bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
James 5
James 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
1
ସ୍ୱାର୍ଥପର ଧନୀଲୋକ ଦଣ୍ଡ ପାଇବେ ଧନୀ ଲୋକେ! ଶୁଣ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ୟଧିକ କ୍ଳେଶ ତୁମ୍ଭ ଉପରେ ମାଡ଼ି ଆସୁଛି।
2
ତୁମ୍ଭର ଧନସବୁ ନଷ୍ଟ ହୋଇଯାଇଛି ଓ ମୂଲ୍ୟହୀନ ହୋଇ ପଡ଼ିଛି। ତୁମ୍ଭର ପୋଷାକ ପୋକ ଖାଇ ଯାଇଛନ୍ତି।
3
ତୁମ୍ଭର ସୁନା ଓ ରୂପାରେ କଳଙ୍କି ଲାଗି ଯାଇଛି। ଏହା ନଷ୍ଟ ହୋଇ ପ୍ରମାଣ କରୁଛି ଯେ, ତୁମ୍ଭେ ଭୁଲକାର୍ଯ୍ୟ କରିଛ। ସେହି କଳଙ୍କ ତୁମ୍ଭ ଶରୀରକୁ ଅଗ୍ନି ଭଳି ଗ୍ରାସ କରି ଦେବ। ଶେଷଦିନଗୁଡ଼ିକରେ ତୁମ୍ଭେ ନିଜର ଧନ ସଞ୍ଚୟ କରୁଅଛ।
4
ଲୋକେ ତୁମ୍ଭ କ୍ଷେତମାନଙ୍କରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସେମାନଙ୍କର ମଜୁରୀ ଦେଲ ନାହିଁ। ସେମାନେ ତୁମ୍ଭ ବିରୁଦ୍ଧରେ କ୍ରନ୍ଦନ କରୁଛନ୍ତି। ସେମାନେ ତୁମ୍ଭ ପାଇଁ ଶସ୍ୟ ଆମଦାନୀ କଲେ। ଏବେ ସ୍ୱର୍ଗୀୟ ସେନାବାହିନୀର ପ୍ରଭୁ ସେମାନଙ୍କ ଚିତ୍କାର ଶୁଣିଛନ୍ତି।
5
ପୃଥିବୀରେ ତୁମ୍ଭ ଜୀବନ ବିଳାସମ୍ପୂର୍ଣ୍ଣ ଥିଲା। ତୁମ୍ଭେ ଯାହା ଇଚ୍ଛା କରିଥିଲ, ତାହା ପୂରଣ କରି ନିଜକୁ ଆନନ୍ଦିତ କଲ। ତୁମ୍ଭେ ବଳି ଦିବସ ପାଇଁ ପ୍ରସ୍ତୁତ ଥିବା ଏକ ପଶୁପରି ନିଜକୁ ମୋଟା କଲ।
6
ତୁମ୍ଭେ ଉତ୍ତମ ଲୋକମାନଙ୍କୁ କୌଣସି ଦୟା ଦେଖାଇଲ ନାହିଁ। ସେମାନେ ତୁମ୍ଭର ବିରୋଧୀ ନ ଥିଲେ ମଧ୍ୟ, ତୁମ୍ଭେ ସେମାନଙ୍କୁ ହତ୍ୟା କରିଛ।
7
ଧୈର୍ଯ୍ୟବାନ ହୁଅ ଭାଇ ଓ ଭଉଣୀମାନେ, ଧୈର୍ଯ୍ୟ ରଖ, ପ୍ରଭୁ ଯୀଶୁ ଆସିବେ। ସେହି ସମୟ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ।
8
ଗ୍ଭଷୀ ଯେପରି ନିଜ କ୍ଷେତର ମୂଲ୍ୟବାନ ଶସ୍ୟ ବଢ଼ି ଉଠିବାକୁ ଧୈର୍ଯ୍ୟର ସହିତ ଆଶାରଖି, ଆରମ୍ଭ ଓ ଶେଷ ବର୍ଷା ପଡ଼ିବା ପର୍ଯ୍ୟନ୍ତ ଧୈର୍ଯ୍ୟର ସହିତ ଅପେକ୍ଷା କରେ, ତୁମ୍ଭେମାନେ ସେହିଭଳି ଧୈର୍ଯ୍ୟଶୀଳ ହେବା ଉଚିତ୍। ନିଜର ଆଶା ଛାଡ଼ିଦିଅ ନାହିଁ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି।
9
ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଗ୍ଭରିତ ହେବ। ବିଗ୍ଭରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।
10
ଭାଇ ଓ ଭଉଣୀମାନେ, ପ୍ରଭୁଙ୍କ ପାଇଁ ଭାବବାଣୀ କହିଥିବା ଭାବବାଦୀମାନଙ୍କ ଉଦାହରଣ ଅନୁସରଣ କର। ସେମାନେ ଅନେକ ଯାତନା ସହି ଥିଲେ ହେଁ ଧୈର୍ଯ୍ୟବାନ ଥିଲେ।
11
ଆମ୍ଭେ କହୁଛୁ ଯେ, ଯେଉଁମାନେ ସେମାନଙ୍କର ଅସୁବିଧାଗୁଡ଼ିକୁ ଧୈର୍ଯ୍ୟର ସହିତ ଗ୍ରହଣ କଲେ, ସେମାନେ ବର୍ତ୍ତମାନ ଖୁସୀରେ ଅଛନ୍ତି। ତୁମ୍ଭେମାନେ ଆୟୁବଙ୍କର ଧୈର୍ଯ୍ୟ କଥା ଶୁଣିଛ। ତୁମ୍ଭେ ଜାଣିଛ ଯେ, ଆୟୁବ ସବୁ କଷ୍ଟରୁ ଉତ୍ତୀର୍ଣ୍ଣ ହୋଇ ସାରିଲା ପରେ ପରମେଶ୍ୱର ତାହାଙ୍କୁ ସାହାଯ୍ୟ କରିଥିଲେ। ଏହା ଦର୍ଶାଏ ଯେ, ପ୍ରଭୁ କରୁଣାରେ ପୂର୍ଣ୍ଣ ଓ ଦୟାଳୁ ଅଟନ୍ତି।
