bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ezra 5
Ezra 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 6 →
1
ଏହି ସମୟରେ ଭବିଷ୍ୟଦ୍ବକ୍ତା ହାଗୟ ଓ ଇଦ୍ଦୋର ପୁତ୍ର ଯିଖରିୟ, ଏହି ଭବିଷ୍ୟଦ୍ବକ୍ତାମାନେ ଯିହୁଦା ଓ ଯିରୁଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ। ସେମାନେ ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ।
2
ତେଣୁ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବାକୁ ଲାଗିଲେ। ଆଉ ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କ ସଙ୍ଗେ ରହି ସାହାଯ୍ୟ କଲେ।
3
ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଗ୍ଭରିଲେ, “ଏହି ମନ୍ଦିର ନିର୍ମାଣ କରିବାକୁ, ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା।”
4
ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ, “ସେମାନେ ପଗ୍ଭରିଲେ, ଏହି ଗାନ୍ଥକମାନଙ୍କ ନାମ କ’ଣ?”
5
ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରିୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ଓ ପତ୍ରଦ୍ୱାରା ସେହି ବିଷୟରେ ଉତ୍ତର ନଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କଲେ ନାହିଁ।
6
ତତ୍ତନୟ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥରବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରିୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ଅନୁଲିପି।
7
ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ; ତହିଁରେ ଏହିପରି ଲେଖାଥିଲା। ମହାରାଜ ଦାରିୟାବସଙ୍କର ସର୍ବମଙ୍ଗଳ
8
ଆମ୍ଭେମାନେ ରାଜାଙ୍କୁ ଏହା ଜଣାଇବାକୁ ଗ୍ଭହୁଁ ଯେ, “ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ମନ୍ଦିରକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି। ଆଉ ଏହି କାର୍ଯ୍ୟ ଯତ୍ନ ସହକାରେ ଗ୍ଭଲୁଅଛି ଓ ସେମାନଙ୍କ ହସ୍ତରେ ଏହା ସଫଳ ହେଉ ଅଛି। ଏହା ମଧ୍ୟ ଶୀଘ୍ର ସରିବ।
9
ଆମ୍ଭେମାନେ ସେହି ପ୍ରାଚୀନବର୍ଗମାନଙ୍କୁ ଏହି କାର୍ଯ୍ୟ ବିଷୟରେ କିଛି ପଗ୍ଭରିଲୁ, ତାହା ହେଲା, “ଏହି ମନ୍ଦିର ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”
10
ଆମ୍ଭେମାନେ ମଧ୍ୟ ସେମାନଙ୍କର ନାମ ପଗ୍ଭରିଲୁ। ଆମ୍ଭେମାନେ ମଧ୍ୟ ସେମାନଙ୍କର ନାମ ଲେଖିବାକୁ ଗ୍ଭହିଁଲୁ।
11
ସେମାନେ ଏହି ଉତ୍ତର ଆମ୍ଭମାନଙ୍କୁ ଦେଲେ, “ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ଆମ୍ଭେ ଏହି ଯେଉଁ ମନ୍ଦିର ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା। ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ।
12
ମାତ୍ର ଆମ୍ଭର ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କ୍ରୋଧିତ କରିଥିଲେ। ତେଣୁ ସେ ସେମାନଙ୍କୁ ବାବିଲର ରାଜା କଲ୍ଦୀୟ ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କଲେ। ତେଣୁ ସେ ଏହି ମନ୍ଦିର ବିନାଶକରି, ଲୋକମାନଙ୍କୁ ବାବିଲକୁ ନେଇଗଲେ।
13
ବାବିଲର ରାଜା କୋରସଙ୍କର ଅଧିକାରର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବା ପାଇଁ କୋରସର ରାଜା ଆଜ୍ଞା କଲେ।
14
ଆହୁରି ନବୂଖଦ୍ନିତ୍ସର ପରମେଶ୍ୱରଙ୍କ ମନ୍ଦିରର ଯେଉଁସବୁ ସ୍ୱର୍ଣ୍ଣ ଓ ରୌପ୍ୟ ପାତ୍ର ଯିରୁଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଲା, ତାହା ସବୁ କରୋସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାରକରି ଦେଲେ। ପୁଣି ସେସବୁ ଶେଶବସର ନାମକ ତାଙ୍କ ଦ୍ୱାରା ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ କଲେ।
15
ସେ ତାହାକୁ କହିଲେ, “ଏହିସବୁ ପାତ୍ର ନେଇ ଯିରୁଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ୱରଙ୍କ ମନ୍ଦିର ସ୍ୱସ୍ଥାନରେ ନିର୍ମିତ ହେଉ।”
16
ତେଣୁ ଶେଶବସର ଆସି ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ କଲା। ଆଉ ସେହି ସମୟାବଧି ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି। ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।
17
ଏଣୁ ଯେବେ ମହାରାଜାଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍ ରାଜା ଯିରୁଶାଲମରେ ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ ତାହା ବାବିଲସ୍ଥ ମହାରାଜାଙ୍କ ଭଣ୍ତାର ଗୃହରେ ଅନୁସନ୍ଧାନ କରନ୍ତୁ। ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 6 →
All chapters:
1
2
3
4
5
6
7
8
9
10