bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Genesis 47
Genesis 47
Odia Bible ERV 2004 (ପବିତ୍ର ବାଇବଲ)
← Chapter 46
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 48 →
1
ଇସ୍ରାଏଲ ଗୋଶନରେ ବସତି ସ୍ଥାପନ କଲେ ଯୋଷେଫ ଫାରୋଙ୍କ ନିକଟକୁ ଯାଇ କହିଲେ, “ମୋର ପିତା ଓ ଭାଇମାନେ ସେମାନଙ୍କର ସମସ୍ତ ପରିବାର ଏବେ କିଣାନ ଦେଶରୁ ଆସିଛନ୍ତି। ସେମାନଙ୍କର ସର୍ବଶ୍ୱ ଓ ପଶୁପଲ ସହ ସେମାନେ ଏହିଠାରେ ଅଛନ୍ତି। ସେମାନେ ବର୍ତ୍ତମାନ ଗୋଶନ ପ୍ରଦେଶରେ ଅଛନ୍ତି।”
2
ଯୋଷେଫ ତାଙ୍କର ଭାଇମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।
3
ଫାରୋ ତାଙ୍କର ଭାଇମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କି କାର୍ଯ୍ୟ କରୁଅଛ?” ଭାଇମାନେ ଫାରୋଙ୍କୁ ଉତ୍ତର ଦେଲେ, “ହେ ଆମ୍ଭର ମହାଶୟ, ଆମ୍ଭେମାନେ ମେଷପାଳକ ଅଟୁ, ଆମ୍ଭର ପୂର୍ବପୁରୁଷମାନେ ପୂର୍ବରୁ ମେଷପାଳକ ଥିଲେ।”
4
ସେମାନେ ଫାରୋଙ୍କୁ କହିଲେ, “କିଣାନର ଦୁର୍ଭିକ୍ଷ ବହୁତ ଖରାପ ଅଛି। ଆମ୍ଭମାନଙ୍କର ପଶୁମାନଙ୍କ ପାଇଁ ସେଠାରେ କୌଣସି ଭୂମିରେ ଘାସ କଅଁଳୁ ନାହିଁ। ତେଣୁ ଆମ୍ଭେମାନେ ଏହିଠାକୁ ବାସ କରିବାକୁ ଆସିଅଛୁ। ଆମ୍ଭେ ଦୟାକରି ଗୋଶନ ଦେଶରେ ରହି ପାରିବୁ କି?”
5
ଏହା ପରେ ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭର ପିତା ଓ ତୁମ୍ଭର ଭାଇମାନେ ତୁମ୍ଭ ନିକଟକୁ ଆସି ଅଛନ୍ତି।
6
ତୁମ୍ଭେ ସେମାନଙ୍କୁ ମିଶରର ଯେକୌଣସି ସ୍ଥାନରେ ଆମ୍ଭମାନଙ୍କର ଭୂମିର ଅଂଶରୁ ନିଜର ରୁଚି ଅନୁସାରେ ଦେଇ ପାର। ମିଶରର ସବୁଠାରୁ ଭଲ ଭୂମି ତୁମ୍ଭର ପିତା ଓ ତୁମ୍ଭର ଭାଇମାନଙ୍କୁ ଦିଅ। ସେମାନେ ଗୋଶନ ଦେଶରେ ରୁହନ୍ତୁ। ରହିବା ପାଇଁ ସେମାନଙ୍କୁ ଗୋଶନ ପ୍ରଦେଶ ଦିଅ। ଏବଂ ସେମାନେ ଯଦି ପାରଙ୍ଗମ ତେବେ ସେମାନଙ୍କୁ ମୋର ପଶୁପଲଗୁଡ଼ିର ଅଧ୍ୟକ୍ଷ ଭାବରେ ନିଯୁକ୍ତ କର।”
7
ଏହା ପରେ ଯୋଷେଫ ତାଙ୍କର ପିତା ଯାକୁବଙ୍କୁ ଫାରୋଙ୍କ ସହିତ ସାକ୍ଷାତ କରାଇଲେ। ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।
8
ଏବଂ ଫାରୋ ତାଙ୍କୁ ପଗ୍ଭରିଲେ, “ତୁମ୍ଭର ବୟସ କେତେ?”
