bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Isaiah 30
Isaiah 30
Odia Bible ERV 2004 (ପବିତ୍ର ବାଇବଲ)
← Chapter 29
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 31 →
1
ଇସ୍ରାଏଲ ପରମେଶ୍ୱରଙ୍କୁ ବିଶ୍ୱାସ କରିବା ଉଚିତ୍ ମାତ୍ର ମିଶରକୁ ନୁହେଁ ସଦାପ୍ରଭୁ କହିଲେ, “ଏହି ବିଦ୍ରୋହୀ ସନ୍ତାନଗଣଙ୍କୁ ଦେଖ। ସେମାନେ ମନ୍ତ୍ରଣା କରନ୍ତି ମାତ୍ର ସାହାଯ୍ୟ ଗ୍ଭହାନ୍ତି ନାହିଁ। ସେମାନେ ପାପ ଉପରେ ପାପ କରି ଗ୍ଭଲନ୍ତି ମାତ୍ର ମୋର ଆତ୍ମା ଦ୍ୱାରା ନୁହେଁ। ତେଣୁ ସେମାନେ ସନ୍ତାପର ପାତ୍ର।
2
ଏହି ସନ୍ତାନଗଣ ମୋତେ ନ ପଗ୍ଭରି ଫାରୋଙ୍କ ବଳରେ ବଳୀୟାନ ହେବାକୁ ଓ ମିଶରରେ ଆଶ୍ରୟ ନେବାକୁ ମିଶର ଯାତ୍ରା କରନ୍ତି।
3
“ମାତ୍ର ଫାରୋର ବଳ ତୁମ୍ଭମାନଙ୍କୁ ସୁରକ୍ଷା ଦେଇ ପାରିବ ନାହିଁ କି ମିଶର ତୁମ୍ଭମାନଙ୍କୁ ଆଶ୍ରୟ ଦେଇ ପାରିବ ନାହିଁ।
4
କାରଣ ତୁମ୍ଭମାନଙ୍କର ଅଧିପତିଗଣ ସୋୟନରେ ଅଛନ୍ତି ଓ ତୁମ୍ଭର ରାଜଦୂତଗଣ ହାନେଷକୁ ଆସିଛନ୍ତି।
5
ସେମାନେ ହତାଶ ହେବେ କାରଣ ଯେଉଁ ବ୍ୟକ୍ତିମାନଙ୍କ ଉପରେ ସେମାନେ ସାହାଯ୍ୟ ପାଇଁ ବିଶ୍ୱାସ କରିବେ, ସେମାନେ ସାହାଯ୍ୟ କରିବେ ନାହିଁ। ସେମାନେ ଲଜ୍ଜା ଏବଂ କଳଙ୍କ ପାଇବେ।”
6
ଯିହୁଦା ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା: ଯିହୁଦାର ଦକ୍ଷିଣ ପ୍ରାନ୍ତ ଅତି ଭୟଙ୍କର ସ୍ଥାନ। ସେ ସ୍ଥାନ ସିଂହ, ସିଂହୀ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପରେ ପରିପୂର୍ଣ୍ଣ। ସେହି ସଙ୍କଟମୟ ଓ ଯନ୍ତ୍ରଣାମୟ ଗୋଷ୍ଠୀ ଉପକାର କରିବ ନାହିଁ। ମାତ୍ର ଏପରି ଏକ ଗୋଷ୍ଠୀ ନିକଟକୁ ସେମାନେ ଯୁବା ଗର୍ଦ୍ଦଭଗଣଙ୍କ ସ୍କନ୍ଧରେ ନିଜ ନିଜର ଧନ ଓ ଓଟମାନଙ୍କ ପିଠି ଉପରେ ନିଜ ନିଜର ସମ୍ପତ୍ତି ବହନ କରି ନିଅନ୍ତି।
7
ସେହି ମିଶର ବୃଥା ଓ ମିଥ୍ୟାରେ ସାହାଯ୍ୟ କରେ। ତେଣୁ ମୁଁ ତାକୁ “ନିଷ୍କର୍ମା ରାହାବ” ବୋଲି ନାମକରଣ କରିଛି।
8
ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ। ଏକ ପୁସ୍ତକରେ ତାହା ଲିପିବଦ୍ଧ କର ଯେପରି କି ତାହା ଆସନ୍ତାକାଲି ଓ ଅନନ୍ତକାଳ ପର୍ଯ୍ୟନ୍ତ ରହିବ।
9
ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ। ସେମାନେ ସଦାପ୍ରଭୁଙ୍କ ଶିକ୍ଷାସମୂହକୁ ଶୁଣିବାକୁ ଅସମ୍ମତ।
10
ସେମାନେ ଦର୍ଶକମାନଙ୍କୁ କୁହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ କୁହନ୍ତି ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ବିଶ୍ୱାସ ବାକ୍ୟ ପ୍ରଗ୍ଭର କର ନାହିଁ। ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଗ୍ଭର କର।
11
ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ। ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
12
ଯିହୁଦାର ସାହାଯ୍ୟ କେବଳ ପରମେଶ୍ୱରଙ୍କଠାରୁ ଆସେ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କୁହନ୍ତି, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟକୁ ତୁଚ୍ଛ କରୁଛ। ପୁଣି ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର କରୁଛ।
13
ସେହି ପାପ ପତନ ହେବ, ଠିକ୍ ଯେପରି ଉଚ୍ଚ କାନ୍ଥରେ ଫାଟ ଦେଇ ପାଣି ପ୍ରବେଶ କରିବ ଏବଂ ଶୀଘ୍ର ପତନ ଘଟିବ।
14
ତୁମ୍ଭେମାନେ ଗୋଟିଏ ମାଟିର ପାତ୍ର ପରି ଭାଙ୍ଗି ଚୂର୍ଣ୍ଣ ବିଚୂର୍ଣ୍ଣ ହୋଇଯିବ। ତାହା ଏପରି ଅଦରକାରୀ ହେବ ଯେ ସେଥିରୁ ଖଣ୍ଡେ ହେଲେ ଖପରା ମିଳିବ ନାହିଁ ଯେଉଁଥିରେ ଚୁଲ୍ଲୀରୁ ନିଆଁ ଆଣି ହେବ ନାହିଁ କି କୁଣ୍ଡରୁ ପାଣି ନେଇ ହେବ ନାହିଁ।”
15
ମୋର ପ୍ରଭୁ ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କୁହନ୍ତି, “ତୁମ୍ଭେମାନେ ଯଦି ମୋ’ ନିକଟକୁ ଫେରି ଆସିବ ତେବେ ତୁମ୍ଭେମାନେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ୱାସ ରଖିଲେ ବନ୍ଦ ହେବ।” ମାତ୍ର ତୁମ୍ଭେମାନେ ଅସମ୍ମତ ହେଲ।
16
ତୁମ୍ଭେମାନେ କୁହ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ।” ମାତ୍ର ଶତ୍ରୁମାନେ ତୁମ୍ଭ ପଶ୍ଚାତ୍ଧାବନ କରିବେ। ତୁମ୍ଭେମାନେ ଦ୍ରୁତଗାମୀ ବାହନରେ ଗଲେ ମଧ୍ୟ ଅନୁଧାବନକାରୀ ଆହୁରି ଦ୍ରୁତଗାମୀ ହେବେ।
17
ଜଣେ ବ୍ୟକ୍ତିର ଧମକରେ ତୁମ୍ଭର ସହସ୍ର ଲୋକ ପଳାୟନ କରିବେ। ପାଞ୍ଚ ଜଣଙ୍କ ଧମକରେ ତୁମ୍ଭେମାନେ ସମସ୍ତେ ପଳାୟନ କରିବ। କେବଳ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡସ୍ୱରୂପ ହୋଇ ଅବଶିଷ୍ଟ ରହିବ।
