bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
John 17
John 17
Odia Bible ERV 2004 (ପବିତ୍ର ବାଇବଲ)
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 18 →
1
ଯୀଶୁ ତାହାଙ୍କର ଶିଷ୍ୟମାନଙ୍କ ପାଇଁ ପ୍ରାର୍ଥନା କରନ୍ତି ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ୱର୍ଗ ଆଡ଼େ ଗ୍ଭହିଁଲେ। ସେ ପ୍ରାର୍ଥନା କଲେ, “ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହୋଇଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ୱିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବାନ୍ୱିତ ଦେଇ ପାରିବେ।
2
ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ଦେଇଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦେଇଛ, ସେସମସ୍ତଙ୍କୁ ସେହି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।
3
ତୁମ୍ଭେ ଯେ ଏକମାତ୍ର ସତ୍ୟ ପରମେଶ୍ୱର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସେହି ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ ଅଟେ।
4
ତୁମ୍ଭେ ମୋତେ ଯେଉଁ କାମ ଦେଇଥିଲ ତାହା ମୁଁ କରିସାରିଛି। ମୁଁ ତୁମ୍ଭକୁ ଏ ସଂସାରରେ ଗୌରବାନ୍ୱିତ କରିଛି।
5
ବର୍ତ୍ତମାନ ପରମପିତା ତୁମ୍ଭର ଉପସ୍ଥିତିରେ ମୋତେ ଗୌରବାନ୍ୱିତ କର। ଜଗତ ଆରମ୍ଭ ହେବା ପୂର୍ବରୁ, ମୋର ତୁମ୍ଭ ସହିତ ଯେଉଁ ଗୌରବ ଥିଲା, ତୁମ୍ଭେ ମୋତେ ତୁମ୍ଭ ସହିତ ଗୌରବାନ୍ୱିତ କର।
6
“ତୁମ୍ଭେ ପୃଥିବୀର କେତେକ ଲୋକଙ୍କୁ ମୋତେ ଦେଲ।
7
ମୁଁ ସେମାନଙ୍କଠାରେ ତୁମ୍ଭକୁ ପ୍ରକାଶ କରିଛି। ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦେଲ। ସେମାନେ ଜାଣନ୍ତି, ତୁମ୍ଭେ ମୋତେ ଯାହାସବୁ ଦେଇଛ, ସେ ସବୁ ତୁମ୍ଭ ପାଖରୁ ଆସେ।
8
ମୋତେ ତୁମ୍ଭେ ଯେଉଁ ଉପଦେଶ ଦେଇଥିଲ, ମୁଁ ସେହି ଉପଦେଶ ଏହି ଲୋକଙ୍କୁ ଦେଇଛି। ସେମାନେ ତାହା ଗ୍ରହଣ କରିଛନ୍ତି। ସେମାନେ ଜାଣି ପାରିଲେ ଯେ, ମୁଁ ପ୍ରକୃତରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମୋତେ ପଠାଇଛ ବୋଲି ସେମାନେ ବିଶ୍ୱାସ କରିଛନ୍ତି।
9
