bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Galatians 4
Galatians 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 5 →
1
ମୁଁ କହୁଛି ଯେ, ଯେପର୍ଯ୍ୟନ୍ତ ଜଣେ ଉତ୍ତରାଧିକାରୀ ଶିଶୁ ଅବସ୍ଥାରେ ଅଛି, ସେ ସମସ୍ତ ସମ୍ପତ୍ତିର ମାଲିକ ହୋଇଥିଲେ ମଧ୍ୟ, ଜଣେ ଦାସଠାରୁ ବେଶି ଭିନ୍ନ ନୁହେଁ।
2
କାରଣ ସେହି ଶିଶୁ ଆପଣା ପିତାଙ୍କ ଦ୍ୱାରା ନିଶ୍ଚିତ କରାଯାଇଥିବା ସମୟ ପର୍ଯ୍ୟନ୍ତ ଅଭିଭାବକ ଓ ତା’ର ଯତ୍ନ ନ୍ୟସ୍ତ କରା ଯାଇଥିବା ବ୍ୟକ୍ତିମାନଙ୍କର ଅଧୀନରେ ଥାଏ।
3
ଠିକ୍ ସେହିପରି ଆମ୍ଭେମାନେ ଶିଶୁଥିବା ସମୟରେ ଆମ୍ଭେ ମଧ୍ୟ ସଂସାରର ଅନୁପଯୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ।
4
କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ।
5
ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ।
6
ତୁମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ, ସେଥିପାଇଁ ସେ ତୁମ୍ଭମାନଙ୍କ ହୃଦୟ ଭିତରେ ନିଜ ପୁତ୍ରଙ୍କ ଆତ୍ମାକୁ ସ୍ଥାପିତ କଲେ। ସେହି ଆତ୍ମା “ ଆବ୍ବା, ପ୍ରିୟ ପିତା” ବୋଲି ଡାକନ୍ତି।
7
ଅତଏବ, ତୁମ୍ଭେମାନେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହୋଇଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।
8
ଗାଲାତୀୟ ଖ୍ରୀଷ୍ଟିୟାନମାନଙ୍କ ପ୍ରତି ପାଉଲଙ୍କ ପ୍ରେମ ପୂର୍ବରୁ ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। ତୁମ୍ଭେମାନେ ମିଥ୍ୟା ଦେବତାମାନଙ୍କର ଦାସ ଥିଲ।
9
କିନ୍ତୁ ଏବେ ତୁମ୍ଭେମାନେ ପ୍ରକୃତ ପରମେଶ୍ୱରଙ୍କ ପରିଚୟ ପାଇଅଛ। ପ୍ରକୃତରେ ପରମେଶ୍ୱରଙ୍କ ଦ୍ୱାରା ପରିଚୟ ପାଇଅଛ। ତେବେ ତୁମ୍ଭେମାନେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ? ତୁମ୍ଭେମାନେ କ’ଣ ପୁଣି ଦାସ ହେବାକୁ ଇଚ୍ଛା କର?
10
ତୁମ୍ଭେମାନେ ଏବେ ମଧ୍ୟ ବିଶେଷ ଦିନ, ମାସ, ଋତୁ ଓ ବର୍ଷଗୁଡ଼ିକ ବିଷୟକ ନୀତି ନିୟମର ଶିକ୍ଷାଗୁଡ଼ିକୁ ପାଳନ କରୁଛ।
11
ତୁମ୍ଭମାନଙ୍କ ପାଇଁ ଯେଉଁସବୁ ଚେଷ୍ଟା ଓ କାମ କରିଛି, ତାହା କାଳେ ବିଫଳ ହୁଏ, ଏଥିପାଇଁ ମୁଁ ଡରୁଛି।
12
ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କ ପରି ଥିଲି, ଅତଏବ ତୁମ୍ଭେମାନେ ବର୍ତ୍ତମାନ ମୋ’ ପରି ହୁଅ।
13