18
ପରମେଶ୍ୱର ତାଙ୍କର ସନ୍ତାନଙ୍କୁ ସାହାଯ୍ୟ କରିବେ ସେଥି ସକାଶେ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ୟ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହେବେ। କାରଣ ସଦାପ୍ରଭୁ ନ୍ୟାୟ ବିଗ୍ଭରକାରୀ ପରମେଶ୍ୱର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ୟ।
19
ସଦାପ୍ରଭୁଙ୍କର ସନ୍ତାନଗଣ ଯିରୁଶାଲମର ସିୟୋନ ପର୍ବତରେ ବାସ କରିବେ। ତୁମ୍ଭେମାନେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ରେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ।
20
ପରମେଶ୍ୱର ତାଙ୍କର ସନ୍ତାନଙ୍କୁ ସାହାଯ୍ୟ କରିବେ ମୋର ପ୍ରଭୁ ପରମେଶ୍ୱର ଯଦିଓ ତୁମ୍ଭମାନଙ୍କୁ ଦୁଃଖରୂପକ ଖାଦ୍ୟ ଓ କ୍ଳେଶରୂପକ ଜଳ ଦେଇଥିଲେ ତଥାପି ସେ ତୁମ୍ଭମାନଙ୍କର ଶିକ୍ଷକ। ସେ ଆଉ ତୁମ୍ଭମାନଙ୍କ ନିକଟରେ ଲୁଚି ରହିବେ ନାହିଁ। ତୁମ୍ଭେମାନେ ତୁମ୍ଭର ଖାଲି ଚକ୍ଷୁରେ ତାଙ୍କର ଦର୍ଶନ ପାଇବ।
21
ପୁଣି ତୁମ୍ଭେମାନେ ଯଦି ଭୁଲ୍ କର କିମ୍ବା ଭୁଲ୍ ବାଟରେ ଯାଅ, ଦକ୍ଷିଣକୁ କିମ୍ବା ବାମରେ ଗଲାବେଳେ ପଛରୁ ଏକ ସ୍ୱର ଶୁଣିବ, “ଏ ହେଉଛି ପଥ, ଏହି ପଥରେ ଗମନ କର।”
22
ତୁମ୍ଭମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ଆଚ୍ଛାଦିତ ପ୍ରତିମାଗୁଡ଼ିକ ତୁମ୍ଭମାନଙ୍କୁ ପାପାଶକ୍ତି ବା ଅଶୁଚି କରିଦେଇଛନ୍ତି। ମାତ୍ର ତୁମ୍ଭେମାନେ ସେହି ମିଥ୍ୟା ପ୍ରଭୁଙ୍କୁ ଆଉ ସେବା କରିବ ନାହିଁ। ଆଉ ତୁମ୍ଭେମାନେ ସେଗୁଡ଼ିକୁ ଅଶୁଚି ବସ୍ତୁ ତୁଲ୍ୟ ଫିଙ୍ଗି ଦେବ ଏବଂ କହିବ “ଏଠାରୁ ବାହାରି ଯାଅ।”
23
ସେହି ସମୟରେ ସଦାପ୍ରଭୁ ତୁମ୍ଭ ଭୂମିରେ ବୀଜ ବୁଣିବା ପାଇଁ ବୃଷ୍ଟି ଦେବେ। ତୁମ୍ଭେମାନେ ଶସ୍ୟ ବୁଣିବ ଓ ଭୂମିରେ ପ୍ରଚୁର ଖାଦ୍ୟ ଉତ୍ପନ୍ନ ହେବ। ତୁମ୍ଭମାନଙ୍କର ପଶୁପଲ ପାଇଁ ବିସ୍ତୃତ ଗ୍ଭରଣଭୂମି ହେବ।
24
ତୁମ୍ଭମାନଙ୍କର ଗ୍ଭଷ କରୁଥିବା ବଳଦ ଓ ଗର୍ଦ୍ଦଭମାନେ ଗ୍ଭଲୁଣି ଓ କୁଲାରେ ପରିଷ୍କୃତ ସୁମିଶ୍ରିତ ଖାଦ୍ୟ ଖାଇବେ।
25
ଯେଉଁଦିନ ଗଣହତ୍ୟା ହେବ ଓ ଦୁର୍ଗସବୁ ପତିତ ହେବ। ସେହି ଦିନ ଉଚ୍ଚ ପର୍ବତ ଓ ପାହାଡ଼ମାନଙ୍କରେ ଝରଣା ଓ ଜଳସ୍ରୋତ ପ୍ରବାହିତ ହେବ।
26
ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର କ୍ଷତ ସ୍ଥାନରେ ପଟି ବାନ୍ଧିବେ ଓ ପ୍ରହାର ଜନିତ ଆଘାତରୁ ସୁସ୍ଥ କରିବେ। ସେହି ଦିନ ଚନ୍ଦ୍ରର ଦୀପ୍ତି ସୂର୍ଯ୍ୟର ଦୀପ୍ତିପରି ଉଜ୍ଜ୍ୱଳ ହେବ। ପୁଣି ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତିତୁଲ୍ୟ ସାତଗୁଣ ଉଜ୍ଜ୍ୱଳ ଦେଖାଯିବ।
27
ଦେଖ! ସଦାପ୍ରଭୁଙ୍କର ନାମ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି। ତାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ।
28
ସଦାପ୍ରଭୁଙ୍କର ଆତ୍ମା ନଦୀର ପ୍ଳାବିତ ସ୍ରୋତ ତୁଲ୍ୟ ସର୍ବଦେଶୀୟ ଲୋକମାନଙ୍କୁ ‘ଅସାରତା ରୂପକ ଗ୍ଭଲୁଣୀରେ’ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି। ଆଉ ସେହି ଗୋଷ୍ଠୀ ସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
29
ସେହି ସମୟରେ ପବିତ୍ର ଉତ୍ସବ ପାଳନ ରାତ୍ରିପରି ତୁମ୍ଭେମାନେ ଆନନ୍ଦରେ ଗାନ କରିବ। ପୁଣି ସଦାପ୍ରଭୁଙ୍କ ପର୍ବତକୁ ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
30
ପୁଣି ସଦାପ୍ରଭୁ ତାଙ୍କ କ୍ରୋଧର ପ୍ରଚଣ୍ଡତା ଉଚ୍ଚସ୍ୱରରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କ୍ରୋଧରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ୟ ସମସ୍ତ ଜିନିଷ ଭସ୍ମ କରି ଦେବ। ପୁଣି ସଦାପ୍ରଭୁଙ୍କର କ୍ରୋଧ ଝଡ଼, ତୋଫାନ ଓ ଶିଳାବୃଷ୍ଟି ତୁଲ୍ୟ ହେବ।
31
ସଦାପ୍ରଭୁଙ୍କ ରବ ଶୁଣି ଅଶୂର ଭୟଭୀତ ହେବ। ସେ ତାକୁ ଏକ ଦଣ୍ଡରେ ଆଘାତ କରିବେ।
32
ସଦାପ୍ରଭୁ ଅଶୂରକୁ ତବଲା ଓ ବୀଣାରେ ଆଘାତ କଲାପରି ପିଟିବେ। ତାଙ୍କର ମହାଶକ୍ତିରେ ସେ ଅଶୂରର ପତନ ଘଟାଇବେ।
33
ତୋଫତ୍ ବହୁକାଳରୁ ନିର୍ମିତ ହୋଇଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହୋଇଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥିରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ସ୍ରୋତପରି ପ୍ରଜ୍ୱଳିତ ହୋଇ ପୋଡ଼ି ପକାଏ।
← Chapter 29
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 31 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66