bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Esther 2
Esther 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 3 →
1
ଏଷ୍ଟର ରାଣୀ ତିଆରିହେଲେ ଏହିସବୁ ଘଟଣା ପରେ ଅକ୍ଷଶ୍ୱେରଶ ରାଜାର କ୍ରୋଧ ଶାନ୍ତ ହୁଅନ୍ତେ ସେ ବଷ୍ଟୀକି ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲା।
2
ତେଣୁ ରାଜାର ସେବାକାରୀ ଭୃତ୍ୟମାନେ ତାହାକୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ୱେଷଣ କରାଯାଉ।
3
ଆଉ ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଗ୍ଭରୀଗଣ ନିଯୁକ୍ତି କରନ୍ତୁ। ସେମାନେ ସେହିସବୁ ସୁନ୍ଦରୀ କନ୍ୟାଗଣକୁ ଶୂଶନ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ। ପୁଣି ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ।
4
ଏହା ପରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟୀକାରୀଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ।” ଏହି କଥାରେ ରାଜା ସନ୍ତୋଷ ହେବାରୁ ସେ ଏପରି କଲା।
5
ସେହି ସମୟରେ ମର୍ଦ୍ଦଖୟ ନାମରେ ଜଣେ ଯିହୁଦୀୟ ଲୋକ ଶୂଶନ୍ ରାଜଧାନୀରେ ଥିଲା, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମିୟିର ପୌତ୍ର, କୀଶ୍ର ପ୍ରପୌତ୍ର।
6
ଯେଉଁ ଲୋକମାନେ ଯିହୁଦାର ରାଜା ଯିକନିୟ ସହିତ ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ। ସେମାନଙ୍କ ସହିତ କୀଶ୍ ଯିରୁଶାଲମଠାରୁ ନିର୍ବାସିତ ହୋଇଥିଲା।
7
ମର୍ଦ୍ଦଖୟ ଆପଣା ମାମୁଁ କନ୍ୟା ହଦସାକୁ ଅର୍ଥାତ୍ ଏଷ୍ଟରକୁ ପ୍ରତିପାଳନ କଲା, କାରଣ ତାହାର ପିତା କି ମାତା ନ ଥିଲେ। ସେ ପରମସୁନ୍ଦରୀ ଓ ସ୍ନେହମୟୀ ଥିଲା। ତାହାର ପିତାମାତା ମଲାପରେ ମର୍ଦ୍ଦଖୟ ତାହାକୁ ନିଜର କନ୍ୟାରୂପେ ଗ୍ରହଣ କରିଥିଲା।
8
ଯେତେବେଳେ ରାଜାର ସେହି ବାକ୍ୟ ଓ ଆଜ୍ଞା ପ୍ରଗ୍ଭରିତ ହେଲା, ଶୂଶନ୍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟରକୁ ରାଜପୁରିକି ସ୍ତ୍ରୀ ରକ୍ଷକ ହେଗୟ ନିକଟକୁ ନିଆଗଲା।
9
ଏଥିରେ ଏହି ଯୁବତୀ ହେଗୟର ତୁଷ୍ଟିଜନକ ହୋଇ ତାହାଠାରୁ ଅନୁଗ୍ରହ ପାଇଲା। ଏଣୁ ସେ ଶୀଘ୍ର ତାକୁ ରାଜଗୃହରୁ ମନୋନୀତ ସାତ ଜଣ ଦାସୀଙ୍କ ସହିତ ସମସ୍ତ ଅଂଶ ପ୍ରସାଧନ ଏବଂ ତା’ର ଭାଗ ଖାଦ୍ୟ ଦିଆଗଲା। ଆଉ ସେ ତାକୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନରେ ବାସ କରାଇଲା।
10
ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲା ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ଆଜ୍ଞା କରିଥିଲା।
11
ଏହା ପରେ, ଏଷ୍ଟର କିପରି ଅଛି ଓ ସେ କ’ଣ କରୁଛି, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ନ୍ୟାୟାଳୟରେ ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲା।
12