12
ସାବଧାନ ରହି କଥା କୁହ ମୋ’ ଭାଇ ଓ ଭଉଣୀମାନେ! ମନେରଖ ଯେକୌଣସି ପ୍ରତିଜ୍ଞା କଲାବେଳେ ଶପଥ କର ନାହିଁ। ଏହା ଅତି ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭର କଥାକୁ ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ ସ୍ୱର୍ଗ, ପୃଥିବୀ ବା ଅନ୍ୟ କିଛିର ନାମ ନିଅ ନାହିଁ। “ତୁମ୍ଭର ହଁ କଥା ହଁ ହେଉ, ଏବଂ ନା କଥା ନା ହେଉ। ଏପରି କଲେ ତୁମ୍ଭେ ଦୋଷୀ ସାବ୍ୟସ୍ତ ହେବ ନାହିଁ।”
13
ପ୍ରାର୍ଥନାର ଶକ୍ତି ଯଦି କେହି ସଙ୍କଟରେ ପଡ଼ିଛି, ତା’ହେଲେ ସେ ପ୍ରାର୍ଥନା କରୁ। ଯଦି କେହି ଖୁସୀ ଅଛି, ତା’ହେଲେ ସେ ଗୀତ ଗାଉ।
14
ଯଦି ତୁମ୍ଭ ମଧ୍ୟରୁ କେହି ଜଣେ ଅସୁସ୍ଥ ଅଛି, ତେବେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡାକିବା ଦରକାର। ସେମାନେ ପ୍ରଭୁଙ୍କ ନାମରେ ତାହାଙ୍କୁ ତେଲ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।
15
ବିଶ୍ୱାସରେ କରାଯାଇଥିବା ସେହି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦେବ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତେବେ ପରମେଶ୍ୱର ତାହାକୁ କ୍ଷମା କରିବେ।
16
ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ୱୀକାର କର। ତା’ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ୱର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତେବେଳେ ନିରନ୍ତର ପ୍ରାର୍ଥନା କରେ, ସେତେବେଳେ ମହାନ ଘଟଣାମାନ ଘଟିଥାଏ।
17
ଏଲୀୟ ଆମ୍ଭ ଭଳି ଜଣେ ସାଧାରଣ ଲୋକ ଥିଲେ। ସେ ବର୍ଷା ନ ହେବା ପାଇଁ ପ୍ରାର୍ଥନା କଲେ। ଏବଂ ଭୂମି ଉପରେ ତିନି ବର୍ଷ ଛଅମାସ ଧରି ବର୍ଷା ହେଲା ନାହିଁ
18
ତା’ପରେ ଏଲୀୟ ବର୍ଷା ହେବା ପାଇଁ ପ୍ରାର୍ଥନା କଲେ। ଆକାଶରୁ ବର୍ଷା ହେଲା ଓ ପୃଥିବୀରେ ପୁନଃ ଶସ୍ୟ ଉତ୍ପନ୍ନ ହେଲା।
19
ଆତ୍ମା ରକ୍ଷା କରିବା ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭ ଭିତରୁ ଯଦି ଜଣେ ସତ୍ୟରୁ ବିଚଳିତ ହୋଇଯାଏ, ତେବେ ଅନ୍ୟ ଜଣେ ତାହାକୁ ସତ୍ୟକୁ ଫେରାଇ ଆଣିବା ପାଇଁ ସାହାଯ୍ୟ କରୁ।
20
ଏହା ମନେରଖ: ଯେଉଁ ଲୋକ ମନ୍ଦ ମାର୍ଗରୁ ଜଣେ ପାପୀକୁ ଫେରାଇ ଆଣେ, ତେବେ ସେ ମୃତ୍ୟୁରୁ ତାହାର ଆତ୍ମାକୁ ରକ୍ଷା କରେ। ଏହା କରିବା ଦ୍ୱାରା, ସେହି ଲୋକ ଅନେକ ପାପ କ୍ଷମାର କାରଣ ହୋଇପାରିଥାଏ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
All chapters:
1
2
3
4
5