bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
John 15
John 15
Odia Bible ERV 2004 (ପବିତ୍ର ବାଇବଲ)
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 16 →
1
ଯୀଶୁ ଦ୍ରାକ୍ଷାଲତା ସଦୃଶ ଯୀଶୁ କହିଲେ, “ମୁଁ ହେଉଛ ପ୍ରକୃତ ଦ୍ରାକ୍ଷାଲତା ଓ ମୋର ପରମପିତା କୃଷକ ଅଟନ୍ତି।
2
ମୋ’ଠାରେ ଥିବା ଯେଉଁ ଶାଖାରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖାରେ ଫଳ ଫଳି ଥାଏ, ସେ ସେଗୁଡ଼ିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି।
3
ମୁଁ ତୁମ୍ଭକୁ ଯେଉଁ ଉପଦେଶ ଦେଇଛି, ତାହା ଦ୍ୱାରା ତୁମ୍ଭେ ପରିଷ୍କୃତ ହୋଇ ସାରିଅଛ।
4
ମୋ’ଠାରେ ରୁହ ଓ ମୁଁ ତୁମ୍ଭଠାରେ ରହିବି। ଗୋଟିଏ ଶାଖା ଏକୁଟିଆ ଅଲଗାରେ କେବେ ଫଳ ଦେବ ନାହିଁ। ଏହା ଲତାରେ ଲାଗି ରହିବା ଉଚିତ୍। ତୁମ୍ଭେମାନେ ମଧ୍ୟ ଏକା ଥାଇ ଫଳ ଫଳି ପାରିବ ନାହିଁ। ତେଣୁ ତୁମ୍ଭେ ମୋ’ ସହିତ ମିଶି ରହିବା ଉଚିତ୍।
5
“ମୁଁ ଦ୍ରାକ୍ଷାଲତା ଓ ତୁମ୍ଭେମାନେ ଶାଖା। ଯେଉଁ ଲୋକ ମୋ’ଠାରେ ରହେ ଓ ମୁଁ ତାଠାରେ ରହେ, ସେହି ଲୋକ ପ୍ରଚୁର ଫଳ ଫଳେ। କିନ୍ତୁ ମୋ’ ବିନା ସେ କିଛି କରି ପାରିବ ନାହିଁ।
6
ଯଦି କେହି ବ୍ୟକ୍ତି ମୋ’ଠାରେ ରୁହେ ନାହିଁ, ତେବେ ତାକୁ ଶାଖା ପରି ଫିଙ୍ଗି ଦିଆଯିବ। ସେହି ଫିଙ୍ଗା ଯାଇଥିବା ଶାଖା ଶୁଖିଯାଏ। ଲୋକମାନେ ଶୁଖିଲା ଶାଖାକୁ ଉଠାଇ ନିଆଁରେ ଫୋପାଡ଼ି ଦିଅନ୍ତି। ସେଗୁଡ଼ିକ ଜଳିଯାଏ।
7
“ମୋ’ଠାରେ ରୁହ ଓ ମୋର ଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତେବେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆଯିବ।
8
ତୁମ୍ଭେମାନେ ପ୍ରଚୁର ଫଳ ଉତ୍ପାଦନା କର ଓ ମୋର ଶିଷ୍ୟ ବୋଲି ଦର୍ଶାଇ ଦିଅ। ଏହା ଦ୍ୱାରା ମୋର ପରମପିତା ଗୌରବ ପାଇବେ।
9
“ମୋ’ ପରମପିତା ମୋତେ ଯେପରି ପ୍ରେମ କରୁଥିଲେ, ମୁଁ ତୁମ୍ଭକୁ ସେହିପରି ପ୍ରେମ କରିଛି। ବର୍ତ୍ତମାନ ମୋ’ ପ୍ରେମରେ ସ୍ଥିର ରୁହ।
10
ମୁଁ ମୋର ପରମପିତାଙ୍କର ଆଜ୍ଞା ମାନିଛି ଓ ମୁଁ ତାହାଙ୍କ ପ୍ରେମରେ ରହିଛି। ସେହିପରି ତୁମ୍ଭେ ଯଦି ମୋର ଆଜ୍ଞା ପାଳନ କରିବ, ତୁମ୍ଭେ ମୋ’ ପ୍ରେମରେ ରହିବ।
11
ମୁଁ ତୁମ୍ଭକୁ ଏସବୁ କଥା କହିଛି, ତା’ହେଲେ ମୁଁ ଯେପରି ଆନନ୍ଦରେ ଅଛି, ତୁମ୍ଭେ ମଧ୍ୟ ମୋ’ ପରି ଆନନ୍ଦ ପାଇବ। ମୁଁ ଗ୍ଭହେଁ, ତୁମ୍ଭର ଆନନ୍ଦ ସମ୍ପୂର୍ଣ୍ଣ ହେଉ।
12
ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଛି! ଯେପରି ମୁଁ ତୁମ୍ଭକୁ ପ୍ରେମ କରିଛି ତୁମ୍ଭେମାନେ ମଧ୍ୟ ପରସ୍ପରକୁ ସେହିପରି ପ୍ରେମ କର।
13
ନିଜ ବନ୍ଧୁମାନଙ୍କ ପାଇଁ ପ୍ରାଣଦାନ ଦେଇ ଜଣେ ବ୍ୟକ୍ତି ସର୍ବୋତ୍କୃଷ୍ଟ ପ୍ରେମ ଦେଖାଇ ପାରିବ।
14
ତୁମ୍ଭେ ଯଦି ମୋ’ କହିବା ଅନୁଯାୟୀ କାମ କର, ତେବେ ତୁମ୍ଭେମାନେ ମୋର ବନ୍ଧୁ।
15
ମୁଁ ତୁମ୍ଭମାନଙ୍କୁ ବର୍ତ୍ତମାନ ସେବକ ବୋଲି କହୁ ନାହିଁ। ଜଣେ ସେବକ, ତା’ର ମୁନିବ କ’ଣ କରେ, ଜାଣେ ନାହିଁ। କିନ୍ତୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହୁଛି, କାରଣ ମୁଁ ପରମପିତାଙ୍କଠାରୁ ଯାହାସବୁ ଶୁଣିଛି ତାହା କହିଛି।
