bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Exodus 24
Exodus 24
Odia Bible ERV 2004 (ପବିତ୍ର ବାଇବଲ)
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 25 →
1
ପରମେଶ୍ୱର ଓ ଇସ୍ରାଏଲ ମଧ୍ୟରେ ଚୁକ୍ତି ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭେମାନେ ଦୂରରୁ ମୋତେ ଉପାସନା କରିବ।
2
କେବଳ ମୋଶା ଉପାସନା କରିବାକୁ ସଦାପ୍ରଭୁଙ୍କ ନିକଟକୁ ଆସିବ। ଅନ୍ୟମାନେ ସଦାପ୍ରଭୁଙ୍କ ନିକଟକୁ ଆସିବେ ନାହିଁ। ଏବଂ ଏପରିକି ଲୋକମାନେ ମଧ୍ୟ ମୋଶାଙ୍କ ସହିତ ପର୍ବତ ଉପରକୁ ଯିବେ ନାହିଁ।”
3
ମୋଶା ସଦାପ୍ରଭୁଙ୍କ ନିୟମ ଏବଂ ଆଜ୍ଞା ସେମାନଙ୍କୁ ଜଣାଇଲେ। ଏହା ପରେ ସମସ୍ତ ଲୋକ ଏକ ସ୍ୱରରେ କହିଲେ, “ସଦାପ୍ରଭୁଙ୍କର ସମସ୍ତ ନିୟମଗୁଡ଼ିକ ଆମ୍ଭେମାନେ ପାଳନ କରିବୁ।”
4
ତେଣୁ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ। ପ୍ରଭାତରେ ଉଠି ପର୍ବତ ତଳେ ଏକ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶ ନିମନ୍ତେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।
5
ଏହା ପରେ ମୋଶା ଇସ୍ରାଏଲର ଯୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁ ପଠାଇଲେ। ସେହି ଯୁବକଗଣ ପରମେଶ୍ୱରଙ୍କ ନିକଟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ସ୍ୱରୂପେ ବୃଷମାନଙ୍କୁ ବଳିଦାନ ଦେଲେ।
6
ମୋଶା ସମସ୍ତ ରକ୍ତ ସଂଗ୍ରହ କଲେ, ଏହାର ଅଧା ପାତ୍ରରେ ରଖିଲେ ଏବଂ ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ଢାଳିଲେ।
7
ମୋଶା ବିଶେଷ ନିୟମ ଲେଖାଯାଇଥିବା ନଳାକାର ପୁସ୍ତକ ନେଇ ଲୋକମାନଙ୍କ ଆଗରେ ପାଠ କଲେ। ସେମାନେ କହିଲେ, “ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭେମାନେ ତାହା କରିବୁ ଏବଂ ଆମ୍ଭେମାନେ ମାନିବୁ।”
8
ଏହା ପରେ ମୋଶା ସେହି ରକ୍ତ ଲୋକମାନଙ୍କ ଉପରେ ଛିଞ୍ଚିଲେ ଏବଂ କହିଲେ, “ଏହାକୁ ଦେଖ, ଏହା ସଦାପ୍ରଭୁ ଓ ତୁମ୍ଭମାନଙ୍କ ସହିତ ହୋଇଥିବା ନିୟମର ରକ୍ତ।”
9
ମୋଶା, ହାରୋଣ, ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ପର୍ବତ ଆରୋହଣ କଲେ।
10
ଏବଂ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ନୀଳ ଆକାଶ ପରି ଥିଲା।
11
ପରମେଶ୍ୱର ଇସ୍ରାଏଲର ନେତାଗଣଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ। ସେମାନେ ସମସ୍ତେ ପରମେଶ୍ୱରଙ୍କୁ ଦର୍ଶନ କଲେ। ଏବଂ ସେମାନେ ଭୋଜନ ଓ ପାନ କଲେ।
12
ମୋଶା ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକ ଆଣିବାକୁ ଗଲେ ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପର୍ବତ ଉପରେ ମୋ’ ପାଖକୁ ଆସ। ଏଠାରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦେବି, ବ୍ୟବସ୍ଥା ଓ ଆଜ୍ଞା, ଯାହା ମୁଁ ସେମାନଙ୍କୁ ଶିକ୍ଷା ଦେବାକୁ ଲେଖିଛି।”
13
ଏହା ପରେ ମୋଶା ଓ ତାଙ୍କର ପରିଗ୍ଭରକ ଯିହୋଶୂୟ ଉଠିଲେ, ମୋଶା ପରମେଶ୍ୱରଙ୍କର ପର୍ବତକୁ ଆରୋହଣ କଲେ।
14
ମୋଶା ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟକୁ ଫେରି ନ ଆସିଛୁ ସେପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ଥାଅ। ଦେଖ ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି। କାହାର କୌଣସି ବିବାଦର କଥା ଉପସ୍ଥିତ ହେଲେ ସେମାନେ ତାଙ୍କର ନିକଟକୁ ଯିବେ।”
15
ମୋଶା ପରମେଶ୍ୱରଙ୍କୁ ସାକ୍ଷାତ କଲେ ଏହା ପରେ ମୋଶା ପର୍ବତ ଉପରକୁ ଚଢ଼ିଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା।
16
ଏଥିରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତ କଲା। ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା। ଏହା ପରେ ସଦାପ୍ରଭୁ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।
17
ସେଠାରେ ସଦାପ୍ରଭୁଙ୍କର ମହିମା ପର୍ବତ ଶିଖର ଉପରେ ଦେଖାଗଲା। ଇସ୍ରାଏଲର ଲୋକଙ୍କୁ ଏହା ଗ୍ରାସକାରୀ ଅଗ୍ନି ପରି ଦେଖାଗଲା।
18
ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଗ୍ଭଳିଶ୍ ଦିନ ସେହି ପର୍ବତ ଉପରେ ରହିଲେ।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 25 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40