bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Hebrews 10
Hebrews 10
Odia Bible ERV 2004 (ପବିତ୍ର ବାଇବଲ)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 11 →
1
ଯୀଶୁଙ୍କ ବଳିଦାନ ଆମକୁ ସମ୍ପୂର୍ଣ୍ଣ କରେ ବ୍ୟବସ୍ଥା ଆମ୍ଭକୁ ଭବିଷ୍ୟତରେ ଘଟିବାକୁ ଥିବା ଉତ୍ତମ ବିଷୟ ଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ୟବସ୍ଥା ପ୍ରକୃତ ବିଷୟ ଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ୟବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁହେ। ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସେହି ବଳି ସମର୍ପଣ କାର୍ଯ୍ୟ କରି ଗ୍ଭଲିଥା’ନ୍ତି। କିନ୍ତୁ ବ୍ୟବସ୍ଥା କେବେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।
2
ଯଦି ବ୍ୟବସ୍ଥା ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରିଥା’ନ୍ତା ତା’ହେଲେ ସେହି ବଳିଗୁଡ଼ିକ ବନ୍ଦ ହୋଇ ଯାଇ ସାରିଥା’ନ୍ତା। ସେହି ଲୋକମାନେ ମଧ୍ୟ ପାପରୁ ଶୁଦ୍ଧ ହୋଇଯାଇ ସାରିଥା’ନ୍ତେ। ସେମାନେ ଏବେ ସୁଦ୍ଧା ନିଜ ପାପ ପାଇଁ ନିଜକୁ ଦୋଷୀ ଅନୁଭବ କରୁ ନ ଥା’ନ୍ତେ। କିନ୍ତୁ ବ୍ୟବସ୍ଥା କଦାପି ତାହା କରି ପାରିବ ନାହିଁ।
3
ସେମାନେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସେମାନଙ୍କୁ ସେମାନଙ୍କର ପାପଗୁଡ଼ିକ ସ୍ମରଣ କରାଇ ଦିଏ।
4
ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛେଳିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହନ୍ତି।
5
ଅତଏବ ଯେତେବେଳେ ଖ୍ରୀଷ୍ଟ ସଂସାରକୁ ଆସିଲେ ସେ କହିଲେ: “ତୁମ୍ଭେ ବଳି ଓ ସମର୍ପଣ ଗ୍ଭହଁ ନାହିଁ, କିନ୍ତୁ ତୁମ୍ଭେ ମୋ’ ପାଇଁ ଶରୀରଟିଏ ନିର୍ମାଣ କରିଛ,
6
ହୋମବଳି ଓ ପାପାର୍ଥକ ବଳରେ ତୁମ୍ଭେ ଖୁସୀ ହୁଅ ନାହିଁ। ବଳି ଦ୍ୱାରା ପାପହରଣ କଥାର ମଧ୍ୟ ତୁମ୍ଭେ ଖୁସୀ ନୁହଁ।
7
ତା’ପରେ ମୁଁ କହିଲି: ‘ପରମେଶ୍ୱର ମୁଁ ଅଛି ଏଠାରେ ବ୍ୟବସ୍ଥା ପୁସ୍ତକରେ ମୋ’ ବିଷୟରେ ଲେଖା ଅଛି। ତୁମ୍ଭେ ଗ୍ଭହିଁ ଥିବା କାର୍ଯ୍ୟଗୁଡ଼ିକ ମୁଁ କରିବା ପାଇଁ ଆସିଛି।’”
8
ଏହି ଶାସ୍ତ୍ରରେ ସେ ପ୍ରଥମେ କହିଥିଲେ, “ତୁମ୍ଭେ ବଳି ଓ ନୈବେଦ୍ୟମାନ ଗ୍ଭହଁ ନାହିଁ। ତୁମ୍ଭେ ହୋମବଳି ଦ୍ୱାରା ବା ପାପହରଣ ହେବା ପାଇଁ ଦିଆଯାଉଥିବା ବଳିଗୁଡ଼ିକ ଦ୍ୱାରା ପ୍ରସନ୍ନ ହୁଅ ନାହିଁ।” ବ୍ୟବସ୍ଥା ଆଜ୍ଞା ଦିଏ ଏହି ବଳିଦାନ ପାଇଁ।
9
ତା’ପରେ ସେ କହିଲେ “ପରମେଶ୍ୱର, ମୁଁ ଏଠାରେ ଅଛି। ମୁଁ ତୁମ୍ଭେ ଗ୍ଭହୁଁଥିବା କାମ କରିବା ପାଇଁ ଆସିଛି।” ଅତଏବ ପରମେଶ୍ୱର ତାହାଙ୍କର ପ୍ରଥମ ବଳିଦାନ ପ୍ରଥା ସମାପ୍ତ କରି ନୂତନପ୍ରଥା ଆରମ୍ଭ କଲେ।
10
ପରମେଶ୍ୱର ଗ୍ଭହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ୱାରା ତାହାଙ୍କ ଶରୀରର ବଳିଦାନ ହେତୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ଯ୍ୟାପ୍ତ ହେଲା ଭଳି ଥରେମାତ୍ର ସେହି ବଳିଦାନ କଲେ।
11