ତୁମ୍ଭେମାନେ ମୋ’ ପାଇଁ ଖୁବ୍ଭଲ ଥିଲ। ତୁମ୍ଭେମାନେ ମନେ ପକାଅ, ମୁଁ ପ୍ରଥମ ଥର ତୁମ୍ଭମାନଙ୍କ ପାଖକୁ ଆସି ଥିଲି। ଯେହେତୁ ମୁଁ ଅସୁସ୍ଥ ଥିଲି। ସେ ସମୟରେ ମୁଁ ତୁମ୍ଭମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିଥିଲି।
14
ମୋର ଅସୁସ୍ଥତା ତୁମ୍ଭମାନଙ୍କ ପାଇଁ ଭାରସ୍ୱରୂପ ଥିଲା। କିନ୍ତୁ ତୁମ୍ଭେମାନେ ମୋତେ ଘୃଣା କରି ନ ଥିଲ। ତୁମ୍ଭେମାନେ ମୋତେ ଛାଡ଼ିଯିବାକୁ କହି ନ ଥିଲ। ପରମେଶ୍ୱରଙ୍କଠାରୁ ସ୍ୱର୍ଗଦୂତ ଆସିବା ଭଳି ମୋତେ ତୁମ୍ଭେମାନେ ସ୍ୱାଗତ ଜଣାଇ ଥିଲ। ତୁମ୍ଭେମାନେ ସ୍ୱୟଂ ଖ୍ରୀଷ୍ଟ ଯୀଶୁ ଭଳି ମୋତେ ଗ୍ରହଣ କରିଥିଲ।
15
ତୁମ୍ଭେମାନେ ସେତେବେଳେ ଅତ୍ୟଧିକ ଆନନ୍ଦିତ ଥିଲ। ଏବେ ସେ ଆନନ୍ଦ କୁଆଡ଼େ ଗଲା? ମୋର ମନେ ପଡ଼େ, ତୁମ୍ଭେମାନେ ତୁମ୍ଭମାନଙ୍କର ସାଧ୍ୟମତେ ମୋତେ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲ। ସମ୍ଭବ ହୋଇଥିଲେ, ତୁମ୍ଭେମାନେ ନିଜର ଆଖି ମଧ୍ୟ ତାଡ଼ି ମୋତେ ପ୍ରଦାନ କରି ଦେଇଥାଆନ୍ତ।
16
କିନ୍ତୁ ଏବେ କ’ଣ ତୁମ୍ଭମାନଙ୍କୁ ସତ୍ୟ କହୁଥିବାରୁ ମୁଁ ତୁମ୍ଭମାନଙ୍କ ଶତ୍ରୁ ହୋଇଗଲି?
17
ଭଣ୍ଡ ଶିକ୍ଷକମାନେ ତୁମ୍ଭମାନଙ୍କୁ ବହୁତ ଶ୍ରଦ୍ଧା ଦେଖାଉଛନ୍ତି, ମାତ୍ର ତାହା ଠିକ୍ ଉଦ୍ଦେଶ୍ୟରେ ନୁହେଁ। କାରଣ, ତାହାଦ୍ୱାରା ସେମାନେ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ଆମ୍ଭଠାରୁ ଦୂରେଇ ନେବାକୁ ଇଚ୍ଛା କରନ୍ତି ଓ ସେମାନଙ୍କ ଛଡ଼ା ଆଉ କାହାକୁ ଅନୁସରଣ ନ କରିବା ପାଇଁ ପ୍ରବର୍ତ୍ତାଉଛନ୍ତି।
18
କିନ୍ତୁ ଉଦ୍ଦେଶ୍ୟ ଯଦି ଭଲ ହୋଇଥାଏ, ତେବେ କେବଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ବେଳେ ନୁହେଁ, ମାତ୍ର ସବୁବେଳେ ସେଥିରେ ଉଦ୍ଯୋଗୀ ହେବା ଉଚିତ୍।
19
ମୋ’ ପ୍ରିୟ ସନ୍ତାନଗଣ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା’ ପରି ପ୍ରସବବେଦନା ଅନୁଭବ କରୁଛି ଓ ତୁମ୍ଭେମାନେ ଯେପର୍ଯ୍ୟନ୍ତ ପ୍ରକୃତରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହୋଇଛ, ସେପର୍ଯ୍ୟନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି।
20
ମୋର ଇଚ୍ଛା ହେଉଛି ମୁଁ ବର୍ତ୍ତମାନ ସେଠାରେ ତୁମ୍ଭମାନଙ୍କ ପାଖରେ ଥା’ନ୍ତି କି, ଯଦ୍ଦ୍ୱାରା ମୁଁ ତୁମ୍ଭମାନଙ୍କ ସହିତ ଭିନ୍ନ ପ୍ରକାରେ କଥା ହୋଇପାରନ୍ତି। କାରଣ ତୁମ୍ଭମାନଙ୍କ ବିଷୟରେ କ’ଣ କରାଯିବ, ମୁଁ କିଛି ଜାଣିପାରୁ ନାହିଁ।
21
ସାରା ଓ ହାଗାରର ଉଦାହରଣ ଏବେ ମଧ୍ୟ ତୁମ୍ଭମାନଙ୍କ ଭିତରୁ କେତେକ ବ୍ୟବସ୍ଥା ଅଧୀନରେ ରହିବାକୁ ଇଚ୍ଛା କରୁଛ। ତୁମ୍ଭେମାନେ ଜାଣ କି ବ୍ୟବସ୍ଥା କ’ଣ କୁହେ?
