bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Hosea 13
Hosea 13
Odia Bible ERV 2004 (ପବିତ୍ର ବାଇବଲ)
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 14 →
1
ଇସ୍ରାଏଲ ନିଜକୁ ନିଜେ ଧ୍ୱଂସ କରିଛି “ଇଫ୍ରୟିମ ଇସ୍ରାଏଲରେ ନିଜକୁ ମହାନ କରି ଦେଲା। ସେ କହିଲା ବେଳେ ଲୋକେ ଭୟରେ ଥରିଲେ। କିନ୍ତୁ ସେ ବାଲ୍ଦେବତାଙ୍କୁ ପୂଜାକରି ଦୋଷୀ ହେଲେ ଏବଂ ମୃତ୍ୟୁବରଣ କଲେ।
2
ବର୍ତ୍ତମାନ ଇସ୍ରାଏଲ ଲୋକମାନେ ଅଧିକରୁ ଅଧିକ ପାପ କଲେ। ସେମାନେ ନିଜ ନିଜ ପାଇଁ ପ୍ରତିମା ତିଆରି କରନ୍ତି। କାରିଗରମାନେ ସୁନ୍ଦର ମୂର୍ତ୍ତି ରୂପାରେ ତିଆରି କରନ୍ତି ଏବଂ ସେହି ଲୋକମାନେ ସେହି ପ୍ରତିମାମାନଙ୍କ ସହିତ କଥା ହୁଅନ୍ତି। ସେମାନେ ସେ ମୂର୍ତ୍ତିମାନଙ୍କୁ ବଳିଦାନ ଦିଅନ୍ତି। ସେହି ସୁବର୍ଣ୍ଣ ନିର୍ମିତ ବାଛୁରିଗୁଡ଼ିକୁ ଚୁମ୍ବନ କରନ୍ତି।
3
ସେଥିପାଇଁ ସେହି ଲୋକମାନେ ଶୀଘ୍ର ଅଦୃଶ୍ୟ ହେବେ। ସେମାନେ ସକାଳର କୁହୁଡ଼ି ସଦୃଶ ଶୀଘ୍ର ଦେଖା ଦେବେ ଓ ଶୀଘ୍ର ଅଦୃଶ୍ୟ ହୋଇଯିବେ। ଇସ୍ରାଏଲୀୟମାନେ ଅଗାଡ଼ି ଖଳାରୁ ଉଡ଼ିଗଲା ପରି ଉଡ଼ିଯିବେ। ଚିମିନିରୁ ଧୂଆଁ ବାହାରି ଅଦୃଶ୍ୟ ହେଲାପରି ସେମାନେ ଅଦୃଶ୍ୟ ହୋଇଯିବେ।
4
“ମିଶରରେ ତୁମ୍ଭେମାନେ ବାସ କରିବା ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ହୋଇ ଆସିଛୁ। ତୁମ୍ଭେମାନେ ଆମ୍ଭ ବ୍ୟତୀତ ଅନ୍ୟ କୌଣସି ପ୍ରଭୁଙ୍କୁ ଜାଣି ନ ଥିଲ। ଆମ୍ଭେ ଏକମାତ୍ର ବ୍ୟକ୍ତି ଯେ କି ତୁମ୍ଭମାନଙ୍କୁ ରକ୍ଷା କରୁଥିଲୁ।
5
ଆମ୍ଭେ ତୁମ୍ଭମାନଙ୍କୁ ମରୁଭୂମିରେ ଜାଣିଥିଲୁ-ଶୁଷ୍କ ଭୂମିରେ ତୁମ୍ଭମାନଙ୍କୁ ଜାଣିଥିଲୁ।
6
ସେହି ଇସ୍ରାଏଲୀୟମାନଙ୍କୁ ଆମ୍ଭେ ଖାଦ୍ୟ ଦେଲୁ। ସେମାନେ ସେହି ଖାଦ୍ୟ ଖାଇଲେ। ସେମାନେ ସମ୍ପୂର୍ଣ୍ଣ ସୁସ୍ଥ ଓ ସନ୍ତୁଷ୍ଟ ହେଲେ। ସେମାନେ ଗର୍ବୀ ହୋଇଗଲେ ଏବଂ ମୋତେ ଭୁଲିଗଲେ।
7
“ସେଥିପାଇଁ ଆମ୍ଭେ ସିଂହ ଓ ବ୍ୟାଘ୍ର ସଦୃଶ ହୋଇ ରାସ୍ତାକଡ଼ରେ ସେମାନଙ୍କୁ ଅପେକ୍ଷା କରିବା।
8
ଭାଲୁ ପାଖରୁ ତା’ ଛୁଆକୁ ଅପହରଣ କଲେ ସେ ଯେପରି ହିଂସ୍ର ହୁଏ, ଆମ୍ଭେ ସେହିପରି ହିଂସ୍ର ହୋଇ ସେମାନଙ୍କୁ ଆକ୍ରମଣ କରିବା। ଆମ୍ଭେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ବକ୍ଷକୁ ବିଦାରଣ କରିବା। ସିଂହ ଓ ଅନ୍ୟ ବନ୍ୟ ପ୍ରାଣୀ ଶିକାରକୁ ଚିରି ଖାଇଲା ପରି ଆମ୍ଭେ ସେମାନଙ୍କୁ ସେହିପରି ଖଣ୍ତ ବିଖଣ୍ତିତ କରିବା।