ମୁଁ ସେମାନଙ୍କ ପାଇଁ ଏବେ ପ୍ରାର୍ଥନା କରୁଛି। ମୁଁ ପୃଥିବୀର ଲୋକମାନଙ୍କ ପାଇଁ ପ୍ରାର୍ଥନା କରୁ ନାହିଁ। ମୁଁ ସେହିମାନଙ୍କ ପାଇଁ ପ୍ରାର୍ଥନା କରୁଛି, ଯେଉଁମାନଙ୍କୁ ତୁମ୍ଭେ ମୋତେ ଦେଇଥିଲ। କାରଣ ସେମାନେ ତୁମ୍ଭର ଅଟନ୍ତି।
10
ମୋର ଯାହାସବୁ ଅଛି, ସବୁ ତୁମ୍ଭର ଏବଂ ତୁମ୍ଭର ଯାହା ଅଛି, ସବୁ ମୋର। ଏହି ଲୋକମାନେ ମୋତେ ଗୌରବାନ୍ୱିତ କରନ୍ତି।
11
“ମୁଁ ବର୍ତ୍ତମାନ ତୁମ୍ଭ ପାଖକୁ ଆସୁଛି। ମୁଁ ବର୍ତ୍ତମାନ ଜଗତରେ ଆଉ ରହିବି ନାହିଁ। କିନ୍ତୁ ଏହି ଲୋକମାନେ ଜଗତରେ ରହିଛନ୍ତି। ହେ ପବିତ୍ର ପରମପିତା, ତୁମ୍ଭେ ସେମାନଙ୍କୁ ନିରାପଦରେ ରଖ। ତୁମ୍ଭ ନାମର ଶକ୍ତି ଦ୍ୱାରା ସେମାନଙ୍କୁ ନିରାପଦରେ ରଖ ଯେପରି ତୁମ୍ଭେ ଓ ମୁଁ ଏକ, ସେମାନେ ସେହିପରି ଏକ ହୋଇ ପାରିବେ।
12
ମୁଁ ଯେତେବେଳେ ସେମାନଙ୍କ ସହିତ ଥିଲି, ମୁଁ ସେମାନଙ୍କୁ ନିରାପଦରେ ରଖିଥିଲି। ମୁଁ ତୁମ୍ଭ ନାମର ଶକ୍ତି ବଳରେ ସେମାନଙ୍କୁ ନିରାପଦରେ ରଖିଥିଲି। ସେହି ନାମ ତୁମ୍ଭେ ମୋତେ ଦେଇଥିଲ। ମୁଁ ସେମାନଙ୍କୁ ସୁରକ୍ଷିତ କଲି। ସେମାନଙ୍କ ଭିତରୁ କେବଳ ଜଣେ ବିନାଶ ପାଇଁ ଉଦ୍ଧିଷ୍ଟ ଥିଲା। ଧର୍ମଶାସ୍ତ୍ର ଯେପରି ସଫଳ ହୁଏ ସେଥିପାଇଁ ସେ ନଷ୍ଟ ହେଲା।
13
“ମୁଁ ତୁମ୍ଭ ପାଖକୁ ଏବେ ଆସୁଛି। କିନ୍ତୁ ମୁଁ ଜଗତରେ ଥାଉ ଥାଉ ଏହିସବୁ ପାଇଁ ପ୍ରାର୍ଥନା କରୁଛି। ମୁଁ ଏହିସବୁ କହେ, ଯେପରି ଏହି ଲୋକମାନେ ମୋ’ଠାରେ ଥିବା ଆନନ୍ଦ ପାଇ ପାରିବେ। ମୁଁ ଗ୍ଭହେଁ, ସେମାନେ ସେମାନଙ୍କ ଭିତରେ ମୋର ପୂର୍ଣ୍ଣ ଆନନ୍ଦ ପାଆନ୍ତୁ।
14
ମୁଁ ସେମାନଙ୍କୁ ତୁମ୍ଭର ଉପଦେଶ ଦେଇଅଛି। ଆଉ ଏହି ଜଗତର ଲୋକମାନେ ସେମାନଙ୍କୁ ଘୃଣା କରନ୍ତି। କାରଣ ସେମାନେ ଜଗତର ନୁହନ୍ତି ଓ ଯେପରି ମୁଁ ମଧ୍ୟ ଏହି ଜଗତରୁ ଉତ୍ପନ୍ନ ନୁହେଁ।
15
“ମୁଁ ତୁମ୍ଭକୁ ସେମାନଙ୍କୁ ଜଗତରୁ ନେଇଯିବା ପାଇଁ କହୁ ନାହିଁ। ମୁଁ ତୁମକୁ ସେମାନଙ୍କୁ ପାପାତ୍ମା ଶୟତାନଠାରୁ ନିରାପଦରେ ରଖିବା ପାଇଁ କହୁଛି।
16
ମୁଁ ଯେପରି ଜଗତର ନୁହେଁ, ସେମାନେ ସେହିପରି ଏହି ଜଗତର ନୁହନ୍ତି।
17
ତେଣୁ ତୁମ୍ଭେ ତୁମ୍ଭର ସତ୍ୟ ଦ୍ୱାରା ସେମାନଙ୍କୁ ତୁମ୍ଭର ମେବା ପାଇଁ ପ୍ରସ୍ତୁତ କରାଅ। ତୁମ୍ଭର ଉପଦେଶ ହେଉଛି ସତ୍ୟ।
18
ମୁଁ ସେମାନଙ୍କୁ ଜଗତ ମଧ୍ୟକୁ ପଠାଇ ଦେଇଛି ଯେପରି ତୁମ୍ଭେ ମୋତେ ଏହି ଜଗତକୁ ପଠାଇଲ।
19
ମୁଁ ନିଜକୁ ସେବା ପାଇଁ ପ୍ରସ୍ତୁତ କରୁଛି। ମୁଁ ସେମାନଙ୍କ ପାଇଁ ଏହା କରୁଛି ଯେହେତୁ ସେମାନେ ତୁମ୍ଭର ସେବା ପାଇଁ ପ୍ରକୃତରେ ପ୍ରସ୍ତୁତ ହୋଇପାରିବେ।