22
ଶାସ୍ତ୍ର କୁହେ, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ। ଗୋଟିଏ ପୁଅର ମା ଜଣେ ଦାସୀ। ଅନ୍ୟଟିର ମା ଜଣେ ସ୍ୱାଧୀନା ସ୍ତ୍ରୀ।
23
ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ୱଭାବର ପଦ୍ଧତିରେ ଜନ୍ମ ହେଲା। କିନ୍ତୁ ସ୍ୱାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା।
24
ଏହି ସତ୍ୟ କାହାଣୀ ଗୋଟିଏ ଅର୍ଥ ପ୍ରକାଶ କରେ। ଦୁଇଜଣ ସ୍ତ୍ରୀ ଦୁଇ ପ୍ରକାରର ଚୁକ୍ତିକୁ ଦର୍ଶାନ୍ତି। ଗୋଟିଏ ଚୁକ୍ତି ସୀନୟ ପର୍ବତଠାରେ ହୋଇଥିଲା। ଏହି ଚୁକ୍ତି ଉଦ୍ଦେଶ୍ୟରେ ଯେଉଁ ଲୋକମାନେ ଜନ୍ମ ହୁଅନ୍ତି, ସେମାନେ କ୍ରୀତଦାସ ଭଳି। ଏହି ଚୁକ୍ତି ହାଗାର ନାମ୍ନୀ ଏକ ସ୍ତ୍ରୀ ସହିତ ସଂଯୁକ୍ତ।
25
ହାଗାର ଆରବ ଦେଶସ୍ଥିତ ସୀନୟ ପର୍ବତର ପ୍ରତୀକ। ଏବେ ତାହା ଆଜିର ଯିରୁଶାଲମକୁ ସଂକେତ କରେ। ଏହା ନିଜ ସନ୍ତାନମାନଙ୍କ ସହିତ ଦାସତ୍ୱରେ ପଡ଼ିଅଛି।
26
କିନ୍ତୁ ସ୍ୱର୍ଗସ୍ଥ ଯିରୁଶାଲମ ସ୍ୱାଧୀନ ଅଟେ। ସେ ଆମ୍ଭର ମାତା।
27
ଶାସ୍ତ୍ର କୁହେ: “ହେ ବନ୍ଧ୍ୟା! ଆନନ୍ଦିତ ହୁଅ, ତୁମ୍ଭେ କାହାରିକୁ ଜନ୍ମ ଦେଇ ନାହଁ; ଖୁବ୍ ଜୋର୍ରେ ହର୍ଷନାଦ କର, ତୁମ୍ଭେ ପ୍ରସବବେଦନା କେବେ ହେଲେ ଅନୁଭବ କରି ନାହଁ। ଯେଉଁ ସ୍ତ୍ରୀ ପରିତ୍ୟକ୍ତା, ତା’ର ଅଗଣିତ ସନ୍ତାନ ସଧବା (ପତିଥିବା) ସ୍ତ୍ରୀଠାରୁ ବେଶୀ ହେବେ।”
28
ଏବଂ ଅବ୍ରହାମଙ୍କର ଗୋଟିଏ ପୁତ୍ର ସାଧାରଣ ଭାବରେ ଜନ୍ମ ହେଲା। ଅନ୍ୟ ପୁତ୍ର ଇସ୍ହାକ୍ ଆତ୍ମାଙ୍କ ଶକ୍ତି ଦ୍ୱାରା ଜାତ ହେଲା। ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭେମାନେ ମଧ୍ୟ ଇସ୍ହାକ ଭଳି ପ୍ରତିଶୃତିର ସନ୍ତାନ ଅଟ। ସାଧାରଣ ଭାବରେ ଜନ୍ମ ଗ୍ରହଣ କରିଥିବା ପୁତ୍ରଟି ଇସ୍ହାକ ସହିତ ମନ୍ଦ ବ୍ୟବହାର କଲା। ଆଜି ମଧ୍ୟ ସେହିଭଳି ଅବସ୍ଥା।
30
କିନ୍ତୁ ଶାସ୍ତ୍ର କ’ଣ କୁହେ? “ଦାସୀ ନାରୀ ଓ ତାହାର ପୁତ୍ରକୁ ବାହାର କରିଦିଅ। ସ୍ୱାଧୀନ ସ୍ତ୍ରୀର ପୁତ୍ର ପିତାର ସମସ୍ତ ସମ୍ପତ୍ତିର ଉତ୍ତରାଧିକାରୀ ହେବ। କିନ୍ତୁ ଦାସୀପୁତ୍ର କିଛି ପାଇବ ନାହିଁ।”
31
ଅତଏବ ଭାଇ ଓ ଭଉଣୀମାନେ, ଆମ୍ଭେ ଦାସୀପୁତ୍ର ନୋହୁଁ, ମାତ୍ର ସ୍ୱାଧୀନ ସ୍ତ୍ରୀର ସନ୍ତାନ ଅଟୁ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 5 →
All chapters:
1
2
3
4
5
6