bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Esther 5
Esther 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 6 →
1
ଏଷ୍ଟର ରାଜାଙ୍କୁ କହିଲେ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଛିଡ଼ା ହେଲା। ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ।
2
ତା’ପରେ ରାଜା, ରାଣୀ ଏଷ୍ଟର ପ୍ରାଙ୍ଗଣରେ ଠିଆ ହେବାର ଦେଖିଲେ। ଏବଂ ରାଜା ତାକୁ ଦେଖି ଖୁସୀ ହେଲେ, ତେଣୁ ସେ ତାଙ୍କ ହାତରେ ଥିବା ସୁବର୍ଣ୍ଣର ରାଜଦଣ୍ତ ରାଣୀ ଏଷ୍ଟର ଆଡ଼କୁ ବଢ଼ାଇଲେ। ତେଣୁ ଏଷ୍ଟର ନିକଟକୁ ଆସିଲେ ଏବଂ ଆସି ରାଜଦଣ୍ତର ଅଗ୍ର ଭାଗ ଛୁଇଁଲେ।
3
ରାଜା ତାଙ୍କୁ ପଗ୍ଭରିଲେ, “ରାଣୀ ଏଷ୍ଟର, ମୁଁ ତୁମ୍ଭ ପାଇଁ କ’ଣ କରିପାରେ? ତୁମ୍ଭର କ’ଣ ପ୍ରାର୍ଥନା ଅଛି? ମୋର ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦିଆଯିବା।”
4
ଏଷ୍ଟର କହିଲା, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣାଙ୍କ ପାଇଁ ଯେଉଁ ଭୋଜି ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜିକୁ ଆଗମନ କରନ୍ତୁ।”
5
ଏହା ପରେ ରାଜା କହିଲେ, “ ହାମନ୍କୁ ଶୀଘ୍ର ଆଣ, ତାହାହେଲେ ଏଷ୍ଟର ଯାହା କହିଛନ୍ତି ଆମ୍ଭେ ତାହା କରି ପାରିବୁ।” ଏହା ପରେ ରାଜା ଓ ହାମନ୍ ଏଷ୍ଟରର ପ୍ରସ୍ତୁତ ନୈଶ ଭୋଜିକୁ ଆସିଲେ।
6
ଏଥିରେ ରାଜା ଭୋଜିରେ ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ କହିଲା, “ତୁମ୍ଭର କ’ଣ ନିବେଦନ ଅଛି? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ପ୍ରାର୍ଥନା କ’ଣ? ମୋ’ ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ଦିଆଯିବ।”
7
ତହିଁରେ ଏଷ୍ଟର କହିଲା, “ମୋର ନିବେଦନ ଓ ପ୍ରାର୍ଥନା ଏହି କି,
8
ମୁଁ ଯେବେ ମୋର ଇଚ୍ଛା ପୂରଣ କରିବା ପାଇଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏବଂ ଏହା ଯେବେ ରାଜାଙ୍କୁ ଆନନ୍ଦ କରୁଥାଏ, ରାଜା ଓ ହାମନ୍ ଆସନ୍ତାକାଲି ରାତ୍ରି ଭୋଜନକୁ ଆସନ୍ତୁ ଯାହା ମୁଁ ପ୍ରସ୍ତୁତ କରିବି। ସେହି ସମୟରେ ମୁଁ ରାଜାଙ୍କର ପ୍ରଶ୍ନର ଉତ୍ତର ଦେବି।”
9
ହାମନ୍ ମର୍ଦ୍ଦଖୟଙ୍କ ଉପରେ କ୍ରୋଧ କଲେ ସେଦିନ ହାମନ୍ ଆନନ୍ଦିତ ହୋଇ ଗ୍ଭଲିଗଲା। ମାତ୍ର ହାମନ୍, ରାଜଦ୍ୱାରରେ ନିଜ ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କି ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା।
10
ତଥାପି ହାମନ୍ ନିଜର କ୍ରୋଧକୁ ନିୟନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତା’ପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶକୁ ଡକାଇ ଆଣିଲା।
11
ଆଉ ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଛନ୍ତି। ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା।
12
ହାମନ୍ ଆହୁରି କହିଲା, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜିକୁ ମୋ’ ଛଡ଼ା ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି। ପୁଣି କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।
13
କିନ୍ତୁ ମୁଁ ପ୍ରତ୍ୟେକଥର ଯିହୁଦୀ ମର୍ଦ୍ଦଖୟକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମୋର କିଛି ଭଲ କରେ ନାହିଁ।”
14
ତେଣୁ ତାହାର ସ୍ତ୍ରୀ ସେରଶ୍ ଓ ତାର ସମସ୍ତ ମିତ୍ରଗଣ ତାକୁ କହିଲେ, “ପଗ୍ଭଶ୍ ହାତ ଉଚ୍ଚ ଏକ ଫାଶିକାଠ ପ୍ରସ୍ତୁତ କରାଯାଉ। ପୁଣି ମର୍ଦ୍ଦଖୟକୁ ତହିଁରେ ଫାଶି ଦେବା ପାଇଁ କାଲି ସକାଳେ ରାଜାଙ୍କୁ କୁହ। ତହିଁ ପରେ ତୁଷ୍ଟ ହୋଇ ରାଜା ସହିତ ଭୋଜିକୁ ଯାଅ।” ଏହା ହାମନ୍କୁ ଏକ ଭଲ ବୁଦ୍ଧି ପରି ଜଣାଗଲା, ତେଣୁ ସେ ଫାଶି କାଠ ପ୍ରସ୍ତୁତ କଲା।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 6 →
All chapters:
1
2
3
4
5
6
7
8
9
10
Recommended Reading
Commentary
Esther Commentaries
→
Devotional
Esther Devotional Guide
→
Get This Bible
Odia Bible ERV (ପବିତ୍ର ବାଇବଲ) Study Bible
→