bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ezekiel 33
Ezekiel 33
Odia Bible ERV 2004 (ପବିତ୍ର ବାଇବଲ)
← Chapter 32
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 34 →
1
ପରମେଶ୍ୱର ଯିହିଜିକଲଙ୍କୁ ଇସ୍ରାଏଲ ପ୍ରହରୀ ରୂପେ ନିଯୁକ୍ତ କରନ୍ତି ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
2
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ନିଜ ଲୋକମାନଙ୍କୁ କୁହ, ‘ଆମ୍ଭେ ଯେତେବେଳେ କୌଣସି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣୁ, ସେ ଦେଶର ଲୋକମାନେ ନିଜ ଲୋକମାନଙ୍କ ମଧ୍ୟରୁ ଜଣଙ୍କୁ ସେତେବେଳେ ଏକ ପ୍ରହରୀ କରି ନିଯୁକ୍ତ କରନ୍ତି।
3
ଆଉ ସେ ଯଦି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣିବାର ଦେଖେ, ତେବେ ସେ ତୂରୀ ବଜାଇ ଲୋକମାନଙ୍କୁ ସଚେତନ କରାଏ।
4
ଯଦି କେହି ତୂରୀ ଶବ୍ଦ ଶୁଣି ସତର୍କ ନ ହୁଏ ଓ ଶତ୍ରୁର ଖଡ଼୍ଗ ତାହାକୁ ହତ୍ୟା କରେ, ତେବେ ତାହାର ମୃତ୍ୟୁ ପାଇଁ ସେ ଦାୟୀ ରହିବ।
5
କାରଣ ସେ ତୂରୀଶବ୍ଦ ଶୁଣି ସତର୍କ ହେଲା ନାହିଁ ଏବଂ ଶତ୍ରୁଗଣ ତାକୁ ହତ୍ୟା କରନ୍ତି। ତେବେ ସେମାନେ ନିଜର ମୃତ୍ୟୁ ପାଇଁ ଦାୟୀ ରହିବେ। କାରଣ ସେମାନେ ସଚେତନ ହୋଇଥିଲେ ନିଜର ପ୍ରାଣ ବଞ୍ଚାଇ ଥା’ନ୍ତେ।
6
“‘କିନ୍ତୁ ସେ ପ୍ରହରୀ ଯଦି ଖଡ଼୍ଗ ଆସିବାର ଦେଖି ତୂରୀ ନ ବଜାଏ ଓ ଲୋକମାନେ ସଚେତନ ନ ହୁଅନ୍ତି ଆଉ ଖଡ଼୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ହତ୍ୟା କରେ, ତେବେ ନିଜ ପାପ ଯୋଗୁଁ ହତ୍ୟା ହେଲା। କିନ୍ତୁ ମୁଁ ତାହାର ରକ୍ତର ପ୍ରତିଶୋଧ ସେହି ପ୍ରହରୀ ଉପରେ ନେବି।’
7
“ଏଣୁ ହେ ମନୁଷ୍ୟ ପୁତ୍ର, ମୁଁ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛି, ତୁମ୍ଭେ ମୋର ମୁଖରୁ ଯେଉଁ ବାକ୍ୟଗୁଡ଼ିକ ମୋ’ ପକ୍ଷରୁ ସେମାନଙ୍କୁ ସଚେତନ କରିବ।
8
ମୁଁ ଯେତେବେଳେ କୌଣସି ଦୁଷ୍ଟ ଲୋକକୁ କହିବି, ‘ହେ ଦୁଷ୍ଟଲୋକ, ତୁମ୍ଭେ ନିଶ୍ଚୟ ମରିବ।’ ସେତେବେଳେ ତୁମ୍ଭେ ଯଦି ତାକୁ ସଚେତନ ନ କର ଓ ସେ ତାହାର ଜୀବନ ପଥ ପରିବର୍ତ୍ତନ ନ କରେ, ତେବେ ସେହି ଦୁଷ୍ଟଲୋକ ନିଜ ପାପରେ ମରିବ। ମୁଁ ତାହାର ରକ୍ତର ପ୍ରତିଶୋଧ ତୁମ୍ଭ ଉପରେ ନେବି।
9
କିନ୍ତୁ ଯଦି ସେହି ଦୁଷ୍ଟ ଲୋକକୁ ସଚେତନ କଲାପରେ ତା’ର ଜୀବନ ପଥ ନ ବଦଳାଏ ଓ ପାପରୁ ନିବୃତ୍ତ ନ ହୁଏ, ତେବେ ସେ ତାହାର ପାପ ଯୋଗୁଁ ମରିବ। କିନ୍ତୁ ତୁମ୍ଭେ ନିଜର ପ୍ରାଣ ବଞ୍ଚାଇବ।
10
ପରମେଶ୍ୱର ଲୋକମାନଙ୍କର ବିନାଶ ଗ୍ଭହାନ୍ତି ନାହିଁ “ଆଉ ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ କୁହ, ତୁମ୍ଭେମାନେ ଏ ପ୍ରକାର କହୁଅଛ, ‘ଆମ୍ଭମାନଙ୍କର ବ୍ୟବସ୍ଥା ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ସେଥିରେ ହିଁ କ୍ଷୟ ପାଉଅଛୁ, କିନ୍ତୁ ବର୍ତ୍ତମାନ ମୁଁ କିପରି ରକ୍ଷା ପାଇବି?’
