bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Galatians 5
Galatians 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 6 →
1
ସ୍ୱାଧୀନ ରହିଥାଅ ଆମ୍ଭେ ସମସ୍ତେ ଏବେ ସ୍ୱାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ୱାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ୱର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ।
2
ଶୁଣ! ମୁଁ ପାଉଲ କହୁଛି, ଯଦି ତୁମ୍ଭେମାନେ ସୁନ୍ନତ ହୋଇ ବ୍ୟବସ୍ଥା ନିକଟକୁ ଫେରି ଯିବ, ତା’ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ପାଇଁ ଲାଭଦାୟକ ହେବେ ନାହିଁ।
3
ମୁଁ ପୁଣି ଥରେ ସମସ୍ତଙ୍କୁ ସତର୍କ କରାଇ ଦେଉଛି: ଯଦି ଜଣେ କେହି ସୁନ୍ନତକୁ ଗ୍ରହଣ କରିବ, ତା’ହେଲେ ସେ ସମ୍ପୂର୍ଣ୍ଣ ଭାବରେ ବ୍ୟବସ୍ଥା ପାଳନ କରିବାକୁ ବାଧ୍ୟ ହେବ।
4
ଯଦି ତୁମ୍ଭେମାନେ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସହିତ ଧାର୍ମିକ ହେବାକୁ ଚେଷ୍ଟା କରୁଛ, ତା’ହେଲେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କ ଜୀବନ ସମାପ୍ତ ହେଲା, ଏହାର ଅର୍ଥ ତୁମ୍ଭେମାନେ ପରମେଶ୍ୱରଙ୍କ ଅନୁଗ୍ରହକୁ ଅଗ୍ରାହ୍ୟ କଲ।
5
ମୁଁ ଏହା କହେ କାରଣ ଆମେ ଆଶା କରୁ ଯେ, ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବୁ।
6
ଆତ୍ମାଙ୍କ ସାହାଯ୍ୟରେ ଆମେ ଏଥିପାଇଁ ଅପେକ୍ଷା କରି ରହିଛୁ। ଯଦି କେହି ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛି, ତା’ହେଲେ ସେ ସୁନ୍ନତ ହୋଇଛି ନା ନାହିଁ, ଏହା ମହତ୍ତ୍ୱପୂର୍ଣ୍ଣ ନୁହେଁ। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା, ପ୍ରେମଜନକ ବିଶ୍ୱାସ, ଯାହା କାର୍ଯ୍ୟରେ ପରିପ୍ରକାଶ ହୁଏ।
7
ତୁମ୍ଭେମାନେ ପ୍ରତିଯୋଗିତାରେ ଭଲ ଭାବରେ ଦୌଡ଼ୁଥିଲ। କିଏ ତେବେ ତୁମ୍ଭମାନଙ୍କୁ ସତ୍ୟପଥ ଅନୁସରଣ କରିବାରେ ବାଧା ଦେଲା?
8
ତୁମ୍ଭକୁ ଯେଉଁ ପ୍ରକାର ପ୍ରବର୍ତ୍ତନା ଦିଆଯାଇଥାଉ ନା କାହିଁକି, ସେହି ପ୍ରବର୍ତ୍ତନା ପରମେଶ୍ୱରଙ୍କଠାରୁ ଆସି ନାହିଁ, ଯେ ତୁମ୍ଭକୁ ମନୋନୀତ କରିଥିଲେ।
9
ସାବଧାନ ରୁହ, “ଅଳ୍ପ ଟିକିଏ ଖମୀର ଜନ୍ତା ହୋଇଥିବା ସବୁ ମଇଦାକୁ ଫୁଲାଇ ଦିଏ।”
10
ପ୍ରଭୁଙ୍କଠାରେ ମୋର ବିଶ୍ୱାସ ଅଛି ଯେ, ତୁମ୍ଭେମାନେ ଏହିଭଳି ଭିନ୍ନ ମତାମତକୁ ବିଶ୍ୱାସ କରିବ ନାହିଁ। ଯେଉଁ ଲୋକ ତୁମ୍ଭମାନଙ୍କୁ ବିଚଳିତ କରୁଛି, ସେ ଯିଏ ହେଉ ନା କାହିଁକି ଦଣ୍ଡ ପାଇବ।
11
ମୋ’ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଶିଖାଇ ନାହିଁ ଯେ, ଲୋକେ ସୁନ୍ନତ ହେବା ନିହାତି ଆବଶ୍ୟକ। ଯଦି ମୁଁ ଏହା ଶିଖାଇଛି, ତା’ହେଲେ ମୋତେ କାହିଁକି ତାଡ଼ନା ଆସୁଛି? ମୁଁ ଯଦି ଏହା ପ୍ରଗ୍ଭର କରିଥିଲି, ତା’ହେଲେ କ୍ରୁଶ ସମ୍ବନ୍ଧୀୟ ମୋର ଶିକ୍ଷା ଲୋକଙ୍କୁ ବ୍ୟତିବ୍ୟସ୍ତ କରି ପକାଇ ନ ଥା’ନ୍ତା।
12
ମୁଁ କାମନା କରେ ଯେ, ଯେଉଁମାନେ ତୁମ୍ଭମାନଙ୍କୁ ଉତ୍ତେଜିତ କରୁଛନ୍ତି, ସେମାନେ ନିଜର ସୁନ୍ନତ କରିବା ସହିତ ଚକ୍ଷୁକୁ ଇନ୍ଦ୍ରିୟହୀନ କରୁ ନାହାନ୍ତି କାହିଁକି?
