bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Ezra 8
Ezra 8
Odia Bible ERV 2004 (ପବିତ୍ର ବାଇବଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 9 →
1
ଏଜ୍ରାଙ୍କ ସହିତ ଆସିଥିବା ପ୍ରାଚୀନବର୍ଗଙ୍କ ତାଲିକା ଏହି ନାମଗୁଡ଼ିକ ହେଉଛି ପିତୃବଂଶର ମୁଖ୍ୟମାନେ ଏବଂ ଅନ୍ୟ ଲୋକମାନେ ଯେଉଁମାନେ ଏଜ୍ରାଙ୍କ ସହିତ ବାବିଲୋନ୍ରୁ ଯିରୁଶାଲମକୁ ଆସିଥିଲେ। ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜାଙ୍କ ସମୟରେ ଯିରୁଶାଲମକୁ ଆସିଥିଲୁ। ଏହିଠାରେ ସେମାନଙ୍କର ଚିଠା ଦିଆଗଲା।
2
ପୀନହସ୍ର ବଂଶଧରମାନଙ୍କ ମଧ୍ୟରୁ ଗେର୍ଶୋମ, ଈଥାମରର ବଂଶଧରମାନଙ୍କ ମଧ୍ୟରୁ ଦାନିୟେଲ। ଦାଉଦଙ୍କ ବଂଶଧରମାନଙ୍କ ମଧ୍ୟରୁ ହଟୂଶ୍।
3
ଶଖନିୟର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ, ପରିୟୋଶର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ ଯିଖରିୟ ଏବଂ 150 ଜଣ ପୁରୁଷ ତାଙ୍କ ସହିତ ପଞ୍ଜିକୃତ ହୋଇଥିଲେ।
4
ପହତ୍ ମୋୟାବର ବଂଶଧରମାନଙ୍କ ମଧ୍ୟରୁ ସରହିୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ 200 ପୁରୁଷ।
5
ଏବଂ ଜାତୁଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ ଯହସୀୟେଲର ପୁତ୍ର ଶଖନିୟ ଏବଂ ତାହା ସଙ୍ଗେ 300 ପୁରୁଷ।
6
ଆଉ ଆଦୀନର ବଂଶଧରମାନଙ୍କ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍ ଓ ତାହା ସଙ୍ଗେ ପଗ୍ଭଶ୍ ପୁରୁଷ।
7
ଏଲମର ବଂଶଧରମାନଙ୍କ ମଧ୍ୟରୁ ଅଥଲିୟର ପୁତ୍ର ଯିଶାୟାହ ଓ ତାଙ୍କ ସଙ୍ଗେ 70 ପୁରୁଷ।
8
ଶଫଟିୟର ବଂଶଧରମାନଙ୍କ ମଧ୍ୟରୁ ମୀଖାୟେଲର ପୁତ୍ର ସବଦିୟ ଓ ତାହା ସଙ୍ଗେ 80 ପୁରୁଷ।
9
ଯୋୟାବର ବଂଶଧରମାନଙ୍କ ମଧ୍ୟରୁ ଯିହିୟେଲର ପୁତ୍ର ଓବଦିୟ ଓ ତାହାଙ୍କ ସଙ୍ଗେ 218 ପୁରୁଷ।
10
ଆଉ ବାନିର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ ଯୋଷିଫିୟର ପୁତ୍ର ଶଲୋମୀତ ଓ ତାହା ସଙ୍ଗେ 160 ପୁରୁଷ।
11
ବେବୟର ବଂଶଧରମାନଙ୍କ ମଧ୍ୟରୁ ବେବୟର ପୁତ୍ର ଯିଖରିୟ ଓ ତାହାଙ୍କ ସଙ୍ଗେ 28ପୁରୁଷ।
12
ଅସ୍ଗଦର ବଂଶଧରମାନଙ୍କ ମଧ୍ୟରୁ ହକାଟନର ପୁତ୍ର ଯୋହାନନ୍ ଓ ତାହା ସଙ୍ଗେ 110ପୁରୁଷ।
13
ଅଦୋନୀକାମର ବଂଶଧରମାନଙ୍କ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଇଲିଫେଲଟ୍, ଯିୟୂୟେଲ, ଶମୟିମ ଓ ସେମାନଙ୍କ ସଙ୍ଗେ 60 ପୁରୁଷ।
14
ଆଉ ବିଗ୍ବୟ ବଂଶଧରମାନଙ୍କ ମଧ୍ୟରୁ ଊଥୟ ଓ ସବୂଦ୍ ଓ ସେମାନଙ୍କ ସଙ୍ଗେ 70 ପୁରୁଷ।
15
ଯିରୁଶାଲମକୁ ପ୍ରତ୍ୟାବର୍ତ୍ତନ ମୁଁ ଏହି ଲୋକମାନଙ୍କୁ ଅହବା ଆଡ଼କୁ ପ୍ରବାହିତ ନଦୀ ନିକଟରେ ଏକତ୍ର କଲି। ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ। ମୁଁ ଲୋକମାନଙ୍କ ମଧ୍ୟରେ ଓ ଯାଜକମାନଙ୍କ ମଧ୍ୟରେ ଖୋଜିଲି କିନ୍ତୁ ଲେବୀର କୌଣସି ପୁତ୍ରକୁ ପାଇଲି ନାହିଁ।
16
