bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Isaiah 22
Isaiah 22
Odia Bible ERV 2004 (ପବିତ୍ର ବାଇବଲ)
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 23 →
1
ଯିରୁଶାଲମ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ଦର୍ଶନ ଉପତ୍ୟକା ସମ୍ବନ୍ଧୀୟ ଏକ ଦୁଃଖବାର୍ତ୍ତା: ତୁମ୍ଭମାନଙ୍କର କ’ଣ ହୋଇଛି? ତୁମ୍ଭେମାନେ କାହିଁକି ଛାତ ଉପରକୁ ଯାଇଅଛ?
2
ହେ ଆନନ୍ଦ ଧ୍ୱନିପୂର୍ଣ୍ଣ, କୋଳାହଳ ପୂର୍ଣ୍ଣ, ଉଲ୍ଲସିତ ନଗରୀ, ତୁମ୍ଭର ଲୋକେ ଖଡ଼୍ଗରେ ନିହତ ହୋଇ ନାହାନ୍ତି କିମ୍ବା ଯୁଦ୍ଧରେ ମରି ନାହାନ୍ତି।
3
ତୁମ୍ଭର ଶାସକକର୍ତ୍ତାଗଣ ଏକତ୍ର ଏକ ସମୟରେ ପଳାୟନ କଲେ। ମାତ୍ର ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ହେଲେ। ପୁଣି ସମସ୍ତ ପ୍ରାପ୍ତ ଲୋକେ ଏକତ୍ର ବନ୍ଧାଗଲେ। ମାତ୍ର ସେମାନେ ଦୂରକୁ ପଳାୟନ କଲେ।
4
ତେଣୁ ମୁଁ କହୁଛି, “ମୋତେ ଗ୍ଭହଁ ନାହିଁ। ମୋତେ କାନ୍ଦିବାକୁ ଦିଅ। ମୋ’ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା ଦେବାକୁ ଚେଷ୍ଟା କର ନାହିଁ।”
5
ସଦାପ୍ରଭୁ ଏକ ସ୍ୱତନ୍ତ୍ର ଦିନ ବାଛିଛନ୍ତି। ସେହି ଦିନ ସେଠାରେ ବିଦ୍ରୋହ ଓ ବ୍ୟାକୁଳତା ଦେଖା ଦେବ। ଦର୍ଶନ ଉପତ୍ୟକାରେ ଲୋକମାନେ ପରସ୍ପରକୁ ଦଳିବେ। ପ୍ରାଚୀରଗୁଡ଼ିକୁ ଭାଙ୍ଗି ପକାଇବେ। ସେହି ଲୋକମାନେ ଉପତ୍ୟକାରେ ନଗରର ଲୋକମାନଙ୍କ ପ୍ରତି ପର୍ବତ ଉପରେ ଆର୍ତ୍ତନାଦ କରିବେ।
6
ରଥାରୋହୀ ଓ ଅଶ୍ୱାରୋହୀ ସୈନ୍ୟମାନେ ତୁଣୀର ଧରି ଯୁଦ୍ଧକୁ ଗଲେ ଓ ତୀର ଢାଲ ଅନାବୃତ କଲେ।
7
ପୁଣି ତୁମ୍ଭମାନଙ୍କର ସେହି ବିଶେଷ ଉପତ୍ୟକାରେ ସୈନ୍ୟମାନେ ଭେଟିବେ। ସେହି ଉପତ୍ୟକା ରଥରେ ପରିପୂର୍ଣ୍ଣ ହେବ। ଅଶ୍ୱାରୋହୀମାନେ ନଗର ଦ୍ୱାରରେ ସଜ୍ଜିତ ହୋଇ ରହିବେ।
8
ସେହି ସମୟରେ ସେ ଯିହୁଦାର ଓଢ଼ଣା ଟାଣି ପକାଇଲେ ଓ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି ଦେଲ।
9
