bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Exodus 8
Exodus 8
Odia Bible ERV 2004 (ପବିତ୍ର ବାଇବଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 9 →
1
ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋଙ୍କ ନିକଟକୁ ଯାଅ ଏବଂ କୁହ, ସଦାପ୍ରଭୁ ଏହିକଥା କୁହନ୍ତି, ‘ମୋର ଲୋକମାନଙ୍କୁ ଯିବା ପାଇଁ ଦିଅ, ଯାହାଫଳରେ ସେମାନେ ମୋତେ ଉପାସନା କରିବେ।
2
ଯଦି ତୁମ୍ଭେ ମୋର ଲୋକମାନଙ୍କୁ ଛାଡ଼ିବାକୁ ମନା କରିବ, ତେବେ ମୁଁ ମିଶରକୁ ସମ୍ପୂର୍ଣ୍ଣ ବେଙ୍ଗରେ ପରିପୂର୍ଣ୍ଣ କରି ଦେବି।
3
ନୀଳନଦୀ ସମ୍ପୂର୍ଣ୍ଣ ବେଙ୍ଗରେ ପରିପୂର୍ଣ୍ଣ ହେବ। ସେମାନେ ନଦୀରୁ ଆସି ତୁମ୍ଭର ଘରେ ପଶିବେ। ସେମାନେ ତୁମ୍ଭର ଶୟନ କକ୍ଷ ଓ ଶେଯରେ ପଡ଼ି ରହିବେ ଏବଂ ସେମାନେ ତୁମ୍ଭର ଅଧିକାରୀଗଣଙ୍କ ଓ ତୁମ୍ଭ ଲୋକମାନଙ୍କ ଗୃହରେ ପ୍ରବେଶ କରିବେ ଏବଂ ବେଙ୍ଗଗୁଡ଼ିକ ତୁମ୍ଭର ଜଳପାତ୍ର, ଅଧିକାରୀମାନଙ୍କର ଚୁଲ୍ଲୀରେ ପ୍ରବେଶ କରିବେ।
4
ବେଙ୍ଗମାନେ ତୁମ୍ଭର କର୍ମଗ୍ଭରୀ ଏବଂ ତୁମ୍ଭର ଲୋକମାନଙ୍କ ଓ ତୁମ୍ଭ ଉପରକୁ ଉଠିବେ।’”
5
ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ସେ ତା’ର ଆଶାବାଡ଼ିକୁ ଧରି ନଦୀ, ହ୍ରଦ, କେନାଲ୍, ସବୁଆଡ଼େ ବୁଲାଉ। ଏହା ପରେ ବେଙ୍ଗମାନେ ମିଶରର ସ୍ଥଳଭାଗକୁ ଉଠି ଆସିବେ।”
6
ତେଣୁ ହାରୋଣ ମିଶରର ସମସ୍ତ ଜଳଭାଗ ଉପରେ ତାଙ୍କର ହସ୍ତ ପ୍ରସାରଣ କଲେ। ଏଥିରେ ବେଙ୍ଗମାନେ ଜଳଭାଗରୁ ବାହାରି ମିଶରର ଭୂମିରେ ପରିପୂର୍ଣ୍ଣ ହୋଇଗଲେ।
7
ମନ୍ତ୍ରଜ୍ଞମାନେ ମଧ୍ୟ ସେମାନଙ୍କର ଗୁପ୍ତ ଯାଦୁବିଦ୍ୟା ବଳରେ ଠିକ୍ ସେହିପରି ବେଙ୍ଗମାନଙ୍କୁ ବାହାର କରି ପାରିଲେ। ଯେଉଁଥିପାଇଁ ସମଗ୍ର ମିଶର ବେଙ୍ଗରେ ପରିପୂର୍ଣ୍ଣ ହୋଇଗଲା।
8
ଫାରୋ ମୋଶା ଏବଂ ହାରୋଣଙ୍କୁ ଡାକିଲେ। ଫାରୋ କହିଲେ, “ସଦାପ୍ରଭୁଙ୍କୁ କୁହ ମୋ’ ଉପରୁ, ମୋର ଲୋକମାନଙ୍କ ଉପରୁ ବେଙ୍ଗମାନଙ୍କୁ କାଢ଼ି ନିଅନ୍ତୁ। ମୁଁ ତାଙ୍କର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଛାଡ଼ି ଦେବି।”