ତେଣୁ ମୁଁ ଇଲୀୟେଷର, ଅରୀୟେଲ, ଶମୟିୟ, ଇଲ୍ନାଥନ, ଯାରିବ୍, ଇଲ୍ନାଥନ, ନାଥନ, ଜିଖରିୟ ଓ ମଶୁଲ୍ଲମ୍ ଏହି ପ୍ରଧାନ ଲୋକମାନଙ୍କୁ ମଧ୍ୟ ଯୋୟାରୀବ ଓ ଇଲ୍ନାଥନ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।
17
ଏହା ପରେ ମୁଁ ସେମାନଙ୍କୁ କାସିଫିଆ ନାମକ ଏକ ସ୍ଥାନର ପ୍ରଧାନଲୋକ ଇଦ୍ଦୋ ନିକଟକୁ ପଠାଇଲି। ଏବଂ ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଗ୍ଭରକମାନଙ୍କୁ ଆଣିବା ପାଇଁ କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତା’ର ଭାତୃଗଣ ନଥୀନୀୟମାନଙ୍କୁ କହିବାକୁ ସେମାନଙ୍କୁ ଆଦେଶ ଦେଲି।
18
ତେଣୁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପରମେଶ୍ୱର ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ବଂଶଧରମାନଙ୍କ ମଧ୍ୟରୁ ଜଣେ ପ୍ରବେଶ ଲୋକକୁ ଏବଂ ଶେରେବିୟ ଓ ତାହାର ପୁତ୍ର ଓ ଭାତୃଗଣ ସମେତ 18 ଜଣଙ୍କୁ ପଠାଇଲି।
19
ହସବିୟ ଓ ତାହା ସଙ୍ଗେ ମରାରି ବଂଶଧରମାନଙ୍କ ମଧ୍ୟରୁ ଯିଶୟାହ ତାହାର ଭାତୃଗଣ ଓ ସେମାନଙ୍କ ପୁତ୍ରଗଣ ଏପରି କୋଡ଼ିଏ ଜଣ।
20
ଦାଉଦ ଓ ଅଧିପତିମାନେ ଯେଉଁ ଲୋକମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ 220 ଜଣ ନଥନିୟ ମନ୍ଦିରର ଦାସ ଆଣିଲେ। ଏହି ସମସ୍ତଙ୍କ ନାମ ଲିଖିତ ହେଲା।
21
ଏହା ପରେ ଆମ୍ଭମାନଙ୍କ ନିମନ୍ତେ, ଆମ୍ଭମାନଙ୍କ ସନ୍ତାନମାନଙ୍କ ନିମନ୍ତେ, ଆମ୍ଭମାନଙ୍କର ସମସ୍ତ ସାମଗ୍ରୀ ନିମନ୍ତେ ଓ ସକଳ ସମ୍ପତ୍ତି ପାଇଁ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ମୁଁ ଅହିବାନଦୀ ନିକଟରେ ଉପବାସ ଘୋଷଣା କଲି।
22
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ରାଜାଙ୍କୁ ଏକଦଳ ସୈନ୍ୟ ଓ ଅଶ୍ୱାରୋହୀ ମାଗିବାକୁ ମୁଁ ଲଜ୍ଜା ବୋଧ କଲି। ମୁଁ ରାଜାଙ୍କୁ ଏହି କଥା କହିଲି, ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭରସା କରନ୍ତି, “ସେମାନଙ୍କର ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ତାଙ୍କର ସହାୟତା ଅଛି। ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ତାଙ୍କର ଶକ୍ତି ଓ କ୍ରୋଧ ସେମାନଙ୍କର ବିରୁଦ୍ଧରେ ଥାଏ।”
23
ଏଣୁ ଆମ୍ଭେମାନେ ଉପବାସ କଲୁ ଏବଂ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ ଏବଂ ସେ ଆମ୍ଭମାନଙ୍କ ପ୍ରାର୍ଥନାର ଉତ୍ତର ଦେଲେ।
24
ତେଣୁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ ଅର୍ଥାତ୍ ଶେରେବିୟ, ହଶବିୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ କଲି।
25
ଆଉ ରାଜା ଓ ତାହାଙ୍କ ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ସମସ୍ତ ଲୋକେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ମନ୍ଦିର ନିମନ୍ତେ ଯେଉଁ ରୂପା, ସୁନା ଓ ପାତ୍ରମାନସବୁ ଉପହାର କରିଥିଲେ, ତାହା ମୁଁ ସେମାନଙ୍କୁ ତୌଲି ଦେଲି।
