bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ezra 7
Ezra 7
Odia Bible ERV 2004 (ପବିତ୍ର ବାଇବଲ)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 8 →
1
ଏଜ୍ରା ଯିରୁଶାଲମକୁ ଆସିଲେ ଏହିସବୁ ଘଟଣାପରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଶାସନ ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲେ। ଉକ୍ତ ସରାୟ ଅସରିୟର ପୁତ୍ର, ଅସରିୟ ହିଲ୍କିୟର ପୁତ୍ର ଥିଲା।
2
ହିଲ୍କିୟ, ଶଲ୍ଲୁମର ପୁତ୍ର, ଶଲ୍ଲୁମ ସାଦୋକର ପୁତ୍ର, ସାଦୋକ ଅହୀଟୂବ୍ର ପୁତ୍ର ଥିଲା।
3
ଅହୀଟୂବ୍ ଅମରିୟର ପୁତ୍ର ଥିଲା। ଅମରିୟ ଅସରିୟର ପୁତ୍ର ଥିଲା। ଅସରିୟ ମରାୟୋତର ପୁତ୍ର ଥିଲା।
4
ମରାୟୋତ୍ ସରହିୟର ପୁତ୍ର ଥିଲା। ସରହିୟ ଉଷିର ପୁତ୍ର ଥିଲା। ଉଷି ବୁକ୍କିର ପୁତ୍ର ଥିଲା।
5
ବୁକ୍କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହସ୍ର ପୁତ୍ର ଥିଲା। ପୀନହସ୍ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।
6
ଏହି ଏଜ୍ରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶା ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା’ର ପରମେଶ୍ୱରଙ୍କ ହସ୍ତ ତା’ ଉପରେ ଥିଲା।
7
ଅର୍ତ୍ତକ୍ଷସ୍ତ ରାଜାର ସପ୍ତମ ବର୍ଷରେ ଇସ୍ରାଏଲ ସନ୍ତାନମାନଙ୍କର ଓ ଯାଜକମାନଙ୍କର ଓ ଲେବୀୟମାନଙ୍କର କେତେକ ଜଣ ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଯିରୁଶାଲମକୁ ଗଲେ।
8
ଆଉ ଏଜ୍ରା ପଞ୍ଚମ ମାସରେ ଅର୍ଥାତ୍ ରାଜାର ସେଇ ସପ୍ତମ ବର୍ଷରେ ଯିରୁଶାଲମରେ ଉପସ୍ଥିତ ହେଲେ।
9
କାରଣ ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ସଦାପ୍ରଭୁ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୁଶାଲମରେ ଉପସ୍ଥିତ ହେଲେ।
10
ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାରୁ ପୁଣି ଇସ୍ରାଏଲ ମଧ୍ୟରେ ବ୍ୟବସ୍ଥା ଓ ଆଜ୍ଞା ଶିକ୍ଷା ଦେବାକୁ ଆପଣାକୁ ବିନିଯୋଗ କରିଥିଲେ।
11
ଏଜ୍ରାଙ୍କ ନିକଟକୁ ରାଜା ଅର୍ତ୍ତକ୍ଷସ୍ତଙ୍କ ପତ୍ର ରାଜା ଅର୍ତ୍ତକ୍ଷସ୍ତ ଏଜ୍ରା ଯାଜକକୁ ଏକ ପତ୍ର ଦେଇଥିଲେ। ଇସ୍ରାଏଲ ସମ୍ବନ୍ଧରେ ଏଜ୍ରା ସଦାପ୍ରଭୁଙ୍କର ଆଜ୍ଞାର ଲେଖକ ଓ ଶିକ୍ଷକ ଥିଲେ। ଏହା ହେଉଛି ସେହି ଚିଠିର ଅନୁଲିପି ଯାହା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ଦେଇଥିଲେ।
12
ରାଜାଧିରାଜ ଅର୍ତ୍ତକ୍ଷସ୍ତଠାରୁ, ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ବ୍ୟବସ୍ଥା ଶିକ୍ଷକ ଓ ଯାଜକ ଏଜ୍ରାକୁ ଅଭିନନ୍ଦନ।
13
ମୁଁ ଆଜ୍ଞା କରୁଅଛି, ଯେ ମୋ’ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୁଶାଲମକୁ ସ୍ୱଇଚ୍ଛାରେ ଯିବାକୁ ମନ କରନ୍ତି। ସେମାନେ ତୁମ୍ଭ ଏଜ୍ରାଙ୍କ ସଙ୍ଗେ ଯା’ନ୍ତୁ।
14
ଏଜ୍ରା, ମୁଁ ଏବଂ ମୋର ସାତ ଜଣ ଉପଦେଷ୍ଟା ତୁମ୍ଭ ସହିତ ପଠାଉଛୁ। ତୁମ୍ଭେ ଯିହୁଦା ଓ ଯିରୁଶାଲମକୁ ଯିବା ଉଚିତ୍। ପରମେଶ୍ୱରଙ୍କର ବ୍ୟବସ୍ଥା ବିଷୟବସ୍ତୁଗୁଡ଼ିକରେ ଧ୍ୟାନ ଦେବା ଉଚିତ୍, ଯେଉଁଥିରେ ତୁମ୍ଭେ ଜଣେ ବିଜ୍ଞ ଅଟ।
15
ମୁଁ ଏବଂ ମୋର ଉପଦେଷ୍ଟାମାନେ ତୁମ୍ଭକୁ ଯେଉଁ ସୁନା ଓ ରୂପା ଇସ୍ରାଏଲର ପରମେଶ୍ୱରଙ୍କୁ ଦେଇଅଛୁ। ପରମେଶ୍ୱର ଯିରୁଶାଲମରେ ବାସ କରନ୍ତି। ତୁମ୍ଭେ ନିଶ୍ଚିତ ଏହି ସୁନା ଓ ରୂପା ତୁମ୍ଭମାନଙ୍କ ସହିତ ନେବ।
16
ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ସମସ୍ତ ସୁନା ଓ ରୂପା ପାଇବ। ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିର ପାଇଁ ସ୍ୱେଚ୍ଛାପୂର୍ବକ ଯାହା ଦେବେ ସେହିସବୁ ଉପହାର ନେବା ପାଇଁ ତୁମ୍ଭେ ରାଜା ଓ ତାଙ୍କର ସପ୍ତ ମନ୍ତ୍ରୀଙ୍କ ଦ୍ୱାରା ପ୍ରେରିତ ହେଉଅଛ।