9
ଇସ୍ରାଏଲକୁ ପରମେଶ୍ୱରଙ୍କ କ୍ରୋଧରୁ କେହି ରକ୍ଷା କରି ପାରିବେ ନାହିଁ “ହେ ଇସ୍ରାଏଲ, ଆମ୍ଭେ ତୁମ୍ଭକୁ ସାହାଯ୍ୟ କଲୁ କିନ୍ତୁ ତୁମ୍ଭେ ଆମ୍ଭର ବିରୁଦ୍ଧରେ ଗଲ। ତେଣୁ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।
10
ତୁମ୍ଭର ରାଜା କେଉଁଠି? ତୁମ୍ଭର ସମସ୍ତ ନଗରରେ ସେ ତୁମ୍ଭମାନଙ୍କୁ ରକ୍ଷା କରି ପାରିବେ ନାହିଁ। ତୁମ୍ଭର ବିଗ୍ଭରକମାନେ କାହାନ୍ତି? ତୁମ୍ଭେମାନେ ସେମାନଙ୍କୁ ଏହା କହି ମାଗିଥିଲ, ‘ଆମ୍ଭକୁ ଜଣେ ରାଜା ଓ ନେତୃମଣ୍ତଳୀ ଦିଅ।’
11
ଆମ୍ଭେ କ୍ରୋଧିତ ହେଲୁ ଓ ତୁମ୍ଭମାନଙ୍କର ଜଣେ ରାଜା ହେଲୁ। ଯେତେବେଳେ ଅତି କ୍ରୋଧିତ ହେଲୁ ତାଙ୍କୁ ଦୂରକୁ ନେଇଗଲୁ।
12
“ଇଫ୍ରୟିମର ପାପସବୁ ଗୋଟିଏ ବିଡ଼ାରେ ବନ୍ଧା ହୋଇଛି। ସେଗୁଡ଼ିକ ନିରାପଦ ଜାଗାରେ ରଖାଯାଇଛି।
13
ସ୍ତ୍ରୀଲୋକର ପ୍ରସବ ବେଦନା ସଦୃଶ ତା’ର ଦଣ୍ତ କଷ୍ଟଦାୟକ ହେବ। ସେ ଜଣେ ଜ୍ଞାନୀ ପୁତ୍ର ହେବ ନାହିଁ। ଏପରି ଏକ ସମୟ ଆସିବ ସେ ଆଉ ତିଷ୍ଠିବ ନାହିଁ।
14
“ଆମ୍ଭେ ସେମାନଙ୍କୁ ମୃତ୍ୟୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେମାନଙ୍କୁ ମହାମାରୀଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠାରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠାରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।
15
ଇସ୍ରାଏଲ ତା’ର ଭାଇମାନଙ୍କ ସହିତ ବଢ଼େ। କିନ୍ତୁ ଏକ ଶକ୍ତିଶାଳୀ ପୂର୍ବୀୟ ପବନ ଆସିବ, ଏହା ସଦାପ୍ରଭୁ ପ୍ରେରିତ ବାୟୁ ମରୁଭୂମିରୁ ପ୍ରବାହିତ ହେବ। ତା’ପରେ ଇସ୍ରାଏଲର କୂଅ ଶୁଖିଯିବ। ଜଳପୂର୍ଣ୍ଣ ଝରଣାଗୁଡ଼ିକ ଶୁଖିଯିବ। ସେହି ପବନ ସମସ୍ତ ମୂଲ୍ୟବାନ ବସ୍ତୁ ଇସ୍ରାଏଲର ଭଣ୍ତାରରୁ ଉଡ଼ାଇ ନେଇଯିବ।
16
ଶମରିୟା ନିଶ୍ଚିତ ଦଣ୍ତିତ ହେବ। କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଇଥିଲା। ଇସ୍ରାଏଲୀୟମାନେ ଖଡ଼୍ଗରେ ନିହତ ହେବେ। ସେମାନଙ୍କର ପିଲାମାନେ ବିଦୀର୍ଣ୍ଣ ହେବେ। ସେମାନଙ୍କର ଗର୍ଭବତୀ ନାରୀମାନେ ମଧ୍ୟ ବିଦୀର୍ଣ୍ଣ ହେବେ।”
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
Recommended Reading
Commentary
Hosea Commentaries
→
Devotional
Hosea Devotional Guide
→
Get This Bible
Odia Bible ERV (ପବିତ୍ର ବାଇବଲ) Study Bible
→