେବେ ହେଲେ ଘୃଣା କରେ ନାହିଁ। ପ୍ରତ୍ୟେକ ଲୋକ ନିଜର ଶରୀର ପାଇଁ ଖାଦ୍ୟ ଖାଏ ଓ ଶରୀରର ଯତ୍ନ ନିଏ। ଠିକ୍ ଏହି କଥା ଖ୍ରୀଷ୍ଟ ମଣ୍ଡଳୀ ପାଇଁ ମଧ୍ୟ କରନ୍ତି।
30
କାରଣ ଆମ୍ଭେ ହେଉଛୁ ତାହାଙ୍କ ଶରୀରର ଅଂଶ।
31
ଶାସ୍ତ୍ର କୁହେ: “ଅତଏବ ଜଣେ ମନୁଷ୍ୟ ନିଜ ପିତା ଓ ମାତାକୁ ଛାଡ଼ି ତା ପତ୍ନୀ ସହିତ ସଂଲଗ୍ନ ହୁଏ। ଓ ସେ ଦୁଇଜଣ ଏକ ହୋଇ ଯାଆନ୍ତି।”
32
ଏହି ସତ୍ୟଟି ଅତି ମହତ୍ତ୍ୱପୂର୍ଣ୍ଣ। ଖ୍ରୀଷ୍ଟ ଓ ମଣ୍ଡଳୀ ବିଷୟରେ ମୁଁ ଏହା କହୁଅଛି।
33
ଯାହା ହେଉନା କାହିଁକି, ତୁମ୍ଭ ଭିତରୁ ପ୍ରତ୍ୟେକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ୍ ଓ ପ୍ରତ୍ୟେକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ୍।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 6 →
All chapters:
1
2
3
4
5
6