bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Exodus 33
Exodus 33
Odia Bible ERV 2004 (ପବିତ୍ର ବାଇବଲ)
← Chapter 32
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 34 →
1
ମୁଁ ତୁମ୍ଭ ସହିତ ଯିବି ନାହିଁ ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ୟାଗ କର। ମୁଁ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସେମାନଙ୍କ ଭବିଷ୍ୟଦ୍ ବଂଶଧରମାନଙ୍କୁ ଦେବି ବୋଲି।
2
ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ୱର୍ଗଦୂତ ପଠାଇବି ପୁଣି ମୁଁ କିଣାନୀୟ ଓ ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବି।
3
ତେଣୁ ତୁମ୍ଭେମାନେ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯାଅ କିନ୍ତୁ ମୁଁ ତୁମ୍ଭ ସହିତ ଯିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବି, ଯେହେତୁ ତୁମ୍ଭେମାନେ ଜିଦ୍ଖୋର ଲୋକ।”
4
ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସେମାନେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ।
5
କାରଣ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ଯିବି ତେବେ ତୁମ୍ଭମାନଙ୍କୁ ଧ୍ୱଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହା ପରେ ତୁମ୍ଭମାନଙ୍କ ପାଇଁ କ’ଣ କରାଯିବ ବିଗ୍ଭର କରିବା।’”
6
ତେଣୁ ଇସ୍ରାଏଲୀୟ ଲୋକମାନେ ହୋରେବ ପର୍ବତ ନିକଟରୁ ଆସିବାଠାରୁ ଆଉ ସୁବର୍ଣ୍ଣ ପିନ୍ଧିଲେ ନାହିଁ।
7
ଅସ୍ଥାୟୀ ସମାଗମ-ତମ୍ବୁ ମୋଶା ତମ୍ବୁ ନେଇ ଛାଉଣିଠାରୁ କିଛି ଦୂରରେ ଅଲଗା ଛାଉଣି ସ୍ଥାପନ କଲେ। ସେ ସେହି ତମ୍ବୁର ନାମ “ସମାଗମ-ତମ୍ବୁ ଦେଲେ।” ଯେଉଁ ଲୋକ ସଦାପ୍ରଭୁଙ୍କ ଇଚ୍ଛା ବିଷୟରେ ଜାଣିବାକୁ ଗ୍ଭହିଁଲେ ତାଙ୍କୁ ସେହି ସମାଗମ-ତମ୍ବୁକୁ ଯିବାକୁ ପଡ଼ିଲା।
8
ମୋଶା ବାହାର ହୋଇ ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକେ ଉଠି ନିଜ ନିଜ ତମ୍ବୁ ବାହାରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ସମାଗମ-ତମ୍ବୁରେ ପ୍ରବେଶ ନ କଲେ, ସେପର୍ଯ୍ୟନ୍ତ ସେମାନେ ତାଙ୍କ ପଥକୁ ଅନାଇ ରହିଲେ।
9
ମୋଶା ତମ୍ବୁରେ ପ୍ରବେଶ କରନ୍ତେ ମେଘସ୍ତମ୍ଭ ତମ୍ବୁ ଦ୍ୱାରରେ ଉପସ୍ଥିତ ହେଲା। ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା କଲେ।
10
ତେଣୁ ଯେତେବେଳେ ଲୋକମାନେ ତମ୍ବୁର ଦ୍ୱାର ଦେଶରେ ମେଘ ସ୍ତମ୍ଭ ଦେଖିଲେ। ସେତେବେଳେ ଲୋକମାନେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।
11
ଏହି ପ୍ରକାରେ ସଦାପ୍ରଭୁ ମୋଶାଙ୍କ ସହିତ ମୁହାଁମୁହିଁ କଥାବାର୍ତ୍ତା ହେଲେ। ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା ହେଉଥିଲେ ଯେପରି ସେ ତାଙ୍କର ବନ୍ଧୁ। ସଦାପ୍ରଭୁଙ୍କ ସହିତ ମୋଶା କଥାବାର୍ତ୍ତା କରି ସାରିବା ପରେ ଛାଉଣିକୁ ଫେରି ଆସିଲେ କିନ୍ତୁ ତାଙ୍କର ପରିଗ୍ଭରକ ସର୍ବଦା ତମ୍ବୁରେ ରହୁଥିଲେ। ସେହି ପରିଗ୍ଭରକର ନାମ ଥିଲା ଯିହୋଶୂୟ, ସେ ଥିଲେ ନୂନର ପୁତ୍ର।
