bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
John 19
John 19
Odia Bible ERV 2004 (ପବିତ୍ର ବାଇବଲ)
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 20 →
1
ତା’ପରେ ପୀଲାତ ଯୀଶୁଙ୍କୁ ନେଇ ଯାଇ କୋରଡ଼ା ପ୍ରହାର କରିବା ପାଇଁ ଆଦେଶ ଦେଲେ।
2
ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ। ତା’ପରେ ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ।
3
ସୈନିକମାନେ ଯୀଶୁଙ୍କ ପାଖକୁ ବହୁତ ଥର ଆସିଲେ ଓ କହିଲେ, “ହେ! ଯିହୂଦୀମାନଙ୍କ ରାଜା।” ସେମାନେ ଯୀଶୁଙ୍କୁ ଗ୍ଭପୁଡ଼ା ମାରିଲେ।
4
ପୀଲାତ ପୁଣି ଥରେ ବାହାରକୁ ଆସି ଯିହୂଦୀମାନଙ୍କୁ କହିଲେ, “ବର୍ତ୍ତମାନ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗକୁ ଆଣୁଛି। ମୁଁ ତୁମ୍ଭମାନଙ୍କୁ ଜଣାଇ ଦେବାକୁ ଗ୍ଭହେଁ ଯେ, ମୁଁ ତାହାଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ ପାଉ ନାହିଁ।”
5
ତା’ପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, “ଦେଖ, ସେହି ଲୋକ।”
6
ତାହାଙ୍କୁ ଦେଖିଲା ମାତ୍ରେ ପ୍ରଧାନଯାଜକଗଣ ଓ ଯିହୂଦୀ ପ୍ରହରୀମାନେ ଚିତ୍କାର କଲେ, “ତାକୁ କ୍ରୁଶରେ ଚଢ଼ାଇ ମାର, ତାକୁ କ୍ରୁଶରେ ଚଢ଼ାଇ ମାର।” କିନ୍ତୁ ପୀଲାତ କହିଲେ, “ତୁମ୍ଭେମାନେ ତାହାଙ୍କୁ ନେଇ କ୍ରୁଶରେ ଚଢ଼ାଇ ମାର, କିନ୍ତୁ ମୁଁ ତାହାଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ ପାଉ ନାହିଁ।”
7
ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭର ବ୍ୟବସ୍ଥା ଅନୁସାରେ ସେ ମୃତ୍ୟୁଦଣ୍ଡ ପାଇବା ଉଚିତ୍ କାରଣ ସେ ନିଜକୁ ପରମେଶ୍ୱରଙ୍କର ପୁତ୍ର ବୋଲି କହିଅଛି।”
8
ପୀଲାତ ଏହା ଶୁଣି ଆହୁରି ଭୟଭୀତ ହେଲେ।
9
ସେ ପ୍ରାସାଦ ଭିତରକୁ ଫେରିଗଲେ ଓ ଯୀଶୁଙ୍କ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଛ?” ମାତ୍ର ଯୀଶୁ କିଛି ଉତ୍ତର ଦେଲେ ନାହିଁ।
10