ଦାଉଦ ନଗରର କାନ୍ଥଗୁଡ଼ିକ ଭାଙ୍ଗିବାକୁ ଆରମ୍ଭ କଲା ଓ ତୁମ୍ଭେମାନେ ସେହି ଭଗ୍ନସ୍ଥାନ ଗୁଡ଼ିକ ଦେଖିଲ। ତୁମ୍ଭେ ପୁଷ୍କରିଣୀର ଜଳସବୁ ଏକତ୍ର କରି ତଳକୁ ଆଣିଲ।
10
ତୁମ୍ଭେମାନେ ଯିରୁଶାଲମସ୍ଥ ଗୃହଗୁଡ଼ିକୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।
11
ଆଉ ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ସଂଗ୍ରହ ନିମିତ୍ତ ନଗରୀର ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ସ୍ଥାନରେ ବଡ଼ ଜଳାଶୟ ଖୋଳିଲ। ତୁମ୍ଭେମାନେ ନିଜର ସୁରକ୍ଷା ପାଇଁ ଏ ସବୁ କଲ। ମାତ୍ର ଯେ ଏହାକୁ ସାଧନ କଲେ ସେ ସୃଷ୍ଟିକର୍ତ୍ତାଙ୍କୁ ତୁମ୍ଭେ ବିଶ୍ୱାସ କଲ ନାହିଁ। ଦୀର୍ଘକାଳ ଧରି ଯେ ଏହାକୁ ଗଢ଼ିଲେ, ତୁମ୍ଭେମାନେ ତାଙ୍କୁ ଆଦର କଲ ନାହିଁ।
12
ତେଣୁ ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବସ୍ତ୍ର ପରିଧାନ କରିବାକୁ ଡାକି କହିଲେ।
13
ମାତ୍ର ଦେଖ! ଲୋକମାନେ ଆମୋଦପ୍ରମୋଦ କରୁଛନ୍ତି। ସେମାନେ କହୁଛନ୍ତି: “ଗୋବଧ ଓ ମେଷମାନଙ୍କୁ କର୍ତ୍ତନ କର। ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ କର। ଆସ ଆମ୍ଭେମାନେ ଭୋଜନ ଓ ପାନ କରିବା କାରଣ କାଲି ଆମ୍ଭେମାନେ ମରିବା।”
14
ସଦାପ୍ରଭୁ ସର୍ବଶକ୍ତିମାନ ସ୍ୱୟଂ ମୋର କର୍ଣ୍ଣରେ ପ୍ରକାଶ କଲେ, “ତୁମ୍ଭମାନଙ୍କର ଅପରାଧ ମୃତ୍ୟୁ ପର୍ଯ୍ୟନ୍ତ କ୍ଷମା ପାଇବ ନାହିଁ।” ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।
15
ଶୀବନ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ, “ତୁମ୍ଭେ ଗୃହର ଅଧ୍ୟକ୍ଷ ଶୀବନ ନିକଟକୁ ଯାଇ କୁହ,
16
“ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭେ ତୁମ୍ଭର କାହା ପାଇଁ ଏଠାରେ ଏକ କବର ଖୋଳୁଛ?” ଯିଶାଇୟ କହିଲେ, “ସେହି ଲୋକକୁ ଦେଖ। ସେ ଉଚ୍ଚ ସ୍ଥାନରେ ଆପଣା ପାଇଁ କବର ଖୋଳି ଅଛି। ଶୈଳରେ ନିଜ ପାଇଁ ବାସସ୍ଥାନ ଖୋଦନ କରିଅଛି।
17