ଯାଜକମାନେ ପ୍ରତିଦିନ ଠିଆ ହୋଇ ସେମାନଙ୍କର ଧାର୍ମିକ ସେବା କାର୍ଯ୍ୟ କରନ୍ତି। ସେହି, ସମାନ ବଳିଗୁଡ଼ିକ ସେମାନେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସେହିଭଳି ବଳି କେବେ ହେଲେ ପାପହରଣ କରିପାରେ ନାହିଁ।
12
ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରିଥିଲେ, ଓ ସେହି ବଳିଦାନ ସବୁଦିନ ପାଇଁ ପର୍ଯ୍ୟାପ୍ତ ଅଟେ।
13
ତା’ପରେ ଖ୍ରୀଷ୍ଟ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ। ସେଠାରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷାରେ ଅଛନ୍ତି।
14
ମାତ୍ର ଗୋଟିଏ ବଳିଦାନ ଦ୍ୱାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରିଦେଲେ। ସେହି ଲୋକମାନଙ୍କୁ ପବିତ୍ର କରାଯାଇଛି।
15
ପବିତ୍ରଆତ୍ମା ମଧ୍ୟ ଆମ୍ଭକୁ ଏହା ବିଷୟରେ କୁହନ୍ତି। ପ୍ରଥମରେ ସେ କୁହନ୍ତି:
16
“ପ୍ରଭୁ କହିଲେ, ଭବିଷ୍ୟତରେ ମୋ’ ଲୋକମାନଙ୍କ ସହିତ ମୁଁ ଏହି ଚୁକ୍ତି କରିବି। ମୁଁ ମୋ’ ନିୟମଗୁଡ଼ିକୁ ସେମାନଙ୍କ ହୃଦୟରେ ରଖିବି। ମୁଁ ମୋ’ ନିୟମଗୁଡ଼ିକୁ ସେମାନଙ୍କ ମନରେ ଲେଖିବି।”
17
ଏହା ମଧ୍ୟ କୁହନ୍ତି: “ମୁଁ ସେମାନଙ୍କର ପାପ ଓ କରୁଥିବା ମନ୍ଦକାମଗୁଡ଼ିକୁ କ୍ଷମା କରିଦେବି, ମୁଁ ସେଗୁଡ଼ିକୁ ପୁଣି କେବେ ହେଲେ ମନେ ପକାଇବି ନାହିଁ।”
18
ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ୟକତା ନାହିଁ।
19
ପରମେଶ୍ୱରଙ୍କ ନିକଟକୁ ଆସ ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ୱାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟରେ ଏପରି କରି ପାରିବା।
20
ଯୀଶୁଙ୍କ ଦ୍ୱାରା ଖୋଲି ଦିଆ ଯାଇଥିବା ଗୋଟିଏ ନୂତନ ବାଟ ଦେଇ ଆମ୍ଭେ ପ୍ରବେଶ କରି ପାରିବା। ଏହା ଏକ ଜୀବନ୍ତ ପଥ। ଏହି ନୂତନ ପଥଟି ପରଦା ମଧ୍ୟଦେଇ ଯାଏ ଯାହାକି ଯୀଶୁଙ୍କ ଶରୀର ଅଟେ।
21
ପରମେଶ୍ୱରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ୟ ଜଣେ ମହାଯାଜକ ଅଛନ୍ତି।
22
ଆମ୍ଭର ଦେହ ଶୁଦ୍ଧ ଜଳରେ ସ୍ନାନ କରିଛି। ଅତଏବ ପରମେଶ୍ୱରଙ୍କ ପାଖକୁ ସତ୍ୟନିଷ୍ଠା ହୃଦୟରେ ଆସ। ଆମ୍ଭ ବିଶ୍ୱାସ ହେତୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।
23
ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗରେ ବ୍ୟକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରି ପାରିବା।
24
ପରସ୍ପରକୁ ସାହାଯ୍ୟ କର, ଦୃଢ଼ ହୁଅ ଆମ୍ଭେ ପରସ୍ପର ବିଷୟରେ ଚିନ୍ତା କରିବା ଏବଂ ପରସ୍ପରକୁ ଭଲ ପାଇବା ଓ ଭଲ କାମ କରିବା ପାଇଁ ଉତ୍ସାହିତ କରିବା ଉଚିତ୍।
25
କିଛି ଲୋକ ଯେପରି ମଣ୍ଡଳୀ ଉପାସନା ପରିତ୍ୟାଗ କରନ୍ତି, ଆମ୍ଭେ ସେହିପରି ଏକାଠି ମିଳିତ ହେବା ବନ୍ଦ କରିବା ଉଚିତ୍ ନୁହେଁ। ତା’ ପରିବର୍ତ୍ତେ, ସେହି ଦିନଟି ନିକଟତର ହେଉଛି ଦେଖି ଆମ୍ଭେମାନେ ଏକାଠି ମିଳିତ ହୋଇ ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ୍।
26
ଖ୍ରୀଷ୍ଟଙ୍କଠାରୁ ମୁହଁ ବୁଲାଇ ନିଅ ନାହିଁ ସତ୍ୟକୁ ଜାଣିଲା ପରେ ମଧ୍ୟ ଯଦି ଆମ୍ଭେ ପାପକାମ କରି ଗ୍ଭଲିବା ପାଇଁ ଇଚ୍ଛା କରିବା, ତା’ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।
27
ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା’ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି।
28
ଯେଉଁ ଲୋକ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନି ଜଣ ସାକ୍ଷୀ ଆବଶ୍ୟକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଉଥିଲା।
29
ତା’ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା’ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।
30
ଆମ୍ଭେ ଜାଣୁ ଯେ, ପରମେଶ୍ୱର କହିଥିଲେ: “ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦେବି, ମୁଁ ତାହାଙ୍କୁ ପ୍ରତିଦାନ ଦେବି।” ପରମେଶ୍ୱର ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ତାହାଙ୍କ ଲୋକଙ୍କର ବିଗ୍ଭର କରିବେ।”
31
ଜୀବିତ ପରମେଶ୍ୱରଙ୍କ ହାତରେ ଜଣେ ପାପୀ ପଡ଼ିଯିବା, ଗୋଟିଏ ଭୟଙ୍କର କଥା।
32
ଗ୍ରହଣ କରିଥିବା ସାହସ ଓ ଆନନ୍ଦକୁ ଛାଡ଼ ନାହିଁ ପ୍ରଥମଥର ସତ୍ୟ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନେକ ପ୍ରକାରର ଯାତନା ସହିତ ତୁମ୍ଭେମାନ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭେମାନେ ଦୃଢ଼ ରହିଥିଲ।
33
ସେତେବେଳେ ଲୋକେ ତୁମ୍ଭମାନଙ୍କୁ ଘୃଣାପୂର୍ଣ୍ଣ କଥାମାନ କହିଥିଲେ, ଓ ଅନେକ ଲୋକଙ୍କ ଆଗରେ ତୁମ୍ଭମାନଙ୍କୁ ଅପଦସ୍ତ କରିଥିଲେ। ବେଳେବେଳେ ଏହିଭଳି ଖରାପ ବ୍ୟବହାର ମଧ୍ୟଦେଇ ଗତି କରୁଥିବା ଲୋକଙ୍କୁ ତୁମ୍ଭେମାନେ ସାହାଯ୍ୟ କଲ।
34
ଯେଉଁମାନେ ବନ୍ଦୀଘରେ ରଖା ଯାଇଥିଲେ, ସେମାନଙ୍କର ଅସୁବିଧାଗୁଡ଼ିକରେ ତୁମ୍ଭେମାନେ ଭାଗନେଲ, ଓ ସେମାନଙ୍କୁ ସାହାଯ୍ୟ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନେଇ ଯିବା ପରେ ମଧ୍ୟ ତୁମ୍ଭେମାନେ ଆନନ୍ଦରେ ଥିଲ। ତୁମ୍ଭେମାନେ ଆନନ୍ଦରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖରେ ଯାହାକିଛି ଅଛି ତାହା ଅତ୍ୟଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।
35
ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭେମାନେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭେମାନେ ପ୍ରଚୁର ମାତ୍ରାରେ ପୁରସ୍କାର ପାଇବ।
36
ତୁମ୍ଭେମାନେ ଧୈର୍ଯ୍ୟବାନ ହେବା ଦରକାର। ପରମେଶ୍ୱର ଯାହା ଇଚ୍ଛା କରନ୍ତି, ସେହିସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭେମାନେ ପାଇବ।
37
ଆଜି ଅଳ୍ପ ସମୟରେ, “ଯାହାଙ୍କ ଆସିବା କଥା ସେ ଆସିବେ, ତାହାଙ୍କର ଡେରି ହେବ ନାହିଁ।
38
ଯେଉଁ ଲୋକ ମୋ’ ସହିତ ଧାର୍ମିକ, ତା’ର ବିଶ୍ୱାସ ହେତୁ ସେ ଜୀବିତ ରହିବ। କିନ୍ତୁ ଯଦି ସେ ଲୋକ ଭୟରେ ମୁହଁ ମୋଡ଼େ, ମୁଁ ତା’ ଉପରେ ପ୍ରସନ୍ନ ହେବି ନାହିଁ।”
39
କିନ୍ତୁ ଆମ୍ଭେ ସେହି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ୱାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସେମାନଙ୍କ ଭଳି ଅଟୁ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 11 →
All chapters:
1
2
3
4
5
6
7
8
9
10
11
12
13