bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Hosea 8
Hosea 8
Odia Bible ERV 2004 (ପବିତ୍ର ବାଇବଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 9 →
1
ପ୍ରତିମାପୂଜା ଧ୍ୱଂସାଭିମୁଖୀ “ତୂରୀ ବାଦନ କରି ଲୋକମାନଙ୍କୁ ସତର୍କ କରିଦିଅ। ସଦାପ୍ରଭୁଙ୍କ ଗୃହ ଉପରେ ବାଜପକ୍ଷୀ ପରି ଜଗି ରୁହ। ଇସ୍ରାଏଲ ଅଧିବାସୀଗଣ ଆମ୍ଭ ଚୁକ୍ତି ଭଙ୍ଗ କରିଛନ୍ତି। ସେମାନେ ଆମ୍ଭ ବ୍ୟବସ୍ଥା ବିଷୟକୁ ଅମାନ୍ୟ କରିଛନ୍ତି।
2
ସେମାନେ ଆମ୍ଭକୁ ଚିତ୍କାର କରି କହନ୍ତି, ‘ହେ ପରମେଶ୍ୱର ଆମ୍ଭେ ଇସ୍ରାଏଲବାସୀ ତୁମ୍ଭକୁ ଜାଣୁ।’
3
କିନ୍ତୁ ଇସ୍ରାଏଲ ଭଲ ଜିନିଷ ଗ୍ରହଣ କରି ନ ଥିଲା। ତେଣୁ ଶତ୍ରୁମାନେ ତାକୁ ଆକ୍ରମଣ କରୁଛନ୍ତି।
4
ଇସ୍ରାଏଲୀୟମାନେ ତାଙ୍କର ରାଜା ବାଛିଲେ କିନ୍ତୁ ସେମାନେ ଆମ୍ଭ ଉପଦେଶ ମାନି ନ ଥିଲେ। ଇସ୍ରାଏଲୀୟମାନେ ସେମାନଙ୍କର ନେତା ବାଛିଲେ କିନ୍ତୁ ସେମାନେ ଆମ୍ଭେ ଜାଣିଥିବା ଲୋକକୁ ବାଛି ନ ଥିଲେ। ସେମାନେ ସୁନା, ରୂପା ବ୍ୟବହାର କରି ସେମାନଙ୍କ ପାଇଁ ପ୍ରତିମା ଗଢ଼ିଲେ। ତେଣୁ ସେମାନେ ଧ୍ୱଂସ ହେବେ।
5
ହେ ଶମରିୟା, ସଦାପ୍ରଭୁ ତୁମ୍ଭ ଦ୍ୱାରା ପୂଜିତ ହେଉଥିବା ବାଛୁରି ମୂର୍ତ୍ତିକୁ ପ୍ରତ୍ୟାଖ୍ୟାନ କଲେ। ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲୀୟମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ।’ ସେମାନେ ସେମାନଙ୍କର ପାପ ପାଇଁ ଦଣ୍ତିତ ହେବେ। କେତେକ ଶ୍ରମିକ ସେହି ମୂର୍ତ୍ତି ନିର୍ମାଣ କରିଥିଲେ। ସେମାନେ କିନ୍ତୁ ଈଶ୍ୱର ନୁହନ୍ତି। ଶମରିୟାର ବାଛୁରି ମୂର୍ତ୍ତିଗୁଡ଼ିକ ଖଣ୍ତ ବିଖଣ୍ତ ହୋଇ ଭାଙ୍ଗିଯିବ।
7
ଇସ୍ରାଏଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସେମାନେ ବାୟୁରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସେମାନେ କେବଳ ଦୁଃଖହିଁ ପାଇବେ। ସେମାନେ ଘୂର୍ଣ୍ଣିବାତ୍ୟାକୁ ନିମନ୍ତ୍ରଣ କଲେ। ଜମିରେ ଉତ୍ପନ୍ନ ହେଉଥିବା ଶସ୍ୟ ଖାଦ୍ୟ ଯୋଗାଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତେବେ ତାକୁ ଅଜଣା ଲୋକ ଭକ୍ଷ୍ୟଣ କରିବେ।
