bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Hebrews 7
Hebrews 7
Odia Bible ERV 2004 (ପବିତ୍ର ବାଇବଲ)
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 8 →
1
ଯାଜକ ମଲ୍କୀଷେଦକ ମଲ୍କୀଷେଦକ ଶାଲେମର ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ୱରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫେରିଲା ବେଳେ ମଲ୍କୀଷେଦକ ଅବ୍ରହାମଙ୍କୁ ଦେଖାକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।
2
ଯୁଦ୍ଧରେ ଜିତି ଅବ୍ରହାମ ଯାହା ପାଇଥିଲେ ତା’ର ଏକ ଦଶମାଂସ ସେ ମଲ୍କୀଷେଦକଙ୍କୁ ଦେଲେ। ମଲ୍କୀଷେଦକ ନାମର ଅର୍ଥ: ପ୍ରଥମଟି ହେଉଛି “ଧର୍ମରାଜା” ଓ ଦ୍ୱିତୀୟଟି ହେଲା “ଶାଲେମର ରାଜା” ଅର୍ଥାତ୍ “ଶାନ୍ତିର ରାଜା”।
3
କେହିହେଲେ ମଲ୍କୀଷେଦକଙ୍କ ପିତା କି ମାତାଙ୍କ ବିଷୟରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କେବେ ଜନ୍ମଗ୍ରହଣ କଲେ, ଓ କେବେ ମଲେ ତା’ମଧ୍ୟ କେହି ଜାଣନ୍ତି ନାହିଁ। ମଲ୍କୀଷେଦକ ପରମେଶ୍ୱରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହୋଇ ରହିଛନ୍ତି।
4
ମଲ୍କୀଷେଦକ କେତେ ମହାନ୍ ବ୍ୟକ୍ତି, ଭାବି ଦେଖ। ମହାନ ପିତା ଅବ୍ରହାମ ଯୁଦ୍ଧରେ ଯାହାକିଛି ଜିତି ଥିଲେ ତା’ର ଏକ ଦଶମାଂଶ ମଲ୍କୀଷେଦକଙ୍କୁ ଦେଲେ।
5
ବ୍ୟବସ୍ଥା ଅନୁସାରେ ଲେବୀ ବଂଶର ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଇବା କଥା। ଯାଜକମାନେ ଏହି ଅଂଶ ନିଜଲୋକ ଯିହୂଦୀମାନଙ୍କଠାରୁ ନେଉଥିଲେ, ଯଦିଓ ଯାଜକ ଓ ତାହାଙ୍କ ଲୋକମାନେ ସମସ୍ତେ ଅବ୍ରହାମଙ୍କ ବଂଶଜ ଅଟନ୍ତି।
6
ମଲ୍କୀଷେଦକ ଲେବୀ ବଂଶର ନ ଥିଲେ। ତଥାପି ସେ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଲେ। ଓ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।
7
ସମସ୍ତେ ଜାଣନ୍ତି ଯେ, ସାନ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।
8
ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସେମାନେ ସାଧାରଣ ମନୁଷ୍ୟ ପରି ବଞ୍ଚି ପରିଶେଷରେ ମୃତ୍ୟୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମଲ୍କୀଷେଦକ ଶାସ୍ତ୍ର ଅନୁସାରେ ଏବେ ମଧ୍ୟ ଜୀବିତ।
9
ଲେବୀ ଲୋକମାନଙ୍କଠାରୁ ଏକଦଶମାଂଶ ଗ୍ରହଣ କରନ୍ତି। କିନ୍ତୁ ଆମ୍ଭେ କହିପାରିବା ଯେ, ଯେତେବେଳେ ଅବ୍ରହାମ ମଲ୍କୀଷେଦକଙ୍କୁ ଦଶମାଂଶ ଦେଲେ, ତା’ର ଅର୍ଥ ଲେବୀ ମଧ୍ୟ ତାହା ଦେଲେ।
10
ଲେବୀ ସେ ପର୍ଯ୍ୟନ୍ତ ଜନ୍ମ ନ ହୋଇଥିଲେ ସୁଦ୍ଧା ଅବ୍ରହାମ ମଲ୍କୀଷେଦକଙ୍କୁ ଭେଟିବା ସମୟରେ ଲେବୀ ଅବ୍ରହାମଙ୍କ ପୂର୍ବପୁରୁଷଙ୍କ ଶରୀରରେ ଥିଲେ।
11
ଲେବୀ ପରିବାରବର୍ଗଙ୍କ ଯାଜକମାନଙ୍କର ପଦ୍ଧତି ଅନୁଯାୟୀ ଲୋକଙ୍କୁ ବ୍ୟବସ୍ଥା ପ୍ରଦତ୍ତ ହୋଇଥିଲା। କିନ୍ତୁ ଏହି ଯାଜକମାନଙ୍କର ପଦ୍ଧତି ଦ୍ୱାରା ଲୋକମାନଙ୍କୁ ଆଧ୍ୟାତ୍ମିକ ଭାବରେ ସିଦ୍ଧ କରାଯାଇ ପାରିଲା ନାହିଁ। ଅତଏବ, ଆଉ ଜଣେ ଯାଜକର ଆସିବା ଆବଶ୍ୟକ ଥିଲା। ହାରୋଣଙ୍କ ଭଳି ନୁହେଁ ମାତ୍ର ମଲ୍କୀଷେଦକଙ୍କ ଭଳି ଆଉ ଜଣେ ଯାଜକର ଆବଶ୍ୟକ ଥିଲା।