9
ମୋଶା ଫାରୋଙ୍କୁ କହିଲେ, “ଦୟାକରି କୁହ ତୁମ୍ଭେ କେତେବେଳେ ଗ୍ଭହୁଁଛ ବେଙ୍ଗମାନେ ପଳାଇବା ପାଇଁ, ମୁଁ ତୁମ୍ଭ ପାଇଁ ପ୍ରାର୍ଥାନା କରିବି, ତୁମ୍ଭର କର୍ମଗ୍ଭରୀ ଏବଂ ତୁମ୍ଭର ଲୋକମାନଙ୍କ ପାଇଁ ମଧ୍ୟ ପ୍ରାର୍ଥନା କରିବି। ତା’ପରେ ବେଙ୍ଗମାନେ ତୁମ୍ଭମାନଙ୍କଠାରୁ ପଳାଇବେ। ବେଙ୍ଗମାନେ କେବଳ ନଦୀରେ ରହିବେ।”
10
ଫାରୋ ଉତ୍ତର ଦେଲେ, “ଆସନ୍ତାକାଲି।” ମୋଶା କହିଲେ, “ତୁମ୍ଭେ ଯେପରି କହିଲ ସେହିପରି ହେବ। ଏହି ପ୍ରକାରେ ତୁମ୍ଭେ ଜାଣିବ ଏପରି ଦେବତା ନାହିଁ ଯାହା ଆମ୍ଭର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପରି ହେବ।
11
ବେଙ୍ଗମାନେ ତୁମ୍ଭକୁ, ତୁମ୍ଭର ଗୃହକୁ, ତୁମ୍ଭର ଲୋକମାନଙ୍କୁ ଏବଂ ତୁମ୍ଭର କର୍ମଗ୍ଭରୀମାନଙ୍କୁ ଛାଡ଼ି ପଳାଇବେ। ସେମାନେ କେବଳ ନଦୀରେ ରହିବେ।”
12
ମୋଶା ଏବଂ ହାରୋଣ ଫାରୋଙ୍କ ନିକଟରୁ ବିଦାୟ ନେଲେ। ସେ ଯେଉଁ ବେଙ୍ଗମାନଙ୍କୁ ଫାରୋଙ୍କ ବିରୁଦ୍ଧରେ ପଠାଇଥିଲେ, ସେଗୁଡ଼ିକୁ ହଟାଇ ନେବା ପାଇଁ ମୋଶା ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।
13
ଏବଂ ମୋଶା ଯାହା ଗ୍ଭହିଁଲେ ସଦାପ୍ରଭୁ ସେହିପରି କଲେ। ଯେଉଁ ବେଙ୍ଗମାନେ ଘରେ, ଅଗଣାରେ ଏବଂ ଜମିରେ ଥିଲେ ସେଗୁଡ଼ିକ ମରିଗଲେ।
14
ସେମାନେ ଗଦା ହୋଇ ରୁଣ୍ଡ ହେଲେ ଏବଂ ସେଗୁଡ଼ିକ ଯୋଗୁଁ ସ୍ଥାନଟିରୁ ଦୁର୍ଗନ୍ଧ ବାହାରିଲା।
15
ଫାରୋ ହୃଦୟଙ୍ଗମ କଲେ ଯେ, ସେ ବେଙ୍ଗମାନଙ୍କ ଦାଉରୁ ରକ୍ଷା ପାଇଲେ। ଏବଂ ସେ ପୁଣି ଜିଦ୍ଖୋର ହେଲେ। ସେ ସେମାନଙ୍କ କଥା ଶୁଣିଲେ ନାହିଁ। ସଦାପ୍ରଭୁ ଯେପରି କହିଥିଲେ, ସେହିପରି ସବୁ ଘଟିଗଲା।
16
ଉକୁଣିଆ ପୋକ ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ତାଙ୍କର ଆଶାବାଡ଼ି ଉଠାଇ ଭୂମିରେ ଆଘାତ କରିବ। ଏବଂ ମିଶରର ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହୋଇଯିବେ।”
17
ସେମାନେ ସେହିପରି କଲେ। ହାରୋଣ ତାଙ୍କର ଆଶାବାଡ଼ି ଉଠାଇ ଭୂମିରେ ଆଘାତ କଲେ ଏବଂ ମିଶରରେ ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହୋଇଗଲା। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ୟମାନଙ୍କଠାରେ ବ୍ୟାପିଗଲେ।
