bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Habakkuk 3
Habakkuk 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
1
ହବକ୍କୂକଙ୍କ ପ୍ରାର୍ଥନା ଭବିଷ୍ୟଦ୍ବକ୍ତା ହବକ୍କୂକଙ୍କର ଶିଗିୟୋନତ୍ ପ୍ରାର୍ଥନା:
2
ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷୟରେ ଶୁଣିଛି ଏବଂ ମୁଁ ପରମେଶ୍ୱରଙ୍କ ଭୟରେ ପରିପୂର୍ଣ୍ଣ ହୋଇଛି। ହେ ସଦାପ୍ରଭୁ, ଅତୀତରେ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ କରିଛ, ସେଥିରେ ମୁଁ ଆଶ୍ଚର୍ଯ୍ୟାନ୍ୱିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷୟରେ ଅନେକ ବଡ଼ କାର୍ଯ୍ୟ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସେହି କ୍ରୋଧିତ ଅବସ୍ଥାରେ ଆମ୍ଭ ପ୍ରତି ଦୟା କର।
3
ପରମେଶ୍ୱର ତୈମନରୁ ଆସୁଛନ୍ତି। ସେହି ପବିତ୍ର ପୁରୁଷ ପାରଣ ପର୍ବତରୁ ଓହ୍ଲାଇ ଆସୁଛନ୍ତି। ସଦାପ୍ରଭୁଙ୍କ ମହିମା ସ୍ୱର୍ଗକୁ ଆବୃତ କରେ। ତାଙ୍କର ପ୍ରଶଂସା ପୃଥିବୀକୁ ପୂର୍ଣ୍ଣ କରେ।
4
ଆଲୋକରଶ୍ମି ସଦାପ୍ରଭୁଙ୍କ ହସ୍ତରୁ ଆସି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ। ତାଙ୍କର ଶକ୍ତି ସେଠାରେ ଲୁଚିଅଛି।
5
ରୋଗଗୁଡ଼ିକ ତାଙ୍କ ଆଗେ ଆଗେ ଗ୍ଭଲିଲେ ଏବଂ ଧ୍ୱଂସକାରୀ ଶକ୍ତି ତାଙ୍କୁ ଅନୁସରଣ କଲେ।
6
ସଦାପ୍ରଭୁ ଦଣ୍ଡାୟମାନ ହେଲେ ଓ ପୃଥିବୀର ବିଗ୍ଭର କଲେ। ସେ ଦୃଷ୍ଟିଜାତ କରି ଗୋଷ୍ଠୀଗଣଙ୍କୁ ଭିନ୍ନଭିନ୍ନ କରି ତଡ଼ି ଦେଲେ। ଯେଉଁ ପର୍ବତଗୁଡ଼ିକ ବହୁବର୍ଷ ପର୍ଯ୍ୟନ୍ତ ଛିଡ଼ା ହୋଇଥିଲେ ସେଗୁଡ଼ିକ ଧ୍ୱଂସ ହେଲେ। ପୁରାତନ ପାହାଡ଼ଗୁଡ଼ିକର ମଧ୍ୟ ପତନ ହେଲା। କିନ୍ତୁ ପରମେଶ୍ୱର ଅନନ୍ତକାଳସ୍ଥାୟୀ।
7
ମୁଁ ଦେଖିଲି କୂଶନର ନଗରଗୁଡ଼ିକ ଅସୁବିଧାରେ ଥିଲେ। ମିଦିୟନର ଗୃହଗୁଡ଼ିକ ଭୟରେ ଥରିଲେ।
8
ହେ ସଦାପ୍ରଭୁ, ତୁମ୍ଭେ କ’ଣ ନଦୀ, ଝରଣା, ସମୁଦ୍ର ଉପରେ କ୍ରୋଧାନ୍ୱିତ ହୋଇଥିଲ? ସେଥିପାଇଁ କ’ଣ ତୁମ୍ଭେ ତୁମ୍ଭର ଅଶ୍ୱ ଏବଂ ରଥକୁ ଆରୋହଣ କଲ?