12
ମୋଶା ସଦାପ୍ରଭୁଙ୍କର ମହିମା ଦେଖିଲେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ମୋତେ ଆଜ୍ଞା ଦେଲ ଏହି ଲୋକମାନଙ୍କୁ ଆଗେଇ ନେବା ପାଇଁ କିନ୍ତୁ ତୁମ୍ଭେ କହିଲ ନାହିଁ ମୋ’ ସହିତ କାହାକୁ ପଠାଇବ। ତୁମ୍ଭେ ମୋତେ କହିଛ ଯେ, ‘ତୁମ୍ଭେ ମୋତେ ଭଲଭାବେ ଜାଣ, ଏବଂ ତୁମ୍ଭେ ମୋ’ ପ୍ରତି ପ୍ରୀତ।’
13
ଯଦି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛି, ତେବେ ବିନୟ କରୁଛି ତୁମ୍ଭେ ମୋତେ ତୁମ୍ଭର ପଥସବୁ ଶିକ୍ଷା ଦିଅ, ଯେଉଁଥିପାଇଁ ମୁଁ ତୁମ୍ଭକୁ ଖୁସୀ କରି ପାରିବି। ମୁଁ ତୁମ୍ଭ ବିଷୟରେ ଜାଣିବାକୁ ଗ୍ଭହେଁ। ଦୟା କରି ତୁମ୍ଭର ଲୋକମାନଙ୍କର ଦଳରେ ମୋତେ ବିବେଚନା କର।”
14
ସଦାପ୍ରଭୁ ଉତ୍ତର ଦେଲେ, “ମୋର ଉପସ୍ଥିତି ତୁମ୍ଭ ସହିତ ଯିବ ଏବଂ ତୁମ୍ଭକୁ ବିଶ୍ରାମ ଦେବ।”
15
ଏହା ପରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ନ ରହେ, ତେବେ ଆମ୍ଭମାନଙ୍କୁ କେଉଁଠାକୁ ପଠାଅ ନାହିଁ।
16
କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ଯାଅ, ଆମ୍ଭେମାନେ ନିଶ୍ଚିତ ଭାବରେ ଜାଣିବୁ। ଯେମନ୍ତ ଆମ୍ଭେ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କଠାରୁ ବିଶେଷ ଲୋକ ହେବା। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନ ଯାଅ, ତେବେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେମାନେ ଭିନ୍ନ ନୋହୁଁ।”
17
ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର କଥା ଅନୁଯାୟୀ ମୁଁ କରିବି କାରଣ ମୁଁ ତୁମ୍ଭ ପ୍ରତି ପ୍ରୀତ ଓ ତୁମ୍ଭକୁ ମୁଁ ତୁମ୍ଭର ନାମଦ୍ୱାରା ଜାଣିଅଛି।”
18
ଏହା ପରେ ମୋଶା କହିଲେ, “ବର୍ତ୍ତମାନ ତୁମ୍ଭର ମହିମା ମୋତେ ଦେଖାଅ।”
19
ଏହା ପରେ ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭ ସମ୍ମୁଖରେ ଆପଣାର ସମସ୍ତ ଉତ୍ତମତା ଗମନ କରାଇବି, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରାଇବି। ମୁଁ ଯାହାକୁ ଅନୁଗ୍ରହ କରେ ତାହାକୁ ଅନୁଗ୍ରହ କରିବି ଓ ଯାହାକୁ ଦୟାକରେ ତାହାକୁ ଦୟା କରିବି।
20
କିନ୍ତୁ ତୁମ୍ଭେ ମୋର ମୁଖ ଦେଖି ପାରିବ ନାହିଁ। କାରଣ କେହି ମୋତେ ଦେଖିଲେ ଜୀବିତ ରହି ପାରିବେ ନାହିଁ।
21
“ମୋ’ ନିକଟରେ ଏକ ଶୈଳ ଅଛି। ତୁମ୍ଭେ ସେହି ଶୈଳ ଉପରେ ଛିଡ଼ା ହେବ।
22
ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ମୁଁ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବି ଓ ମୁଁ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଛନ୍ନ କରିବି।
23
ଏହା ପରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ, ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ। ମାତ୍ର ଆମ୍ଭର ମୁଖ ଦେଖି ପାରିବ ନାହିଁ।”
← Chapter 32
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 34 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40