20
“ମୁଁ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କରେ ଓ ଏହି ଲୋକମାନଙ୍କର ଶିକ୍ଷା ହେତୁ ମୋ’ଠାରେ ବିଶ୍ୱାସ କରିବାକୁ ଯାଉଥିବା ସମସ୍ତ ଲୋକମାନଙ୍କ ପାଇଁ ମଧ୍ୟ ପ୍ରାର୍ଥନା କରୁଛି।
21
ହେ ପରମପିତା, ମୁଁ ତୁମ୍ଭଠାରେ ପ୍ରାର୍ଥନା କରେ ଯେପରି ମୋ’ ଉପରେ ବିଶ୍ୱାସ ରଖୁଥିବା ଲୋକମାନେ ଏକ ହୋଇପାରିବେ। ତୁମ୍ଭେ ମୋ’ଠାରେ ରହିଛ ଓ ମୁଁ ତୁମ୍ଭଠାରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠାରେ ଯେପରି ଏକ ହୋଇ ପାରିବେ। ତଦ୍ଦ୍ୱାରା ଜଗତ ବିଶ୍ୱାସ କରିବ, ଯେ ତୁମ୍ଭେ ମୋତେ ପଠାଇଅଛ।
22
ମୋତେ ତୁମ୍ଭେ ଯେଉଁ ଗୌରବ ଦେଇଥିଲ, ମୁଁ ତାହା ଏହି ଲୋକମାନଙ୍କୁ ଦେଇଛି। ଏହି ଗୌରବ ଦେବାର କାରଣ ହେଉଛି ଯେ, ଯେପରି ‘ତୁମ୍ଭେ ଓ ମୁଁ ଏକ, ସେହିପରି ସେମାନେ ମଧ୍ୟ ଏକ ହୋଇପାରିବେ।’
23
ମୁଁ ସେମାନଙ୍କଠାରେ ରହିବି ଓ ତୁମ୍ଭେ ମୋ’ଠାରେ ରହିବ। ତେଣୁ ସେମାନେ ସମ୍ପୂର୍ଣ୍ଣ ଭାବେ ଏକ ହୋଇପାରିବେ। ତାହାହେଲେ ଏହି ଜଗତ ଜାଣି ପାରିବ ଯେ, ତୁମ୍ଭେ ମୋତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମୋତେ ଯେପରି ପ୍ରେମ କରୁଥିଲ ଠିକ୍ ସେହିପରି ଏହି ଲୋକମାନଙ୍କୁ ମଧ୍ୟ ପ୍ରେମ କରୁଛ।
24
“ହେ ପରମପିତା, ତୁମ୍ଭେ ମୋତେ ଯେଉଁ ଲୋକମାନଙ୍କୁ ଦେଇଛ, ମୁଁ ଗ୍ଭହେଁ, ମୁଁ ଥିବା ପ୍ରତ୍ୟେକ ସ୍ଥାନରେ ସେମାନେ ମୋ’ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସେମାନେ ମୋର ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମୋତେ ଦେଇଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହେବା ପୂର୍ବରୁ ମୋତେ ପ୍ରେମ କଲ।
25
ହେ ପରମପିତା ତୁମ୍ଭେ ହେଉଛ ଉତ୍ତମ। ଏହି ଜଗତ ତୁମ୍ଭକୁ ଚିହ୍ନି ନାହିଁ କିନ୍ତୁ ମୁଁ ତୁମ୍ଭକୁ ଚିହ୍ନେ। ଏହି ଲୋକମାନେ ଜାଣନ୍ତି ଯେ, ତୁମ୍ଭେ ମୋତେ ପଠାଇଛ।
26
ତୁମ୍ଭେ କିପରି ତାହା ମୁଁ ସେମାନଙ୍କଠାରେ ପ୍ରକାଶ କରିଛି। ଏବଂ ପୁନର୍ବାର ସେମାନଙ୍କଠାରେ ପ୍ରକାଶ କରିବି। ତା’ପରେ ମୋ’ ପ୍ରତି ତୁମ୍ଭର ଯେପରି ପ୍ରେମ ରହିଛି, ସେହିପରି ପ୍ରେମ ତାହାଙ୍କଠାରେ ରହିବ ଓ ମୁଁ ସେମାନଙ୍କଠାରେ ବାସ କରିବି।”
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21