8
“ଇସ୍ରାଏଲ ଧ୍ୱଂସ ହୋଇଯାଇଛି। କେହି ବ୍ୟବହାର କରିବାକୁ ଗ୍ଭହୁଁ ନ ଥିବା ଅଦରକାରୀ ଯନ୍ତ୍ର ପରି ଇସ୍ରାଏଲର ଲୋକମାନେ ଦେଶର ଗ୍ଭରିଆଡ଼େ ବିଛାଡ଼ି ହୋଇଗଲେ।
9
ଗୋଟିଏ ବନ୍ୟ ଗଧ ନିଜ ସାଥୀ ଖୋଜିବାକୁ ଗଲାପରି, ଇଫ୍ରୟିମ ଅଶୂରକୁ ଯାଇଛନ୍ତି। ସେମାନେ ନିଜ ପାଇଁ ‘ପ୍ରେମିକମାନଙ୍କୁ’ ଭଡ଼ାରେ ଆଣିଛନ୍ତି।
10
ଯଦ୍ୟପି ଇସ୍ରାଏଲ ଅନ୍ୟ ରାଷ୍ଟ୍ରମାନଙ୍କରୁ ‘ପ୍ରେମିକମାନଙ୍କୁ’ ଭଡ଼ାରେ ଆଣିଲେ। ଆମ୍ଭେ ତାକୁ ବିଗ୍ଭର ପାଇଁ ଏକତ୍ରିତ କରିବା। ସେମାନେ ରାଜାମାନଙ୍କ ଓ ରାଜକୁମାରମାନଙ୍କଠାରୁ ଖୁବ୍ ଶୀଘ୍ର ହଇରାଣ ଓ ଅତ୍ୟାଗ୍ଭରିତ ହେବେ।
11
ଇସ୍ରାଏଲ ପରମେଶ୍ୱରଙ୍କୁ ଭୁଲି ପ୍ରତିମାପୂଜା କରେ “ଇଫ୍ରୟିମ ପାପପୂର୍ଣ୍ଣ ମୂର୍ତ୍ତି ପୂଜା କରିବା ପାଇଁ ଅଧିକରୁ ଅଧିକ ଯଜ୍ଞବେଦି ନିର୍ମାଣ କଲା। ତା’ ପାଇଁ ଏଗୁଡ଼ିକ ପାପ କରିବାର ଯଜ୍ଞବେଦି ହୋଇଛି।
12
ଏପରିକି ଆମ୍ଭେ ଇଫ୍ରୟିମ ପାଇଁ 10,000 ନିୟମ ଲେଖିଲେ ମଧ୍ୟ ସେ ସେଗୁଡ଼ିକ ଅଜଣା ଦ୍ରବ୍ୟ ପରି ବିବେଚନା କରିବ।
13
ଇସ୍ରାଏଲୀୟମାନେ ବଳିଦାନକୁ ଭଲ ପାଆନ୍ତି। ସେ ମାଂସ ଅର୍ପଣ କରି ତାକୁ ଭକ୍ଷ୍ୟଣ କରନ୍ତି। ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଗ୍ରହଣ କରନ୍ତି ନାହିଁ। ସେ ସେମାନଙ୍କର ପାପକୁ ମନେ ରଖନ୍ତି। ଏଥିପାଇଁ ସେ ସେମାନଙ୍କୁ ଦଣ୍ତ ଦେବେ ଏବଂ ସେମାନେ ବନ୍ଦୀ ଭାବରେ ମିଶରକୁ ପ୍ରେରିତ ହେବେ।
14
ଇସ୍ରାଏଲ ରାଜାଙ୍କର ଅଟ୍ଟାଳିକା ନିର୍ମାଣ କଲେ କିନ୍ତୁ ସୃଷ୍ଟିକର୍ତ୍ତାଙ୍କୁ ଭୁଲିଗଲେ। ବର୍ତ୍ତମାନ ଯିହୁଦା ସୁଦୃଢ଼ ଦୁର୍ଗ ନିର୍ମାଣ କରିବ ଯାହାକୁ ଆମ୍ଭେ ଅଗ୍ନି ପଠାଇ ସେହି ସୁଦୃଢ଼ ଦୁର୍ଗକୁ ପୋଡ଼ି ଧ୍ୱଂସ କରିବା।”
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 9 →
All chapters:
1
2
3
4
5
6
7
8
9
10
11
12
13
14