11
“ତେବେ ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ। କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହୋଇ ବଞ୍ଚେ, ସେଥିରେ ଆମ୍ଭେ ସନ୍ତୋଷ ଲାଭ କରୁ। ତେଣୁ ତୁମ୍ଭେମାନେ ନିଜ ନିଜ କୁପଥରୁ ଫେର ଓ ମୋର ନିକଟବର୍ତ୍ତୀ ହୁଅ। ହେ ଇସ୍ରାଏଲ ବଂଶ ତୁମ୍ଭେ କାହିଁକି ମରିବ?’
12
“ହେ ମନୁଷ୍ୟପୁତ୍ର, ତୁମ୍ଭର ଲୋକମାନଙ୍କୁ କୁହ, ‘ଧାର୍ମିକମାନଙ୍କର ପୁଣ୍ୟ ସେଦିନ ତାକୁ ରକ୍ଷା କରି ପାରିବ ନାହିଁ, ଯେତେବେଳେ ସେ ପାପ କରେ। ଏବଂ ଦୁଷ୍ଟ ଲୋକର ଦୁଷ୍ଟ ସ୍ୱଭାବ ତା’ର ପତନର କାରଣ ହେବ ନାହିଁ ଯେତେବେଳେ ସେ ଠିକ୍ କାର୍ଯ୍ୟ କରିବାକୁ ଆରମ୍ଭ କରେ। ଏବଂ ଯେଉଁ ଦିନ ଦୁଷ୍ଟ ଲୋକଟି ତା’ର ପାପରୁ ନିବୃତ୍ତ ହେବ, ସେ ତା’ର ପାପ ପାଇଁ ଆଉ ଯନ୍ତ୍ରଣା ଭୋଗ କରିବ ନାହିଁ। ଏବଂ ଠିକ୍ ସେହିପରି ଜଣେ ଧାର୍ମିକ ଲୋକ ପାପ କରେ, ତେବେ ତାକୁ ତା’ର ଅତୀତର ଧାର୍ମିକତା ଯୋଗୁଁ ବଞ୍ଚିବାକୁ ଅନୁମତି ଦିଆଯିବ ନାହିଁ।’
13
“ଯଦି ମୁଁ ଜଣେ ଧାର୍ମିକ ବ୍ୟକ୍ତିକୁ କୁହେ, ‘ତୁମ୍ଭେ ନିଶ୍ଚିତ ଭାବରେ ବଞ୍ଚିବ,’ ଏବଂ ସେ ତା’ର ଅତୀତର ଧାର୍ମିକତାକୁ ଭରସା କରି ପାପ କରେ, ତା’ର କୌଣସି ପୂର୍ବ ଧାର୍ମିକତା ସ୍ମରଣ କରାଯିବ ନାହିଁ ଏବଂ ସେ ତା’ର ପାପ ପାଇଁ ମରିବ।
14
“ଏବଂ ଯେତେବେଳେ ମୁଁ ଜଣେ ଦୁଷ୍ଟ ଲୋକକୁ କୁହେ, ତୁମ୍ଭେ ନିଶ୍ଚିତ ଭାବରେ ମରିବ, ଏବଂ ସେ ପାପରୁ ବିରତ ହୁଏ ଯାହା ଠିକ୍ ଓ ଯଥାର୍ଥ ତାହା କରେ,
15
ସେହି ଦୁଷ୍ଟଲୋକ ଯେବେ ବନ୍ଧନ ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ଯଦି ସେ ସମସ୍ତ ଜିନିଷଗୁଡ଼ିକ ପାଇଁ ପରିଶୋଧ କରେ, ଯେ ସେ ପାଦ୍ରୀ, କୌଣସି ପାପ ନ କରି ଜୀବନଦାୟକ ବିଧି ପଥରେ ଗ୍ଭଲେ, ତେବେ ସେ ନିଶ୍ଚୟ ବଞ୍ଚିବ ସେ ମରିବ ନାହିଁ।
16
ତାହାର ଅତୀତର କୌଣସି ପାପକର୍ମଗୁଡ଼ିକୁ ସ୍ମରଣ କରାଯିବ ନାହିଁ। ଯେହେତୁ ସେ ଯାହା ନ୍ୟାୟ ଓ ଧର୍ମାଚରଣ କରିଛି, ସେ ବଞ୍ଚିବ।
17
“କିନ୍ତୁ ତୁମ୍ଭର ଲୋକମାନେ କହୁଅଛନ୍ତି ଯେ, ‘ସଦାପ୍ରଭୁ ଆମ୍ଭର ପ୍ରଭୁ ପଥ ସରଳ ନୁହେଁ।’ “କିନ୍ତୁ ପ୍ରକୃତରେ ସେମାନଙ୍କର ନିଜ ପଥ ସରଳ ନୁହେଁ।
18
