bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ezra 6
Ezra 6
Odia Bible ERV 2004 (ପବିତ୍ର ବାଇବଲ)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 7 →
1
ଦାରିୟାବସଙ୍କର ଆଦେଶ ସେତେବେଳେ ଦାରିୟାବସ୍ ରାଜା ଆଜ୍ଞା କରିବାରୁ ବାବିଲସ୍ଥ ଯେଉଁ ପୁସ୍ତକାଳୟରେ ଧନ ସଞ୍ଚିତ ଥିଲା, ତାହା ଅନୁସନ୍ଧାନ କରାଗଲା।
2
ଏବଂ ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ଦୁର୍ଗରେ ଏକ ପୁସ୍ତକ ମିଳିଲା। ଏକ ଇତିହାସ ଏଥିରେ ଲେଖା ଯାଇଥିଲା।
3
କୋରସ୍ ରାଜାଙ୍କ ଅଧିକାରର ପ୍ରଥମ ବର୍ଷରେ କୋରସ୍ ରାଜା ଯିରୁଶାଲମସ୍ଥିତ ପରମେଶ୍ୱରଙ୍କ ମନ୍ଦିର ବିଷୟରେ ଆଜ୍ଞା କଲେ। ଲୋକମାନଙ୍କ ବଳିଦାନର ସ୍ଥାନ, ସେହି ମନ୍ଦିର ନିର୍ମିତ ହେଉ। ତାହାର ମୂଳଭିତ୍ତି ମଜ୍ବୁତ୍ ହେଉ। ତାହାର ଉଚ୍ଚତା ଷାଠିଏ ହାତ ଓ ତାର ପ୍ରସ୍ଥ ଷାଠିଏ ହାତ ହେଉ।
4
ତହିଁରେ ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥା ଯାଉ। ଆଉ ରାଜଗୃହରୁ ତାର ବ୍ୟୟଭାର ଭରଣ କରାଯାଉ।
5
ପରମେଶ୍ୱରଙ୍କ ମନ୍ଦିରର ଯେଉଁସବୁ ସୁନା ଓ ରୂପାପାତ୍ର ନବୂଖଦ୍ନିତ୍ସର ଯିରୁଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହା ସବୁ ଫେରାଇ ଦିଆଯାଉ। ଏବଂ ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୁଶାଲମସ୍ଥ ମନ୍ଦିରର ନିଜ ନିଜ ସ୍ଥାନକୁ ଅଣାଯାଉ। ଆଉ ତୁମ୍ଭେ ପରମେଶ୍ୱରଙ୍କ ମନ୍ଦିରରେ ତାହା ସବୁ ରଖ।
6
ଏଣୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଏବଂ ଶଥର ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସାଥୀ ଅଧିକାରୀଗଣ ନଦୀ ସେପାରିସ୍ଥ ତା’ଠାରୁ ଦୂରରେ ରୁହ।
7
ପରମେଶ୍ୱରଙ୍କ ଏହି ମନ୍ଦିରର କାର୍ଯ୍ୟରେ ହସ୍ତ ଦିଅ ନାହିଁ। ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ମନ୍ଦିର ସ୍ୱସ୍ଥାନରେ ନିର୍ମାଣ କରନ୍ତୁ।
8
ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ। ସେମାନଙ୍କର ବାଧା ଯେପରି ସୃଷ୍ଟି ନ ହୁଏ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ ଅର୍ଥାତ୍ ନଦୀ ସେପାରିସ୍ଥ ରାଜକରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।
9
ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୁଶାଲମସ୍ଥ ଯାଜକମାନଙ୍କ ବାକ୍ୟ ଅନୁଯାୟୀ ଯୁବାବୃଷ, ମେଷ, ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହାସବୁ ସେମାନଙ୍କ ପ୍ରୟୋଜନ, ତାହା ସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ।
10
ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ପ୍ରାର୍ଥନା କରିବେ।
11
ମୁଁ ଆହୁରି ଆଜ୍ଞା କରୁଅଛି କି ଯେକେହି ସେହି ବାକ୍ୟ ଅନ୍ୟଥା କରିବ ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଠରେ ସେ ବନ୍ଧା ହୋଇ ଟଙ୍ଗାଯିବ। ପୁଣି ତା ଲାଗି ତାର ଗୃହ ଖତରାଶି କରାଯାଉ।
12