13
ମୋ’ ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭମାନଙ୍କୁ ସ୍ୱାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ୱାଧୀନତାକୁ ତୁମ୍ଭେମାନେ ନିଜ ନିଜର ପାପମୟ ସ୍ୱଭାବର ଇଚ୍ଛା ପୂରଣ ନିମନ୍ତେ ବ୍ୟବହାର କର ନାହିଁ। ବରଂ ଏକଆରେକର ପ୍ରେମ ପୂର୍ବକ ସେବା କର।
14
ସମସ୍ତ ନିୟମ ଗୋଟିଏ ଆଦେଶର ସାର ଭାବରେ ସମାହିତ ହୋଇଛି: “ନିଜକୁ ପ୍ରେମ କଲା ପରି ଅନ୍ୟ ସମସ୍ତ ଲୋକଙ୍କୁ ପ୍ରେମ କର।”
15
ଯଦି ତୁମ୍ଭେ ଏକଆରେକକୁ ଆଘାତ ପ୍ରଦାନ କରୁଥାଅ, ଓ ତଦ୍ଦ୍ୱାରା ପରସ୍ପରକୁ ଗ୍ରାସ କରି ଗ୍ଭଲ, ତା’ହେଲେ ତୁମ୍ଭେମାନେ ନିଜେ ନିଜେ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇ ଯିବ। ତେଣୁ ସାବଧାନ ରୁହ।
16
ପବିତ୍ରଆତ୍ମା ଓ ମାନବ ପ୍ରକୃତି ସେଥିପାଇଁ ମୁଁ କହୁଛି: ଆତ୍ମାଙ୍କର ଅନୁସରଣ କରି ଜୀବନଯାପନ କର। ତା’ହେଲେ ତୁମ୍ଭେମାନେ ପାପମୟ ସ୍ୱଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ଯ୍ୟ କରିବ ନାହିଁ।
17
ଆମ୍ଭର ପାପମୟ ସ୍ୱଭାବର ଇଚ୍ଛା ପବିତ୍ରଆତ୍ମାଙ୍କର ବିରୋଧୀ ଓ ପବିତ୍ରଆତ୍ମା ପାପମୟ ସ୍ୱଭାବର ବିରୋଧୀ ଅଟନ୍ତି। ଏହି ଦୁଇ ବିଷୟ ପରସ୍ପରର ବିରୋଧୀ ଅଟନ୍ତି। ସେଥିପାଇଁ ତୁମ୍ଭେମାନେ ପ୍ରକୃତରେ ଯାହା କରିବାକୁ ଇଚ୍ଛା କର, ତାହା କରି ପାର ନାହିଁ।
18
କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କର ପରିଗ୍ଭଳିତ ପଥରେ ଚଳୁଛ, ତା’ହେଲେ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ।
19
ଆମ୍ଭର ପାପମୟ ସ୍ୱଭାବ ଦ୍ୱାରା ହେଉଥିବା ପାପପୂର୍ଣ୍ଣ କ୍ରିୟାଗୁଡ଼ିକ ବିଷୟରେ ସମସ୍ତେ ଜାଣନ୍ତି। ସେଗୁଡ଼ିକ ହେଲା: ଯୌନ ପାପାଗ୍ଭର, ଅପବିତ୍ରତା, ଭୋଗବିଳାସ,
20
ମୂର୍ତ୍ତିପୂଜା, ଯାଦୁବିଦ୍ୟା, ଘୃଣା, ଝଗଡ଼ା, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ବିଭାଜନ କରିବା, ଦଳୀୟ ମନୋଭାବ,
21
ପରଶ୍ରୀକାତରତା, ନିଶାସକ୍ତ ହେବା, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ୟ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମରେ ଲିପ୍ତ ରୁହନ୍ତି, ସେମାନେ କୌଣସି ପ୍ରକାରେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାର ପାଇବେ ନାହିଁ।
22
ମାତ୍ର ପବିତ୍ରଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟାଭାବ, ଉଦାରତା, ବିଶ୍ୱସ୍ତତା,
23
ଭଦ୍ରତା ଓ ଆତ୍ମ-ସଂଯମ। ଏହି ବିଷୟ ଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ।
24
ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ନିଜର ମନର ଆବେଗ ଓ ପାପମୟ ସ୍ୱଭାବକୁ କ୍ରୁଶରେ ବିଦ୍ଧ କରିଛନ୍ତି। ସେମାନେ ନିଜର ସ୍ୱାର୍ଥପର ମନୋଭାବ ଓ ମନ୍ଦକାର୍ଯ୍ୟ ସବୁକୁ ତ୍ୟାଗ କରିଛନ୍ତି।
25
ସେହି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍।
26
ଆମ୍ଭେ ବୃଥାଭିମାନୀ ହେବା ନାହିଁ। ଏକଆରେକକୁ ଅସୁବିଧାରେ ପକାଇବା ନାହିଁ ଏବଂ ଆମ୍ଭେ ପରସ୍ପରକୁ ଈର୍ଷା କରିବା ନାହିଁ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 6 →
All chapters:
1
2
3
4
5
6