bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
James 2
James 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
1
ସମସ୍ତଙ୍କୁ ପ୍ରେମ କର ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବିଶ୍ୱାସ କର। ଅତଏବ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବ ନାହିଁ।
2
ମନେକର, ଜଣେ ଲୋକ ଖୁବ୍ ଦାମିକା ସୁନ୍ଦର ଲୁଗାପଟା ଓ ସୁନା ମୁଦି ପିନ୍ଧି ତୁମ୍ଭର ସଭାକୁ ଆସେ ଓ ଅନ୍ୟ ଗରିବ ଲୋକ ଜଣେ ମଇଳା ପୁରୁଣା ଲୁଗା ପିନ୍ଧି ସେତିକିବେଳେ ଆସେ।
3
ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡାକି ବିଶେଷ ଅଭ୍ୟର୍ଥନା ଜଣାଇ କହିଥାଅ: “ଏହି ଭଲ ଆସନରେ ବସନ୍ତୁ।” କିନ୍ତୁ ଗରିବ ଲୋକଟିକୁ କହିଥାଅ: “ତୁମ୍ଭେ ସେଠାରେ ଠିଆ ହୁଅ” ବା “ମୋ’ ଗୋଡ଼ ପାଖର ଭୂଇଁରେ ବସ।”
4
ତୁମ୍ଭେ ଏ କ’ଣ କରୁଛ? ଏହା ଦ୍ୱାରା ତୁମ୍ଭେ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱ ପ୍ରଦାନ କରୁଛ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।
5
ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ! ପରମେଶ୍ୱର ବିଶ୍ୱାସରେ ଧନୀ ହେବା ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ସେ ଯେଉଁ ରାଜ୍ୟ ଦେବା ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସେମାନଙ୍କୁ ବାଛିଛନ୍ତି।
6
କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସେହିମାନେ ତୁମ୍ଭକୁ କଚେରୀକୁ ଟାଣି ନେଇ ଯାଆନ୍ତି।
7
ଏବଂ ଯେଉଁ ମହତ ନାମରେ ତୁମ୍ଭେମାନେ ନାମିତ ହୋଇଅଛ ଓ ଯେ ତୁମ୍ଭମାନଙ୍କୁ ଆପଣାର କରିଅଛନ୍ତି, ସେମାନେ ତାହାଙ୍କର ନିନ୍ଦା କରନ୍ତି।
8
ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ୟ କରେ। ଶାସ୍ତ୍ରରେ ଏହି ରାଜକୀୟ ନିୟମଟି ମିଳେ: “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।” ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା’ହେଲେ ତୁମ୍ଭେ ଠିକ୍ କରୁଛ।
9
କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନାରେ ଅଧିକ ମହତ୍ତ୍ୱ ଦେଉଛ, ତା’ହେଲେ ତୁମ୍ଭେ ପାପ କରୁଛ। ସେହି ରାଜକୀୟ ବ୍ୟବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ୱରଙ୍କ ନିୟମ ଭଙ୍ଗ କରିବାରେ ଦୋଷୀ ଅଟ।
10
ଜଣେ ଲୋକ ହୁଏତ ପରମେଶ୍ୱରଙ୍କ ସବୁ ବ୍ୟବସ୍ଥା ପାଳନ କରୁଥାଇପାରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ୟ ହୁଏ, ତା’ହେଲେ ସେ ବ୍ୟବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷରେ ଦୋଷୀ ହୁଏ।
11
ପରମେଶ୍ୱର କହିଛନ୍ତି, “ବ୍ୟଭିଗ୍ଭରର ପାପ କର ନାହିଁ।” ସେହି ପରମେଶ୍ୱର ପୁନଃ କହିଛନ୍ତି, “ହତ୍ୟା କର ନାହିଁ।’’ ଅତଏବ, ତୁମ୍ଭେ ଯଦି ବ୍ୟଭିଗ୍ଭର ପାପ କରି ନାହଁ କିନ୍ତୁ ଜଣକୁ ହତ୍ୟା କରିଛ, ତା’ହେଲେ ପରମେଶ୍ୱରଙ୍କ ବ୍ୟବସ୍ଥା ଭାଙ୍ଗିବା ଦୋଷରେ ଦୋଷୀ ହେଲ।
12
ଲୋକମାନଙ୍କୁ ସ୍ୱାଧୀନ କରୁଥିବା ବ୍ୟବସ୍ଥା ଦ୍ୱାରା ତୁମ୍ଭର ବିଗ୍ଭର ହେବ। ପ୍ରତ୍ୟେକ କଥା କହିଲା ବେଳେ ଓ ପ୍ରତ୍ୟେକ କାମ କଲାବେଳେ, ତୁମ୍ଭେ ଏହି କଥା ମନେ ରଖିବା ଉଚିତ୍।
13
ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା’ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ।
14
ବିଶ୍ୱାସ ଓ ସତ୍କର୍ମ ମୋ’ ଭାଇ ଓ ଭଉଣୀମାନେ! ଯଦି ଜଣେ କୁହେ, ଯେ, ସେ ଜଣେ ବିଶ୍ୱାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା’ହେଲେ ତାହାର ବିଶ୍ୱାସ ମୂଲ୍ୟହୀନ। କ’ଣ ଏହିଭଳି ବିଶ୍ୱାସ ତାହାକୁ ରକ୍ଷା କରି ପାରିବ? ନା!