18
ମିଶରର ମନ୍ତ୍ରଜ୍ଞମାନେ ସେମାନଙ୍କର ଗୁପ୍ତ ଯାଦୁବିଦ୍ୟା ଦ୍ୱାରା ଏପରି କରିବାକୁ ଚେଷ୍ଟା କଲେ, କିନ୍ତୁ ବିଫଳ ହେଲେ, ମନ୍ତ୍ରଜ୍ଞମାନେ ଧୂଳିରୁ ଉକୁଣିଆ ପୋକମାନ ସୃଷ୍ଟି କରି ପାରିଲେ ନାହିଁ। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ୟମାନଙ୍କଠାରେ ରହିଗଲେ।
19
ତେଣୁ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ପରମେଶ୍ୱର ଏହା କରିଛନ୍ତି। କିନ୍ତୁ ଫାରୋ ପୁଣି ଜିଦ୍ଖୋର ହେଲେ। ସେ ସେମାନଙ୍କ କଥା ଶୁଣିଲେ ନାହିଁ।
20
ମାଛିମାନେ ପରମେଶ୍ୱର ମୋଶାଙ୍କୁ କହିଲେ, “ପ୍ରଭାତରୁ ଉଠି ଫାରୋଙ୍କ ନିକଟକୁ ଯାଅ। ସେ ଯେତେବେଳେ ନଦୀକୂଳକୁ ଯିବ। ଏହିପରି କୁହ ସଦାପ୍ରଭୁ କହିଲେ, ‘ମୋର ଲୋକମାନଙ୍କୁ ଛାଡ଼ ସେମାନେ ମୋର ଉପାସନା କରିବେ।
21
ଯଦି ତୁମ୍ଭେ ମୋର ଲୋକମାନଙ୍କୁ ଯିବାକୁ ନ ଦିଅ ତେବେ ମାଛିମାନଙ୍କ ଦ୍ୱାରା ତୁମ୍ଭର ଗୃହ ପରିପୂର୍ଣ୍ଣ ହେବ। ଏବଂ ମାଛିମାନେ ତୁମ୍ଭ ଉପରେ, ତୁମ୍ଭର ଲୋକମାନଙ୍କ ଉପରେ, ତୁମ୍ଭର କର୍ମଗ୍ଭରୀମାନଙ୍କ ଉପରେ ବ୍ୟାପିଯିବେ। ମିଶରର ସମସ୍ତ ଗୃହ ମାଛିରେ ପରିପୂର୍ଣ୍ଣ ହେବ। ଏବଂ ମାଛିମାନଙ୍କ ଦ୍ୱାରା ମଧ୍ୟ ଭୂମି ପରିପୂର୍ଣ୍ଣ ହେବ।
22
କିନ୍ତୁ ମୁଁ ଇସ୍ରାଏଲୀୟ ଲୋକମାନଙ୍କ ପ୍ରତି ଏପରି ବ୍ୟବହାର କରିବି ନାହିଁ ଯେପରି ମିଶର ଲୋକମାନଙ୍କ ପ୍ରତି ହେବ। ଗୋଶନରେ କୌଣସି ମାଛି ହେବ ନାହିଁ, ଯେଉଁଠାରେ ମୋର ଲୋକମାନେ ବାସ କରୁଛନ୍ତି। ଏହି ପ୍ରକାରେ ତୁମ୍ଭେ ଜାଣିବ ଯେ ମୁଁ ହେଉଛି ସଦାପ୍ରଭୁ, ଏହି ଭୂମିର ଅଟେ।
23
ତେଣୁ ଆସନ୍ତାକାଲିଠାରୁ ମୁଁ ମୋର ଲୋକମାନଙ୍କୁ ତୁମ୍ଭର ଲୋକମାନଙ୍କଠାରୁ ଭିନ୍ନ ଭାବରେ ବ୍ୟବହାର କରିବି ଏବଂ ତାହା ମୋର ପ୍ରମାଣ ସ୍ୱରୂପ ହେବ।’”
24
ତେଣୁ ସଦାପ୍ରଭୁ ଯେପରି କହିଥିଲେ, ସେହିପରି ବହୁସଂଖ୍ୟକ ମାଛି ମିଶରରେ ପ୍ରବେଶ କରାଇଲେ। ମାଛିମାନେ ଫାରୋଙ୍କ ଗୃହରେ, ତାଙ୍କର କର୍ମଗ୍ଭରୀମାନଙ୍କ ଗୃହରେ ଏବଂ ଏପରିକି ମିଶରର ଗ୍ଭରିଆଡ଼େ ଘେରିଗଲେ। ମାଛିମାନେ ଦେଶକୁ ନଷ୍ଟ କରିବାକୁ ଲାଗିଲେ।
