bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Jeremiah 26
Jeremiah 26
Odia Bible ERV 2004 (ପବିତ୍ର ବାଇବଲ)
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 27 →
1
ସଦାପ୍ରଭୁଙ୍କ ଗୃହରେ ଯିରିମିୟଙ୍କ ଶିକ୍ଷା ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ୱର ପ୍ରାରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।
2
ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସେମାନଙ୍କୁ ଆମ୍ଭର ଆଜ୍ଞାନୁସାରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ।
3
ସେମାନେ ହୁଏତ ଆମ୍ଭର କଥାପ୍ରତି ଧ୍ୟାନ ଦେବେ ଓ ଆମ୍ଭର ଆଜ୍ଞା ପାଳନ କରିବେ। ହୋଇପାରେ ସେମାନେ କୁପଥରୁ ଫେରିବେ। ତାହାହେଲେ ଆମ୍ଭେ ସେମାନଙ୍କର ଦୁଷ୍ଟତା ଯୋଗୁଁ ସେମାନଙ୍କ ପ୍ରତି ଯେଉଁ ଦଣ୍ଡ ଦେବାକୁ ମନସ୍ଥ କରିଅଛୁ, ସେଥିରୁ ନିବୃତ୍ତ ହେବା।
4
ପୁଣି ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ବ୍ୟବସ୍ଥାନୁସାରେ ଗ୍ଭଲିବ ଓ ଆମ୍ଭର ବାକ୍ୟ ପ୍ରତି ଧ୍ୟାନ ଦେବ।
5
ଆମ୍ଭେ ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ବାରମ୍ବାର ପଠାଇ ଆସିଛୁ। ମାତ୍ର ତୁମ୍ଭେମାନେ ସେମାନଙ୍କ କଥା ପ୍ରତି ଅବଧାନ କରି ନାହଁ।
6
ଯେବେ ତୁମ୍ଭେମାନେ ଆମ୍ଭର ଆଜ୍ଞା ପାଳନ ନ କରିବ, ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ତୁଲ୍ୟ କରିବା ଆଉ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପର ସ୍ଥାନ କରିବା।’”
7
ସଦାପ୍ରଭୁଙ୍କ ମନ୍ଦିରରେ ଯିରିମିୟ ଏହି କଥା କହିଲା ବେଳେ ସମସ୍ତ ଯାଜକ, ଭବିଷ୍ୟଦ୍ବକ୍ତା ଓ ଲୋକମାନେ ଶୁଣିଲେ।
8
ଆଉ ଯିରିମିୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାସବୁ କହିବା ସମାପ୍ତ କଲାପରେ ଯାଜକମାନେ, ଭବିଷ୍ୟଦ୍ବକ୍ତାମାନେ ଓ ଲୋକମାନେ ଯିରିମିୟଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।”
9
ସେମାନେ ପୁଣି କହିଲେ, “ତୁମ୍ଭେ କିପରି ସଦାପ୍ରଭୁଙ୍କ ନାମରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରୁଛ ଯେ, ସଦାପ୍ରଭୁଙ୍କ ଗୃହ ଶୀଲୋ ସମାନ ହେବ ଓ ଯିରୁଶାଲମ ନଗର ଧ୍ୱଂସ ଓ ନିବାସହୀନ ହେବ।” ସଦାପ୍ରଭୁଙ୍କ ମନ୍ଦିରରେ ସମସ୍ତ ଲୋକ ଯିରିମିୟଙ୍କ ଗ୍ଭରିପଟେ ରୁଣ୍ଡ ହେଲେ।
10
ଅନନ୍ତର ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ମନ୍ଦିରକୁ ଆସିଲେ ଓ ସଦାପ୍ରଭୁଙ୍କ ମନ୍ଦିରର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।
11
ତା’ପରେ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଅଧିପତିମାନଙ୍କୁ ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, “ଯିରିମିୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”
12
