bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
James 1
James 1
Odia Bible ERV 2004 (ପବିତ୍ର ବାଇବଲ)
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 2 →
1
ମୁଁ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ ଯାକୁବ, ସାରା ପୃଥିବୀରେ ବ୍ୟାପି ହୋଇ ରହିଥିବା ପ୍ରଭୁଙ୍କ ଲୋକମାନଙ୍କୁ ନମସ୍କାର ଜଣାଏ।
2
ବିଶ୍ୱାସ ଓ ଜ୍ଞାନ ମୋ’ ଭାଇ ଓ ଭଉଣୀମାନେ, ତୁମ୍ଭେମାନେ ଅନେକ ପ୍ରକାରର ଅସୁବିଧାର ସମ୍ମୁଖୀନ ହେବ। କିନ୍ତୁ ଏପରି ହେଲାବେଳେ ତୁମ୍ଭେମାନେ ଅଧିକ ଖୁସୀ ହେବା ଉଚିତ୍।
3
କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ୱାସକୁ ପରିକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ଧୈର୍ଯ୍ୟ ଜନ୍ମାଏ।
4
ତୁମ୍ଭ କାମଗୁଡ଼ିକରେ ତୁମ୍ଭର ଧୈର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ପ୍ରକାଶିତ ହେବାକୁ ଦିଅ। ତେବେ ଯାଇ ତୁମ୍ଭେ ସିଦ୍ଧ ଓ ସମ୍ପୂର୍ଣ୍ଣ ହେବ। ତୁମ୍ଭର ପ୍ରତ୍ୟେକ ଆବଶ୍ୟକ ବିଷୟ ତୁମ୍ଭେ ପାଇବ।
5
କିନ୍ତୁ ତୁମ୍ଭ ଭିତରୁ ଯଦି କେହି ଜ୍ଞାନର ଆବଶ୍ୟକ କରେ, ତା’ହେଲେ ତୁମ୍ଭେ ଏହା ପରମେଶ୍ୱରଙ୍କୁ ମାଗିବା ଉଚିତ୍। ପରମେଶ୍ୱର ଅତ୍ୟନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦେବାରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ୱର ତୁମ୍ଭକୁ ଜ୍ଞାନ ଦେବେ।
6
କିନ୍ତୁ ତୁମ୍ଭେ ଯେତେବେଳେ ପରମେଶ୍ୱରଙ୍କୁ ମାଗିଥାଅ, ସେତେବେଳେ ତୁମ୍ଭକୁ ବିଶ୍ୱାସ କରିବାକୁ ପଡ଼ିବ। ପରମେଶ୍ୱରଙ୍କୁ ସନ୍ଦେହ କର ନାହିଁ। ସନ୍ଦେହୀ ଲୋକ ସମୁଦ୍ରର ଢେଉ ଭଳି। ପବନ ଢେଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦେହୀ ଲୋକ ସେହି ଢେଉ ଭଳି।
7
ସନ୍ଦେହୀ ଲୋକ ଏକାଥରକେ ଦୁଇଟି କଥା ଭାବେ। ତେଣୁ ସେ କରୁଥିବା କୌଣସି ବିଷୟରେ ନିଷ୍ପତ୍ତି ନେଇପାରେ ନାହିଁ। ସେଭଳି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ଆଶା କରିବା ଉଚିତ୍ ନୁହେଁ।
9
ପ୍ରକୃତ ଧନ ଯଦି ଜଣେ ବିଶ୍ୱାସୀ ଗରିବ ହୋଇଥାଏ, ତେବେ ପରମେଶ୍ୱର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ୍।
10
ସେହିପରି ଜଣେ ଧନୀ ବିଶ୍ୱାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ୱର ତାହାକୁ ଦେଖାଇ ଦେଇଥିବାରୁ, ସେ ଗର୍ବ କରିବା ଉଚିତ୍। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିଯିବ।
11
ସୂର୍ଯ୍ୟ ଉଦୟ ହୋଇ ଅଧିକ ଉତ୍ତପ୍ତ କରେ। ସୂର୍ଯ୍ୟର ଉତ୍ତାପ ଗ୍ଭରା ଗଛଟିକୁ ଶୁଖେଇ ଦିଏ। ଫୁଲ ଝଡ଼ି ଯାଏ। ସେହି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ୟ ଠିକ୍ ସେହିଭଳି। ସେ ତାହାର ବ୍ୟବସାୟ ଲାଗି ଯୋଜନା କରୁଥିବା ବେଳେ ମରିଯିବ।
12
ପରମେଶ୍ୱରଙ୍କଠାରୁ ପରୀକ୍ଷା ଆସେ ନାହିଁ ଯେଉଁ ବ୍ୟକ୍ତି ପରୀକ୍ଷିତ ହୋଇ ଦୃଢ଼ ରହି ପାରେ, ସେ ଖୁସୀ ହେବା କଥା। କାରଣ, ସେ ତାହାର ବିଶ୍ୱାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ୱର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦେବେ। ପରମେଶ୍ୱରଙ୍କୁ ପ୍ରେମ କରୁଥିବା ସବୁ ଲୋକଙ୍କୁ ପରମେଶ୍ୱର ଏହି ପ୍ରତିଜ୍ଞା ଦେଇଛନ୍ତି।
13
ଯେତେବେଳେ ଜଣେ ବ୍ୟକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ୍ ନୁହେଁ ଯେ, “ପରମେଶ୍ୱର ମୋତେ ପରୀକ୍ଷା କରୁଛନ୍ତି।” କାରଣ ମନ୍ଦତା ପରମେଶ୍ୱରଙ୍କୁ ପରୀକ୍ଷା କରିପାରେ ନାହିଁ। ଏବଂ ପରମେଶ୍ୱର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।
