bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Exodus 3
Exodus 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 4 →
1
ଜ୍ୱଳନ୍ତା ବୁଦା ଯିଥ୍ରୋ ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ମିଦିୟନୀୟମାନଙ୍କ ଯାଜକ ଥିଲେ। ମୋଶା ତାଙ୍କ ଶ୍ୱଶୁରଙ୍କର ମେଷପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମୋଶା ତାଙ୍କ ମେଷପଲକୁ ମରୁଭୂମିର ପଶ୍ଚିମପଟକୁ ଆଗେଇ ନେଲେ। ମୋଶା ହୋରେବ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ୱରଙ୍କର ପର୍ବତ ଥିଲା।
2
ସେହି ପର୍ବତରେ, ମୋଶା ଦେଖିଲେ ସଦାପ୍ରଭୁଙ୍କର ଦୂତ ଏକ ଜ୍ୱଳନ୍ତା ବୁଦା ମଧ୍ୟରେ ଥିଲେ। ମୋଶା ଦେଖିଲେ, ବୁଦାରେ ଅଗ୍ନି ଲାଗି ଥିଲେ ମଧ୍ୟ ତାହା ଧ୍ୱଂସ ହେଉ ନ ଥିଲା।
3
ତେଣୁ ମୋଶା ନିଶ୍ଚିତ କଲେ, ସେହି ବୁଦା ପାଖକୁ ଯାଇ ଅଦ୍ଭୂତ ଦୃଶ୍ୟ ଦେଖିବାକୁ। କାହିଁକି ଏହି ବୁଦାଟି ନିଆଁରେ ଜଳି ମଧ୍ୟ ନଷ୍ଟ ହେଉ ନାହିଁ?
4
ସଦାପ୍ରଭୁ ଦେଖିଲେ, ମୋଶା ବୁଦା ଆଡ଼କୁ ଆସୁଛନ୍ତି। ତେଣୁ ପରମେଶ୍ୱର ବୁଦା ମଧ୍ୟରୁ ମୋଶାଙ୍କୁ ଡାକିଲେ, ପରମେଶ୍ୱର କହିଲେ, “ମୋଶା, ମୋଶା!” ମୋଶା କହିଲେ, “ହଁ ଆଜ୍ଞା, ସଦାପ୍ରଭୁ।”
5
ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭର ଅଧିକ ନିକଟବର୍ତ୍ତୀ ହୁଅ ନାହିଁ। ତୁମ୍ଭ ପାଦରୁ ପାଦୁକା କାଢ଼ି ଦିଅ କାରଣ ତୁମ୍ଭେ ଯେଉଁ ଭୂମିରେ ଛିଡ଼ା ହୋଇଛ ତାହା ପବିତ୍ର ଭୂମି ଅଟେ।
6
ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଅବ୍ରହାମଙ୍କର ପରମେଶ୍ୱର ଅଟୁ। ଆମ୍ଭେ ଇସ୍ହାକର ପରମେଶ୍ୱର ଅଟୁ ଏବଂ ଆମ୍ଭେ ଯାକୁବର ପରମେଶ୍ୱର ଅଟୁ।” ମୋଶା ପରମେଶ୍ୱରଙ୍କୁ ଦେଖି ଭୟରେ ତାଙ୍କର ମୁହଁ ଆବୃତ କଲେ।
7
ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭେ ମିଶରରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଅଛୁ ଏବଂ ମିଶରୀୟବାସୀ ସେମାନଙ୍କୁ ଯନ୍ତ୍ରଣା ଦେବା ସମୟରେ ଆମ୍ଭେ ସେମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ସେମାନଙ୍କର ଯନ୍ତ୍ରଣା ସବୁ ଜାଣିଛୁ।
8
ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁଗ୍ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।
9
ଆମ୍ଭେ ଇସ୍ରାଏଲ ଲୋକମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ଦେଖିଅଛୁ ମିଶରୀୟମାନେ ସେମାନଙ୍କୁ କିପରି ଦୌରାତ୍ମ୍ୟ କରିଛନ୍ତି ଓ ତାଙ୍କର ଜୀବନ ଦୁର୍ବିସହ କରିଛନ୍ତି।
10
ଏଣୁ ଆମ୍ଭେ ତୁମ୍ଭକୁ ଫାରୋଙ୍କ ନିକଟକୁ ପ୍ରେରଣ କରିବା। ଯାଅ! ଆମ୍ଭର ଲୋକମାନଙ୍କୁ ଆଗେଇ ନିଅ, ଇସ୍ରାଏଲୀୟମାନଙ୍କୁ ମିଶର ମଧ୍ୟରୁ ଆଗେଇ ନେଇଯାଅ!”
