bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Hebrews 13
Hebrews 13
Odia Bible ERV 2004 (ପବିତ୍ର ବାଇବଲ)
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
1
ଉପାସନା ଈଶ୍ୱରଙ୍କୁ ସନ୍ତୁଷ୍ଟ କରେ ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ରଖିଥାଅ।
2
ନିଜ ଘରେ ସ୍ୱାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାଯ୍ୟ କରିବା କଥା ମନେରଖ। କେତେବେଳେ ଏହିପରି କରି ଅଜଣାତରେ ସ୍ୱର୍ଗଦୂତମାନଙ୍କୁ ସାହାଯ୍ୟ କରିଛନ୍ତି।
3
ବନ୍ଦୀଘରେ ଥିବା ସେହି ଲୋକମାନଙ୍କୁ ଭୁଲି ଯାଅ ନାହିଁ। ତୁମ୍ଭେମାନେ ନିଜେ ମଧ୍ୟ ବନ୍ଦୀଘରେ ଥିବା ଭଳି ସେମାନଙ୍କୁ ମନେରଖ। ଯେଉଁମାନେ ଯାତନା ପାଉଛନ୍ତି, ସେମାନଙ୍କୁ ମଧ୍ୟ ଭୁଲ୍ ନାହିଁ। ମନେରଖ ଯେ, ତୁମ୍ଭେମାନେ ମଧ୍ୟ ସେମାନଙ୍କ ସ୍ଥାନରେ ଭବିଷ୍ୟତରେ ରହିପାର।
4
ବିବାହକୁ ସବୁଲୋକଙ୍କ ଦ୍ୱାରା ସମ୍ମାନ ମିଳିବା ଆବଶ୍ୟକ। ପ୍ରତ୍ୟେକ ବିବାହକୁ କେବଳ ଦୁଇ ଜଣଙ୍କ ଭିତରେ ନିର୍ଦ୍ଦିଷ୍ଟ ରଖିବା ଉଚିତ୍। ଯେଉଁମାନେ ଯୌନଗତ ପାପ ଓ ବ୍ୟଭିଗ୍ଭର କରୁଛନ୍ତି ପରମେଶ୍ୱର ସେମାନଙ୍କୁ ଦୋଷୀ ବୋଲି ବିଗ୍ଭର କରିବେ।
5
ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେଥିରେ ସନ୍ତୋଷ ଲାଭ କର। ପରମେଶ୍ୱର କହିଛନ୍ତି: “ମୁଁ ତୁମ୍ଭକୁ କେବେ ହେଲେ ଛାଡ଼ିବି ନାହିଁ; ମୁଁ ତୁମ୍ଭଠାରୁ କେବେ ହେଲେ ଦୂରେଇ ଯିବି ନାହିଁ।”
6
ଅତଏବ ଆମ୍ଭେ ନିସନ୍ଦେହ ଭାବରେ କହିପାରିବା: “ପ୍ରଭୁ ହେଉଛନ୍ତି ମୋର ସାହାଯ୍ୟକାରୀ, ମୁଁ ଭୟ କରିବି ନାହିଁ, ମନୁଷ୍ୟ ମୋର କିଛି କରି ପାରିବ ନାହିଁ।”
7
ତୁମ୍ଭେମାନେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସେମାନେ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସେମାନେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ୟୁ ଭୋଗ କଲେ ତାହା ମନେ ପକାଅ, ଏବଂ ସେମାନଙ୍କର ବିଶ୍ୱାସର ଉଦାହରଣକୁ ଅନୁସରଣ କର।
8
ଯୀଶୁ ଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି।
9
ନାନା ପ୍ରକାରର ଅଜଣା ଶିକ୍ଷା ଦ୍ୱାରା ଭୁଲ୍ ବାଟରେ ପରିଗ୍ଭଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ୱାରା ନୁହେଁ, ବରଂ ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଶକ୍ତିଶାଳୀ ହେବା ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ୱାରା କିଛି ସାହାଯ୍ୟ ମିଳେ ନାହିଁ।
10
ଆମ୍ଭର ବଳିଟିଏ ଅଛି। ପବିତ୍ର ତମ୍ବୁ ରେ ସେବା କରୁଥିବା ଯାଜକମାନେ ଆମ୍ଭ ବଳିରୁ ଖାଇପାରିବେ ନାହିଁ।
11
ମହାଯାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନେଇ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହାରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।
12
