bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Hebrews 11
Hebrews 11
Odia Bible ERV 2004 (ପବିତ୍ର ବାଇବଲ)
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 12 →
1
ବିଶ୍ୱାସ ବିଶ୍ୱାସର ଅର୍ଥ ହେଉଛି ଆମ୍ଭେ ଭରସା କରୁଥିବା ବିଷୟ ପ୍ରତି ସୁନିଶ୍ଚିତତା। ବିଶ୍ୱାସ ଏଭଳି ସୁନିଶ୍ଚିତ ବୋଧ ଯେ, ଆମ୍ଭେ ଯାହା ନ ଦେଖୁ, ତାହା ବାସ୍ତବ ବୋଲି ଜାଣୁ।
2
ପ୍ରାଚୀନ କାଳରେ, ଲୋକମାନଙ୍କର ଏହିଭଳି ବିଶ୍ୱାସ ଥିଲା ବୋଲି, ପରମେଶ୍ୱର ସେମାନଙ୍କ ଉପରେ ପ୍ରସନ୍ନ ଥିଲେ।
3
ବିଶ୍ୱାସ ଦ୍ୱାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ୱର ନିଜ ଆଜ୍ଞା ବଳରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟ ଗୁଡ଼ିକର ସୃଷ୍ଟି ଅଦୃଶ୍ୟ ବିଷୟ ଦ୍ୱାରା ହୋଇଛି।
4
କୟିନ ଓ ହେବଲ ଦୁହେଁ ପରମେଶ୍ୱରଙ୍କୁ ବଳି ଉତ୍ସର୍ଗ କଲେ। କିନ୍ତୁ ବିଶ୍ୱାସ ଥିବା ହେତୁ ହେବଲ ଭଲ ବଳି ଉତ୍ସର୍ଗ କଲେ। ପରମେଶ୍ୱର କହିଲେ, ଯେ, ସେ ହେବଲ ଉତ୍ସର୍ଗ କରିଥିବା ବଳି ପାଇଁ ପ୍ରସନ୍ନ ଥିଲେ। ପରମେଶ୍ୱରଙ୍କଠାରେ ହେବଲର ବିଶ୍ୱାସ ହେତୁ ତାହାକୁ ଭଲ ଲୋକ ବୋଲି କହିଲେ। ହେବଲ ମରି ଯାଇଛି କିନ୍ତୁ ନିଜ ବିଶ୍ୱାସ ହେତୁ ଏବେ ସୁଦ୍ଧା ସେ କଥା କହୁଛି।
5
ବିଶ୍ୱାସ ହେତୁ ହନୋକଙ୍କୁ ଏହି ପୃଥିବୀରୁ ଉଠାଇ ନିଆ ହେଲା। ସେ କେବେବି ମୃତ୍ୟୁ ଅନୁଭବ କଲେ ନାହିଁ। ଶାସ୍ତ୍ର କୁହେ ଯେ, ହନୋକଙ୍କୁ ଉଠାଇ ନେଇ ଯିବା ପୂର୍ବରୁ ସେ ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିଥିଲେ। ପରେ ଲୋକେ ତାହାଙ୍କୁ ଖୋଜି ପାରିଲେ ନାହିଁ, କାରଣ ପରମେଶ୍ୱର ହନୋକଙ୍କୁ ନିଜ ସହିତ ରହିବା ଲାଗି ନେଇଗଲେ।
6
ବିଶ୍ୱାସ ବିନା ଜଣେ ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ୱରଙ୍କ ପାଖକୁ ଆସୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱର ଅଛନ୍ତି ବୋଲି ବିଶ୍ୱାସ କରିବା ଉଚିତ୍। ଯିଏ ପରମେଶ୍ୱରଙ୍କ ପାଖକୁ ଆସିବ ସେ ବିଶ୍ୱାସ କରିବା ଦରକାର ଯେ ଯିଏ ପ୍ରକୃତରେ ତାହାଙ୍କୁ ଖୋଜେ, ପରମେଶ୍ୱର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।
7
କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।