11
କିନ୍ତୁ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ ଫାରୋ ନିକଟକୁ ଯିବା ପାଇଁ କିଏ? କିପରି ମୁଁ ଇସ୍ରାଏଲୀୟମାନଙ୍କୁ ମିଶର ଦେଶରୁ ବାହାରକୁ ଆଣିବି?”
12
ତା’ପରେ ପରମେଶ୍ୱର କହିଲେ, “ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବା! ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କରୁଛୁ, ଏହା ତା’ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭେମାନେ ଏହି ପର୍ବତରେ ଆମ୍ଭର ଉପାସନା କରିବ।”
13
ଏହା ପରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଯଦି ମୁଁ ଇସ୍ରାଏଲୀୟମାନଙ୍କ ନିକଟକୁ ଯାଇ କହେ, ‘ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱର ମୋତେ ପଠାଇଛନ୍ତି,’ ଏହା ପରେ ଲୋକମାନେ ଯଦି ମୋତେ ପଗ୍ଭରନ୍ତି, ‘ତାଙ୍କର ନାମ କ’ଣ?’ ମୁଁ ତାଙ୍କୁ କ’ଣ କହିବି?”
14
ଏହା ପରେ ପରମେଶ୍ୱର ମୋଶାଙ୍କୁ କହିଲେ, “ସେମାନଙ୍କୁ କୁହ, ‘ଆମ୍ଭେ ଯେ ଅଛୁ, ସେ ଅଛୁ,’ ଇସ୍ରାଏଲର ଲୋକମାନଙ୍କୁ କୁହ ଯେ, ‘ସ୍ୱୟମ୍ଭୂ’ ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।”
15
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଏହିକଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍ ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର, ଯାକୁବର ପରମେଶ୍ୱର ସଦାପ୍ରଭୁ (ସ୍ୱୟମ୍ଭୂ)ଙ୍କର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’ ‘ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଛନ୍ତି।”’
16
ସଦାପ୍ରଭୁ ଆହୁରି କହିଲେ, “ଯାଅ ଏବଂ ଇସ୍ରାଏଲୀୟ ପ୍ରାଚୀନଗଣଙ୍କୁ କୁହ, ‘ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର, ମୋତେ କହି ଅଛନ୍ତି, ମିଶରୀୟମାନଙ୍କ ଦ୍ୱାରା ତୁମ୍ଭଙ୍କୁ ଦିଆଯାଇଥିବା ଯନ୍ତ୍ରଣାସବୁ, ଆମ୍ଭେ ଟିପି ନେଇଅଛୁ।
17
ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀୟମାନଙ୍କ ହିତ୍ତୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧମଧୁପ୍ରବାହୀ ଦେଶକୁ ନେଇଯିବା।’
18
“ଇସ୍ରାଏଲର ପ୍ରାଚୀନଗଣ ତୁମ୍ଭର କଥା ଶୁଣିବେ। ପ୍ରାଚୀନବର୍ଗମାନଙ୍କ ସହିତ ମିଶରର ରାଜା ଫାରୋଙ୍କ ନିକଟକୁ ଯାଅ। ତୁମ୍ଭେମାନେ ତାଙ୍କୁ କହିବ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର, ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି। ତେଣୁ ଆମ୍ଭେ ବିନୟ କରୁଅଛୁ, ତିନି ଦିନ ମରୁଭୂମି ମଧ୍ୟକୁ ଯାତ୍ରା କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁମତି ଦିଅନ୍ତୁ।’
19
“କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ୟ ହାତର ଶକ୍ତି ବିନା ମିଶରର ରାଜାକୁ ଜବରଦସ୍ତ କରାଗଲେ ମଧ୍ୟ, ତୁମ୍ଭମାନଙ୍କୁ ଯିବାକୁ ଦେବ ନାହିଁ।
20
ତେଣୁ ଆମ୍ଭେ ଆପଣା ମହାନ ଶକ୍ତି ମିଶର ବିରୁଦ୍ଧରେ କାର୍ଯ୍ୟ କରାଇବା। ଆମ୍ଭେ ମିଶରରେ ଆଶ୍ଚର୍ଯ୍ୟ କର୍ମମାନ ଘଟାଇବା, ଏହା ଆମ୍ଭେ କରିବା ପରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।
21
ଆଉ ଆମ୍ଭେ ମିଶରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହର ପାତ୍ର କରିବା, ତହିଁରେ ତୁମ୍ଭମାନଙ୍କର ଯାତ୍ରା ସମୟରେ ସେମାନେ ତୁମ୍ଭମାନଙ୍କୁ ଉପହାରମାନ ଦେବେ।
22
“ସମସ୍ତ ଇସ୍ରାଏଲୀୟ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ, ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବ, ପୁଣି ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିପରି ଭାବରେ ତୁମ୍ଭେମାନେ ମିଶରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40