ଯଦି ଜଣେ ଧାର୍ମିକ ବ୍ୟକ୍ତି ଆପଣା ଧାର୍ମିକତାରୁ ଓହରି ପାପ କରେ ସେ ତହିଁରେ ମରିବ।
19
ଯଦି ଜଣେ ଦୁଷ୍ଟ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ ସେ ବଞ୍ଚିବ।
20
ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲର ଲୋକମାନେ, ମୁଁ ତୁମ୍ଭମାନଙ୍କର ପ୍ରତ୍ୟେକ ଲୋକର ତା’ର ଆଗ୍ଭର ବ୍ୟବହାର ଅନୁସାରେ ବିଗ୍ଭର କରିବି।”
21
ଯିରୁଶାଲମ ଅଧିକୃତ ହୋଇଅଛି ଅନନ୍ତର ଆମ୍ଭମାନଙ୍କ ନିର୍ବାସରେ ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୁଶାଲମରୁ ଜଣେ ପଳାତକ ମୋ’ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”
22
ସେହି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସନ୍ଧ୍ୟା ସମୟରେ ମୋର ପ୍ରଭୁ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଥିଲା। ପ୍ରାତଃକାଳରେ ସେହି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସେ ମୋର ମୁଖ ଫିଟାଇଥିଲେ। ଆଉ ମୁଁ ଚୁପ୍ ହୋଇ ରହିଲି ନାହିଁ।
23
ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
24
“ହେ ମନୁଷ୍ୟ ପୁତ୍ର, ଯେଉଁମାନେ ଇସ୍ରାଏଲ ଦେଶର ସେହି ଧ୍ୱଂସପ୍ରାପ୍ତ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ‘ଅବ୍ରହାମ ଏକମାତ୍ର ଜଣେ ବ୍ୟକ୍ତି ଥିଲେ, ତଥାପି ସେ ଦେଶ ଅଧିକାର କରିବା ପାଇଁ ଆସିଲେ। କିନ୍ତୁ ଆମ୍ଭେମାନେ ଅନେକ ଲୋକ, ତେଣୁ ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦିଆଗଲା।’
25
“ତେଣୁ ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ରକ୍ତ ସହିତ ମାଂସ ଖାଉଅଛ ଓ ତୁମ୍ଭେ ତୁମ୍ଭର ପ୍ରତିମାଗଣକୁ ଦେଖ ସାହାଯ୍ୟ ପାଇଁ, ଆଉ ରକ୍ତପାତ କରୁଅଛ। ତେବେ ତୁମ୍ଭମାନଙ୍କୁ କାହିଁକି ଦେଶାଧିକାର ଦିଆଯିବ?
26
ତୁମ୍ଭେମାନେ ନିଜ ନିଜ ଖଡ଼୍ଗ ଉପରେ ନିର୍ଭର କରୁଅଛ। ଆଉ ପାପ ଯୋଗ୍ୟ କର୍ମ କରୁଅଛ ଓ ପ୍ରତ୍ୟେକ ନିଜ ନିଜ ପ୍ରତିବାସୀର ସ୍ତ୍ରୀକୁ ପାପ ବ୍ୟଭିଗ୍ଭରୀ ଦ୍ୱାରା ଅଶୁଚି କରୁଅଛ। ତେଣୁ ତୁମ୍ଭମାନଙ୍କୁ କାହିଁକି ଦେଶାଧିକାର ଦିଆଯିବ?’
