bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Genesis 7
Genesis 7
Odia Bible ERV 2004 (ପବିତ୍ର ବାଇବଲ)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 8 →
1
ବନ୍ୟାର ଆରମ୍ଭ ଏହା ପରେ ସଦାପ୍ରଭୁ ନୋହଙ୍କୁ କହିଲେ, “ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧ୍ୟରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହୋଇ ଜାହାଜରେ ପ୍ରବେଶ କର।
2
ତୁମ୍ଭେ ତୁମ୍ଭ ସହିତ ସାତ ଯୋଡ଼ି ଶୁଚି ପଶୁ ଓ ଏକ ଯୋଡ଼ି ଅଶୁଚି ପଶୁ ନେଇ ଆସିବ। ପ୍ରତ୍ୟେକ ଯୋଡ଼ିରେ ଗୋଟିଏ ପୁରୁଷ ଓ ଗୋଟିଏ ସ୍ତ୍ରୀ ନିଶ୍ଚୟ ରହିବ।
3
ପ୍ରତ୍ୟେକ ପକ୍ଷୀ ଜାତିର ପୁରୁଷ ଓ ସ୍ତ୍ରୀ ସାତ ସାତ ଯୋଡ଼ି ସଙ୍ଗରେ ନିଅ, ବଂଶ ରକ୍ଷା କରିବା ପାଇଁ।
4
ସାତ ଦିନ ପରେ ମୁଁ ଗ୍ଭଳିଶ୍ ଦିବାରାତ୍ରି ପୃଥିବୀରେ ବୃଷ୍ଟି କରାଇବି। ପୃଥିବୀର ସମସ୍ତ ଜୀବିତ ପ୍ରାଣୀ ଓ ସେଠାକାର ସମସ୍ତ ଜିନିଷ ଧ୍ୱଂସ କରି ଦେବି, ଯାହା ମୁଁ ସୃଷ୍ଟି କରିଥିଲି।”
5
ନୋହ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସମସ୍ତ କାର୍ଯ୍ୟ କଲେ।
6
ବନ୍ୟା ଆସିବା ସମୟରେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା।
7
ନୋହ ଏବଂ ତାଙ୍କର ପରିବାର ବନ୍ୟାରୁ ରକ୍ଷା ପାଇବା ନିମିତ୍ତ ଜାହାଜ ମଧ୍ୟକୁ ଗଲେ। ଜାହାଜରେ ନୋହ, ତାଙ୍କର ସ୍ତ୍ରୀ, ପୁତ୍ର ଓ ପୁତ୍ରବଧୂମାନେ ଥିଲେ।
8
ସମସ୍ତ ପଶୁଗୁଡ଼ିକ ଶୁଚି ଓ ଅଶୁଚି ଓ ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ନୋହଙ୍କ ନିକଟକୁ ଯାଇ ଭିତରକୁ ଗଲେ।
9
ସେମାନେ ଯୋଡ଼ି ଯୋଡ଼ି କରି ପୁରୁଷ ଓ ସ୍ତ୍ରୀ, ଠିକ୍ ପରମେଶ୍ୱରଙ୍କ ଆଜ୍ଞାନୁସାରେ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
10
ସାତ ଦିନ ପରେ ବନ୍ୟାର ପାଣି ପୃଥିବୀ ଉପରେ ଆରମ୍ଭ ହେଲା।
11
