bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Exodus 20
Exodus 20
Odia Bible ERV 2004 (ପବିତ୍ର ବାଇବଲ)
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 21 →
1
ଦଶ ଆଜ୍ଞା ଏହା ପରେ ପରମେଶ୍ୱର କହିଲେ,
2
“ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ।
3
“ତୁମ୍ଭେମାନେ ମୋ’ ବ୍ୟତୀତ ଆଉ କୌଣସି ଦେବତାଗଣଙ୍କୁ ଉପାସନା କରିବ ନାହିଁ।
4
“ତୁମ୍ଭେମାନେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ୱର୍ଗରେ କିମ୍ବା ପୃଥିବୀରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ।
5
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା’ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।
6
କିନ୍ତୁ ମୁଁ ସେହି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମୋର ନିୟମ ପାଳନ କରନ୍ତି ଓ ମୋତେ ପ୍ରେମ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।
7
“ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ, କାରଣ ଯେକେହି ତାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।
8
“ବିଶ୍ରାମ ଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର।
9
ଛଅ ଦିନରେ ଆପଣାର ସମସ୍ତ କର୍ମ କରିବ।
10
ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ୟା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବ ନାହିଁ।
11
ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟିକୁ ଏକ ସ୍ୱତନ୍ତ୍ର ଦିନ କଲେ।
12
“ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ଯଦ୍ଦ୍ୱାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
13
“ତୁମ୍ଭେ ନରହତ୍ୟା କରିବ ନାହିଁ।
14
“ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ।
15
“ତୁମ୍ଭେ ଗ୍ଭେରି କରିବ ନାହିଁ।
16
“ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।
17
“ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା କି ଦାସ, ଦାସୀ କି ତା’ର ଗୋରୁ କି ଗଧ କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।”
18
ଲୋକମାନେ ପରମେଶ୍ୱରଙ୍କୁ ଭୟ କଲେ ସେତେବେଳେ ସମସ୍ତ ଲୋକ ମେଘ ଗର୍ଜନ ଓ ବିଜୁଳି ଓ ତୂରୀ ଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।
19
ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭେମାନେ ଶୁଣିବୁ, ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲେ ଆମ୍ଭେମାନେ ମରିଯିବୁ।”
20
ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ। କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେମନ୍ତ ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କର ଚକ୍ଷୁ ଗୋଚର କରିବାକୁ ସଦାପ୍ରଭୁ ଆସି ଅଛନ୍ତି।”
21
ଲୋକମାନେ ସେତେବେଳେ ସେହି ପବିତ୍ର ପର୍ବତଠାରୁ ଦୂରରେ ରହିଲେ, ଯେତେବେଳେ ମୋଶା ସେହି ପର୍ବତ ଉପରକୁ, ଘନ ମେଘ ମଧ୍ୟକୁ ପରମେଶ୍ୱରଙ୍କୁ ସାକ୍ଷାତ କରିବା ପାଇଁ ଗଲେ।
22
ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲର ଲୋକମାନଙ୍କୁ ଏହି କଥା କୁହ, “ଆମ୍ଭେ ସ୍ୱର୍ଗରେ ରହି ତୁମ୍ଭମାନଙ୍କ ସହିତ କଥା କହିଥିଲୁ। ତୁମ୍ଭେମାନେ ଦେଖିଅଛ।
23
ତେଣୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ ଅନ୍ୟ ଦେବତାଗଣ ପ୍ରତିଷ୍ଠା କରିବ ନାହିଁ। ଆପଣାମାନଙ୍କ ପାଇଁ ରୌପ୍ୟମୂର୍ତ୍ତି କିମ୍ବା ସୁନାର ମୂର୍ତ୍ତି ନିର୍ମାଣ କରିବ ନାହିଁ।
24
“ତୁମ୍ଭେମାନେ ମାଟିରେ ଏକ ସ୍ୱତନ୍ତ୍ର ଯଜ୍ଞବେଦି ମୋ’ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମେଷ ଓ ଗୋରୁଗାଈରୁ ସେଠାରେ ହୋମବଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ। ମୁଁ ତୁମ୍ଭମାନଙ୍କୁ ସବୁଠାରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠାରେ ତୁମ୍ଭେମାନେ ମୋତେ ସ୍ମରଣ କରିବ।
25
ଯେବେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ। କାରଣ ତହିଁ ଉପରେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର ହେବ। ଏହା ଆଉ ଗ୍ରହଣ ଯୋଗ୍ୟ ହେବ ନାହିଁ।
26
ଆଉ ତୁମ୍ଭର ଉଲଗ୍ନତା ଆମ୍ଭ ବେଦି ଉପରେ ଯେମନ୍ତ ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦେଇ ଆମ୍ଭ ଯଜ୍ଞବେଦି ଉପରକୁ ଉଠିବ ନାହିଁ।”
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40