27
“‘ଏହିରୂପେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ଧ୍ୱଂସପ୍ରାପ୍ତ ସ୍ଥାନରେ ରହିଥିବା ଲୋକମାନେ ଖଡ଼୍ଗରେ ପତିତ ହେବେ ଏବଂ ଯେଉଁମାନେ ଖୋଲା ପ୍ରାନ୍ତରରେ ଥିବେ ସେମାନଙ୍କୁ ପଶୁମାନେ ଭକ୍ଷ୍ୟଣ କରିବେ କିନ୍ତୁ ଯେଉଁ ଲୋକମାନେ ଦୃଢ଼ ଦୁର୍ଗ ଓ ଗୁମ୍ଫା ମଧ୍ୟରେ ଲୁଚି ରହିବେ, ସେମାନେ ମହାମାରୀରେ ମରିବେ।
28
ଏବଂ ମୁଁ ଇସ୍ରାଏଲ ଦେଶକୁ ବିନଷ୍ଟ ଓ ଶୂନ୍ୟ କରିବି। ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ। ପୁଣି ଇସ୍ରାଏଲର ପର୍ବତଗଣ ନିର୍ଜ୍ଜନ ହେବେ, ଆଉ କେହି ତାହା ମଧ୍ୟଦେଇ ଗମନାଗମନ କରିବେ ନାହିଁ।
29
ସେମାନେ ଏପରି ଘୃଣ୍ୟ ଓ ମନ୍ଦକର୍ମ କରିଅଛନ୍ତି ଯେ ଆମ୍ଭେ ଦେଶକୁ ଧ୍ୱଂସିତ ଓ ଶୂନ୍ୟସ୍ଥାନ କରାଇବା। ତାହାହେଲେ ଆମ୍ଭେ ଯେ ସଦାପ୍ରଭୁ ଅଟୁ ତାହା ସେମାନେ ଜାଣିବେ।”
30
“‘ପୁଣି ହେ ମନୁଷ୍ୟ ପୁତ୍ର, ତୁମ୍ଭ ଲୋକମାନଙ୍କର କାନ୍ଥ ନିକଟରେ ଠିଆ ହୋଇ ସେମାନଙ୍କର ଦ୍ୱାରଗୁଡ଼ିକରେ ଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି। ଆଉ ଜଣେ ଅନ୍ୟ ଜଣକୁ କହେ, “ଭାଇ ଆସ, ସଦାପ୍ରଭୁଙ୍କଠାରୁ ଭବିଷ୍ୟଦ୍ବାଣୀ ଶୁଣିବା।”
31
ଏବଂ ସେମାନେ ମୋ’ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମୋ’ ଲୋକପରି ସେମାନେ ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସେମାନେ ମୋ’ କଥା ମାନନ୍ତି ନାହିଁ। କାରଣ ସେମାନେ କେବଳ ତାହା କରନ୍ତି, ଯାହା ସେମାନେ କରିବାକୁ ଗ୍ଭହାନ୍ତି। ଏବଂ ସେମାନଙ୍କ ହୃଦୟ ଅସାଧୁ ଲାଭ ପାଇଁ ଲୋଭି ଅଟେ।
32
“‘ତୁମ୍ଭେ ସେମାନଙ୍କ ନିକଟରେ ମଧୁର ସଙ୍ଗୀତ ଗାନ କରୁଥିବା ଗାୟକ ସଦୃଶ ଅଟ। ତୁମ୍ଭର ମଧୁର ସ୍ୱର ଅଛି, ତୁମ୍ଭେ ଉତ୍ତମ ରୂପେ ବାଦ୍ୟଯନ୍ତ୍ର ବଜାଇ ପାର। ତେଣୁ ସେମାନେ ତୁମ୍ଭର କଥା ଶୁଣନ୍ତି, କିନ୍ତୁ ତୁମ୍ଭେ ଯାହା କୁହ ତାହା କରନ୍ତି ନାହିଁ।
33
ଏବଂ ଯେତେବେଳେ ଏହା ସତ ହୁଏ ଏବଂ ଏହା ଆସୁଛି, ତା’ପରେ ସେମାନେ ଜାଣିବେ ଯେ, ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ଥିଲେ।’”
← Chapter 32
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 34 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48