bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Hebrews 3
Hebrews 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 4 →
1
ମୋଶାଙ୍କଠାରୁ ଯୀଶୁ ମହାନ ଅତଏବ ତୁମ୍ଭେମାନେ ସମସ୍ତେ ଯୀଶୁଙ୍କଠାରେ ମନ ଦିଅ। ପରମେଶ୍ୱର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ୱାସର ମହାଯାଜକ। ମୋ’ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏ କଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି।
2
ପରମେଶ୍ୱର ଯୀଶୁଙ୍କୁ ମହାଯାଜକ ସ୍ୱରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମୋଶାଙ୍କ ପରି ଯୀଶୁ ମଧ୍ୟ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ। ଈଶ୍ୱରଙ୍କ ଗୃହରେ ଈଶ୍ୱର ଇଚ୍ଛା କରୁଥିବା ସମସ୍ତ କାର୍ଯ୍ୟ ସେ କଲେ।
3
ଯେତେବେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନାରେ ସେହି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ୟ ଏହା ପ୍ରଜୁଜ୍ୟ। ମୋଶାଙ୍କ ତୁଳନାରେ ଯୀଶୁ ଅଧିକ ସମ୍ମାନର ଯୋଗ୍ୟ।
4
ପ୍ରତ୍ୟେକ ଘର କୌଣସି ଲୋକ ଦ୍ୱାରା ନିର୍ମିତ।
5
କିନ୍ତୁ ପରମେଶ୍ୱର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ୱରଙ୍କ ଗୃହରେ ମୋଶା ଜଣେ ସେବକ ରୂପେ ବିଶ୍ୱସ୍ତ ଥିଲେ। ପରମେଶ୍ୱର ଭବିଷ୍ୟତରେ ଯାହାକିଛି କହିବେ, ସେ ଲୋକମାନଙ୍କୁ ସେହି କଥା କହିଥିଲେ।
6
କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ୱରଙ୍କ ଗୃହର ତତ୍ତ୍ୱାବଧାନରେ ବିଶ୍ୱସ୍ତ ଥିଲେ। ଆମ୍ଭେ ବିଶ୍ୱାସୀଗଣ ପରମେଶ୍ୱରଙ୍କ ଗୃହ ପରିବାର ସ୍ୱରୂପ ଅଟୁ। ଯଦି ଆମ୍ଭେ ସେହି ମହତ୍ ଆଶାର ଅପେକ୍ଷାରେ ଦୃଢ଼ ଓ ଅଟଳ ରହିବା, ତା’ହେଲେ ଆମ୍ଭ ଅନ୍ତରରେ ପରମେଶ୍ୱର ବାସ କରିବେ।
7
ଆମ୍ଭେ ପରମେଶ୍ୱରଙ୍କୁ ଅନୁସରଣ କରି ଗ୍ଭଲିଥିବା ଅତଏବ ପବିତ୍ରଆତ୍ମା କୁହନ୍ତି: “ଯଦି ତୁମ୍ଭେମାନେ “ଆଜି’ ପରମେଶ୍ୱରଙ୍କ ବାକ୍ୟ ଶୁଣ,
8
ତେବେ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କରିବା ଦିନ ଯେପ୍ରକାର ପରମେଶ୍ୱରଙ୍କ ବିରୁଦ୍ଧରେ ଥିଲେ, ସେପ୍ରକାର ପୂର୍ବପରି ତୁମ୍ଭମାନଙ୍କ ହୃଦୟ କଠିନ ନ କର।
9
ଗ୍ଭଳିଶ୍ ବର୍ଷ ଧରି ତୁମ୍ଭ ଲୋକମାନେ ମରୁଭୂମିରେ ମୋର କାର୍ଯ୍ୟ ଗୁଡ଼ିକ ଦେଖିଲେ। ତଥାପି ସେମାନେ ମୋ’ ଧୈର୍ଯ୍ୟର ପରୀକ୍ଷା ନେଲେ।
10
ସେଥିପାଇଁ ମୁଁ ସେହି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି। ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ୍ ଅଟେ। ସେମାନେ ମୋର ମାର୍ଗ ବୁଝନ୍ତି ନାହିଁ।
11
ଅତଏବ ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି – ‘ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ।’”
12
ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧ୍ୟରେ କେହି ପାପ ନ କର, ଅବିଶ୍ୱାସୀ ନ ହୁଅ, ଓ ଜୀବିତ ପରମେଶ୍ୱରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।
13
କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। “ଆଜିଦିନରେ” ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାଯ୍ୟ କର।
14
କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ବଜାୟ ରଖିବ, ତାହାହେଲେ ଯୀଶୁ ଖ୍ରୀଷ୍ଟଙ୍କ ସମସ୍ତ ଅଧିକାରରେ ସହଭାଗୀ ହେବ।
15
ଏହା ହିଁ ଶାସ୍ତ୍ର ମଧ୍ୟ କୁହେ: “ତୁମ୍ଭେମାନେ ଯଦି ଆଜି ପରମେଶ୍ୱରଙ୍କ ବାକ୍ୟ ଶୁଣ, ତା’ହେଲେ ଅତୀତରେ ଯେପରି ତୁମ୍ଭେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରିଥିଲ, ସେହିପରି ଆପଣା ହୃଦୟ କଠିନ ନ କର।”
16
ପରମେଶ୍ୱରଙ୍କ ବାକ୍ୟ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମୋଶାଙ୍କ ଦ୍ୱାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସେହି ଲୋକ ଅଟନ୍ତି।
17
ପରମେଶ୍ୱର ଗ୍ଭଳିଶ୍ ବର୍ଷ ଧରି ତାହା ପ୍ରତି କ୍ରୋଧ କରିଥିଲେ? ଯେଉଁମାନେ ପାପ କରିଥିଲେ ସେମାନଙ୍କ ପ୍ରତି ପରମେଶ୍ୱର କ୍ରୋଧ କରିଥିଲେ। ସେମାନେ ମରୁଭୂମିରେ ମଲେ।
18
ପରମେଶ୍ୱରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ? ପରମେଶ୍ୱରଙ୍କ ଆଜ୍ଞାର ଅବାଧ୍ୟ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ।
19
ଅତଏବ ଆମ୍ଭେ ଦେଖୁଛୁ ଯେ, ସେମାନେ ନିଜ ଅବିଶ୍ୱାସ ହେତୁ ସେଠାରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 4 →
All chapters:
1
2
3
4
5
6
7
8
9
10
11
12
13