14
ପ୍ରତ୍ୟେକ ବ୍ୟକ୍ତି ତା’ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁଁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରଖେ।
15
ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ୟୁକୁ ଜନ୍ମ ଦିଏ।
16
ମୋ’ ଭାଇ ଓ ଭଉଣୀମାନେ! ଏହି ବିଷୟରେ କୌଣସି ପ୍ରକାର ମୂର୍ଖାମୀରେ ପଡ଼ ନାହିଁ।
17
ପ୍ରତ୍ୟେକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ୱରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ୟୋତିଃର୍ଗଣ ସୂର୍ଯ୍ୟ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆସେ। ପରମେଶ୍ୱର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।
18
ସତ୍ୟ ବାକ୍ୟ ଦ୍ୱାରା ସେ ଆମ୍ଭକୁ ଜୀବନ ଦାନ ଦେବା ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ୟରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ତ୍ୱପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।
19
ଶୁଣିବା ଓ ପାଳନ କରିବା ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବାରେ ବେଶି ଇଚ୍ଛୁକ ହୁଅ। ସହଜରେ ରାଗି ଯାଅ ନାହିଁ।
20
କାରଣ ଜଣେ ମଣିଷର କ୍ରୋଧ ତାହାକୁ ପରମେଶ୍ୱରଙ୍କ ଇଚ୍ଛାନୁମୋଦିତ ଧାର୍ମିକ ଜୀବନ କାଟିବାକୁ ସାହାଯ୍ୟ କରେ ନାହିଁ।
21
ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରତ୍ୟେକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟରେ ବୁଣା ଯାଇଥିବା ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରି ପାରିବ।
22
ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କେବଳ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ଯ୍ୟରେ ଦେଖାଇବା ଦରକାର। କେବଳ ବସି ରହି ଶୁଣିବା ଦ୍ୱାରା ତୁମ୍ଭେ ପ୍ରକୃତରେ ନିଜକୁ ଠକୁଛ।
23
ଯଦି ଜଣେ ପରମେଶ୍ୱରଙ୍କ ଶିକ୍ଷାକୁ କେବଳ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣରେ ନିଜ ମୁହଁ ଦେଖିଲା ଭଳି ଅଟେ।
24
ସେ ଦର୍ପଣରେ ନିଜକୁ ଦେଖେ ଓ ଦୂରେଇ ଗ୍ଭଲିଯାଏ ଓ ଶୀଘ୍ର ଭୁଲିଯାଏ ଯେ, ସେ କିପରି ଦିଶୁଥିଲା।
25
କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକାରେ ପରମେଶ୍ୱରଙ୍କ ସିଦ୍ଧ ବ୍ୟବସ୍ଥାକୁ ଅଧ୍ୟୟନ କରେ ଯାହା ମନୁଷ୍ୟମାନଙ୍କୁ ସ୍ୱାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ୟୟନ କରୁଥାଏ। ସେ ପରମେଶ୍ୱରଙ୍କ ଶିକ୍ଷାକୁ ଶୁଣେ ଓ ସେହି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା’ପରେ ସେ ପରମେଶ୍ୱରଙ୍କ ସେହି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ୱାରା ସେ ସୁଖୀ ହୁଏ।
26
ପରମେଶ୍ୱରଙ୍କୁ ଉପାସନା କରିବାର ପ୍ରକୃତ ମାର୍ଗ ଜଣେ ଲୋକ ଭାବିପାରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁସବୁ କଥା କହିବା ଉଚିତ୍ ନୁହେଁ, ତାହା କହିବା ଦ୍ୱାରା ସେ ନିଜକୁ ଠକେ। ତେଣୁ ତା’ର “ଧର୍ମ”ର କିଛି ମୂଲ୍ୟ ରହେ ନାହିଁ।
27
ପରମେଶ୍ୱର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା: ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନେବା ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ୱର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 2 →
All chapters:
1
2
3
4
5