bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Genesis 17
Genesis 17
Odia Bible ERV 2004 (ପବିତ୍ର ବାଇବଲ)
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 18 →
1
ସୁନ୍ନତ୍-ଚୁକ୍ତିର ପ୍ରମାଣ ଯେତେବେଳେ ଅବ୍ରାମଙ୍କୁ ଅନେଶ୍ୱତ ବର୍ଷ ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ସର୍ବଶକ୍ତିମାନ ପରମେଶ୍ୱର। ଉତ୍ତମ କାର୍ଯ୍ୟମାନ କର। ମୋତେ ମାନ ଏବଂ ନିଷ୍ଠାପର ଜୀବନଯାପନ କର।
2
ଯଦି ତୁମ୍ଭେ ଏପରି କର, ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବାକୁ ପ୍ରସ୍ତୁତ ଅଛି। ମୁଁ ପ୍ରତିଜ୍ଞା କରୁଛି ତୁମ୍ଭର ଲୋକମାନଙ୍କୁ ନେଇ ମୁଁ ଏକ ବିରାଟ ଜାତି ସୃଷ୍ଟି କରିବି।”
3
ତହିଁରେ ଅବ୍ରାମ ପରମେଶ୍ୱରଙ୍କଠାରେ ମଥାନତ କଲେ। ପରମେଶ୍ୱର ତାଙ୍କୁ କହିଲେ,
4
“ଏହା ହେଉଛି ତୁମ୍ଭ ସହିତ ମୋର ଚୁକ୍ତିର ଏକ ଅଂଶ। ମୁଁ ତୁମ୍ଭକୁ ବହୁଜାତିର ପିତା କରିବି।
5
ମୁଁ ତୁମ୍ଭର ନାମ ପରିବର୍ତ୍ତନ କରି ଦେବି। ତୁମ୍ଭର ନାମ ଅବ୍ରାମ ରହିବ ନାହିଁ। ତୁମ୍ଭର ନାମ ଅବ୍ରହାମ ରହିବ। ମୁଁ ତୁମ୍ଭକୁ ଏପରି ନାମ ଦେବି କାରଣ ମୁଁ ତୁମ୍ଭକୁ ଅନେକ ଜାତିଗଣର ଜନକ କରିବି।
6
ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହେବେ।
7
ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସେହି ଚୁକ୍ତି ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ ହେବ। ଏହି ଚୁକ୍ତି ଅନନ୍ତକାଳସ୍ଥାୟୀ ହେବ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ୟଦ୍ ବଂଶଧରମାନଙ୍କର ପରମେଶ୍ୱର ହେବି।
8
ବର୍ତ୍ତମାନ ତୁମ୍ଭେ ଯେଉଁ ଦେଶରେ ଅସ୍ଥାୟୀ ଭାବରେ ବାସ କରୁଅଛ ତାହା ଚିରଦିନ ପାଇଁ ତୁମ୍ଭର ହେବ। ମୁଁ ତୁମ୍ଭକୁ ଏବଂ ତୁମ୍ଭ ଭବିଷ୍ୟଦ୍ ବଂଶଧରମାନଙ୍କୁ କିଣାନର ସମଗ୍ର ଦେଶ ଚିରକାଳ ପାଇ ଦେବି ଏବଂ ମୁଁ ସେମାନଙ୍କର ପରମେଶ୍ୱର ହେବି।”
9