26
ମୁଁ ସେମାନଙ୍କ ହସ୍ତରେ 650 ତାଳନ୍ତ ରୂପା ଓ 100 ତାଳନ୍ତ ରୌପ୍ୟପାତ୍ର ଓ 100 ତାଳନ୍ତ ସୁନା।
27
1000 ଡାରିକ୍ ମୂଲ୍ୟର 20 ସ୍ୱର୍ଣ୍ଣମୟ ପାତ୍ର ଏବଂ ସ୍ୱର୍ଣ୍ଣ ତୁଲ୍ୟ ବହୁମୂଲ୍ୟ ଉତ୍ତମ ଉଜ୍ଜ୍ୱଳ ପିତ୍ତଳର ଦୁଇପାତ୍ର ତୌଲି ଦେଲି।
28
ଏବଂ ମୁଁ ବାର ଜଣ ଯାଜକମାନଙ୍କୁ କହିଲି, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଓ ପାତ୍ର ସବୁ ପବିତ୍ର, ଆଉ ଏହି ରୂପା ଓ ସୁନା ତୁମ୍ଭମାନଙ୍କ ସଦାପ୍ରଭୁ ପୂର୍ବପୁରୁଷମାନଙ୍କର ପରମେଶ୍ୱର ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଅଟେ।
29
ସଦାପ୍ରଭୁ ଯିରୁଶାଲମସ୍ଥ ମନ୍ଦିର କୋଠରୀରେ ପ୍ରଧାନ ଯାଜକବର୍ଗର ଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପରିବାରର ନେତାମାନଙ୍କର ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁର ସୁରକ୍ଷା କର।”
30
ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ଯିରୁଶାଲମସ୍ଥ ପରମେଶ୍ୱରଙ୍କ ମନ୍ଦିରକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନାପାତ୍ର ଗ୍ରହଣ କଲେ।
31
ଏହା ପରେ ଆମ୍ଭେମାନେ ଯିରୁଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟକୁ ପ୍ରସ୍ଥାନ କଲୁ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା। ଆଉ ପଥ ମଧ୍ୟରେ ଶତ୍ରୁ ଓ ଓଗାଳି ବସିବା ଲୋକମାନଙ୍କ ହସ୍ତରୁ ସେ ଆମ୍ଭକୁ ଉଦ୍ଧାର କଲେ।
32
ତେଣୁ ଆମ୍ଭେମାନେ ଯିରୁଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ।
33
ଏହା ପରେ ଚତୁର୍ଥ ଦିନ ସେହି ରୂପା ଓ ସୁନାପାତ୍ର ସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରରେ ତୌଲାଯାଇ ଊରିୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା। ତାହା ସଙ୍ଗେ ପୀନହସ୍ର ପୁତ୍ର ଏଲିୟାସର ଥିଲା। ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୂୟିର ପୁତ୍ର ନୋୟଦିୟ ଏହି ଲେବୀୟମାନେ ଥିଲେ।
34
ସମଗ୍ର ଦ୍ରବ୍ୟ ଗଣା ଯାଇ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁର ତୌଲ୍ୟ ଲେଖାଗଲା।
35
ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ 12 ବୃଷ, 96 ଅଣ୍ତିରା ମେଷ, 77 ମେଷଶାବକ, ପାପାର୍ଥକ ବଳି ନିମନ୍ତେ 12 ଛାଗ ଉତ୍ସର୍ଗ କଲେ। ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଥିଲା।
36
ଏହା ପରେ ସେମାନେ ନଦୀ ସେପାରିସ୍ଥ ରାଜ ପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ। ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହ କାର୍ଯ୍ୟରେ ସାହାଯ୍ୟ କଲେ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 9 →
All chapters:
1
2
3
4
5
6
7
8
9
10