ତା’ପରେ ଯିରିମିୟ ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେଉଁସବୁ କଥା ଶୁଣିଅଛ, ସେହିସବୁ ଭବିଷ୍ୟଦ୍ବାକ୍ୟ ଏହି ମନ୍ଦିର ଓ ଏହି ନଗର ବିରୁଦ୍ଧରେ ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।
13
ତେଣୁ ତୁମ୍ଭେମାନେ ନିଜ ନିଜ ଆଚରଣ ଓ କ୍ରିୟା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ପାଳନ କର। ତାହାହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହେବେ।
14
ଆଉ ମୋ’ ସମ୍ବନ୍ଧରେ ହେଉଛି, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି, ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋ’ ପ୍ରତି କର।
15
ତୁମ୍ଭେମାନେ ଯଦି ମୋତେ ବଧ କରିବ, ତେବେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
16
ତା’ପରେ ଅଧିପତିଗଣ ଓ ସମସ୍ତ ଲୋକ ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ କହିଲେ, “ଯିରିମିୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯିରିମିୟଙ୍କୁ ଏହିସବୁ କହିଛନ୍ତି।”
17
ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ସମସ୍ତ ଲୋକଙ୍କୁ ଏହିକଥା କହିଲେ।
18
“ଯିହୁଦାର ରାଜା ହିଜକିୟଙ୍କ ସମୟରେ ମୋରେଷ୍ଟୀୟର ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲା, ଆଉ ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା,‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସିୟୋନ କ୍ଷେତ୍ର ତୁଲ୍ୟ ଗ୍ଭଷ କରାଯିବ ଓ ଯିରୁଶାଲମ ଢିପ ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’
19
“ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।”
20
ଆହୁରି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା। ସେ କିରିୟତ୍-ସିୟାରୀମସ୍ଥ ସମୟିୟର ପୁତ୍ର ଉରିୟ; ସେ ଯିରିମିୟର ସମସ୍ତ ବାକ୍ୟପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିଥିଲା।
21
ରାଜା ଯିହୋୟାକୀମ୍, ତାଙ୍କର ସମସ୍ତ ବୀରଗଣ ଓ ଯିହୁଦାର ସମସ୍ତ ଅଧିପତିମାନେ ଉରିୟଙ୍କ ଭବିଷ୍ୟଦ୍ବାଣୀ ଶୁଣିଲେ। ତା’ପରେ ରାଜା ଯିହୋୟାକୀମ୍ ତାହାକୁ ବଧ କରିବାକୁ ଚେଷ୍ଟା କଲା। ମାତ୍ର ଉରିୟ ଭୟଭୀତ ହୋଇ ମିଶରକୁ ପଳାଇଲା।
22
ମାତ୍ର ରାଜା ଯିହୋୟାକୀମ୍ ଅକବୋରର ପୁତ୍ର ଇଲ୍ନାଥନ୍କୁ ଓ ତାଙ୍କ ସହିତ ଅନ୍ୟ କେତେକ ଲୋକଙ୍କୁ ମିଶରକୁ ପଠାଇଲା।
23
ତହୁଁ ସେମାନେ ଉରିୟକୁ ମିଶରରୁ ଆଣି ଯିହୋୟାକୀମ୍ ନିକଟରେ ଉପସ୍ଥିତ କରାଇଲେ। ରାଜାଙ୍କ ଆଦେଶରେ ଉରିୟକୁ ଖଡ଼୍ଗରେ ବଧ କରାଗଲା ଓ ଦରିଦ୍ର ଲୋକମାନଙ୍କ କବର ସ୍ଥାନରେ ତାହାର ଶବ ପକାଗଲା।
24
ଯାହା ହେଉ, ଶାଫନର ପୁତ୍ର ଅହୀକାମ ଯିରିମିୟକୁ ରକ୍ଷା କଲେ। ଯେଉଁଥିପାଇଁ ତାଙ୍କୁ ହତ୍ୟା କରିବା ପାଇଁ ଲୋକମାନଙ୍କୁ ହସ୍ତାନ୍ତର କରାଗଲା ନାହିଁ।
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 27 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52