bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Isaiah 10
Isaiah 10
Odia Bible ERV 2004 (ପବିତ୍ର ବାଇବଲ)
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 11 →
1
ଯେଉଁମାନେ ଅଧର୍ମ ବ୍ୟବସ୍ଥା କରନ୍ତି ସେ ଆଇନ ପ୍ରଣୟନକାରୀମାନଙ୍କୁ ଧ୍ୟାନ ଦିଅ। ଯେଉଁ ନିୟମ ପ୍ରଣୟନକାରୀ ଲୋକମାନଙ୍କର ଜୀବନକୁ କଷ୍ଟମୟ ଓ ଜଟିଳ କରିବା ପାଇଁ ଲେଖନ୍ତି। ସେମାନେ ସନ୍ତାପର ପାତ୍ର।
2
ସେହି ବ୍ୟବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ୟାୟ ବିଗ୍ଭର କରନ୍ତି ନାହିଁ। ସେମାନେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସେମାନେ ମଧ୍ୟ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି।
3
ହେ ବ୍ୟବସ୍ଥାକାରୀଗଣ, ପ୍ରତିଫଳ ଦେବାର ଦିନରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ଯ୍ୟକଳାପ ସମ୍ବନ୍ଧରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭେମାନେ ସେତେବେଳେ କ’ଣ କରି ପାରିବ, ସାହାଯ୍ୟ ପାଇଁ ତୁମ୍ଭେମାନେ କାହା ନିକଟକୁ ଦୌଡ଼ିବ? ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାଯ୍ୟ କରିବ ନାହିଁ।
4
ତୁମ୍ଭେ ଜଣେ ବନ୍ଦୀଲୋକ ପରି ମୁଣ୍ଡ ନୁଆଁଇବ। ଜଣେ ମୃତଲୋକ ପରି ପଡ଼ିରହିବ। ମାତ୍ର ତାହା ତୁମ୍ଭକୁ ସାହାଯ୍ୟ କରିବ ନାହିଁ। ପରମେଶ୍ୱର ତଥାପି କ୍ରୋଧାନ୍ୱିତ ରହିବେ। ସେ ତଥାପି ତୁମ୍ଭକୁ ଦଣ୍ଡ ଦେବାକୁ ପ୍ରସ୍ତୁତ ରହିବେ।
5
God Will Punish Assyria’s Pride ପରମେଶ୍ୱର କହିବେ, “ମୁଁ ଅଶୂରକୁ ଏକ ଯଷ୍ଟିରୂପେ ବ୍ୟବହାର କରିବି। ଏହି କ୍ରୋଧରୂପକ ଦଣ୍ଡ ଇସ୍ରାଏଲକୁ ଶାସ୍ତି ଦେବେ।
6
ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ରେରଣ କରିବି। ସେହି ଲୋକମାନଙ୍କ ଉପରେ ମୁଁ କ୍ରୋଧିତ ଏବଂ ସେମାନଙ୍କ ବିରୁଦ୍ଧରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦେବି। ସେ ସେମାନଙ୍କୁ ପରାସ୍ତ କରିବ ଓ ସେମାନଙ୍କଠାରୁ ଧନସମ୍ପଦ ନେଇ ଆସିବ। ଇସ୍ରାଏଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହେବ।
7