ଦ୍ୱାଦଶ ମାସ ଶେଷରେ, ରାଜା ଅକ୍ଷଶ୍ୱରଶ ନିକଟକୁ ଏକ କୁଆଁରୀ କନ୍ୟାର ଉପସ୍ଥିତ ହେବାର ସମୟ ଆସିଲା। କାରଣ ସେମାନଙ୍କର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା।
13
ପୁଣି ରାଜାଙ୍କ ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହିପରି ନିୟମ ଥିଲା। ସେ ଯେକୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସାଙ୍ଗରେ ନେବା ନିମନ୍ତେ ତାହାକୁ ଦିଆଗଲା।
14
ରାଜାଙ୍କର ନପୁଂସକ ଶାଶ୍ଗସର ତତ୍ତ୍ୱାବଧାନରେ ଜଣେ କନ୍ୟା ସନ୍ଧ୍ୟା ସମୟରେ ଦ୍ୱିତୀୟ ହରେମଙ୍କ ନିକଟକୁ ଯିବ ଓ ସକାଳରେ ଫେରି ଆସିବ। ଶାଶ୍ଗସ ରାଜାଙ୍କର ତତ୍ତ୍ୱାବଧାରକ ଥିଲା।
15
ଏହା ପରେ, ରାଜାଙ୍କ ନିକଟକୁ ଯିବା ପାଇଁ ଏଷ୍ଟରର ପାଳି ପଡ଼ିଲା। ଏଷ୍ଟର ମର୍ଦ୍ଦଖୟଙ୍କ ପାଳିତ କନ୍ୟା ଥିଲା। ସେ ମର୍ଦ୍ଦଖୟର କକା ଅବିହୟିଲର କନ୍ୟା ଥିଲା। ହେଗୟ ରାଜାଙ୍କର ନପୁଂସକ ଓ ସ୍ତ୍ରୀଲୋକମାନଙ୍କର ତତ୍ତ୍ୱାବଧାରକ, ଯାହା କହିଥିଲେ, ତାହା ଛଡ଼ା ଏଷ୍ଟର ଆଉ କିଛି ମାଗିଲା ନାହିଁ। ସମସ୍ତେ ଯେଉଁମାନେ ହେଗୟକୁ ଦେଖିଲେ, ତା’ ପ୍ରତି ଅନୁକମ୍ପା କଲେ।
16
ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସରେ ଅର୍ଥାତ୍ ଟେବେତ୍ ମାସରେ, ଏଷ୍ଟରକୁ ରାଜଗୃହରେ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।
17
ତହିଁରେ ରାଜା ଅନ୍ୟସକଳ ସ୍ତ୍ରୀଠାରୁ ଏଷ୍ଟରକୁ ଅଧିକ ପ୍ରେମ କଲା ଏବଂ ଅନ୍ୟ ସମସ୍ତ ଯୁବତୀଠାରୁ ସେ ରାଜାର ଦୃଷ୍ଟିରେ ଅନୁଗ୍ରହ ଓ ଦୟା ପାଇଲା। ଏଣୁ ସେ ତାହାର ମସ୍ତକରେ ରାଜ ମୁକୁଟ ଦେଇ ବଷ୍ଟୀ ବଦଳରେ ତାହାକୁ ରାଣୀ କଲା।
18
ଏହା ପରେ ରାଜା ଓ ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟର ଭୋଜି ବୋଲି ମହା ଭୋଜି ପ୍ରସ୍ତୁତ କଲା ଓ ସବୁ ପ୍ରଦେଶରେ ଛୁଟି କଲା ଓ ରାଜାର ବଦାନ୍ୟତାନୁସାରେ ଦାନ କଲା।
19
ମର୍ଦ୍ଦଖୟ ଏକ ମନ୍ଦ ଯୋଜନା ବିଷୟରେ ଜାଣିଲେ କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ ମର୍ଦ୍ଦଖୟ ରାଜ ଦ୍ୱାରରେ ବସିଲା।
20
ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ। କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲା ସେତେବେଳେ ହିଁ ସେପରି ତାହାର ଆଜ୍ଞା ପାଳନ କଲା।
21
ସେହି ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍ଥନ୍ ଓ ତେରଶ୍ ନାମକ ରାଜାଙ୍କର ଦୁଇ ଜଣ ନପୁଂସକ କ୍ରୋଧିତ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଷଡ଼ଯନ୍ତ୍ର କଲେ।
22
ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀକୁ ଜଣାଇଲା। ପୁଣି ଏଷ୍ଟର ମର୍ଦ୍ଦଖୟ ନାମ ଦେଇ ରାଜାକୁ ତାହା ଜଣାଇଲା।
23
ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହେବାରୁ ସେହି ଦୁଇଜଣ ବୃକ୍ଷରେ ଫାଶି ପାଇଲେ। ଆଉ ସେହି କଥା ରାଜାର ସାକ୍ଷାତରେ କଚେରୀର ନକଲ ଖାତାରେ ଲେଖାଗଲା।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 3 →
All chapters:
1
2
3
4
5
6
7
8
9
10