15
ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ୟକ କରିପାରେ।
16
ଏବଂ ତୁମ୍ଭେ ତାହାକୁ କହୁଛ, “ପରମେଶ୍ୱର ତୁମ୍ଭ ସହିତ ଥାଆନ୍ତୁ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ।” ତୁମ୍ଭେ ଏଗୁଡ଼ିକ ବିଷୟରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ୟକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାଯ୍ୟ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ୟହୀନ ଅଟେ।
17
ବିଶ୍ୱାସ ବିଷୟରେ ମଧ୍ୟ ଠିକ୍ ସେହି କଥା ଅଟେ। ଯଦି ବିଶ୍ୱାସ କିଛି କାର୍ଯ୍ୟ ଉତ୍ପନ୍ନ ନ କରେ, ତେବେ ସେ ବିଶ୍ୱାସ ମୃତ ଅଟେ।
18
ଜଣେ ଲୋକ କହିପାରେ, “ତୁମ୍ଭ ପାଖରେ ବିଶ୍ୱାସ ଅଛି, ପୁଣି ମୋ’ ପାଖରେ କର୍ମ ଅଛି। ତୁମ୍ଭେ କର୍ମବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ ମୋ’ କର୍ମଗୁଡ଼ିକ ଦ୍ୱାରା ମୋ’ ବିଶ୍ୱାସ ତୁମ୍ଭକୁ ଦେଖାଇବି।”
19
ତୁମ୍ଭେ ବିଶ୍ୱାସ କର ଯେ, କେବଳ ଜଣେ ପରମେଶ୍ୱର ଅଛନ୍ତି; ଭଲ କଥା କିନ୍ତୁ ଭୂତମାନେ ମଧ୍ୟ ଏହା ବିଶ୍ୱାସ କରନ୍ତି ଓ ଭୟରେ ଥରହର ହୁଅନ୍ତି।
20
ହେ ମୂର୍ଖ ଲୋକ! କର୍ମଗୁଡ଼ିକ ବିନା ବିଶ୍ୱାସ ଯେ ମୂଲ୍ୟହୀନ ଅଟେ, ଏହାର ପ୍ରମାଣ କ’ଣ ତୁମ୍ଭେ ଦେଖିବାକୁ ଗ୍ଭହୁଁଛ?
21
ଅବ୍ରହାମ ଆମ୍ଭର ପିତା। ସେ ନିଜର କର୍ମଗୁଡ଼ିକ ଦ୍ୱାରା ପରମେଶ୍ୱରଙ୍କ ନିକଟରେ ଧାର୍ମିକ ଭାବେ ଗଣାଗଲେ। ସେ ବେଦୀ ଉପରେ ନିଜ ପୁତ୍ର ଇସ୍ହାକଙ୍କୁ ବଳି ରୂପରେ ପରମେଶ୍ୱରଙ୍କଠାରେ ଉତ୍ସର୍ଗ କଲେ।
22
ଅତଏବ ତୁମ୍ଭେ ଦେଖ ଯେ, ଅବ୍ରହାମଙ୍କର ବିଶ୍ୱାସ ଓ କର୍ମ ଏକା ସାଙ୍ଗରେ କାମ କରୁଥିଲା। ତାହାଙ୍କ କାମ ଦ୍ୱାରା ହିଁ ତାହାଙ୍କର ବିଶ୍ୱାସ ସିଦ୍ଧ ହେଲା।
23
ଏହା ଦ୍ୱାରା ଶାସ୍ତ୍ରର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ ହୁଏ ଯେ: “ଅବ୍ରହାମ ପରମେଶ୍ୱରଙ୍କୁ ବିଶ୍ୱାସ କଲେ। ଓ ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ। ସେହି ବିଶ୍ୱାସ ଅବ୍ରହାମଙ୍କୁ ପରମେଶ୍ୱରଙ୍କ ନିକଟରେ ଧାର୍ମିକ କଲା।” “ପରମେଶ୍ୱରଙ୍କ ମିତ୍ର” ବୋଲି ଅବ୍ରହାମ ଡକାଗଲେ।
24
ଅତଏବ ତୁମ୍ଭେ ଦେଖ ଯେ, କର୍ମ ଦ୍ୱାରା ଜଣେ ଲୋକ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରୁଛି। ସେ କେବଳ ବିଶ୍ୱାସ ଦ୍ୱାରା ଧାର୍ମିକ ହୋଇପାରିବ ନାହିଁ।
25
ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ୟା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ୱରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ୱରଙ୍କ ଗୁପ୍ତଚରମାନଙ୍କୁ ସାହାଯ୍ୟ କଲା ଓ ସେମାନଙ୍କୁ ନିଜ ଘରେ ସ୍ୱାଗତ କଲା ଓ ଅନ୍ୟ ବାଟଦେଇ ସେମାନଙ୍କୁ ପଳାୟନ କରିବାରେ ସାହାଯ୍ୟ କଲା।
26
ଆତ୍ମା ନ ଥିଲେ ଜଣେ ମନୁଷ୍ୟର ଶରୀରଟି ମୃତ ହୋଇଯାଏ। ସେହିପରି ବିଶ୍ୱାସ ବିଷୟରେ ମଧ୍ୟ ଏହି କଥାଟି ସତ। କର୍ମ ନ ଥିଲେ ବିଶ୍ୱାସ ମୃତ ଅଟେ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
All chapters:
1
2
3
4
5