“ମାତ୍ର ମୁଁ ଅଶୂରକୁ ବ୍ୟବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମୋ’ ପାଇଁ ଏକ ଅସ୍ତ୍ର। ଅଶୂର କେବଳ ଲୋକମାନଙ୍କୁ ଧ୍ୱଂସ କରିବାକୁ ଇଚ୍ଛାକରେ। ସେ କେବଳ ଅନେକ ଗୋଷ୍ଠୀକୁ ଧ୍ୱଂସ କରିବାକୁ ମନ୍ତ୍ରଣା କରେ।
8
ଅଶୂର ନିଜକୁ ନିଜେ କହିହୁଏ, ‘ମୋର ସମସ୍ତ ପ୍ରାଚୀନଗଣ ରାଜା ସଦୃଶ।
9
କଲ୍ନୋ ନଗର କର୍କମୀଶର ତୁଲ୍ୟ ଅଟେ। ପୁଣି ଅର୍ପଦ ନଗର ହମାତ୍ ତୁଲ୍ୟ ଅଟେ। ଶମରିୟା ନଗର ଦମ୍ମେଶକ ପରି ଅଟେ।
10
ମୁଁ ସେହି ଭ୍ରଷ୍ଟାଗ୍ଭରୀ ରାଜ୍ୟଗୁଡ଼ିକୁ ପରାସ୍ତ କରିଥିଲି ଓ ବର୍ତ୍ତମାନ ସେଗୁଡ଼ିକ ଶାସନ କରିବି। ଯେଉଁ ପ୍ରତିମାଗୁଡ଼ିକୁ ସେହି ଲୋକମାନେ ପୂଜା କରୁଛନ୍ତି ସେଗୁଡ଼ିକ ଯିରୁଶାଲମ ଓ ଶମରିୟାର ପ୍ରତିମାଗୁଡ଼ିକଠାରୁ ଶ୍ରେଷ୍ଠତର।
11
ମୁଁ ଶମରିୟା ଓ ତା’ର ପ୍ରତିମାଗୁଡ଼ିକୁ ଅଧିକାର କଲି। ସେହିପରି ମଧ୍ୟ ଯିରୁଶାଲମ ଓ ତା’ର ଲୋକମାନଙ୍କ ଦ୍ୱାରା ନିର୍ମିତ ପ୍ରତିମାଗୁଡ଼ିକୁ ମୁଁ ପରାସ୍ତ କରିବି।’”
12
ମୋର ପ୍ରଭୁ ଯିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧରେ ସମସ୍ତ କାର୍ଯ୍ୟ ସମାପ୍ତ କଲାପରେ ଅଶୂରକୁ ଦଣ୍ଡ ଦେବେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ୱର ତାଙ୍କୁ ଦଣ୍ଡ ଦେବେ।
13
ଅଶୂରର ରାଜା କହେ, “ମୁଁ ଅତି ଜ୍ଞାନୀ, ମୋର ଜ୍ଞାନ ଓ ଶକ୍ତି ବଳରେ ମୁଁ ବହୁ ମହାନ କାର୍ଯ୍ୟ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସେମାନଙ୍କର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ୟ ତା’ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ।
14
ଗୋଟିଏ ବ୍ୟକ୍ତି ପକ୍ଷୀର ବସାରୁ ଅଣ୍ଡା ଅପହରଣ କଲାପରି ମୁଁ ସେମାନଙ୍କର ଧନ ସମ୍ପଦ ନିଜ ହସ୍ତର ଶକ୍ତିବଳରେ ଅପହରଣ କରିଛି। ଅନେକ ସମୟରେ ପକ୍ଷୀ ତା’ର ବସା ଓ ଅଣ୍ଡାକୁ ଛାଡ଼ି ଯାଇଥାଏ ଓ ତା’ର ସୁରକ୍ଷା ପାଇଁ କିଛି ବ୍ୟବସ୍ଥା କରି ନ ଥାଏ। କୌଣସି ପକ୍ଷୀ ଶବ୍ଦ କରିବାକୁ କିମ୍ବା ପକ୍ଷ ଓ ଥଣ୍ଟ ସାହାଯ୍ୟରେ ଲଢ଼ିବାକୁ ସେଠାରେ ନ ଥା’ନ୍ତି। ତେଣୁ ଲୋକେ ଅଣ୍ଡା ନେଇ ଯାଆନ୍ତି। ତେଣୁ ମୁଁ ସେହିପରି ସେମାନଙ୍କର ଧନସମ୍ପଦ ଲୁଣ୍ଠନ କଲାବେଳେ କେହି ମୋତେ ବାଧା ଦେବେ ନାହିଁ।”
15