9
ଯାକୁବ ଫାରୋଙ୍କୁ କହିଲେ, “ମୋର ପ୍ରବାସ କାଳର ଦିନ 130 ବର୍ଷ, ମୋର ପରମାୟୁର ଦିନ ଅଳ୍ପ ଓ ଆପଦଜନକ। ପୁଣି ମୋରହ ପୂର୍ବପୁରୁଷମାନଙ୍କର ପ୍ରବାସ କାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”
10
ଏହା ପରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ। ତାଙ୍କ ଛାମୁରୁ ବିଦାୟ ନେଲେ।
11
ଫାରୋ ଯେପରି ଆଜ୍ଞା ଦେଲେ ଯୋଷେଫ ସେହିପରି କଲେ ଓ ଭାଇମାନଙ୍କୁ ଭୂମି ଦେଲେ। ସେହି ଭୂମି ମିଶରରେ ସବୁଠାରୁ ଉତ୍ତମ ଭୂମି ଥିଲା। ରାମିଷେଷ୍ ଅଞ୍ଚଳ ତାଙ୍କ ଅଧିକାରରେ ଦେଲେ।
12
ଯୋଷେଫ ତାଙ୍କର ପିତା, ଭାଇମାନଙ୍କୁ ଏବଂ ସେମାନଙ୍କ ପରିବାରକୁ ଆବଶ୍ୟକ ପରିମାଣରେ ଖାଦ୍ୟ ଦେଲେ।
13
ଯୋଷେଫ ଫାରୋଙ୍କ ପାଇଁ ଜମି କିଣିଲେ ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା। ତହିଁରେ ମିଶର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।
14
ଆଉ ମିଶର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା। ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେ ସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।
15
ଏହା ପରେ ମିଶର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସିଲେ ଏବଂ କହିଲେ, “ଆମ୍ଭମାନଙ୍କୁ ଖାଦ୍ୟ ସାମଗ୍ରୀ ଦିଅନ୍ତୁ। ଆମ୍ଭେ କାହିଁକି ତୁମ୍ଭ ସମ୍ମୁଖରେ ମରିବୁ। କାରଣ ଆମ୍ଭର ଆଉ ଅଧିକ ରୂପା ନାହିଁ।”
16
କିନ୍ତୁ ଯୋଷେଫ ଉତ୍ତର ଦେଲେ, “ତୁମ୍ଭର ପଇସା ସବୁ ଶେଷ ହେବାରୁ ତୁମ୍ଭର ପଶୁମାନଙ୍କୁ ମୋତେ ଦିଅ ଓ ମୁଁ ତୁମ୍ଭମାନଙ୍କୁ ଖାଦ୍ୟ ଦେବି।”
17
ତେଣୁ ଲୋକମାନେ ତାଙ୍କର ଜୀବନ୍ତ ପଶୁସବୁ ଯୋଷେଫଙ୍କ ନିକଟକୁ ଆଣିଲେ। ସେମାନଙ୍କୁ ଅଶ୍ୱ, ମେଷ, ଛେଳି ପଶୁପଲ ଏବଂ ଗଧ ବଦଳରେ ଖାଦ୍ୟ ଦ୍ରବ୍ୟ ଦେଲେ। ସେ ବର୍ଷ ଯୋଷେଫ ସେମାନଙ୍କର ଖାଦ୍ୟ ବଦଳରେ ସମସ୍ତ ଜୀବନ୍ତ ପଶୁ ନେଲେ।
18
କିନ୍ତୁ ତା’ପର ବର୍ଷ, ସେମାନଙ୍କୁ ପଶୁ ଦେଇ ଖାଦ୍ୟ ସଂଗ୍ରହ କରିବା ପାଇଁ, ଲୋକମାନଙ୍କ ନିକଟରେ ଆଉ ପଶୁ ନ ଥିଲା। ତେଣୁ ଲୋକମାନେ ଯୋଷେଫଙ୍କ ନିକଟକୁ ଯାଇ କହିଲେ, “ଆପଣ ଜାଣନ୍ତି ଯେ ଆମ୍ଭ ନିକଟରେ ଆଉ ରୂପା ନାହିଁ। ଏବଂ ଆମ୍ଭମାନଙ୍କର ସମସ୍ତ ପଶୁ ସମ୍ପଦ ମଧ୍ୟ ମହାଶୟଙ୍କର ହୋଇଅଛି। ଏବେ ମହାଶୟଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଆମ୍ଭ ନିକଟରେ ନାହିଁ।
19
ନିଶ୍ଚିତରେ ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ। କିନ୍ତୁ ଯଦି ଆପଣ ଆମ୍ଭକୁ ଖାଦ୍ୟ ଦିଅନ୍ତି ତେବେ ଆମ୍ଭେ ଆମ୍ଭର ଭୂମି ଫାରୋଙ୍କୁ ଦେବୁ। ଏବଂ ଆମ୍ଭେ ତାଙ୍କର ଦାସ ହେବୁ। ଆମ୍ଭକୁ କିଛି ବିହନ ମଧ୍ୟ ଦିଅନ୍ତୁ। ଆମ୍ଭେ ଗଛ କରି ପାରିବୁ। ଏଥିରେ ଆମ୍ଭେ ନ ମରି ବଞ୍ଚିବୁ। ଏବଂ ଭୂମି ମଧ୍ୟ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଯୋଗାଇବ।”
20