ପୀଲାତ କହିଲେ, “ତୁମ୍ଭେ କ’ଣ ମୋ’ ସହିତ କଥା କହିବ ନାହିଁ? ମନେରଖ, ତୁମ୍ଭକୁ ମୁକ୍ତି ଦେବାକୁ କି କ୍ରୁଶରେ ଚଢ଼ାଇବାକୁ ମଧ୍ୟ ଆମ୍ଭର କ୍ଷମତା ଅଛି।”
11
ଯୀଶୁ ଉତ୍ତର ଦେଲେ, “ମୋ’ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କେବଳ ସେହି କ୍ଷମତା ପରମେଶ୍ୱର ଆପଣଙ୍କୁ ଦେଇଛନ୍ତି। ତେଣୁ ଯିଏ ମୋତେ ଆପଣଙ୍କ ପାଖରେ ସମର୍ପଣ କରିଛି, ତା’ର ପାପ ଆହୁରି ଗୁରୁତର।”
12
ଏହା ପରେ ପୀଲାତ ଯୀଶୁଙ୍କୁ ମୁକ୍ତି ଦେବାକୁ ଚେଷ୍ଟା କଲେ। କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, “ଆପଣ ଯଦି ଏ ବ୍ୟକ୍ତିକୁ ମୁକ୍ତ କରି ଦିଅନ୍ତି, ତେବେ ଆପଣ କାଇସରଙ୍କର ବନ୍ଧୁ ନୁହନ୍ତି। ଯିଏ ନିଜକୁ ରାଜା ବୋଲି ଦାବୀ କରୁଛି, ସେ କାଇସରଙ୍କ ବିରୋଧୀ।”
13
ପୀଲାତ ଯିହୂଦୀମାନଙ୍କର ଏହି କଥା ଶୁଣିଲେ। ତେଣୁ ସେ ଯୀଶୁଙ୍କୁ ‘ପ୍ରସ୍ତରମଣ୍ଡପ’ ନାମକ ସ୍ଥାନକୁ ଆଣିଲେ। ଏବ୍ରୀ ଭାଷାରେ ଏହାର ନାମ ‘ଗବ୍ବଥା’ ଅଟେ। ପୀଲାତ ପ୍ରସ୍ତରମଣ୍ଡପରେ ଥିବା ବିଗ୍ଭରାସନରେ ବସିଲେ।
14
ସେଦିନ ନିସ୍ତାରପର୍ବ ସପ୍ତାହର ପ୍ରସ୍ତୁତି ଦିନର ମଧ୍ୟାହ୍ନ ସମୟ ଥିଲା। ପୀଲାତ ଯିହୂଦୀମାନଙ୍କୁ କହିଲେ, “ତୁମ୍ଭର ରାଜାଙ୍କୁ ଦେଖ।”
15
ଯିହୂଦୀମାନେ ଚିତ୍କାର କଲେ, “ତାକୁ ଦୂରକୁ ନେଇଯାଅ। ତାକୁ କ୍ରୁଶରେ କଣ୍ଟାବିଦ୍ଧ କରି ମାରିଦିଅ।” ପୀଲାତ ଯିହୂଦୀମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ଭହଁ ଯେ, ମୁଁ ତୁମ୍ଭ ରାଜାଙ୍କୁ କ୍ରୁଶରେ ଚଢ଼ାଇ ମାରିବି?” ମୁଖ୍ୟ ଯାଜକମାନେ ଉତ୍ତର ଦେଲେ, “କାଇସର କେବଳ ଆମ୍ଭର ରାଜା।”
16
ତେଣୁ ପୀଲାତ ଯୀଶୁଙ୍କୁ କ୍ରୁଶରେ ମାରିବା ପାଇଁ ସେମାନଙ୍କ ହାତରେ ସମର୍ପି ଦେଲା। ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ ସୈନିକମାନେ ଯୀଶୁଙ୍କୁ ନେଇଗଲେ।
17
ଯୀଶୁ ତାହାଙ୍କ ନିଜର କ୍ରୁଶ ବୋହି “କପାଳସ୍ଥଳ” ନାମକ ସ୍ଥାନକୁ ଗଲେ। ଏବ୍ରୀ ଭାଷାରେ ସେହି ସ୍ଥାନକୁ ‘ଗଲ୍ଗଥା’ କହନ୍ତି।
18