12
ଯେତେବେଳେ ଯାଜକର ପରିବର୍ତ୍ତନ ହୁଏ ସେତେବେଳେ ବ୍ୟବସ୍ଥାର ମଧ୍ୟ ପରିବର୍ତ୍ତନ ଆବଶ୍ୟକ ହୋଇଥାଏ।
13
ଆମ୍ଭେ ଏହି କଥାଗୁଡ଼ିକ ଖ୍ରୀଷ୍ଟଙ୍କ ବିଷୟରେ କହୁଛୁ। ସେ ଅନ୍ୟ ଏକ ଗୋଷ୍ଠୀର ଲୋକ ଥିଲେ। ସେହି ଗୋଷ୍ଠୀର କେହି କେବେ ହେଲେ ଆଗରୁ ଯାଜକ ଭାବେ ବେଦୀ ରେ ସେବା କରି ନ ଥିଲେ।
14
କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରେ ଜାତ। ମାତ୍ର ସେହି ଗୋଷ୍ଠୀର ଯାଜକମାନଙ୍କ ବିଷୟରେ ମୋଶା କହିନାହାନ୍ତି।
15
ଯୀଶୁ ମଲ୍କୀଷେଦକଙ୍କ ଭଳି ଜଣେ ଯାଜକ ଏହି କଥା ଗୁଡ଼ିକ ଅଧିକ ସୁସ୍ପଷ୍ଟ ହୁଏ ଯେ, ମଲ୍କୀଷେଦକଙ୍କ ଭଳି ଆଉ ଜଣେ ଯାଜକ ଅଛନ୍ତି।
16
ସେ କୌଣସି ଗୋଷ୍ଠୀର ବ୍ୟବସ୍ଥା ଦ୍ୱାରା ଯାଜକ ହୋଇ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ।
17
ଶାସ୍ତ୍ରରେ ତାଙ୍କ ବିଷୟରେ କୁହାଯାଇଛି: “ତୁମ୍ଭେ ମଲ୍କୀଷେଦକଙ୍କ ଭଳି ଜଣେ ଅନନ୍ତକାଳୀନ ଯାଜକ ଅଟ।”
18
ପୂର୍ବ ବ୍ୟବସ୍ଥା ଦୁର୍ବଳ ଓ ବ୍ୟର୍ଥ ହୋଇଥିବାରୁ ଲୋପ କରି ଦିଆ ହେଲା।
19
ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ରେଷ୍ଠତର ଭରସାରେ ଆମ୍ଭେ ପରମେଶ୍ୱରଙ୍କ ପାଖକୁ ଆସି ପାରିବା।
20
ଯୀଶୁ ଖ୍ରୀଷ୍ଟଙ୍କୁ ମହାଯାଜକ କଲାବେଳେ, ପରମେଶ୍ୱର ଯେଉଁ ଶପଥ କରିଥିଲେ, ଏହା ଗୁରୁତ୍ୱପୂର୍ଣ୍ଣ ଅଟେ। ଯେତେବେଳେ ଅନ୍ୟମାନେ ଯାଜକ ହୋଇଥିଲେ, ସେତେବେଳେ କୌଣସି ଶପଥ ହୋଇ ନ ଥିଲା।
21
କିନ୍ତୁ ପରମେଶ୍ୱରଙ୍କ ଶପଥ କରିଥିବା ହେତୁରୁ ଯୀଶୁ ଯାଜକ ହୋଇଥିଲେ। ପରମେଶ୍ୱର କହିଥିଲେ: “ପ୍ରଭୁ ଶପଥ କରିଛନ୍ତି ଓ ସେ ନିଜ ନିର୍ଣ୍ଣୟ ପରିବର୍ତ୍ତନ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।’”
22
ଏହାର ଅର୍ଥ ହେଲା ଯେ ସେହି ପ୍ରକାରେ ପରମେଶ୍ୱରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମିନ୍ଦାର।
23
ଆହୁରି ମଧ୍ୟ ଯେତେବେଳେ ସେହି ଅନ୍ୟ ଯାଜକମାନେ ମରିଗଲେ, ସେମାନେ ଆଉ ଯାଜକ ହୋଇ ରହି ପାରିଲେ ନାହିଁ। ଏଥିପାଇଁ ସେହି ଯାଜକମାନଙ୍କ ଭିତରୁ ଅନେକ ସେଠାରେ ଥିଲେ।
24
କିନ୍ତୁ ଯୀଶୁ ଅମର। ସେ କେବେ ହେଲେ ଯାଜକ ସେବାରୁ ଅବ୍ୟାହିତ ହେବେ ନାହିଁ।
25
ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।
26
ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି।
27
ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।
28
ବ୍ୟବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ। ପରମେଶ୍ୱର ଯେଉଁ ଶପଥ ବ୍ୟବସ୍ଥା ପରେ କରିଥିଲେ, ତଦ୍ଦ୍ୱାରା ପରମେଶ୍ୱରଙ୍କ ପୁତ୍ର ଅନନ୍ତକାଳ ପର୍ଯ୍ୟନ୍ତ ମହାଯାଜକ ପଦରେ ନିଯୁକ୍ତି ପାଇଲେ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 8 →
All chapters:
1
2
3
4
5
6
7
8
9
10
11
12
13