8
ପରମେଶ୍ୱର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ଯିବା ପାଇଁ ଡାକିଲେ। ପରମେଶ୍ୱର ତାହାଙ୍କୁ ସେହି ଦେଶ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ୱାସ ଦ୍ୱାରା ମାନିଲେ, ଓ ସେହି ସ୍ଥାନ ପାଇଁ ପ୍ରସ୍ଥାନ କଲେ।
9
ପରମେଶ୍ୱର ପ୍ରତିଜ୍ଞା ଅନୁସାରେ ଅବ୍ରହାମ ସେହି ସ୍ଥାନରେ ରହିଲେ। ସେ ଜଣେ ଯାତ୍ରୀ ଭଳି ରହିଲେ, ଜଣେ ବାସିନ୍ଦା ଭଳି ନୁହେଁ। ବିଶ୍ୱାସ ଥିବା ହେତୁ ସେ ଏପରି କଲେ। ଇସ୍ହାକ ଓ ଯାକୁବଙ୍କ ସହିତ ଅବ୍ରହାମ ତମ୍ବୁରେ ରହିଲେ। ଇସ୍ହାକ ଓ ଯାକୁବ ମଧ୍ୟ
10
ପରମେଶ୍ୱରଙ୍କଠାରୁ ସେହି ପ୍ରତିଜ୍ଞା ପାଇଥିଲେ।। ଅବ୍ରହାମ ସୁଦୃଢ଼ ମୂଳଦୁଆ ଥିବା ନଗରୀ ର ଅପେକ୍ଷାରେ ଥିଲେ। ପରମେଶ୍ୱର ସ୍ୱୟଂ ସେହି ନଗରୀଟିର ଯୋଜନା ଓ ନିର୍ମାଣ କରିଥିଲେ।
11
ପିଲାପିଲି ହେବା ପାଇଁ ଅବ୍ରହାମଙ୍କର ବୟସ ଅଧିକ ହୋଇଯାଇଥିଲା। ଆହୁରି ମଧ୍ୟ ସାରାର ପିଲାପିଲି ହୋଇ ପାରି ନ ଥିଲା। କିନ୍ତୁ ପରମେଶ୍ୱରଙ୍କଠାରେ ଅବ୍ରହାମଙ୍କର ବିଶ୍ୱାସ ଥିଲା, ଅତଏବ ପରମେଶ୍ୱର ସେମାନଙ୍କୁ ସନ୍ତାନ ହେବା ପାଇଁ ସକ୍ଷମ କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞା ପୂରଣ କରିବା ବିଷୟରେ ଅବ୍ରହାମ ତାହାଙ୍କ ଉପରେ ବିଶ୍ୱାସ ରଖିଥିଲେ।
12
ଏହି ଲୋକ ଜଣକ ଏତେ ବୃଦ୍ଧ ଥିଲେ ଯେ ସେ ମୃତବତ ଥିଲେ। କିନ୍ତୁ ସେହି ଜଣେ ଲୋକଙ୍କଠାରୁ ଆକାଶର ତାରାଗଣ ଓ ସମୁଦ୍ର କୂଳର ବାଲି ଭଳି ଅସଂଖ୍ୟ ସନ୍ତାନ ଜନ୍ମଗ୍ରହଣ କଲେ।
13
ସେହି ସମସ୍ତ ମହାନ ଲୋକ ମୃତ୍ୟୁ ପର୍ଯ୍ୟନ୍ତ ନିଜର ବିଶ୍ୱାସ ସହିତ ଜୀବିତ ରହିଲେ। ପରମେଶ୍ୱର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସେହି ଲୋକମାନେ ପାଇଲେ ନାହିଁ। ସେମାନେ ଖାଲି ଦେଖିଲେ ଯେ, ସେହି ବିଷୟ ଗୁଡ଼ିକ ସୁଦୂର ଭବିଷ୍ୟତରେ ଆସିବ, ଓ ସେମାନେ (ସେତିକିରେ) ଖୁସୀ ହେଲେ। ସେମାନେ ଗ୍ରହଣ କରି ନେଲେ ଯେ ସେମାନେ ଏହି ପୃଥିବୀରେ ଯାତ୍ରୀ ଓ ଅପରିଚିତ ବ୍ୟକ୍ତି ଅଟନ୍ତି।
14
ଯେଉଁ ଲୋକମାନେ ସେହିଭଳି କଥା ମାନି ନିଅନ୍ତି, ସେମାନେ ସେମାନଙ୍କର ନିଜର ଗୋଟିଏ ଦେଶ ପାଇଁ ଅପେକ୍ଷାରତ ଅଛନ୍ତି ବୋଲି ପ୍ରଦର୍ଶିତ କରନ୍ତି।
15
