bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ezra 3
Ezra 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 4 →
1
ଯଜ୍ଞବେଦିର ପୁନଃନିର୍ମାଣ ଏହା ପରେ ସପ୍ତମ ମାସରେ ଇସ୍ରାଏଲ ସନ୍ତାନଗଣ ଯିରୁଶାଲମଠାରେ ଏକ ବ୍ୟକ୍ତି ତୁଲ୍ୟ ଏକତ୍ରିତ ହେଲେ।
2
ଯୋଷାଦକର ପୁତ୍ର ଯେଶୂୟ ଓ ତାର ଯାଜକ ଭାତୃଗଣ, ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ତାର ଭାତୃଗଣ ମିଶି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନ ଅନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।
3
ସେହି ଲୋକମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଭୟ କରୁଥିଲେ ଯେଉଁମାନେ ସେମାନଙ୍କ ନିକଟରେ ବାସ କରୁଥିଲେ। କିନ୍ତୁ ତାହା ସେମାନଙ୍କୁ ଏହା କରିବାରୁ ନିବୃତ୍ତ କରିପାରି ନ ଥିଲା। ସେମାନେ ସେହି ପୁରୁଣା ଯଜ୍ଞବେଦି ଆଧାର ଉପରେ ନୂତନ ଯଜ୍ଞବେଦି ନିର୍ମାଣ କଲେ। ସେମାନେ ସକାଳେ ଓ ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କର ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ।
4
ଏହା ପରେ ସେମାନେ ପତ୍ରକୁଟୀର ପର୍ବ ପାଳନ କଲେ। ସେମାନେ ପ୍ରତିଦିନର ବ୍ୟବସ୍ଥାରେ ଲେଖାଯାଇଥିବା ପ୍ରତ୍ୟେକ ଦିନର ଆବଶ୍ୟକ ସଂଖ୍ୟା ଅନୁସାରେ ସେମାନେ ହୋମବଳି ଉତ୍ସର୍ଗ କଲେ।
5
ଏହା ପରେ ସେମାନେ ନିତ୍ୟ ହୋମବଳି, ଅମାବାସ୍ୟାରେ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କଲେ।
6
ସପ୍ତମ ମାସର ପ୍ରଥମ ଦିନରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ। ମାତ୍ର ସେ ସମୟରେ ସଦାପ୍ରଭୁଙ୍କ ମନ୍ଦିରର ମୂଳ ଭିତ୍ତି ଆରମ୍ଭ ହୋଇ ନ ଥିଲା।
7
ମନ୍ଦିରର ପୁନଃନିର୍ମାଣ ସେମାନେ ପାରସ୍ୟର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋନ୍ଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ, ପାନୀୟ ଓ ତୈଳ ଦେଲେ।
8
ଏହା ପରେ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ, ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭାତୃଗଣ, ବନ୍ଦୀ ଦଶାରୁ ଯିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ଯ୍ୟରେ ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।
9
ସେତେବେଳେ ଯୋଶୂୟ, ତାହାର ପୁତ୍ର ଓ ଭାତୃଗଣ, କଦ୍ମୀୟେଲ ଓ ତା’ର ପୁତ୍ରଗଣ ଯିହୁଦାର ପୁତ୍ରଗଣ ପରମେଶ୍ୱରଙ୍କ ମନ୍ଦିରରେ କର୍ମକାରୀମାନଙ୍କ ତତ୍ତ୍ୱାବଧାରଣରେ ଭାରପ୍ରାପ୍ତ ହେବା ପାଇଁ ଏକତ୍ର ଠିଆ ହେଲେ। ହେନାଦଦର ପୁତ୍ରଗଣ ସେମାନଙ୍କର ପୁତ୍ର ଓ ଭାତୃଗଣ ଏ ସମସ୍ତେ ଲେବୀୟ ଥିଲେ।
10
ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିର୍ଣ୍ଣୟ ଅନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।
11
ସେମାନେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକ ଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।
12
ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶ ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ମନ୍ଦିର ଦେଖିଥିଲେ, ସେମାନଙ୍କ ଦୃଷ୍ଟିରେ ଏହି ମନ୍ଦିର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚ ସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦରେ ଜୟଧ୍ୱନି କଲେ।
13
ତହିଁରେ ଲୋକମାନେ ଆନନ୍ଦଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ବାରଣ କରି ପାରିଲେ ନାହିଁ। ତେଣୁ ଲୋକମାନେ ଉଚ୍ଚ ସ୍ୱରରେ ମହାଧ୍ୱନି କଲେ। ଆଉ ତହିଁର ଶବ୍ଦ ବହୁ ଦୂରକୁ ଶୁଣାଗଲା।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 4 →
All chapters:
1
2
3
4
5
6
7
8
9
10