ଏବଂ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ବର୍ତ୍ତମାନ ଏହା ତୁମ୍ଭର ଚୁକ୍ତିର ଏକ ଅଂଶ। ତୁମ୍ଭେ ଓ ତୁମ୍ଭର ବଂଶ ଆମ୍ଭର ଚୁକ୍ତିକୁ ମାନି ଚଳିବ।
10
ଏହି ଚୁକ୍ତିକୁ ତୁମ୍ଭେମାନେ ନିଶ୍ଚୟ ପାଳନ କରିବ। ଏହା ହେଉଛି ତୁମ୍ଭ ଓ ମୋ’ ମଧ୍ୟରେ ଚୁକ୍ତି ଏବଂ ଏହା ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ। ତାହା ଏହି, ପ୍ରତ୍ୟେକ ଜନ୍ମ ହେବା ପୁରୁଷକୁ ନିଶ୍ଚୟ ସୁନ୍ନତ କରାଯିବ।
11
ତୁମ୍ଭେମାନେ ନିଶ୍ଚୟ ସୁନ୍ନତ ହେବ। ଏହା ତୁମ୍ଭମାନଙ୍କର ନିୟମର ଚିହ୍ନ ହେବ।
12
ତୁମ୍ଭର ପୁତ୍ରମାନଙ୍କୁ ଯେତେବେଳେ ଆଠଦିନ ହେବ, ତୁମ୍ଭେ ସେତେବେଳେ ସେମାନଙ୍କୁ ସୁନ୍ନତ କରିବ। ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ଦାସମାନଙ୍କର, ତୁମ୍ଭର ଘରେ ଯେଉଁମାନେ ଜନ୍ମ ହୋଇଛନ୍ତି, ଯେଉଁମାନେ ବିଦେଶରୁ କିଣା ଯାଇଅଛନ୍ତି, ସମସ୍ତ ପୁତ୍ରଗଣଙ୍କୁ ସୁନ୍ନତ କରାଯିବ।
13
ସେଥିପାଇଁ ତୁମ୍ଭର ସମସ୍ତ ପୁରୁଷ ସେବକଗଣ ନିଶ୍ଚୟ ସୁନ୍ନତ ହେବେ ଓ ତୁମ୍ଭମାନଙ୍କର ଶରୀରରେ, ଚୁକ୍ତି ହିସାବରେ ମୋର ଚିରନ୍ତନ ଚିହ୍ନ ରହିବ।
14
ଯେଉଁ ମନୁଷ୍ୟମାନଙ୍କର ସୁନ୍ନତ ହୋଇ ନାହିଁ, ସେମାନଙ୍କୁ ତା’ର ଲୋକମାନଙ୍କଠାରୁ ବାସନ୍ଦ କରାଯିବ। କାରଣ ସେ ମୋର ଚୁକ୍ତି ଭଙ୍ଗ କରିଛି।”
15
ଇସ୍ହାକ-ପ୍ରତିଜ୍ଞାର ପୁତ୍ର ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ମୁଁ ତୁମ୍ଭ ସ୍ତ୍ରୀ ସାରୀର ଏକ ନୂତନ ନାମକରଣ କରିବି। ତାଙ୍କର ନୂତନ ନାମ ସାରା ହେବ।
16
ମୁଁ ତାଙ୍କୁ ଆଶୀର୍ବାଦ କରିବି। ମୁଁ ତାଙ୍କ କୋଳରେ ଏକ ପୁତ୍ର ଦେବି। ଏବଂ ତୁମ୍ଭେ ତା’ର ପିତା ହେବ। ସେ ବହୁ ଜାତିର ଆଦିମାତା ହେବ। ଜାତିଗଣର ରାଜାମାନେ ତାଙ୍କଠାରୁ ଜନ୍ମ ନେବେ।”
17
ଅବ୍ରହାମ ମୁହଁ ତଳକୁ କରି ଭୂମିରେ ପଡ଼ିଲେ ଓ ହସିଲେ। ସେ ନିଜକୁ କହିଲେ, “କ’ଣ ଜଣେ 100 ବର୍ଷର ଲୋକ କୌଣସି ସ୍ତ୍ରୀକୁ ଗର୍ଭବତୀ କରାଇପାରିବ? କ’ଣ ସାରା ନବେ ବର୍ଷରେ ପିଲା ଧାରଣ କରି ପାରିବ?”