ଯଦି ସେମାନେ ପୂର୍ବରୁ ଛାଡ଼ି ଥିବା ଦେଶ ବିଷୟରେ ଭାବୁ ଥିଲେ, ସେମାନେ ସେହି ସ୍ଥାନକୁ ଫେରିବାକୁ ଗୋଟିଏ ସୁଯୋଗ ଖୋଜି ପାଇ ପାରି ଥା’ନ୍ତେ।
16
କିନ୍ତୁ ବାସ୍ତବିକ ସେମାନେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁଥିଲେ, ଯାହାକି ଗୋଟିଏ ସ୍ୱର୍ଗୀୟ ଦେଶ। ତେଣୁ ପରମେଶ୍ୱର ସଙ୍କୋଚ କଲେ ନାହିଁ, ସେମାନଙ୍କର ପରମେଶ୍ୱର ଭାବରେ ପରିଚିତ ହେବା ପାଇଁ। ସେହି ଲୋକମାନଙ୍କ ଲାଗି ପରମେଶ୍ୱର ଗୋଟିଏ ନଗର ତିଆରି କରି ରଖି ଅଛନ୍ତି।
17
ପରମେଶ୍ୱର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ୱର କହିଥିଲେ ଯେ, ଇସ୍ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ୱାସ ଥିବାରୁ ସେ ତାହା ମାନିଲେ। ପରମେଶ୍ୱରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ। ପରମେଶ୍ୱର ଅବ୍ରହାମଙ୍କୁ କହି ସାରିଥିଲେ ଯେ, “ଇସ୍ହାକଙ୍କ ଦ୍ୱାରା ତୁମ୍ଭର ବଂଶଧରମାନେ ଆସିବେ।” କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ୱାସ ଥିବାରୁ ଅବ୍ରହାମ ଏପରି କଲେ।
19
ଅବ୍ରହାମ ବିଶ୍ୱାସ କରିଥିଲେ ଯେ, ପରମେଶ୍ୱର ଲୋକମାନଙ୍କୁ ମୃତ୍ୟୁରୁ ଉଠାଇ ଆଣି ପାରିବେ। ପ୍ରକୃତରେ ଯେତେବେଳେ ସେ ଇସ୍ହାକଙ୍କୁ ମାରିବା ପାଇଁ ଗଲାବେଳେ ପରମେଶ୍ୱର ଅବ୍ରହାମଙ୍କୁ ଅଟକାଇ ଦେଲେ। ସେତେବେଳେ ଅବ୍ରହାମ ଯେପରି ଇସ୍ହାକଙ୍କୁ ମୃତ୍ୟୁରୁ ଫେରି ପାଇଲେ।
20
ବିଶ୍ୱାସ କାରଣରୁ ଇସ୍ହାକ, ଯାକୁବ ଓ ଏସୌଙ୍କୁ ସେମାନଙ୍କ ଭବିଷ୍ୟତ ବିଷୟରେ ଆଶୀର୍ବାଦ ଦେଲେ।
21
ବିଶ୍ୱାସ କାରଣରୁ ହିଁ, ମଲାବେଳେ ଯାକୁବ, ଯୋଷେଫଙ୍କ ପ୍ରତ୍ୟେକ ପୁତ୍ରକୁ ଆଶୀର୍ବାଦ କଲେ। ସେ ନିଜର ବାଡ଼ି ଉପରେ ନଇଁ ପଡ଼ି ପରମେଶ୍ୱରଙ୍କୁ ଉପାସନା କଲେ।
22
ବିଶ୍ୱାସ ଦ୍ୱାରା ହଁ, ନିଜର ଶେଷ ସମୟ ନିକଟ ହେବା ପୂର୍ବରୁ ଯୋଷେଫ ଇସ୍ରାଏଲ ନିବାସୀମାନଙ୍କର ମିଶର ଦେଶରୁ ନିର୍ଗମନ ବିଷୟରେ, ତାହାଙ୍କ ମୃତ୍ୟୁ ପରେ ତାହାଙ୍କୁ କିପରି କବର ଦେବେ, ସେ ବିଷୟରେ କହିଥିଲେ।
23
ବିଶ୍ୱାସ ଦ୍ୱାରା ମୁଁ, ମୋଶାଙ୍କର ମା ଓ ବାପା ମୋଶାଙ୍କୁ ଜନ୍ମ ଦେଲା ପରେ ତିନି ମାସ ଧରି ଲୁଗ୍ଭଇ ରଖିଲେ। କାରଣ ସେମାନେ ଦେଖିଲେ ଯେ ମୋଶା ସୁନ୍ଦର ଶିଶୁଟିଏ। ସେମାନେ ରାଜାଜ୍ଞାକୁ ଅବଜ୍ଞା କରିବାକୁ ଭୟ କରି ନ ଥିଲେ।
24
