bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Galatians 6
Galatians 6
Odia Bible ERV 2004 (ପବିତ୍ର ବାଇବଲ)
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
1
ଏକଆରେକର ସାହାଯ୍ୟ କର ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରିପାରେ। ସେତେବେଳେ ତୁମ୍ଭେମାନେ ଆତ୍ମିକ ଲୋକ ହୋଇଥିବାରୁ, ଭଦ୍ରତା ସହକାରେ ଭୁଲକାର୍ଯ୍ୟ କରୁଥିବା ଲୋକଟିକୁ ସଂଶୋଧନ ହେବା ପାଇଁ ସାହାଯ୍ୟ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭେମାନେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷାରେ ପଡ଼ି ନ ଯାଅ।
2
ନିଜର କର୍ତ୍ତବ୍ୟ କରିବା ସହ ପରସ୍ପରକୁ ସାହାଯ୍ୟ କର। ଏଭଳି କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତରେ ପାଳନ କରି ପାରିବ।
3
ଯଦି ଜଣେ ଅତି ନଗନ୍ୟ ହୋଇଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତେବେ ସେ ନିଜକୁ ପ୍ରତାରଣା କରେ।
4
ଜଣେ ଲୋକ ନିଜକୁ ଅନ୍ୟ ସହିତ ତୁଳନା କରିବା ଉଚିତ୍ ନୁହେଁ। ମାତ୍ର ପ୍ରତ୍ୟେକ ଲୋକ ନିଜର କାର୍ଯ୍ୟଗୁଡ଼ିକୁ ପରୀକ୍ଷା ନିରୀକ୍ଷା କରିବା ଉଚିତ୍। ତା’ହେଲେ ସେ ନିଜର କାମ ପାଇଁ ଗର୍ବ ଅନୁଭବ କରି ପାରିବ।
5
ପ୍ରତ୍ୟେକ ଲୋକ ନିଜ ନିଜର ଦାୟିତ୍ୱ ବହନ କରିବା ଉଚିତ୍।
6
ଉତ୍ତମ କାର୍ଯ୍ୟ କରିବା ବନ୍ଦ ନ କର ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା’ ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।
7
ଜୀବନ ହେଉଛି ଜମି ଗ୍ଭଷ କରିବା ସହିତ ସମାନ ନିଜକୁ ପ୍ରତାରଣା କର ନାହିଁ। ପରମେଶ୍ୱରଙ୍କୁ ତୁମ୍ଭେମାନେ ଠକି ପାରିବ ନାହିଁ। ଜଣେ ଲୋକ ଯେପରି ବୁଣିବ, ସେହିପରି କାଟିବ।
8
ଯେଉଁ ଲୋକ ନିଜର ପାପମୟ ସ୍ୱଭାବକୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ବିନାଶ ଦାୟକ ଫସଲ କାଟିବ। କିନ୍ତୁ ଜଣେ ଯଦି ଆତ୍ମାଙ୍କୁ ସନ୍ତୁଷ୍ଟ କରିବା ପାଇଁ ବୁଣିବ, ସେ ଆତ୍ମାଙ୍କଠାରୁ ଅନନ୍ତ ଜୀବନ ରୂପକ ଶସ୍ୟ କାଟିବ।
9
ଆମ୍ଭେ ଉତ୍ତମ କାର୍ଯ୍ୟ କରିବାରେ ଥକିଯିବା ନାହିଁ। କାରଣ ଉପଯୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା’ର ଫଳ ମିଳିବ।
10
ତେଣୁ ଯେତେବେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁଯୋଗ ପାଉ, ଆମ୍ଭେ ଅବଶ୍ୟ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ୱାସୀ ଅଟନ୍ତି, ସେମାନଙ୍କ ପ୍ରତି ଆମ୍ଭକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିବ।
11
ପାଉଲଙ୍କ ପତ୍ରର ସମାପ୍ତି ଦେଖ! ମୁଁ ନିଜ ହାତରେ ଓ କେତେ ବଡ଼ବଡ଼ ଅକ୍ଷରରେ ତୁମ୍ଭମାନଙ୍କୁ ଏହି ପତ୍ରଟି ଲେଖିଛି।
12
କେତେକ ଲୋକ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରୁଛନ୍ତି। ଯିହୂଦୀମାନେ ଯେପରି ସେମାନଙ୍କୁ ଗ୍ରହଣ କରି ପାରନ୍ତି, ସେଥିପାଇଁ ଏହା କରୁଛନ୍ତି। ଖ୍ରୀଷ୍ଟଙ୍କ କ୍ରୁଶ ପାଇଁ କାଳେ ସେମାନଙ୍କୁ ନିର୍ଯ୍ୟାତନା ସହିବାକୁ ହେବ, ସେଥିପାଇଁ ସେମାନେ ଭୟ କରୁଛନ୍ତି।
13
ଯେଉଁମାନେ ତୁମ୍ଭମାନଙ୍କୁ ସୁନ୍ନତ ପାଇଁ ପ୍ରବର୍ତ୍ତାଉଛନ୍ତି, ସେମାନେ ନିଜେ ବ୍ୟବସ୍ଥା ପାଳନ କରୁ ନାହାନ୍ତି। କିନ୍ତୁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରିବାକୁ ବଡ଼ ଆଗ୍ରହୀ ଅଟନ୍ତି। ତୁମ୍ଭମାନଙ୍କୁ ଏହିପରି କରିବାକୁ ବାଧ୍ୟ କରି, ସେମାନେ ଗର୍ବ କରି ପାରିବେ।
14
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ହିଁ ମୋର ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠାରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ମୋ’ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ୟ ଜଗତ ପାଇଁ ମୃତ।
15
ଜଣେ ମନୁଷ୍ୟ ସୁନ୍ନତ ହେଉ ବା ଅସୁନ୍ନତ ହେଉ, ସେଥିରେ କିଛି ଗୁରୁତ୍ୱ ନାହିଁ। କେବଳ ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ନୂତନ ମନୁଷ୍ୟ ହେବା ଗୁରୁତ୍ୱପୂର୍ଣ୍ଣ।
16
ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସେମାନଙ୍କୁ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ।
17
ଅତଏବ ମୋତେ ଅଧିକ କଷ୍ଟ ଦିଅ ନାହିଁ। ମୋ’ ଶରୀରରେ ପୂର୍ବରୁ କ୍ଷତ ଚିହ୍ନମାନ ଅଛି। ମୁଁ ଯେ ଯୀଶୁ ଖ୍ରୀଷ୍ଟଙ୍କର ଅଟେ, ତାହା ଏହି କ୍ଷତଚିହ୍ନଗୁଡ଼ିକ ପ୍ରମାଣିତ କରନ୍ତି।
18
ମୋ’ ଭାଇ ଓ ଭଉଣୀମାନେ! ମୁଁ ପ୍ରାର୍ଥନା କରେ ଯେ, ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମା ସହିତ ସଦାସର୍ବଦା ରହିଥାଉ। ଆମେନ୍।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
All chapters:
1
2
3
4
5
6