ସେହି ‘ଗଲ୍ଗଥା’ରେ ସେମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ଯୀଶୁଙ୍କୁ ମଝିରେ ରଖି ତାହାଙ୍କର ଦୁଇ ପାର୍ଶ୍ୱରେ ଆଉ ଦୁଇଜଣଙ୍କୁ ମଧ୍ୟ କ୍ରୁଶବିଦ୍ଧ କଲେ।
19
ପୀଲାତ ଗୋଟିଏ ସଙ୍କେତ ଲେଖି ଯୀଶୁଙ୍କ କ୍ରୁଶରେ ଟଙ୍ଗେଇଲେ। ସେଥିରେ ଲେଖାଥିଲା, “ ନାଜରିତୀୟ ଯୀଶୁ ଯିହୂଦୀମାନଙ୍କର ରାଜା।”
20
ଯୀଶୁଙ୍କର କ୍ରୁଶବିଦ୍ଧ ହେବା ସ୍ଥାନ ନଗରର ନିକଟବର୍ତ୍ତୀ ହୋଇଥିବା କାରଣରୁ ଅନେକ ଯିହୂଦୀ ସେହି ସଙ୍କେତ ପଢ଼ିଲେ। ଏହା ଏବ୍ରୀ, ଲାଟିନ୍ ଓ ଗ୍ରୀକ୍ ଭାଷାରେ ଲେଖା ହୋଇଥିଲା।
21
ମୁଖ୍ୟ ଯାଜକମାନେ ପୀଲାତଙ୍କୁ କହିଲେ, “ଯିହୂଦୀମାନଙ୍କ ରାଜା,” ଏହି କଥା ଲେଖନ୍ତୁ ନାହିଁ। କିନ୍ତୁ ଏହି ଲୋକ ନିଜକୁ ‘ମୁଁ ଯିହୂଦୀମାନଙ୍କ ରାଜା ବୋଲି କହିଲା’ ବୋଲି ଲେଖନ୍ତୁ।
22
ପୀଲାତ ଉତ୍ତର ଦେଲେ, “ମୁଁ ଯାହା ଲେଖିଛି, ତାହା ପରିବର୍ତ୍ତନ କରିବି ନାହିଁ।”
23
ଯୀଶୁଙ୍କୁ କ୍ରୁଶବିଦ୍ଧ କଲାପରେ ସୈନିକମାନେ ତାହାଙ୍କର ଲୁଗାପଟା ନେଇଗଲେ। ସେମାନେ ତାହାଙ୍କର ବସ୍ତ୍ର ଗ୍ଭରି ଭାଗ କଲେ। ପ୍ରତ୍ୟେକ ସୈନିକ ଗୋଟିଏ ଭାଗ ରଖିଲେ। ସେମାନେ ତାହାଙ୍କର ପିନ୍ଧା ପୋଷାକ ମଧ୍ୟ ନେଇଗଲେ। ଏହା ତଳୁ ଉପର ପର୍ଯ୍ୟନ୍ତ ବିନା ସିଲେଇରେ ଗୋଟିଏ ପୋଷାକ ଥିଲା।
24
ତେଣୁ ସେମାନେ ପରସ୍ପର କଥା ହେଲେ, “ଆମ୍ଭେ ଏହାକୁ ଚିରି ଭାଗ କରିବା ନାହିଁ। ଏହା କିଏ ପାଇବ, ତାହା ଜାଣିବା ପାଇଁ ଆମ୍ଭେ ଗୁଲିବାଣ୍ଟ କରିବା ଉଚିତ୍।” ଏହା ଦ୍ୱାରା ଧର୍ମଶାସ୍ତ୍ରର ଉକ୍ତି ସତ୍ୟ ହେଲା: “ସେମାନେ ନିଜ ନିଜ ମଧ୍ୟରେ ମୋର ବସ୍ତ୍ର ଭାଗ କଲେ ଓ ମୋର ପିନ୍ଧା ପୋଷାକ ପାଇଁ ଗୁଲିବାଣ୍ଟ କଲେ।” ତେଣୁ ସୈନିକମାନେ ତାହା କଲେ।
25
ଯୀଶୁଙ୍କର ମା’ ତାହାଙ୍କ କ୍ରୁଶ ନିକଟରେ ଠିଆ ହୋଇଥିଲେ, ସେଠାରେ ତାହାଙ୍କର ମାଉସୀ, କ୍ଲୋପାଙ୍କ ସ୍ତ୍ରୀ ମରିୟମ ଓ ମଗ୍ଦଲୀନୀ ମରିୟମ ମଧ୍ୟ ଠିଆ ହୋଇଥିଲେ।
26
ଯୀଶୁ ତାହାଙ୍କ ମାଙ୍କୁ ଦେଖିଲେ। ସେ ତାହାଙ୍କର ଅତି ପ୍ରିୟ ଶିଷ୍ୟକୁ ମଧ୍ୟ ତାହାଙ୍କ ପାଖରେ ଠିଆ ହୋଇଥିବା ଦେଖିଲେ। ତାହାଙ୍କ ମାଙ୍କୁ କହିଲେ, “ପ୍ରିୟ ନାରୀ, ଏ ଦେଖ, ତୁମ୍ଭର ପୁଅ!”