ଆଉ ଯେଉଁ ରାଜାମାନେ ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୁଶାଲମସ୍ଥ ଏହି ମନ୍ଦିର ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟକୁ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେ ସମସ୍ତଙ୍କୁ ଯିରୁଶାଲମରେ ସୁନାମ ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରିବେ। ମୁଁ ଦାରିୟାବସ୍ ଏହି ଆଜ୍ଞା ଦେଇଅଛି, ଏହା ଅତି ଯତ୍ନପୂର୍ବକ କରାଯାଉ।
13
ମନ୍ଦିରର ସମାପନ ଓ ସମର୍ପଣ ତହିଁରେ ଦାରିୟାବସ୍ ରାଜା ଏହି ଆଜ୍ଞା ପଠାଇବାରୁ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର ବୋଷଣୟ ଓ ସେମାନଙ୍କ ସଙ୍ଗୀଗଣ ଅତି ଯତ୍ନପୂର୍ବକ କର୍ମମାନ କଲେ।
14
ଏଥିରେ ହାଗୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋର ପୁତ୍ର ଯିଖରିୟର ଭବିଷ୍ୟଦ୍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିର ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞା ଅନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରିୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞା ଅନୁସାରେ ନିର୍ମାଣ କରି ସମାପ୍ତ କଲେ।
15
ଦାରିୟାବସ ରାଜାର ଅଧିକାରର ଷଷ୍ଠବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ମନ୍ଦିର ସମାପ୍ତ ହେଲା।
16
ଏହା ପରେ ଇସ୍ରାଏଲର ଲୋକମାନେ, ଯାଜକମାନେ, ଲେବୀୟମାନେ ଓ ନିର୍ବାସିତର ଅବଶିଷ୍ଟ ଲୋକମାନେ ଆନନ୍ଦରେ ପରମେଶ୍ୱରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆନନ୍ଦର ସହିତ ପାଳନ କଲେ।
17
ପୁଣି ପରମେଶ୍ୱରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ସମୟରେ ସେମାନେ 100 ବୃଷ, 200 ଅଣ୍ତିରା ମେଷ, 400 ମେଷଶାବକ ଉତ୍ସର୍ଗ କଲେ। ଏବଂ ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟା ଅନୁସାରେ ବାର ଗୋଟି ଛାଗ ଉତ୍ସର୍ଗ କଲେ।
18
ସେମାନେ ମୋଶାଙ୍କ ପୁସ୍ତକର ଲିଖନ ପ୍ରମାଣେ ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିରର ସେବା ପାଇଁ ଯାଜକମାନଙ୍କୁ ସେମାନଙ୍କର ଦଳ ଅନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ଦଳ ଅନୁସାରେ ନିଯୁକ୍ତ କଲେ।
19
ନିସ୍ତାରପର୍ବ ଏହା ପରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାରପର୍ବ ପାଳନ କଲେ।
20
କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ। ସେ ସମସ୍ତେ ଶୁଚି ହୋଇଥିଲେ। ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ ଆପଣା ଯାଜକ ଭାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାରପର୍ବରେ ମେଷ ବଳି ବଧ କଲେ।
21
ବଳିତ୍ୱରୁ ପୁନରାଗତ ଇସ୍ରାଏଲ ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଦେଶନିବାସୀ ଅନ୍ୟ ଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ। ସେମାନେ ସମସ୍ତେ ନିସ୍ତାରପର୍ବରେ ଭୋଜନ କଲେ।
22
ଏବଂ ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ। କାରଣ ସଦାପ୍ରଭୁ ସେମାନଙ୍କୁ ଅନନ୍ଦିତ କରିଥିଲେ ଓ ପରମେଶ୍ୱରଙ୍କ ମନ୍ଦିର କାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇ ଥିଲେ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 7 →
All chapters:
1
2
3
4
5
6
7
8
9
10