ମୋଶା ବଡ଼ ହୋଇ ମଣିଷ ହେଲେ। ସେ ଫାରୋଙ୍କ ଝିଅର ପୁତ୍ର ହେବା ପାଇଁ ମନା କଲେ।
25
ସେ ପାପର କ୍ଷଣିକ ସୁଖଭୋଗ କରିବା ପାଇଁ ଗ୍ଭହିଁଲେ ନାହିଁ। ତା’ ପରିବର୍ତ୍ତେ ସେ ଈଶ୍ୱରଙ୍କ ଲୋକମାନଙ୍କ ଅସହ୍ୟ ହେଉଥିବା ଦୁର୍ବ୍ୟବହାର ସହିବା ପସନ୍ଦ କଲେ। ନିଜର ବିଶ୍ୱାସ ହେତୁ ସେ ଏପରି କଲେ।
26
ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମୋଶା ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ୱରଙ୍କ ଦ୍ୱାରା ଭବିଷ୍ୟତରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।
27
ନିଜ ବିଶ୍ୱାସ କାରଣରୁ ମୋଶା ମିଶର ଦେଶ ଛାଡ଼ିଲେ। ସେ ରାଜାଙ୍କର କ୍ରୋଧ ପ୍ରତି ଭୟଭୀତ ନ ଥିଲେ। ସେ ଅନ୍ୟମାନଙ୍କୁ ଅଦୃଶ୍ୟ ପରମେଶ୍ୱରଙ୍କୁ ଦେଖି ପାରିଲା ଭଳି ନିଜ ବିଶ୍ୱାସରେ ଦୃଢ଼ ଥିଲେ।
28
ମୋଶା ନିସ୍ତାର ଭୋଜି (ପର୍ବ) କରି ଦ୍ୱାର ମାନଙ୍କରେ ରକ୍ତ ସିଞ୍ଚନ କଲେ। ଯିହୂଦୀମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ମୃତ୍ୟୁର ଦୂତ ଯେପରି ମାରି ପାରିବେ ନାହିଁ, ସେଥିପାଇଁ ମୋଶା ଏପରି କଲେ। ମୋଶାଙ୍କର ବିଶ୍ୱାସ ଥିବାରୁ ସେ ଏପରି କଲେ।
29
ବିଶ୍ୱାସଥିବା ହେତୁ ହିଁ ମୋଶାଙ୍କ ନେତୃତ୍ୱରେ ସମସ୍ତେ ସୁଫସାଗର ମଧ୍ୟଦେଇ ଶୁଖିଲା ଭୂଇଁ ଥିଲା ଭଳି ଗ୍ଭଲିଗ୍ଭଲି ପାର ହୋଇଗଲେ। ଯେତେବେଳେ ମିଶରଦେଶର ଲୋକେ ସୁଫସାଗର ଦେଇ ଯିବା ପାଇଁ ଚେଷ୍ଟା କଲେ ସେମାନେ ବୁଡ଼ି ଗଲେ।
30
ଈଶ୍ୱରଙ୍କ ଲୋକମାନଙ୍କ ବିଶ୍ୱାସ ହେତୁ ଯିରୀହୋ ନଗରର ପାଚେରୀଗୁଡ଼ିକ ସେମାନେ ସାତ ଦିନ ପରିକ୍ରମା କଲାପରେ, ଭାଙ୍ଗି ପଡ଼ିଗଲା।
31
ନିଜର ବିଶ୍ୱାସ ଦ୍ୱାରା, ରାହବ ନାମ୍ନୀ ବେଶ୍ୟା, ଇସ୍ରାଏଲର ଗୁପ୍ତଚରମାନଙ୍କୁ ମିତ୍ର ଭଳି ସ୍ୱାଗତ କଲା, ଓ ସେମାନଙ୍କୁ ସାହାଯ୍ୟ କଲା, ଓ ଅନ୍ୟ ଯେଉଁ ଲୋକମାନେ ମାନିବାକୁ ମନା କରିଥିଲେ, ସେମାନଙ୍କ ସହିତ ମୃତ ହେଲା ନାହିଁ।
32
ମୁଁ ଅଧିକ ଆଉ କ’ଣ କହିବି, ଓ କି ଉଦାହରଣମାନ ପ୍ରସ୍ତୁତ କରିବି? ଗିଦିୟୋନ, ବାରାକ, ଶାମ୍ଶୋନ୍, ଯିପ୍ତହ ଦାଉଦ, ଶାମୁୟେଲ, ଓ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ କହିବା ପାଇଁ ମୋ’ ପାଖରେ ଅଧିକ ସମୟ ନାହିଁ,
33
ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ୱାସ ଥିଲା। ସେହି ବିଶ୍ୱାସ ବଳରେ ସେମାନେ ସାମ୍ରାଜ୍ୟଗୁଡ଼ିକୁ ପରାସ୍ତ କରିଥିଲେ। ସେମାନ ସମସ୍ତେ ଧାର୍ମିକ କାର୍ଯ୍ୟ କଲେ, ପରମେଶ୍ୱରଙ୍କ ପ୍ରତିଜ୍ଞାର ବିଷୟ ଗୁଡ଼ିକ ପାଇଲେ। ସେମାନେ ନିଜ ବିଶ୍ୱାସ ଦ୍ୱାରା ସିଂହମାନଙ୍କର ମୁହଁ ବନ୍ଦ କଲେ।
34
ସେହି ବିଶ୍ୱାସ ବଳରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖଡ଼୍ଗ ଦ୍ୱାରା ମରିବାରୁ ରକ୍ଷା ପାଇଲେ। ବିଶ୍ୱାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସେମାନେ ଯୁଦ୍ଧରେ ଶକ୍ତିଶାଳୀ ହୋଇ ଶତ୍ରୁ ସେନାଙ୍କୁ ପରାସ୍ତ କଲେ।
35
ମୃତ୍ୟୁରୁ ଲୋକମାନେ ପୁନର୍ଜୀବିତ ହୋଇ ପରିବାରରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସେମାନେ ସ୍ୱାଧୀନ ହେବାକୁ ଗ୍ଭହିଁଲେ ନାହିଁ କାରଣ ସେମାନେ ମୃତ୍ୟୁରୁ ପୁନର୍ଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହିସବୁ କାର୍ଯ୍ୟ କରିଥିଲେ।
36
କେତେ ଲୋକ ହାସ୍ୟର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘରେ ରଖା ଗଲେ।
37
ସେମାନଙ୍କୁ ପଥର ମାରି ଦିଆ ହେଲା, ଓ କରତରେ ଦୁଇଫାଳ କରି ଚିରି ଦିଆ ହେଲା। କେତେକଙ୍କୁ ଖଡ଼୍ଗଦ୍ୱାରା ମାରି ଦିଆ ହେଲା। ସେମାନଙ୍କ ଭିତରୁ କେତେ ଜଣ ମେଷ ଓ ଛେଳିର ଚମଡ଼ା ପିନ୍ଧିଲେ। ସେମାନେ ଗରିବ ଥିଲେ, ନିର୍ଯ୍ୟାତିତ ହେଲେ, ଓ ଅନ୍ୟମାନଙ୍କ ଦ୍ୱାରା ମନ୍ଦ ବ୍ୟବହାର ପାଇଲେ।
38
ଏହି ମହାନ୍ ଲୋକମାନଙ୍କ ଲାଗି ପୃଥିବୀ ଉପଯୁକ୍ତ ନ ଥିଲା। ସେମାନେ ମରୁଭୂମିରେ ଓ ପାହାଡ଼ରେ ବୁଲିଲେ ଓ ଗୁମ୍ପା ଏବଂ ଭୂମିରେ ଥିବା ଗାତମାନଙ୍କରେ ନିଜକୁ ଲୁଗ୍ଭଇ ରଖିଲେ।
39
ଏହି ସମସ୍ତ ଲୋକମାନେ ନିଜର ବିଶ୍ୱାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କେହିହେଲେ ପରମେଶ୍ୱରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ।
40
ପରମେଶ୍ୱର ଆମ୍ଭକୁ କିଛି ଅପେକ୍ଷାକୃତ ଭଲ ଦେବା ପାଇଁ ଯୋଜନା କରିଥିଲେ। ପରମେଶ୍ୱରଙ୍କ ଯୋଜନା ଥିଲା ଯେ, ସେମାନେ କେବଳ ଆମ୍ଭ ସହିତ ପରିପୂର୍ଣ୍ଣ ହେବେ।
← Chapter 10
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 12 →
All chapters:
1
2
3
4
5
6
7
8
9
10
11
12
13