9
ତା’ପରେ ତୁମ୍ଭେ ଧନୁ କାଢ଼ିଲ। ଶପଥ ପୂର୍ବକ ତୀରଗୁଡ଼ିକୁ ନିକ୍ଷେପ କଲ। ତୁମ୍ଭେ ପୃଥିବୀକୁ ନଦୀମାନଙ୍କ ଦ୍ୱାରା ଭାଗ କଲ।
10
ପର୍ବତଗୁଡ଼ିକ ତୁମ୍ଭକୁ ଦେଖି ଥରିଲେ। ପ୍ରଚଣ୍ତ ଜଳ ଭୂମିରେ ପ୍ରବାହିତ ହେଲା। ସମୁଦ୍ର ଭୟଙ୍କର ଗର୍ଜନ କଲା, ଢେଉଗୁଡ଼ିକ ଉପରକୁ ଉଠିଲା।
11
ସୂର୍ଯ୍ୟ ଚନ୍ଦ୍ର ତାଙ୍କର କକ୍ଷରେ ଛିଡ଼ା ହେଲେ। ଯେତେବେଳେ ସେମାନେ ତୁମ୍ଭର ବିଦ୍ୟୁତ୍ର ଉଜ୍ଜ୍ୱଳ ଦେଖିଲେ ସେମାନେ ଆଲୋକ ଦେବା ବନ୍ଦ କଲେ। ସେହି ବିଦ୍ୟୁତ୍ ପବନରେ ବର୍ଚ୍ଛା ଓ ତୀର ଗତି କଲାପରି କ୍ଷିପ୍ର ଥିଲା।
12
କ୍ରୋଧରେ ତୁମ୍ଭେ ପୃଥିବୀ ଉପରେ ଗ୍ଭଲିଲ ଏବଂ ଦେଶଗୁଡ଼ିକୁ ଦଣ୍ତ ଦେଲ।
13
ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ। ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ। ପ୍ରତି ମନ୍ଦ ଗୃହରେ ଥିବା ମୁଖ୍ୟଙ୍କୁ ହତ୍ୟା କଲ। ତୁମ୍ଭେ ତାକୁ ଆପାଦମସ୍ତକ ଗ୍ଭବୁକରେ ପ୍ରହାର କଲ।
14
ତୁମ୍ଭେ ତା’ର ନିଜ ବର୍ଚ୍ଛାରେ ତା’ର ମୁଣ୍ତକୁ ଗଣ୍ତିରୁ ଅଲଗା କଲ। ସେହି ସୈନ୍ୟମାନେ ଶକ୍ତିଶାଳୀ ଝଡ଼ ଭଳି ଆମ୍ଭ ବିରୁଦ୍ଧରେ ଲଢ଼ିବାକୁ ଆସିଥିଲେ। ଗୋଟିଏ ଗରିବ ଲୋକକୁ ଗୋପନରେ ଲୁଣ୍ଠନ କଲାପରି ସେମାନେ କଲେ।
15
କିନ୍ତୁ ତୁମ୍ଭେ ସେହି କାଦୁଅ ଓ ପ୍ରବଳ ଜଳସ୍ରୋତ ମଧ୍ୟଦେଇ ଘୋଡ଼ାକୁ ଝପଟାଇ ଦେଲ।
16
ମୁଁ ଯେତେବେଳେ ଏହି କଥା ଶୁଣିଲି ମୋର ସମସ୍ତ ଶରୀର ଥରି ଉଠିଲା। ସେହି ଶବ୍ଦରେ ମୋ’ ଓଷ୍ଠରେ କମ୍ପନ ହେଲା। ମୋର ଅସ୍ଥିମଜ୍ଜାରେ ମୁଁ ଦୁର୍ବଳ ହୋଇ ପଡ଼ିଲି। ମୁଁ ସେହି କମ୍ପନ ଅବସ୍ଥାରେ ଥରିବାକୁ ଲାଗିଲି। ଯେତେବେଳେ ସେମାନେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ମୁଁ ସେହି ଆକ୍ରମଣ ଓ ଧ୍ୱଂସର ଦିନଗୁଡ଼ିକ ଆସିବା ପାଇଁ ଧୈର୍ଯ୍ୟ ଧରି ଅପେକ୍ଷା କରିବି।
17
ସର୍ବଦା ସଦାପ୍ରଭୁଙ୍କଠାରେ ଆନନ୍ଦ କର ଡିମ୍ବିରି ଗଛରେ ଡିମ୍ବିରି ଫଳି ନ ପାରେ, ଦ୍ରାକ୍ଷାଲତାରେ ଅଙ୍ଗୁର ଫଳି ନ ପାରେ, ଅଲିଭ ଗଛରେ ଅଲିଭ୍ ଉତ୍ପନ୍ନ ନ ହୋଇପାରେ, କ୍ଷେତରେ ଖାଦ୍ୟଶସ୍ୟ ନ ହୋଇପାରେ, ମେଣ୍ଢାଶାଳରେ ମେଣ୍ଢା ନ ରହିପାରନ୍ତି ଓ ଶସ୍ୟଖଳାରେ ଗୋରୁପଲ ନ ଥାଇ ପାରନ୍ତି।
18
କିନ୍ତୁ ମୁଁ ତଥାପି ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି ଏବଂ ପରମେଶ୍ୱରଙ୍କୁ ମୋର ତ୍ରାଣକର୍ତ୍ତା ଭାବି ଖୁସୀ ହେବି।
19
ସଦାପ୍ରଭୁ ମୋର ପ୍ରଭୁ, ମୋତେ ଶକ୍ତି ଦିଅନ୍ତି, ମୁଁ ହରିଣ ପରି ଦ୍ରୁତଗତିରେ ଦୌଡ଼ିବାରେ ମୋତେ ସାହାଯ୍ୟ କରନ୍ତି। ସଙ୍ଗୀତ ନିର୍ଦ୍ଦେଶକ ପରି ମୋର ସ୍ପନ୍ଦିତ ବାଦ୍ୟଯନ୍ତ୍ରରେ ସେ ପର୍ବତ ଉପରକୁ ମୋତେ ନିରାପଦରେ ଆଗେଇ ନିଅନ୍ତି।
← Chapter 2
Jump to:
Chapter 1
Chapter 2
Chapter 3
All chapters:
1
2
3