25
ତେଣୁ ଫାରୋ ମୋଶା ଓ ହାରୋଣଙ୍କୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”
26
କିନ୍ତୁ ମୋଶା କହିଲେ, “ଏହା କଦାପି ଠିକ୍ ହେବ ନାହିଁ। ମିଶରବାସୀମାନେ ଭାବିବେ ଯେ, ପଶୁମାନଙ୍କୁ ମାରି ବଳିଦାନ କରିବା, ଏକ ଭୟଙ୍କର କାର୍ଯ୍ୟ ହେବ। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯଦି ଆମ୍ଭେ ଏପରି କାର୍ଯ୍ୟ ଏହିଠାରେ କରୁ ତେବେ ମିଶରବାସୀ ଆମ୍ଭମାନଙ୍କୁ ଦେଖିବେ, ଏବଂ ସେମାନେ ଆମ୍ଭମାନଙ୍କ ଉପରକୁ ପଥର ଫୋପାଡ଼ିବେ।
27
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କରିବା ନିମନ୍ତେ ଆମ୍ଭମାନଙ୍କୁ ତିନି ଦିନ ପାଇଁ ମରୁଭୂମିକୁ ଯିବାକୁ ଅନୁମତି ଦିଅ। ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କୁ ଏହା କରିବାକୁ ଆଜ୍ଞା କରିଅଛନ୍ତି।”
28
ତେଣୁ ଫାରୋ କହିଲେ, “ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ମରୁଭୂମିକୁ ଯିବାକୁ ଅନୁମତି ଦେବି। କିନ୍ତୁ ତୁମ୍ଭେମାନେ ବେଶୀଦୂର ଯିବା ଉଚିତ୍ ନୁହେଁ। ବର୍ତ୍ତମାନ ଯାଅ ଏବଂ ମୋ’ ପାଇଁ ପ୍ରାର୍ଥନା କର।”
29
ମୋଶା କହିଲେ, “ଦେଖ, ଏ ସ୍ଥାନରୁ ଯାଇ ମୁଁ ତୁମ୍ଭ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ମାଛିମାନଙ୍କଠାରୁ ମୁକ୍ତି ପାଇବା ପାଇଁ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ପାଇଁ ଯାଉଥିବା ଲୋକମାନଙ୍କୁ ଅଟକାଇବ ନାହିଁ।”
30
ତେଣୁ ମୋଶା ଫାରୋଙ୍କ ନିକଟରୁ ବିଦାୟ ନେଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।
31
ଏବଂ ମୋଶା ଯେପରି ଗ୍ଭହିଁଲେ, ସଦାପ୍ରଭୁ ସେହିପରି କଲେ। ସଦାପ୍ରଭୁ ମାଛିମାନଙ୍କୁ ଫାରୋଙ୍କଠାରୁ, ତାଙ୍କର କର୍ମଗ୍ଭରୀ ଏବଂ ତାଙ୍କର ଲୋକମାନଙ୍କଠାରୁ ଦୂରେଇ ନେଲେ। କୌଣସି ମାଛି ରହିଲେ ନାହିଁ।
32
କିନ୍ତୁ ଫାରୋ ପୁଣି କଠିନ ହେଲେ ଏବଂ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40