ଗୋଟିଏ କୁହ୍ରାଡ଼ି କ’ଣ ତା’ର ଛେଦନକର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହୋଇ ପାରିବ କି? କରତ କ’ଣ କରତିୟର ବିରୁଦ୍ଧରେ କିଛି କରି ପାରିବ ନାହିଁ। ମାତ୍ର ଅଶୂର ପରମେଶ୍ୱରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ଯଷ୍ଟି ନିଜକୁ ଯଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।
16
ଅଶୂର ଭାବେ ସେ ମହାନ। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା’ ବିରୁଦ୍ଧରେ ଏକ ଭୟଙ୍କର ବ୍ୟାଧି ପଠାଇବେ। ଗୋଟିଏ ରୋଗୀ ତା’ର ଓଜନ ହରାଇଲା ପରି ଅଶୂର ତା’ର ଅର୍ଥ ଓ ସାମର୍ଥ୍ୟ ହରାଇବ। ତା’ପରେ ଅଶୂରର ସମସ୍ତ ଗୌରବ ଧ୍ୱଂସ ପାଇବ। ଏହା ଅଶୂରର ସମସ୍ତ ଧ୍ୱଂସ କରିବା ପର୍ଯ୍ୟନ୍ତ ଜ୍ୱଳନ୍ତ ଅଗ୍ନି ସଦୃଶ ହେବ।
17
ଇସ୍ରାଏଲର ଜ୍ୟୋତିଃ ଗୋଟିଏ ଜ୍ୱଳନ୍ତ ଅଗ୍ନି ପରି ହେବେ। ସେହି ଧର୍ମସ୍ୱରୂପ ଏକ ଶିଖା ସଦୃଶ ହେବେ। ସେହି ଅଗ୍ନିଶିଖା ପ୍ରଥମେ ଅନାବନା ଘାସ ଓ କଣ୍ଟାସବୁ ପୋଡ଼ି ପକାଇବେ।
18
ତା’ପରେ ସେହି ଅଗ୍ନିଶିଖା ବୃଦ୍ଧି ପାଇବ ଓ ବଡ଼ ବଡ଼ ଗଛ ଓ ଦ୍ରାକ୍ଷାକ୍ଷେତକୁ ପୋଡ଼ି ପକାଇବେ। ଶେଷରେ ସମସ୍ତ ଜିନିଷ ଏହି ଅଗ୍ନିଶିଖାରେ ବଳି ପଡ଼ିବ।
19
କେବଳ ବଣରେ ଅଳ୍ପ କେତୋଟି ବୃକ୍ଷ ବଞ୍ଚି ରହିବେ ଯାହାକୁ କି ଗୋଟିଏ ବାଳକ ଗଣି ପାରିବ।
20
ସେହି ସମୟରେ ଇସ୍ରାଏଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପରେ ଆଉ ନିର୍ଭର କରିବେ ନାହିଁ। ସେମାନେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବା ଶିକ୍ଷା କରିବେ।
21
ଯାକୁବ ପରିବାର ଅବଶିଷ୍ଟାଂଶ ଲୋକ ମଧ୍ୟ ପୁଣି ପରାକ୍ରାନ୍ତ ପରମେଶ୍ୱରଙ୍କୁ ଅନୁସରଣ କରିବେ।
22
ଯଦିଓ ଇସ୍ରାଏଲର ଅବଶିଷ୍ଟାଂଶ ସମୁଦ୍ରର ବାଲୁକା ସଦୃଶ ସେମାନେ ସଦାପ୍ରଭୁଙ୍କ ପାଖକୁ ଫେରି ଆସିବେ। ମାତ୍ର ସର୍ବପ୍ରଥମେ ତୁମ୍ଭର ଦେଶ ଧ୍ୱଂସ ପାଇବ। ପରମେଶ୍ୱର ତୁମ୍ଭର ଦେଶ ଧ୍ୱଂସ ହେବ ବୋଲି ଘୋଷଣା କରିଛନ୍ତି। ତା’ପରେ ଧାର୍ମିକତା ନଦୀର ବନ୍ୟାଜଳ ସଦୃଶ ଦେଶମଧ୍ୟକୁ ବହି ଆସିବ।
23
ମୋ’ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ନିଶ୍ଚିତ ଭାବରେ ଏହି ଦେଶକୁ ଧ୍ୱଂସ କରିବେ।
24
ମୋର ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, “ହେ ମୋର ସିୟୋନ ନିବାସୀଗଣ, ତୁମ୍ଭେମାନେ ଅଶୂରକୁ ଭୟ କର ନାହିଁ, ଯଦ୍ୟପି ଅତୀତରେ ମିଶର ତୁମ୍ଭମାନଙ୍କୁ ଯଷ୍ଟିରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ।