18
ଏହା ପରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ମୁଁ ଇଚ୍ଛା କରୁଛି ଯେ, ତୁମ୍ଭେ ଇଶ୍ମାଏଲକୁ ଅନୁଗ୍ରହ କରିବ।”
19
ପରମେଶ୍ୱର କହିଲେ, “ନାଁ, ମୁଁ କହିଲି, ତୁମ୍ଭର ସ୍ତ୍ରୀ ସାରା, ପୁତ୍ର ଜନ୍ମ କରିବ। ତୁମ୍ଭେ ତା’ର ନାମ ଇସ୍ହାକ ରଖିବ। ମୁଁ ତାଙ୍କ ସହିତ ଚୁକ୍ତି କରିବି। ସେହି ଚୁକ୍ତି ତୁମ୍ଭର ବଂଶଧରମାନଙ୍କ ପାଇଁ ଚିରକାଳସ୍ଥାୟୀ ହେବ।
20
“ମୁଁ ଇଶ୍ମାଏଲ ବିଷୟରେ ତୁମ୍ଭର ଅନୁରୋଧ ଶୁଣିଛି। ମୁଁ ତାଙ୍କୁ ଆଶୀର୍ବାଦ କରିବି। ତା’ର ବହୁ ସନ୍ତାନ ଜନ୍ମ ହେବେ। ତାହାଠାରୁ ବାର ଜଣ ଅଧିପତି ଜନ୍ମ ନେବେ ତାଙ୍କର ପରିବାର ଏକ ବିରାଟ ଜାତି ହେବ।
21
କିନ୍ତୁ ମୋର ଚୁକ୍ତି ଇସ୍ହାକ ସହିତ ହେବ। ସାରା ଇସ୍ହାକକୁ ଜନ୍ମ ଦେବ। ଆସନ୍ତା ବର୍ଷ ଏହି ସମୟରେ ଇସ୍ହାକ ଜନ୍ମ ନେବ।”
22
ପରମେଶ୍ୱର ଅବ୍ରହାମଙ୍କ ସହିତ କଥା ହୋଇ ସାରିବା ପରେ ସ୍ୱର୍ଗକୁ ଗ୍ଭଲିଗଲେ।
23
ତା’ପରେ ଠିକ୍ ସେହି ଦିନ ଅବ୍ରହାମ ଇଶ୍ମାଏଲ ଓ ତାଙ୍କର ସମସ୍ତ ସେବକଗଣଙ୍କୁ ଏବଂ ଦାସଗଣଙ୍କୁ ଏକତ୍ରିତ କଲେ। ଅବ୍ରହାମ ମଧ୍ୟ କ୍ରୀତଦାସମାନଙ୍କୁ ଏକତ୍ରିତ କଲେ। ଅବ୍ରହାମ ପରିବାରର ସମସ୍ତ ପୁରୁଷଗଣ ଏକତ୍ରିତ ହେଲେ। ଏବଂ ସମସ୍ତେ ସୁନ୍ନତ ହେଲେ। ପରମେଶ୍ୱରଙ୍କ ବାକ୍ୟାନୁସାରେ ଅବ୍ରହାମ ସେମାନଙ୍କୁ ସୁନ୍ନତ କରାଇଲେ।
24
ଅବ୍ରହାମ ଅନେଶ୍ୱତ ବର୍ଷ ବୟସରେ ସୁନ୍ନତ ହେଲେ।
25
ଇଶ୍ମାଏଲଙ୍କୁ ଯେତେବେଳେ ତେର ବର୍ଷ ବୟସ ହୋଇଥିଲା ସେତେବେଳେ ସେ ସୁନ୍ନତ ହେଲେ।
26
ଅବ୍ରହାମ ଏବଂ ତାଙ୍କର ପୁତ୍ର ଇଶ୍ମାଏଲ ସେହି ଗୋଟିଏ ଦିନରେ ସୁନ୍ନତ ହେଲେ।
27
ଯଦିଓ ଅବ୍ରହାମଙ୍କ ପରିବାର ସମସ୍ତ ଲୋକ ସେହିଦିନ ସୁନ୍ନତ ହେଲେ। ସମସ୍ତ ଦାସ ଏବଂ କ୍ରୀତଦାସମାନେ ମଧ୍ୟ ସୁନ୍ନତ ହେଲେ।
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50