bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Hebrews 9
Hebrews 9
Odia Bible ERV 2004 (ପବିତ୍ର ବାଇବଲ)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 10 →
1
ପୁରାତନ ନିୟମର ଉପାସନା ପ୍ରଥମ ନିୟମରେ ଉପାସନାର ନିୟମାବଳୀ ଥିଲା। ଏନିମନ୍ତେ ମଣିଷ ନିର୍ମିତ ଗୋଟିଏ ଉପାସନା ଗୃହ ମଧ୍ୟ ଥିଲା।
2
ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗରେ ଦୀପ, ମେଜ ଓ ତହିଁ ଉପରେ ପରମେଶ୍ୱରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ ‘ପବିତ୍ର ସ୍ଥାନ’ ବୋଲି କୁହା ଯାଇଥିଲା।
3
ଦ୍ୱିତୀୟ ପରଦା ପଛ ପଟରେ ଯେଉଁ ବଖରାଟି ଥିଲା ତାହାକୁ ‘ମହାପବିତ୍ର ସ୍ଥାନ’ କୁହାଯାଉଥିଲା।
4
ଏଠାରେ ସୁଗନ୍ଧିତ ଦ୍ରବ୍ୟ ପୋଡ଼ିବା ପାଇଁ ଗୋଟିଏ ସୁନାର ବେଦୀ ଥିଲା। ‘ପୁରାତନ ନିୟମ ଗୋଟିଏ ପବିତ୍ର ବାକ୍ସ ଭିତରେ ଥିଲା। ବାକ୍ସ ସୁନାରେ ତିଆରି ହୋଇଥିଲା। ସେହି ବାକ୍ସ ଭିତରେ ସୁନାରେ ତିଆରି ମାନ୍ନା ରଖା ହୋଇଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହୋଇ ପତ୍ର କଅଁଳି ଥିଲା । ସେହି ବାକ୍ସରେ ପୁରାତନ ନିୟମର ଦଶଆଜ୍ଞା ଲେଖାଥିବା ପ୍ରସ୍ତର ଫଳକମାନ ମଧ୍ୟ ଥିଲା।
5
ବାକ୍ସ ଉପରେ କିରୁବ ସ୍ୱର୍ଗଦୂତଗଣ ପରମେଶ୍ୱରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ ‘ଦୟାର ଆସନ’ ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟରେ କହି ପାରିବୁ ନାହିଁ।
6
ମୋର କହିବା ଅନୁଯାୟୀ ସେହି ତମ୍ବୁରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କାର୍ଯ୍ୟ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।
7
କିନ୍ତୁ ଦ୍ୱିତୀୟ ବଖରା ଭିତରକୁ କେବଳ ବର୍ଷରେ ଥରେ ମହାଯାଜକ ଯାଇ ପାରୁଥିଲେ। ମହାଯାଜକ ଉତ୍ସର୍ଗ କରିବାର ରକ୍ତ ନ ନେଇ କଦାପି ସେଠାରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସେହି ରକ୍ତ ପରମେଶ୍ୱରଙ୍କୁ ଅର୍ପଣ କରୁଥିଲେ।
8
ଏତଦ୍ଦ୍ୱାରା ପବିତ୍ରଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ଯ୍ୟନ୍ତ ଅତିପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ଖୋଲା ହୋଇ ନାହିଁ।
9
ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ୱରୂପ। ଏହା ସୂଗ୍ଭଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ୱରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ୱାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହୋଇପାରେ ନାହିଁ। ଉକ୍ତ ବଳି ହେତୁ ସେ ସିଦ୍ଧିଲାଭ କରିପାରେ ନାହିଁ।
10
ସେଗୁଡ଼ିକ ଖାଦ୍ୟ, ପେୟ ଓ ବିଭିନ୍ନ ପ୍ରକାରର ଶୌଚକ୍ରିୟା କେବଳ ଶାରୀରିକ ବିଧିବିଧାନ ଅଟେ, ଏତଦ୍ଦ୍ୱାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ୱରଙ୍କ ନୂତନ ଚୁକ୍ତିର ସମୟ ପର୍ଯ୍ୟନ୍ତ ପରମେଶ୍ୱର ସେହିସବୁ ନିୟମ ଲୋକମାନଙ୍କୁ ଦେଲେ।
11
ନୂତନ ନିୟମର ଉପାସନା କିନ୍ତୁ ଏବେ ଖ୍ରୀଷ୍ଟ ମହାଯାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖରେ ଥିବା ସମସ୍ତ ଉତ୍ତମ ବିଷୟର ମହାଯାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁରେ ଆପଣା ସେବାକାର୍ଯ୍ୟ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ରେଷ୍ଠ ସ୍ଥଳରେ ସେବାକାର୍ଯ୍ୟ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାନ୍ତି।
12
ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନରେ ଛେଳି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘେନି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।
13
ଯେଉଁ ଲୋକମାନେ ଉପାସନାସ୍ଥଳରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହନ୍ତି ସେମାନଙ୍କ ଉପରେ ଛେଳି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଉଥିଲା। ସେହି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା।