25
ଯେତେବେଳେ ସଦାପ୍ରଭୁ ଜାଣିବେ ଯେ ଅଶୂର ତୁମ୍ଭମାନଙ୍କୁ ବହୁ ଦଣ୍ଡ ଦେଇସାରିଛି, ସେତେବେଳେ ମୋର କ୍ରୋଧ ପ୍ରଶମିତ ହେବ।”
26
ତା’ପରେ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରକୁ ବେତ୍ରାଘାତ କରିବେ। ଅତୀତରେ ଓରେବ୍ ଶୈଳରେ ମିଦିୟନର ହତ୍ୟା ଯେପରି ସଦାପ୍ରଭୁ କରିଥିଲେ ଅଶୂରକୁ ଆକ୍ରମଣ କଲାବେଳେ ସେ ସେହିପରି କରିବେ। ଆଉ ଅତୀତରେ ସଦାପ୍ରଭୁ ଯେପରି ତାଙ୍କର ଯଷ୍ଟି ସମୁଦ୍ର ଉପରେ ଧାରଣ କରିଥିଲେ ଓ ମିଶରକୁ ଦଣ୍ଡ ଦେଇ ତାଙ୍କର ଲୋକମାନଙ୍କୁ ରକ୍ଷା କରିଥିଲେ, ସେହିପରି ସେ ଅଶୂରରୁ ନିଜ ଲୋକମାନଙ୍କୁ ରକ୍ଷା କରିବେ।
27
ସେ ଦିନରେ ଅଶୂର ତୁମ୍ଭମାନଙ୍କ ପ୍ରତି ଦୁଃଖ ଆଣିବ। ସେହି ଦୁଃଖ ବୋଝ ତୁମ୍ଭ ସ୍କନ୍ଧରେ ଯୁଆଳି ସଦୃଶ ହେବ। ମାତ୍ର ସେହି ଯୁଆଳି ତୁମ୍ଭର ଗ୍ରୀବା ଦେଶରୁ କାଢ଼ି ନିଆଯିବ। ସେହି ବୋଝ ରୂପକ ଯୁଆଳି ତୁମ୍ଭର ଶକ୍ତି ବଳରେ ଭଗ୍ନ ହେବ।
28
ଅଶୂର ସୈନ୍ୟବାହିନୀଙ୍କ ଇସ୍ରାଏଲ ଆକ୍ରମଣ ସୈନ୍ୟବାହିନୀ “ଅୟାତରେ” ପ୍ରବେଶ କରିବେ। ସେମାନେ “ମିଗ୍ରୋଣ ଖଳା” ମଧ୍ୟଦେଇ ଯିବେ ଓ “ମିକ୍ମସରେ” ଗନ୍ତାଘରେ ଖାଦ୍ୟ ସାମଗ୍ରୀ ଗଚ୍ଛିତ ରଖିବେ।
29
ସେମାନେ “ଘାଟି” ନିକଟରେ ନଦୀ ଅତିକ୍ରମ କରିବେ। ସେମାନେ ଗେବାରେ ଶୟନ କରିବେ। ରାମା କମ୍ପିତ ହେବ। ଶାଉଲର ଗିବିୟାରେ ଲୋକମାନେ ପଳାୟନ କରିବେ।
30
ହେ ଗଲ୍ଲୀମର କନ୍ୟା, ଉଚ୍ଚସ୍ୱରରେ ପାଟି କର। ହେ ଲୟିଶ, ଶୁଣ। ଅନାଥୋତ୍ ତାକୁ ଉତ୍ତର ଦିଅ।
31
ମଦ୍ମେନା ଲୋକମାନେ ପଳାୟନ କରୁଛନ୍ତି। ପୁଣି ଗେବୀମ୍ ନିବାସୀମାନେ ଲୁଚୁଛନ୍ତି।
32
ସେହି ଦିନ ସୈନ୍ୟବାହିନୀ ନୋବରେ ଅଟକିବେ। ଯିରୁଶାଲମର ସିୟୋନ ପର୍ବତ ବିରୁଦ୍ଧରେ ଯୁଦ୍ଧ ପାଇଁ ସେମାନେ ପ୍ରସ୍ତୁତ ହେବେ।
33
ଦେଖ! ଆମ୍ଭମାନଙ୍କର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରର ମହାନ ବୃକ୍ଷସବୁ କାଟି ପକାଇବେ। ସେ ତାଙ୍କର ମହାନ ପରାକ୍ରମରେ ଏହା କରିବେ। ମହାନ ଓ ପ୍ରଧାନ ବ୍ୟକ୍ତିମାନଙ୍କୁ ଛେଦନ କରାଯିବ। ସେହି ଉନ୍ନତମାନେ ନତ ହେବେ।
34
ସଦାପ୍ରଭୁ ତାଙ୍କର କୁଠାର ସାହାଯ୍ୟରେ ଅରଣ୍ୟକୁ କାଟି ପକାଇବେ। ଲିବାନୋନ୍ର ମହାନ ବୃକ୍ଷର ପତନ ଘଟିବ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66