bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
James 3
James 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
1
କଥା କହିବାରେ ସଂଯତ ହେବା ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ ଅନେକ ଶିକ୍ଷକ ହେବା ଉଚିତ୍ ନୁହେଁ। କାରଣ ତୁମ୍ଭେ ଜାଣ ଯେ, ଆମ୍ଭେ ଶିକ୍ଷକମାନେ, ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ କଠୋର ଭାବରେ ବିଗ୍ଭରିତ ହେବୁ।
2
ଆମ୍ଭେ ସମସ୍ତେ ଅନେକ ଭୁଲ୍ କରୁ। ଯଦି ଜଣେ ଲୋକ କୌଣସି ଭୁଲ୍ କଥା କହି ନାହିଁ, ତା’ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ୟ ସଂଯତ କରି ପାରିବ।
3
ଘୋଡ଼ାମାନଙ୍କୁ ନିଜ ବଶରେ ରଖିବା ପାଇଁ ସେମାନଙ୍କ ମୁହଁରେ ଆମ୍ଭେ ଲଗାମ ଲଗାଇଥାଉ। ଆମ୍ଭେ ଏହିପରି ଭାବରେ ସେମାନଙ୍କର ସମ୍ପୂର୍ଣ୍ଣ ଶରୀରକୁ ବଶୀଭୂତ କରିଥାଉ।
4
ସମୁଦ୍ରର ଜାହାଜ କ୍ଷେତ୍ରରେ ମଧ୍ୟ ସେହିପରି ହୋଇଥାଏ। ଜାହାଜଟି ଆକାରରେ ବହୁତ ବଡ଼ ଓ ଏହା ପ୍ରବଳ ପବନ ଦ୍ୱାରା ଗ୍ଭଳିତ ହୋଇଥାଏ। କିନ୍ତୁ ଛୋଟ ମଙ୍ଗଟି ସେହି ବଡ଼ ଜାହାଜଟିକୁ ନିୟନ୍ତ୍ରିତ କରିଥାଏ। ଯେଉଁ ଲୋକ ଏହି ଯନ୍ତ୍ରଟିକୁ ଗ୍ଭଳନା କରେ, ସେ ସ୍ଥିର କରେ ଯେ, ଜାହାଜଟି କେଉଁଠାକୁ ଯିବ। ସେ ଲୋକ ଯେଉଁଠାକୁ ଗ୍ଭହେଁ, ଜାହାଜଟି ସେଠାକୁ ଯାଏ।
5
ଆମ୍ଭ ଜିହ୍ୱା ନିମନ୍ତେ ମଧ୍ୟ ଏହି ବିଷୟ ସମାନ ଅଟେ। ଜିହ୍ୱାଟି ଶରୀରର ଏକ ଅତି କ୍ଷୁଦ୍ର ଅଙ୍ଗ, କିନ୍ତୁ ଏହା ଅତ୍ୟଧିକ ମାତ୍ରାରେ ଗର୍ବ କରିଥାଏ। ଯେଉଁ ଛୋଟ ଅଗ୍ନିଶିଖାଟି ଗୋଟିଏ ବଡ଼ ଜଙ୍ଗଲରେ ନିଆଁ ଲଗେଇ ଦେଇ ପାରିବ।
6
ଜିହ୍ୱା ହେଉଛି ଏକ ଛୋଟ ଅଗ୍ନିଶିଖା ଭଳି। ଆମ୍ଭ ଶରୀରର ଅଙ୍ଗଗୁଡ଼ିକ ଭିତରେ ଜିହ୍ୱା ହେଉଛି ସବୁଠାରୁ ମନ୍ଦ। କିପରି? ଜିହ୍ୱା ଆମ୍ଭ ଶରୀର ମାଧ୍ୟମରେ ନିଜର ମନ୍ଦତା ପ୍ରସାର କରେ। ଏହା ଏପରି ଅଗ୍ନି ସୃଷ୍ଟି କରେ ଯେ, ତାହା ସମଗ୍ର ଜୀବନକୁ ପ୍ରଭାବିତ କରେ। ଜିହ୍ୱା ଏହି ଅଗ୍ନିକୁ ନରକରୁ ପାଇଥାଏ।
7
ମଣିଷ ପ୍ରତ୍ୟେକ ପ୍ରକାର ହିଂସ୍ର ପଶୁ, ପକ୍ଷୀ, ସରୀସୃପ ଓ ମାଛକୁ ବଶବର୍ତ୍ତୀ କରିପାରେ ଓ କରିଛି ମଧ୍ୟ।
8
କିନ୍ତୁ କୌଣସି ମଣିଷ ଜିହ୍ୱାକୁ ବଶୀଭୂତ କରିପାରି ନାହିଁ। ଏହା ଅତି ଦୁର୍ଦ୍ଦାନ୍ତ ଓ ମନ୍ଦ ଅଟେ। ଏହା ଏକ ବିଷଯୁକ୍ତ ଘାତକ ଅଟେ।