“ହେ ଶକ୍ତିଶାଳୀ ମାନବ, ସଦାପ୍ରଭୁ ତୁମ୍ଭକୁ ଦଳି ଦେବେ। ସେ ତୁମ୍ଭକୁ ଏକ ପେଣ୍ଡୁ ସଦୃଶ ଗଡ଼ାଇ ଗଡ଼ାଇ ନିଜର ବାହୁ ବଳରେ ଏକ ପ୍ରଶସ୍ତ ଦେଶକୁ ଫିଙ୍ଗି ଦେବେ ଯେଉଁଠାରେ ତୁମ୍ଭେ ମରିବ। “ତୁମ୍ଭେ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥଗୁଡ଼ିକ ପାଇଁ ଗର୍ବ କରିବ, ମାତ୍ର ପ୍ରଭୁଙ୍କ ଗୃହରେ ଏହା ନିକୃଷ୍ଟ ବୋଲି ପ୍ରମାଣିତ ହେବ।
19
ପୁଣି ମୁଁ ତୁମ୍ଭକୁ ତୁମ୍ଭର ପଦରୁ ତଡ଼ି ଦେବି ଏବଂ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ତଳକୁ ପକାଇବେ।
20
ଆଉ ସେଦିନ ଆମ୍ଭେ ଆପଣା ଦାସ ହିଲ୍କିୟର ପୁତ୍ର ଇଲିୟାକିମଙ୍କୁ ଡାକିବା।
21
ସେଦିନ ମୁଁ ତୁମ୍ଭର ପରିଧାନ ନେଇ ତାକୁ ପିନ୍ଧାଇବି। ମୁଁ ତୁମ୍ଭର କର୍ତ୍ତୃତ୍ୱାଧିକାର ତାକୁ ସମର୍ପଣ କରିବି। ତେଣୁ ସେ ଯିରୁଶାଲମ ନିବାସୀ ଓ ଯିହୁଦା ବଂଶର ପିତା ହେବ।
22
“ପୁଣି ମୁଁ ଦାଉଦ ବଂଶର ଗ୍ଭବି ତାହାର କାନ୍ଧରେ ରଖିବି। ସେ ଦ୍ୱାର ଖୋଲିଲେ କେହି ବନ୍ଦ କରି ପାରିବେ ନାହିଁ। ପୁଣି ସେ ବନ୍ଦ କଲେ କେହି ଖୋଲିବେ ନାହିଁ। ମୋର ସେହି ଦାସ ନିଜର ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।
23
ମୁଁ ତାକୁ ଖିଲ ସଦୃଶ ସୁଦୃଢ଼ ସ୍ଥାନରେ ବିଦ୍ଧ କରିବି।
24
ଲୋକମାନେ ତାହାର ପିତୃ ବଂଶର ସକଳ ଗୌରବ ଓ ପ୍ରଧାନ ଜିନିଷ ତାହା ଉପରେ ଟଙ୍ଗାଇବେ। ସମସ୍ତ ବୟସ୍କ ଓ ଛୋଟ ପିଲାମାନେ ତା’ଉପରେ ନିର୍ଭର କରିବେ। ସେହି ଲୋକମାନେ ପାନପାତ୍ର ଅବଧି କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।”
25
“ସେଦିନ ସେହି ଖିଲ ଯେ କି ଏକ ସୁଦୃଢ଼ ସ୍ଥାନରେ ବିଦ୍ଧ ହୋଇଥିଲା ତାହା ଦୁର୍ବଳ ହୋଇଯିବ ଓ ଭାଙ୍ଗି ତଳେ ପଡ଼ିଯିବ। ସେହି ଖିଲ ପଡ଼ିବା ସଙ୍ଗେ ସଙ୍ଗେ ସେଥିରେ ଟଙ୍ଗା ଯାଇଥିବା ଜିନିଷଗୁଡ଼ିକ ତଳେ ପଡ଼ି ନଷ୍ଟ ହୋଇଯିବ। ତା’ପରେ ମୁଁ ଯାହା କହୁଛି ଏହା ଘଟିବ।” କାରଣ ସଦାପ୍ରଭୁ ଏହା କହି ଅଛନ୍ତି।
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66