17
ଏଣୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ବୃଷ, ଅଣ୍ତିରା ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଶସ୍ୟ ଓ ପେୟନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ।
18
ଆଉ ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ।
19
ପୁଣି ତୁମ୍ଭେ ପରମେଶ୍ୱରଙ୍କ ମନ୍ଦିରର ସେବାର୍ଥକ ଯେ ସକଳପାତ୍ର ତୁମ୍ଭକୁ ଦିଆ ଯାଉଅଛି। ତାହା ସବୁ ଯିରୁଶାଲମର ପରମେଶ୍ୱରଙ୍କ ସମ୍ମୁଖରେ ସମର୍ପଣ କର।
20
ପୁଣି ତୁମ୍ଭ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ପ୍ରୟୋଜନୀୟ ଯାହା ଯାହା ନେବାକୁ ପଡ଼ିବ ତାହା ରାଜାଙ୍କ ଭଣ୍ତାର ଗୃହରୁ ନିଅ।
21
ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥା ଅଧ୍ୟାପକ ଯାଜକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଲୋଡ଼ିବ।
22
ତାହା ସବୁ 100 ତାଳନ୍ତ ପର୍ଯ୍ୟନ୍ତ ରୂପା ଓ 100 ମହଣ ପର୍ଯ୍ୟନ୍ତ ଗହମ ଓ 100 ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ 100 ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।
23
ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଉଛି, ତାହା ସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଠିକ୍ ରୂପେ କରାଯାଉ, କାରଣ ରାଜା ଓ ତାହାଙ୍କ ପୁତ୍ରଗଣର ରାଜ୍ୟବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ।
24
ଆହୁରି ଯାଜକମାନଙ୍କର, ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ମନ୍ଦିରର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାସୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭକୁ ଜଣାଉ ଅଛୁ।
25
ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଗ୍ଭରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଗ୍ଭରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତି କର। ଆଉ ଯେ ତାହା ନ ଜାଣେ ତାହାକୁ ତୁମ୍ଭେ ଶିକ୍ଷା ଦିଅ।
26
ଯଦି କୌଣସି ଲୋକ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ନ ମାନିବ, ରାଜାଙ୍କର ବ୍ୟବସ୍ଥା ନ ମାନିବ, ସେମାନେ ନିଶ୍ଚିତରେ ଦଣ୍ତିତ ହେବେ। ତାହାର ଏହି ଦଣ୍ତ ତାର ଦୋଷ ଉପରେ ନିର୍ଭର କରେ। ତାହା ମୃତ୍ୟୁଦଣ୍ତ ହୋଇପାରେ, ନିର୍ବାସିତ ହୋଇପାରେ, ତାକୁ ଅର୍ଥଦଣ୍ତ ହୋଇପାରେ ବା ବନ୍ଦୀତ୍ୱ ଦଣ୍ତ ଦିଆଯାଇ ପାରେ।
27
ଏଜ୍ରାଙ୍କର ପରମେଶ୍ୱରଙ୍କୁ ପ୍ରଶଂସା ସଦାପ୍ରଭୁ, ଆମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା କର। ଯିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣରେ ପରମେଶ୍ୱର ଏହିପରି ମନୋଭାବ ଦେଇଅଛନ୍ତି। ଯିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣରେ ପରମେଶ୍ୱର ଏହିପରି ପ୍ରବୃତ୍ତି ଦେଇଅଛନ୍ତି।
28
ପୁଣି ସେ ରାଜାର ଓ ତାଙ୍କର ମନ୍ତ୍ରୀଗଣର ଓ ରାଜାଙ୍କର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋ’ ପ୍ରତି ଅଧିକ ଦୟା ପ୍ରକାଶ କରିଅଛନ୍ତି। ମୁଁ ଶକ୍ତିଶାଳୀ ହେଲି କାରଣ ସଦାପ୍ରଭୁ ପରମେଶ୍ୱରଙ୍କର ହସ୍ତ ମୋ’ ଉପରେ ଥିଲା। ଏହି ପ୍ରକାରେ ମୁଁ ଇସ୍ରାଏଲର ଲୋକମାନଙ୍କର ମୁଖ୍ୟମାନଙ୍କୁ ମୋ’ ସହିତ ଯିବା ପାଇଁ ଏକତ୍ରିତ କଲି।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 8 →
All chapters:
1
2
3
4
5
6
7
8
9
10