ସେହିଭଳି ଯୀଶୁ ମଧ୍ୟ ସହର ବାହାରେ ଯାତନା ପାଇଲେ। ନିଜ ରକ୍ତ ଦ୍ୱାରା ନିଜ ଲୋକମାନଙ୍କୁ ପବିତ୍ର କରିବା ପାଇଁ ଯୀଶୁ ମଲେ।
13
ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ଯିବା ଉଚିତ୍। ଆମ୍ଭେ ମଧ୍ୟ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍।
14
ଏହି ପୃଥିବୀରେ ଆମ୍ଭର କୌଣସି ଚିରସ୍ଥାୟୀ ନଗର ନାହିଁ। କିନ୍ତୁ ଆମ୍ଭେ ଗୋଟିଏ ନଗର ପାଇଁ ପ୍ରତୀକ୍ଷା କରୁଛ, ଯାହା ଭବିଷ୍ୟତରେ ଆସିବ।
15
ଅତଏବ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କେବେ ହେଲେ ବନ୍ଦ କରିବା ଉଚିତ୍ ନୁହେଁ। ମୁଖ ଦ୍ୱାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସେହି ‘ବଳି’ ଅଟେ।
16
ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କେବେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ୱାରା ପରମେଶ୍ୱର ପ୍ରସନ୍ନ ହୁଅନ୍ତି।
17
ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସେମାନଙ୍କର ଅଧୀନରେ ରୁହ। ସେମାନେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାୟୀ। ଅତଏବ, ସେମାନେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥା’ନ୍ତି। ସେମାନଙ୍କର ଆଜ୍ଞାପାଳନ କର ଯେପରି ଏହି କାମଟି ସେମାନେ ଖୁସୀ ମନରେ କରିବେ, ଦୁଃଖରେ ନୁହେଁ। ସେମାନଙ୍କର କାମ କଠିନ ହେଲେ, ତା’ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।
18
ଆମ୍ଭ ପାଇଁ ପ୍ରାର୍ଥନା କରୁଥାଅ। ଆମ୍ଭେ ସବୁବେଳେ ସର୍ବୋତ୍କୃଷ୍ଟ କାମ କରିବାକୁ ଚେଷ୍ଟା କରୁଥିବାରୁ, ଆମ୍ଭେ କରୁଥିବା କାମଗୁଡ଼ିକ ଠିକ୍ ବୋଲି ଅନୁଭବ କରୁ।
19
ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ତୁମ୍ଭେମାନେ ପ୍ରାର୍ଥନା କର ଯେ, ଯେପରି ପରମେଶ୍ୱର ମୋତେ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାନ୍ତୁ। ଅନ୍ୟ କୌଣସି କଥା ଅପେକ୍ଷା ଏହା ମୁଁ ବିଶେଷ ଭାବରେ ଗ୍ଭହେଁ।
20
ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!
22
ମୋ’ ଭାଇ ଓ ଭଉଣୀମାନେ! ମୁଁ କହିଥିବା କଥାଗୁଡ଼ିକୁ ଧୈର୍ଯ୍ୟପୂର୍ବକ ଶୁଣ ବୋଲି ମୁଁ ଅନୁରୋଧ କରେ। ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ପାଇଁ କହିଛି। ଏହି ଚିଠିଟି ବହୁତ ଲମ୍ବା ନୁହେଁ।
23
ଆମ୍ଭ ଭାଇ ତୀମଥି ବନ୍ଦୀଗୃହରୁ ମୁକ୍ତ ହୋଇ ଅଛନ୍ତି, ଏହା ତୁମ୍ଭେମାନେ ଜାଣ ବୋଲି ମୋର ଇଚ୍ଛା। ଯଦି ସେ ମୋ’ ପାଖକୁ ଶୀଘ୍ର ଆସନ୍ତି, ତା’ହେଲେ ଆମ୍ଭେ ଦୁହେଁ ତୁମ୍ଭମାନଙ୍କୁ ଦେଖା କରିବାକୁ ଆସିବୁ।
24
ସେଠାରେ ତୁମ୍ଭମାନଙ୍କର ସବୁ ପ୍ରାଚୀନ ନେତାମାନଙ୍କୁ ଓ ପରମେଶ୍ୱରଙ୍କ ଲୋକମାନଙ୍କୁ ଆମର ନମସ୍କାର ଜଣାଇବ। ଇତାଲିଆ ଦେଶର ସମସ୍ତ ପରମେଶ୍ୱରଙ୍କ ଲୋକମାନଙ୍କର ତୁମ୍ଭମାନଙ୍କୁ ନମସ୍କାର।
25
ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
All chapters:
1
2
3
4
5
6
7
8
9
10
11
12
13