bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Jeremiah 31
Jeremiah 31
Odia Bible ERV 2004 (ପବିତ୍ର ବାଇବଲ)
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 32 →
1
ନୂତନ ଇସ୍ରାଏଲ ଅନନ୍ତର ସଦାପ୍ରଭୁ କହନ୍ତି, “ସେ ସମୟରେ ଆମ୍ଭେ ଇସ୍ରାଏଲର ସମସ୍ତ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
2
ସଦାପ୍ରଭୁ କହନ୍ତି, “ଖଡ଼୍ଗରୁ ରକ୍ଷା ପାଇଥିବା ଲୋକମାନେ ପ୍ରାନ୍ତରରେ ଆଶ୍ରୟ ପାଇବେ, ଯେତେବେଳେ ଇସ୍ରାଏଲ ବିଶ୍ରାମ ଗ୍ଭହିଁଲେ।”
3
ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, “ଆମ୍ଭେ ଚିରସ୍ଥାୟୀ ଭାବରେ ତୁମ୍ଭକୁ ପ୍ରେମ କରି ଆସିଛୁ। ଏଣୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।
4
“ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହେବ। ତୁମ୍ଭେ ପୁଣି ଆପଣା ତବଲାରେ ବିଭୂଷିତା ହୋଇ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
5
ତୁମ୍ଭେ କୃଷକମାନେ ପୁନର୍ବାର ଶମରିୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ। ତୁମ୍ଭେମାନେ ରୋପଣ କରି ତାହାର ଫଳ ଭୋଗ କରିବ।
6
ଏପରି ଏକ ସମୟ ଆସିବ ଯେତେବେଳେ ପ୍ରହରୀମାନେ ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ, ‘ଆସ, ଆମ୍ଭେମାନେ ସିୟୋନକୁ ଯିବା ଓ ଆମ୍ଭର ସଦାପ୍ରଭୁ’ ପରମେଶ୍ୱରଙ୍କୁ ପୂଜା କରିବା।”
7
କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର। ଅଗ୍ରଗଣ୍ୟ ଦେଶ ନିମନ୍ତେ ଜୟଧ୍ୱନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।’
8
ଆଉ ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ, ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସେମାନେ ବହୁ ସଂଖ୍ୟାରେ ଜନଗହଳି ହୋଇ ଏ ସ୍ଥାନକୁ ଆସିବେ।
9
ସେମାନେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସେମାନଙ୍କୁ ଆଗେଇ ନେବା। ଆମ୍ଭେ ସେମାନଙ୍କୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦେଇ ସଳଖ ପଥରେ ଗମନ କରାଇବା। ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।
10
“ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। ଆଉ ଦୂରସ୍ଥ ଦ୍ୱୀପ ସମୂହରେ ତାହା ପ୍ରଗ୍ଭର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ। ଆଉ ପାଳକ ଯେପରି ତାହାର ମେଷପଲକୁ ରକ୍ଷା କରେ, ସେପରି ସେ ତାହାକୁ ସୁରକ୍ଷା ଦେବେ।’
11
କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।
12
ପୁଣି ସେମାନେ ଆସି ସିୟୋନର ପର୍ବତରେ ଗାନ କରିବେ ଓ ସ୍ରୋତତୁଲ୍ୟ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ୟ, ଦ୍ରାକ୍ଷାରସ, ତେଲ, ପଲର ମେଷଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସେମାନଙ୍କର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ। ସେମାନେ ଆଉ ଦୁଃଖୀ ହେବେ ନାହିଁ।
13
ସେତେବେଳେ ଯୁବତୀ ନାରୀମାନେ ଆନନ୍ଦରେ ନୃତ୍ୟ କରିବେ ଓ ଯୁବା ଏବଂ ବୃଦ୍ଧମାନେ ସେମାନଙ୍କ ସହିତ ଯୋଗ ଦେବେ। ଆମ୍ଭେ ସେମାନଙ୍କର ଶୋକକୁ ଆନନ୍ଦରେ ପରିଣତ କରିବା। ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା ଦେବା ଓ ସେମାନଙ୍କୁ ଦୁଃଖ ବଦଳରେ ସୁଖ ଦେବା।