9
ଏହି ଜିହ୍ୱା ଦ୍ୱାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତା’ପରେ ପରମେଶ୍ୱର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ୟରେ ତିଆରି କରିଛନ୍ତି, ସେହି ଲୋକମାନଙ୍କୁ ଅଭିଶାପ ଦେଉ।
10
ଗୁଣଗାନ ଓ ଅଭିଶାପ ସେହି ଗୋଟିଏ ମୁହଁରୁ ବାହାରେ! ମୋ’ ଭାଇ ଓ ଭଉଣୀମାନେ, ଏଭଳି ହେବା ଉଚିତ୍ ନୁହେଁ।
11
ଗୋଟିଏ ସମାନ ଝରଣାରୁ ଉଭୟ ଭଲ ଓ ମନ୍ଦ ପାଣି କ’ଣ ଝରି ଆସିପାରେ? ନା!
12
ମୋ’ ଭାଇ ଓ ଭଉଣୀମାନେ, ଡିମିରିଗଛରେ କ’ଣ ଜିତ ଫଳ ଫଳେ? ନା! ଦ୍ରାକ୍ଷାଲତା କ’ଣ ଡିମିରି ଉତ୍ପନ୍ନ କରିପାରେ? ନା! ଗୋଟିଏ ଲୁଣିଆ ପାଣିର କୂଅ କେବେ ମିଠା ପାଣି ଦେଇପାରେ ନାହିଁ।
13
ପ୍ରକୃତ ଜ୍ଞାନ ତୁମ୍ଭମାନଙ୍କ ଭିତରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ତା’ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦେଖାଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ୍। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।
14
ଯଦି ତୁମ୍ଭେ ନିହାତି ସ୍ୱାର୍ଥପର ଓ ତୁମ୍ଭ ହୃଦୟରେ ଈର୍ଷାଭାବ ଅଛି, ତା’ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କେବଳ ମିଛ, ଏବଂ ତାହା ସତ୍ୟକୁ ଘୋଡ଼ାଇ ଦିଏ।
15
ଏହି ପ୍ରକାର “ଜ୍ଞାନ” ପରମେଶ୍ୱରଙ୍କଠାରୁ ଆସେ ନାହିଁ। ମାତ୍ର ଏହି “ଜ୍ଞାନ” ସଂସାରରୁ ଆସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି।
16
ଯେଉଁଠାରେ ଈର୍ଷାଭାବ ଓ ସ୍ୱାର୍ଥପର ମନୋଭାବ ଅଛି, ସେହିଠାରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦେଖାଯାଏ।
17
କିନ୍ତୁ ପରମେଶ୍ୱରଙ୍କଠାରୁ ଆସିଥିବା “ଜ୍ଞାନ” ଏହିପରି: ପ୍ରଥମରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟରେ ପଡ଼ିଛନ୍ତି, ଏହି ଜ୍ଞାନ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।
18
ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସେମାନେ ଧାର୍ମିକ ଜୀବନଯାପନ ଦ୍ୱାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
All chapters:
1
2
3
4
5