ତେଣୁ ଯୋଷେଫ ଫାରୋଙ୍କ ନିମନ୍ତେ ମିଶର ଦେଶର ସମସ୍ତ ଭୂମି କ୍ରୟ କଲେ। ମିଶରରେ ସମସ୍ତ ଲୋକ ସେମାନଙ୍କର ଭୂମି ସବୁ ବିକ୍ରୟ କଲେ। ସେମାନେ ଭୋକରେ ଥିବାରୁ ଏହିପରି କଲେ।
21
ଏବଂ ଏହିପରି ଭାବରେ ସମସ୍ତ ଲୋକ ଫାରୋଙ୍କର ଦାସ ହେଲେ। ମିଶରରେ ଗ୍ଭରିଆଡ଼େ ଲୋକମାନେ ଫାରୋଙ୍କର ଦାସ ହେଲେ।
22
ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ। କାରଣ ଫାରୋ ସେମାନଙ୍କୁ ବୃତ୍ତି ଯୋଗାଇଲେ। ଏଣୁ ଫାରୋଙ୍କର ଦ୍ୱାରା ଦିଆ ଯାଇଥିବା ବୃତ୍ତିରେ ସେମାନେ ବଞ୍ଚୁଥିଲେ। ସେମାନେ ଆପଣା ଭୂମି ବିକ୍ରୟ କଲେ ନାହିଁ।
23
ଏହା ପରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଆଜି ପର୍ଯ୍ୟନ୍ତ ମୁଁ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲି। ଏବେ ଏହି ବିହନ ନେଇ ଭୂମିରେ ବୁଣ।
24
ତହିଁରୁ ଯାହା ଉତ୍ପନ୍ନ ହେବ। ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ। ପୁଣି ଅନ୍ୟ ଗ୍ଭରିଅଂଶ ଭୂମିର ବିହନପାଇଁ ଓ ତୁମ୍ଭେ ତୁମ୍ଭର ପରିଜନ ଏବଂ ତୁମ୍ଭର ପିଲାମାନଙ୍କ ପାଇଁ ଖାଦ୍ୟ ରହିବ।”
25
ଲୋକମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ। ଆପଣଙ୍କ କୃପା ଦୃଷ୍ଟି ହେଲେ ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”
26
ପଞ୍ଚମାଂଶ ଫାରୋ ପାଇବେ। ମିଶରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି। କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।
27
ମୋର ଶବକୁ ମିଶରରେ କବର ଦେବ ନାହିଁ ସେ ସମୟରେ ଇସ୍ରାଏଲ (ଯାକୁବ) ମିଶରରେ ଗୋଶନ ପ୍ରଦେଶରେ ବାସ କଲେ। ସେଠାରେ ଇସ୍ରାଏଲମାନେ ସଫଲ ହେଲେ ଏବଂ ସେମାନଙ୍କର ପରିବାରସବୁ ବୃଦ୍ଧି ପାଇଲା।
28
ଯାକୁବ ମିଶର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ ଏବଂ ତାଙ୍କର ପରମାୟୁ 147 ବର୍ଷ ଥିଲା।
29
ଇସ୍ରାଏଲଙ୍କର ମରଣ ଦିନ ପାଖେଇ ଆସିବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡାକି କହିଲେ, “ମୁଁ ଯେବେ ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ। ପୁଣି ମୋ’ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ମୋତେ ଏହି ମିଶର ଦେଶରେ କବର ଦିଅ ନାହିଁ।
30
ମୁଁ ମୋର ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ ତୁମ୍ଭେ ମୋତେ ଏହି ମିଶର ଦେଶରୁ ନେଇଯାଇ ସେମାନଙ୍କର କବର ସ୍ଥାନରେ କବରଶାୟୀ କରାଅ।” ଯୋଷେଫ କହିଲେ, “ମୁଁ ପ୍ରତିଜ୍ଞା କରୁଅଛି ତୁମ୍ଭର ଇଚ୍ଛାନୁସାରେ କରିବି।”
31
ଏହା ପରେ ଯାକୁବ କହିଲେ, “ତୁମ୍ଭେ ଶପଥ କର।” ଏବଂ ଯୋଷେଫ ତାଙ୍କ ସମ୍ମୁଖରେ ଶପଥ କଲେ। ଏହା ପରେ ଇସ୍ରାଏଲ ଶଯ୍ୟାର ମୁଣ୍ଡ ଆଡ଼େ ପ୍ରଣାମ କଲେ।
← Chapter 46
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 48 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50