14
ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହେବେ। ଏହା ସଦାପ୍ରଭୁ କହନ୍ତି।”
15
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ କୋଳାହଳ ଓ ଅତି କରୁଣ ଚିତ୍କାର ଶୁଣାଯିବ। ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ। ସେ ତା’ର ସନ୍ତାନମାନଙ୍କ ବିଷୟରେ ସାନ୍ତ୍ୱନାବାଣୀ ଶୁଣିବ ନାହିଁ, କାରଣ ସେମାନେ ମୃତ।”
16
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କ୍ରନ୍ଦନରୁ ନିବୃତ୍ତ ହୁଅ ଓ ଚକ୍ଷୁରୁ ଲୋତକ ବନ୍ଦ କର। କାରଣ ତୁମ୍ଭେ ତୁମ୍ଭର କର୍ମାନୁସାରେ ପୁରସ୍କୃତ ହେବ।” ଆଉ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଶତ୍ରୁ ଦେଶରୁ ଫେରି ଆସିବ।
17
ତୁମ୍ଭ ଅନ୍ତିମକାଳ ବିଷୟରେ ପ୍ରତ୍ୟାଶ ଅଛି।” ସଦାପ୍ରଭୁ କହନ୍ତି, ଆଉ “ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣା ଦେଶକୁ ଫେରି ଆସିବେ।
18
ମୁଁ ପ୍ରକୃତରେ ଇଫ୍ରୟିମର କ୍ରନ୍ଦନ ଶୁଣିଅଛି। ସେ କାନ୍ଦିକରି ଏହି କଥା କହୁଛି, ‘ହେ ସଦାପ୍ରଭୁ, ତୁମ୍ଭେ ମୋତେ ଶାସ୍ତି ଦେଇଅଛ। ମୁଁ ପ୍ରକୃତ ଶିକ୍ଷା ପାଇଛି। ମୁଁ ଏକ ବନ୍ୟପଶୁ ସଦୃଶ ଥିଲି। ମୋତେ ତୁମ୍ଭ ନିକଟକୁ ଫେରିବାକୁ ଦିଅ, କାରଣ ତୁମ୍ଭେ ସଦାପ୍ରଭୁ ମୋର ପରମେଶ୍ୱର।
19
ହେ ସଦାପ୍ରଭୁ, ମୁଁ ଫେରିଲା ପରେ ଅନୁତପ୍ତ ହେଲି। ଶିକ୍ଷା ପାଇଁ ଦୁଃଖରେ ଆପଣା ଊରୁଦେଶକୁ ଆଘାତ କଲି। ମୁଁ ଆପଣା ଯୌବନ କାଳରେ ମନ୍ଦାଗ୍ଭର ଯୋଗୁଁ ଲଜ୍ଜିତ ଓ ବ୍ୟାକୁଳ ହେଲି।’”
20
ପରମେଶ୍ୱର କହନ୍ତି, “ଇଫ୍ରୟିମ ଆମ୍ଭର ପ୍ରିୟ ପୁତ୍ର। ଆମ୍ଭେ ତାହାକୁ ପ୍ରେମ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା’ ବିରୁଦ୍ଧରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା’ ପାଇଁ ଆମ୍ଭର ପ୍ରାଣ ବ୍ୟାକୁଳ ହୁଏ। ଆମ୍ଭେ ପ୍ରକୃତରେ ତାକୁ ଦୟା କରିବା।” ଏହା ସଦାପ୍ରଭୁ କହନ୍ତି।
21
“ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର। ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ ସେହି ପଥରେ ମନୋନିବେଶ କର। ହେ ଇସ୍ରାଏଲ କୁମାରୀ, ଫେରି ଆସ, ତୁମ୍ଭର ନଗରଗୁଡ଼ିକୁ ଫେରି ଆସ।
22
ହେ ଅବିଶ୍ୱସ୍ତା କନ୍ୟା, ତୁମ୍ଭେ କେତେକାଳ ଏଣେତେଣେ ଭ୍ରମଣ କରିବ? “କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”
23
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହନ୍ତି, “ଆମ୍ଭେ ପୁନର୍ବାର ଯିହୁଦାର ଲୋକମାନଙ୍କର ମଙ୍ଗଳ କରିବା। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱରୁ ମୁକ୍ତ କରିବା। ଯିହୁଦା ଦେଶରେ ଓ ତାହାର ନଗର ସକଳରେ ସେମାନେ ପୁନର୍ବାର ଏହା ବ୍ୟବହାର କରିବେ। ‘ହେ ଧାର୍ମିକମାନଙ୍କର ବାସସ୍ଥାନ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’
24
“ପୁଣି ଯିହୁଦା ଓ ତାହାର ନଗର ସବୁରେ କୃଷକମାନେ ଓ ପଲ ନେଇ ଭ୍ରମଣକାରୀମାନେ ଏକତ୍ର ଶାନ୍ତିରେ ବାସ କରିବେ।
25
କାରଣ ଆମ୍ଭେ କ୍ଳାନ୍ତ ଓ ଦୁର୍ବଳ ପ୍ରାଣକୁ ବିଶ୍ରାମ ଓ ଶକ୍ତି ପ୍ରଦାନ କରିବା।”
26
ଏହା ଶୁଣିଲା ଉତ୍ତାରେ, ମୁଁ ସୁଖଦାୟକ ନିଦ୍ରାରୁ ଜାଗ୍ରତ ହୋଇ ଗ୍ଭରିଆଡ଼କୁ ଗ୍ଭହିଁଲି।
27
ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ଯତ୍ନ ନେବା। ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପଶୁମାନଙ୍କୁ ଦ୍ୱିଗୁଣିତ କରିବା।