14
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।
15
ଅତଏବ, ପରମେଶ୍ୱରଙ୍କ ପାଖରୁ ଯୀଶୁ ଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ୟ ଯେପରି ପରମେଶ୍ୱରଙ୍କ ଦ୍ୱାରା ଆହୂତ ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେବେ। ସେମାନେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିଦାନରେ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ।
16
ଯେତେବେଳେ ଜଣେ ଲୋକ ମୃତ୍ୟୁବରଣ କରେ ସେ ଗୋଟିଏ ଉଇଲ୍ ଛାଡ଼ି ଯାଏ। କିନ୍ତୁ ଲୋକେ ସେହି ଲୋକଜଣକର ମୃତ୍ୟୁ ପ୍ରମାଣିତ କରିବା ଉଚିତ୍।
17
ଚୁକ୍ତି ଲେଖିଥିବା ଲୋକ ଯଦି ଜୀବିତ, ତା’ହେଲେ ସେହି ଉଇଲ୍ଟି କାର୍ଯ୍ୟକାରୀ ହୋଇ ପାରିବ ନାହିଁ। ମଣିଷଟି ମରିଗଲା ପରେ ଯାଇ ଉଇଲ୍ଟି ଲାଗୁ ହୋଇ ପାରିବ।
18
ପରମେଶ୍ୱର ଓ ଲୋକଙ୍କ ମଧ୍ୟରେ ହୋଇଥିବା ପ୍ରଥମ ନିୟମ ଠିକ୍ ସେହିଭଳି। ପ୍ରଥମ ନିୟମ ମଧ୍ୟ ରକ୍ତଦ୍ୱାରା କାର୍ଯ୍ୟକାରୀ ହୋଇଥିଲା।
19
ପ୍ରଥମରେ, ବ୍ୟବସ୍ଥାର ପ୍ରତ୍ୟେକ ଈଶ୍ୱରୀୟ ଆଜ୍ଞା ମୋଶା ଲୋକମାନଙ୍କୁ କହିଥିଲେ। ତା’ପରେ ମୋଶା ବାଛୁରିଗୁଡ଼ିକର ରକ୍ତ ସହିତ ଜଳ ମିଶାଇଲେ। ତା’ପରେ ସେ ଲାଲ ରଙ୍ଗ ଓ ଏସୋବର ଡାଳଟିଏ ନେଇ ଜଳ ମିଶ୍ରିତ ରକ୍ତ ବ୍ୟବସ୍ଥା ପୁସ୍ତକ ତଥା ସବୁଲୋକଙ୍କ ଉପରେ ଛିଞ୍ଚିଲେ।
20
ତା’ପରେ ମୋଶା କହିଲେ, “ଯେଉଁ ନିୟମଗୁଡ଼ିକୁ ପରମେଶ୍ୱର ତୁମ୍ଭମାନଙ୍କୁ ପାଳନ କରିବା ପାଇଁ ଆଜ୍ଞା ଦେଇଛନ୍ତି, ସେହି ନିୟମର ରକ୍ତ ଏହି।”
21
ମୋଶା ପବିତ୍ର ତମ୍ବୁ ଉପରେ ସେହି ରକ୍ତ ଛିଞ୍ଚିଲେ। ଉପାସନା ପାଇଁ ଆବଶ୍ୟକ ହେଉଥିବା ପ୍ରତ୍ୟେକ ବସ୍ତୁ ଉପରେ ମଧ୍ୟ ସେ ସେହି ରକ୍ତ ଛିଞ୍ଚିଲେ।
22
ବ୍ୟବସ୍ଥା କୁହେ ଯେ, ପ୍ରତ୍ୟେକ ବସ୍ତୁ ରକ୍ତ ଦ୍ୱାରା ଶୁଦ୍ଧ ହୋଇ ପାରିବ। ଓ ବିନା ରକ୍ତରେ ପାପଗୁଡ଼ିକୁ କ୍ଷମା କରାଯାଇ ପାରିବ ନାହିଁ।
23
ଖ୍ରୀଷ୍ଟଙ୍କ ବଳିଦାନ ପାପଗୁଡ଼ିକୁ ଧୋଇ ଦିଏ ସ୍ୱର୍ଗସ୍ଥ ବିଷୟ ଗୁଡ଼ିକର ପ୍ରତିକୃତିଗୁଡ଼ିକ ପଶୁବଳି ଦ୍ୱାରା ଶୁଦ୍ଧ କରାଯାଏ। କିନ୍ତୁ ସ୍ୱର୍ଗସ୍ଥ ବିଷୟରେ ଶୁଦ୍ଧତା ପାଇଁ ଅପେକ୍ଷାକୃତ ଭଲ ବଳି ଦରକାର।
24
ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନୁଷ୍ୟ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ୱର୍ଗ ଭିତରକୁ ଗଲେ।
25
ବର୍ତ୍ତମାନ ସେ ମଧ୍ୟ ଆମ୍ଭକୁ ସାହାଯ୍ୟ କରିବା ପାଇଁ ସେଠାରେ ପରମେଶ୍ୱରଙ୍କ ଆଗରେ ଅଛନ୍ତି। ମହାଯାଜକ ମହାପବିତ୍ର ସ୍ଥାନରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନେଇ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାଯାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସେଭଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ୱର୍ଗରେ ପ୍ରବେଶ କରି ନ ଥିଲେ।
26
ଯଦି ଖ୍ରୀଷ୍ଟ ନିଜକୁ ଅନେକ ଥର ସମର୍ପଣ କରି ଥାଆନ୍ତେ, ତା’ହେଲେ ଜଗତ ସୃଷ୍ଟି ହେବା ଦିନଠାରୁ ତାହାଙ୍କୁ ଅନେକ ଥର ଯାତନା ସହିବାକୁ ପଡ଼ିଥା’ନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ଯୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ୱାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।
27
ପ୍ରତ୍ୟେକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଗ୍ଭର ହୁଏ।
28
ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନେକ ଲୋକଙ୍କର ପାପ ଦୂର କରି ପାରିବେ। ଖ୍ରୀଷ୍ଟ ଦ୍ୱିତୀୟ ଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସେମାନଙ୍କର ମୁକ୍ତି ପାଇଁ ଆସିବେ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 10 →
All chapters:
1
2
3
4
5
6
7
8
9
10
11
12
13