bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Hebrews 4
Hebrews 4
Odia Bible ERV 2004 (ପବିତ୍ର ବାଇବଲ)
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 5 →
1
ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ଏଥିରୁ ବଞ୍ଚିତ ନ ହେଉ, ଏଥିପାଇଁ ସତର୍କତାର ଜୀବନ କାଟିବା ଉଚିତ୍।
2
କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସେହିପରି ସୁସମାଗ୍ଭର କୁହାଯାଇଅଛି, କିନ୍ତୁ ସେମାନେ ଶୁଣି ମଧ୍ୟ ତାହାକୁ ବିଶ୍ୱାସପୂର୍ବକ ନିଜସ୍ୱ ନ କରିବାରୁ ସେମାନଙ୍କ ପକ୍ଷରେ ସୁସମାଗ୍ଭର ଲାଭଜନକ ହେଲା ନାହିଁ।
3
ଆମ୍ଭେ ବିଶ୍ୱାସୀ ଲୋକମାନେ ବିଶ୍ରାମ ସ୍ଥଳରେ ପ୍ରବେଶ କରିବାକୁ ସକ୍ଷମ ଅଟୁ। ଯେପରି ପରମେଶ୍ୱର କହିଅଛନ୍ତି: “ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି; ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମ ସ୍ଥଳରେ ପ୍ରବେଶ କରିବେ ନାହିଁ।” ପରମେଶ୍ୱର ଏହା କହିଲେ। କିନ୍ତୁ ଜଗତ ସୃଷ୍ଟି କରିବା ଦିନଠାରୁ ପରମେଶ୍ୱରଙ୍କ କାମ ସରିଯାଇଥିଲା।
4
ଶାସ୍ତ୍ରର କୌଣସି ସ୍ଥାନରେ ପରମେଶ୍ୱର ସପ୍ତାହର ସପ୍ତମ ଦିନ ବିଷୟରେ କହିଛନ୍ତି: “ସପ୍ତମ ଦିନରେ ପରମେଶ୍ୱର ନିଜର ସମସ୍ତ କାମରୁ ବିଶ୍ରାମ ନେଲେ।”
5
ପରମେଶ୍ୱର ଆଉ ଏକ ଶାସ୍ତ୍ରରେ କହିଛନ୍ତି: “ସେହି ଲୋକମାନେ କେବେ ହେଲେ ମୋର ବିଶ୍ରାମ ସ୍ଥଳରେ ପ୍ରବେଶ କରିବେ ନାହିଁ।”
6
ଯେଉଁ ଲୋକମାନଙ୍କୁ ଆଗରୁ ସୁସମାଗ୍ଭର ଶୁଣା ଯାଇ ଥିଲା, ନିଜର ଅବଜ୍ଞା ଯୋଗୁଁ ସେମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରିଲେ ନାହିଁ କିନ୍ତୁ ଏବେ ମଧ୍ୟ କେବେ ଲୋକ ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାକୁ ବାକି ଥିବାରୁ ପରମେଶ୍ୱର ଆଉ ଗୋଟିଏ ବିଶେଷ ଦିନ ଅର୍ଥାତ୍ ‘ଆଜିଦିନ’ ନିରୂପଣ କଲେ।
7
ଏହି ଦିନଟି ବିଷୟରେ ପରମେଶ୍ୱର ବହୁତ ଦିନ ପରେ ଦାଉଦଙ୍କ ମାଧ୍ୟମରେ କହିଛନ୍ତି। ସେହି ଶାସ୍ତ୍ରରେ ଆମ୍ଭେ ପୂର୍ବରୁ କହିଛୁ: “ଯଦି ତୁମ୍ଭେମାନେ ‘ଆଜି’ ପରମେଶ୍ୱରଙ୍କ ବାଣୀ ଶୁଣିଛ, ତାହାହେଲେ ପୂର୍ବପରି ଆପଣା ହୃଦୟ କଠିନ ନ କର।”
8
ଆମ୍ଭେ ଜାଣୁ ଯେ ଯିହୋଶୂୟ ଲୋକଙ୍କୁ ଈଶ୍ୱରଙ୍କ ପ୍ରତିଜ୍ଞାକୃତ ବିଶ୍ରାମସ୍ଥଳକୁ ନେଇଯାଇ ନ ଥିଲେ। ଯଦି ସେ ନେଇଥା’ନ୍ତେ, ତେବେ ପରମେଶ୍ୱର ବିଶ୍ରାମ ପାଇଁ ଆଉ ଗୋଟିଏ ଦିନ ‘ଆଜି’ ବୋଲି ଘୋଷଣା କରି ନ ଥା’ନ୍ତେ।
9
ଏହା ପ୍ରମାଣିତ କରେ ଯେ, ପରମେଶ୍ୱରଙ୍କ ଲୋକମାନଙ୍କ ଲାଗି ସପ୍ତମ ଦିନର ବିଶ୍ରାମ ଭୋଗିବାର ବାକି ଅଛି।
10
ପରମେଶ୍ୱର ନିଜ କାମ ସମାପ୍ତ କଲା ପରେ ବିଶ୍ରାମ କଲେ। ସେପ୍ରକାର ପରମେଶ୍ୱରଙ୍କ ପରି ମନୁଷ୍ୟ ଆପଣା କାର୍ଯ୍ୟ ସମାପ୍ତ କଲାପରେ ବିଶ୍ରାମ ପାଇଥାଏ।
11
ଅତଏବ, ଆମ୍ଭେ ପରମେଶ୍ୱରଙ୍କ ସେହି ବିଶ୍ରାମସ୍ଥଳରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ୟକ। ପରମେଶ୍ୱରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରନ୍ତି ନାହିଁ, ସେହି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ୟରୁ କେହି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭେମାନେ ଯଥାସାଧ୍ୟ ପରିଶ୍ରମ କରିବା ଆବଶ୍ୟକ।
12
ପରମେଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ଅଟେ। ତାହାଙ୍କର ବାକ୍ୟ ଯେକୌଣସି ଦ୍ୱିଧାର ଖଡ଼୍ଗଠାରୁ ମଧ୍ୟ ଅଧିକ ଧାରୁଆ। ପରମେଶ୍ୱରଙ୍କ ବାକ୍ୟ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭେଦ କରିପାରେ। ଏହା ହୃଦୟର ଚିନ୍ତା ଓ ଭାବର ବିଗ୍ଭର କରେ।
13
ସମଗ୍ର ବିଶ୍ୱରେ ପରମେଶ୍ୱରଙ୍କ ଦୃଷ୍ଟିରେ କୌଣସି କଥା ଲୁଚି ରହି ପାରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁକିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁରେ ତହିଁର ହିସାବ ଦେବାକୁ ହେବ।
14
ଯୀଶୁ ଆମ୍ଭକୁ ପରମେଶ୍ୱରଙ୍କ ସମ୍ମୁଖୀନ ହେବାରେ ସାହାଯ୍ୟ କରନ୍ତି ପୁତ୍ର ପ୍ରଭୁ ଯୀଶୁ ପରମେଶ୍ୱରଙ୍କ ସହିତ ରହିବା ପାଇଁ ସ୍ୱର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାଯାଜକ।
15
ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ୱାସରେ ଦୃଢ଼ ରହିବା ଉଚିତ୍। ମହାଯାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତରେ ଥିବା ବେଳେ ସେ ପ୍ରତ୍ୟେକ ଭାବରେ ପରୀକ୍ଷିତ ହେଲେ।
16
ଆମ୍ଭେମାନେ ଉପଯୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ୱରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାଯାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 5 →
All chapters:
1
2
3
4
5
6
7
8
9
10
11
12
13