28
ଅତୀତରେ ଆମ୍ଭେ ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଳେଶ ଦେଇଥିଲୁ। ମାତ୍ର ବର୍ତ୍ତମାନ ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା। ଆଉ ସେମାନଙ୍କର ଯତ୍ନ ନେଇ ସେମାନଙ୍କୁ ଶକ୍ତିଶାଳୀ କରିବା।” ଏହା ସଦାପ୍ରଭୁ କହନ୍ତି।
29
“ଲୋକେ ଆଉ ଏପରି କଥା କେବେ କହିବେ ନାହିଁ ଯେ: ‘ପିତୃଗଣ ଅମ୍ଳ ଦ୍ରାକ୍ଷା ଫଳ ଖାଇଲେ, ସନ୍ତାନଗଣର ଦାନ୍ତ ଖଟା ହେବ।’
30
ସଦାପ୍ରଭୁ କହନ୍ତି, ପ୍ରତ୍ୟେକ ଲୋକ ନିଜର ପାପ ଯୋଗୁଁ ମରିବେ। କାରଣ ଅମ୍ଳ ଦ୍ରାକ୍ଷା ଫଳ ଖାଇବା ଲୋକର ଦାନ୍ତ କେବଳ ଖଟା ହେବ।”
31
ନୂତନ ନିୟମ ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା।
32
ଏହି ନିୟମ ସେମାନଙ୍କ ପୂର୍ବପୁରୁଷଗଣଙ୍କ ସହ ହୋଇଥିବା ନିୟମ ପରି ହେବ ନାହିଁ। ସେତେବେଳେ ଆମ୍ଭେ ସେମାନଙ୍କୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିୟମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”
33
ମାତ୍ର ସଦାପ୍ରଭୁ କହନ୍ତି, “ଭବିଷ୍ୟତରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା। ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
34
ପରମେଶ୍ୱରଙ୍କୁ ଜାଣିବାକୁ ସେମାନେ ଆପଣା ଆପଣା ପ୍ରତିବାସୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆଉ ସ୍ମରଣ କରିବା ନାହିଁ।”
35
ସଦାପ୍ରଭୁ ଇସ୍ରାଏଲକୁ ପରିତ୍ୟାଗ କରିବେ ନାହିଁ ସଦାପ୍ରଭୁ କହନ୍ତି, “ଯିଏ ଦିବସରେ ଆଲୋକ ଦେବା ପାଇଁ ସୂର୍ଯ୍ୟ ଓ ରାତ୍ରିରେ ଜ୍ୟୋତିଃ ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସେହି ହେଉଛନ୍ତି ସୈନ୍ୟାଧିପତି ସଦାପ୍ରଭୁ।”
36
ତା’ପରେ ସଦାପ୍ରଭୁ ଏହା କହନ୍ତି, “ଯେବେ ସୂର୍ଯ୍ୟ, ଚନ୍ଦ୍ର, ତାରକା ଓ ସମୁଦ୍ର ମୋ’ ନିୟନ୍ତ୍ରଣରେ ନ ରହନ୍ତି, ତେବେ କେବଳ ଇସ୍ରାଏଲ ବଂଶଧର ଆମ୍ଭ ସମ୍ମୁଖରେ ଗୋଟିଏ ଦେଶ ହେବାରୁ ବିରତ ହେବ।”
37
ପୁଣି ସଦାପ୍ରଭୁ ଏହା କହନ୍ତି, “ଯଦି ଲୋକମାନେ ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହାହେଲେ କେବଳ ଆମ୍ଭେ ମଧ୍ୟ ଇସ୍ରାଏଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ୟାଖାନ କରିଦେବା।” ଏହା ସଦାପ୍ରଭୁ କହନ୍ତି।
38
ନୂତନ ଯିରୁଶାଲମ ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେତେବେଳେ ଯିରୁଶାଲମ ନଗର ପୁନର୍ବାର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ। ତା’ପରେ ହନନେଲ ଦୁର୍ଗରୁ କୋଣ ଫାଟକ ପର୍ଯ୍ୟନ୍ତ ତାହା ନିର୍ମିତ ହେବ।
39
ଆଉ ସେଠାରୁ ପରିମାପକ ରଜ୍ଜୁ ଗାରେବ୍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ସେଠାରୁ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।
40
ପୁଣି ଶବ ଭସ୍ମରେ ପୂର୍ଣ୍ଣ ହୋଇଥିବା ଉପତ୍ୟକା, କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ୱ ଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। ଆଉ ସେହି ଯିରୁଶାଲମ ନଗର କେବେ ଉତ୍ପାଟିତ ବା ନିପାତିତ ହେବ ନାହିଁ।”
← Chapter 30
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 32 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52