ଦ୍ୱିତୀୟ ମାସର ସତର ଦିବସ ଯେତେବେଳେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା। ମହାସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା। ପୁଣି ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। ତହିଁରେ ଗ୍ଭଳିଶ୍ ଦିବାରାତ୍ରି ବୃଷ୍ଟି ହେଲା। ସେହି ଦିନରେ ନୋହ, ଶେମ, ହାମ ଓ ଯେଫତ୍ ନୋହଙ୍କର ପୁତ୍ରମାନେ ଆଉ ସେମାନଙ୍କର ସ୍ତ୍ରୀମାନେ ଓ ନୋହଙ୍କର ସ୍ତ୍ରୀ ଜାହାଜରେ ପ୍ରବେଶ କଲେ।
14
ସେହି ଲୋକମାନେ ଏବଂ ପ୍ରତ୍ୟେକ ପ୍ରକାରର ପଶୁ, ସେହି ଜାହଜକୁ ପ୍ରବେଶ କଲେ। ସବୁ ପ୍ରକାରର ଗୃହପାଳିତ ପଶୁ, ସବୁପ୍ରକାର ଉରୋଗାମୀ ସବୁଜାତୀୟ ଭୂଚର ଓ ଖେଚର ପକ୍ଷୀ ସମସ୍ତ ଜାହାଜ ମଧ୍ୟକୁ ପ୍ରବେଶ କଲେ।
15
ନୋହଙ୍କ ସହିତ ଏହି ସମସ୍ତ ଜୀବ ଜାହାଜ ମଧ୍ୟରେ ରହିଲେ। ସମସ୍ତ ଜୀବିତ ପ୍ରାଣୀ ଯୋଡ଼ା ଯୋଡ଼ା ହୋଇ ଆସିଲେ।
16
ପରମେଶ୍ୱରଙ୍କର ଆଜ୍ଞାନୁସାରେ ଏକ ପୁରୁଷ ଏବଂ ଏକ ସ୍ତ୍ରୀ ପ୍ରତ୍ୟେକ ପ୍ରକାରର ଜାହାଜ ମଧ୍ୟକୁ ପ୍ରବେଶ କଲେ, ଏହା ପରେ ସଦାପ୍ରଭୁ ଜାହାଜର ଦ୍ୱାର ବନ୍ଦ କରିଦେଲେ।
17
ଗ୍ଭଳିଶ୍ ଦିନ ପୃଥିବୀରେ ଜଳପ୍ଳାବନ ହେଲା, ପୁଣି ଜଳ ବଢ଼ିବାରୁ ଜାହାଜ ଭୂମିକୁ ଛାଡ଼ି ଭାସିବାକୁ ଲାଗିଲା।
18
ପୃଥିବୀରେ କ୍ରମାନ୍ୱୟରେ ଜଳରାଶି ବଢ଼ିବାକୁ ଲାଗିଲା ଓ ସେଥିରେ ଜାହାଜ ଭାସିବାକୁ ଆରମ୍ଭ କଲା।
19
ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସମସ୍ତ ଉଚ୍ଚ ପର୍ବତ ମଗ୍ନ କଲା।
20
ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚଢ଼ି ରହିଲା।
21
ପୃଥିବୀ ପୃଷ୍ଠରୁ ପ୍ରତ୍ୟେକ ସଜୀବ ପ୍ରାଣୀ ମୃତ୍ୟୁବରଣ କଲେ। ପ୍ରତ୍ୟେକ ପୁରୁଷ ଓ ସ୍ତ୍ରୀ, ପ୍ରତ୍ୟେକ ପ୍ରକାର ପକ୍ଷୀ ଓ ପଶୁ ପୃଥିବୀ ପୃଷ୍ଠରୁ ମଲେ। ସମସ୍ତ ଭୂଚର ଓ ସମସ୍ତ ଉରୋଗାମୀ ଜୀବ ପୃଥିବୀ ପୃଷ୍ଠରୁ ଲୋପ ପାଇଗଲେ।
23
ଏହି ପ୍ରକାରେ ପରମେଶ୍ୱର ପୃଥିବୀରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିହ୍ନ କଲେ। ସମସ୍ତ ମନୁଷ୍ୟ, ପଶୁ, ସରୀସୃପ ପ୍ରାଣୀ, ଖେଚର ପକ୍ଷୀ, ପୃଥିବୀରେ ମୃତ୍ୟୁବରଣ କଲେ। କେବଳ ନୋହ ଓ ଜାହାଜରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇଗଲେ।
24
ଏହିପରି ଭାବରେ ପୃଥିବୀ 150 ଦିନ ପର୍ଯ୍ୟନ୍ତ ଜଳରେ ମଗ୍ନ ହୋଇ ରହିଲା।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50