16
“ତୁମ୍ଭେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ଯ୍ୟ ଦେଇଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଗ୍ଭହେଁ, ତୁମ୍ଭ ଜୀବନରେ ଏହି ଫଳ ଲାଗିରହୁ। ସେଥିରେ ମୋ’ ନାମ ନେଇ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦେବେ।
17
ଏହା ମୋର ଆଦେଶ, ତୁମ୍ଭେମାନେ ପରସ୍ପରକୁ ପ୍ରେମ କର।
18
ଯୀଶୁ ଶିଷ୍ୟମାନଙ୍କୁ ସତର୍କ କରନ୍ତି “ଯଦି ତୁମ୍ଭକୁ ଜଗତ ଘୃଣା କରେ, ତେବେ ମନେରଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମୋତେ ଘୃଣା କରିଛି।
19
ତୁମ୍ଭେମାନେ ଯଦି ଏ ଜଗତର ହୋଇଥାଆନ୍ତ, ତେବେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥା’ନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।
20
“ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନେରଖ: ଜଣେ ଗ୍ଭକର ତା’ର ମୁନିବଠାରୁ ବଡ଼ ନୁହେଁ। ଯଦି ଲୋକମାନେ ମୋତେ ତାଡ଼ନା କରିଛନ୍ତି, ତେବେ ସେମାନେ ତୁମ୍ଭକୁ ମଧ୍ୟ ତାଡ଼ନା କରିବେ। ସେମାନେ ମୋର ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ୟ ମାନିବେ।
21
ଲୋକମାନେ ମୋ’ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ୟବହାର କରିବେ। କାରଣ ସେମାନେ ମୋର ପ୍ରେରଣକର୍ତ୍ତାଙ୍କୁ ଜାଣନ୍ତି ନାହିଁ।
22
ମୁଁ ଯଦି ଆସି ନ ଥା’ନ୍ତି ଓ ଏଜଗତର ଲୋକମାନଙ୍କୁ କହି ନ ଥା’ନ୍ତି, ତେବେ ସେମାନେ ପାପରେ ଦୋଷୀ ବୋଲି ବିବେଚିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସେମାନଙ୍କୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସେମାନଙ୍କ ପାଖରେ କୌଣସି ଆଳ ନାହିଁ।
23
“ମୋତେ ଘୃଣା କରୁଥିବା ବ୍ୟକ୍ତି ମୋର ପରମପିତାଙ୍କୁ ମଧ୍ୟ ଘୃଣା କରେ। ମୁଁ ଯେଉଁ ଆଶ୍ଚର୍ଯ୍ୟକାର୍ଯ୍ୟ ସେ ଲୋକମାନଙ୍କ ମଧ୍ୟରେ କରିଛି, ତାହା କୌଣସି ଲୋକ କେବେ କରି ନାହିଁ।
24
ଯଦି ମୁଁ ସେହି କାର୍ଯ୍ୟ କରି ନ ଥା’ନ୍ତି, ତେବେ ସେମାନେ ପାପଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇ ନ ଥାଆନ୍ତେ। କିନ୍ତୁ ସେମାନେ ମୋର ସେହି ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ଦେଖିଛନ୍ତି। ତଥାପି ସେମାନେ ମୋତେ ଓ ପରମପିତାଙ୍କୁ ଘୃଣା କରନ୍ତି।
25
ଏସବୁ ଘଟିବା ଦ୍ୱାରା ତାହାଙ୍କ ବିଧି ବ୍ୟବସ୍ଥାରେ ଯାହା ଲେଖାଥିଲା ତାହା ସତ୍ୟ ହେଲା: ‘ସେମାନେ ମୋତେ ବିନା କାରଣରେ ଘୃଣା କଲେ।’
26
“ମୁଁ ପରମପିତାଙ୍କ ପାଖରୁ ତୁମ୍ଭମାନଙ୍କ ନିକଟକୁ ସେହି ସାହାଯ୍ୟକାରୀଙ୍କୁ ପଠାଇବି। ସେହି ସାହାଯ୍ୟକାରୀ ସତ୍ୟମୟ ଆତ୍ମା ଅଟନ୍ତି। ସେ ପରମପାତାଙ୍କ ପାଖରୁ ଆସନ୍ତି। ସେ ଯେତେବେଳେ ଆସିବେ, ସେ ମୋ’ ବିଷୟରେ ସାକ୍ଷ୍ୟ ଦେବେ।
27
ତୁମ୍ଭେ ମୋ’ ବିଷୟରେ ଲୋକମାନଙ୍କୁ ମଧ୍ୟ କହିବ, କାରଣ ତୁମ୍ଭେମାନେ ପ୍ରଥମରୁ ମୋ’ ସହିତ ରହିଛ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21