27
ତା’ପରେ ଯୀଶୁ ତାହାଙ୍କର ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ଏଠାରେ ତୁମ୍ଭର ମା।” ତେଣୁ ଏହି ଶିଷ୍ୟ ଜଣକ ଯୀଶୁଙ୍କ ମା ଙ୍କୁ ତାହାଙ୍କ ଘରକୁ ନେଇଗଲେ।
28
ଯୀଶୁ ମୃତ୍ୟୁବରଣ କଲେ ଏବେ ସମସ୍ତ କିଛି ଶେଷ ହୋଇଯାଇଛି, ଯୀଶୁ ଏହା ଜାଣିଲେ। ଧର୍ମଶାସ୍ତ୍ରବାଣୀ ସତ୍ୟ ହେବା ପାଇଁ ସେ କହିଲେ, “ମୋତେ ଶୋଷ କରୁଛି।”
29
ସେଠାରେ ଗୋଟିଏ ପାତ୍ରରେ ଭର୍ତ୍ତି ଖଟାପିତା ସ୍ୱାଦଯୁକ୍ତ ରସ ରଖାଯାଇଥିଲା। ସେମାନେ ଖଣ୍ଡେ ସ୍ପଞ୍ଜ୍କୁ ରସରେ ବୁଡ଼େଇ ଏଜୋପ ନଳରେ ଲଗାଇ ଯୀଶୁଙ୍କ ମୁଖ ପାଖକୁ ବଢ଼ାଇଲେ।
30
ଯୀଶୁ ତାହା ପାନ କରି କହିଲେ, “ସମାପ୍ତ ହେଲା।” ତା’ପରେ ସେ ମୁଣ୍ଡ ନୁଆଁଇ ପ୍ରାଣତ୍ୟାଗ କଲେ।
31
ସେଦିନ ନିସ୍ତାରପର୍ବର ପ୍ରସ୍ତୁତି ଦିନ ଥିଲା। ତହିଁ ଆରଦିନ ବିଶେଷ ବିଶ୍ରାମବାର ଥିଲା। ତେଣୁ ଯିହୂଦୀମାନେ ଗ୍ଭହୁଁ ନ ଥିଲେ ଯେ, ମୃତ ଶରୀରଗୁଡ଼ିକ କ୍ରୁଶ ଉପରେ ବିଶ୍ରାମବାର ଦିନ ପର୍ଯ୍ୟନ୍ତ ଝୁଲି ରହୁ। ତେଣୁ ସେମାନେ ପୀଲାତଙ୍କୁ ଅନୁରୋଧ କଲେ ଯେ, ସେମାନଙ୍କର ଗୋଡ଼ ଭାଙ୍ଗିଦେବା ପାଇଁ ଆଦେଶ ଦିଅନ୍ତୁ। ଯେପରି ସେମାନେ ଶ୍ରୀଘ୍ର ମରିଯିବେ ଓ ସେମାନଙ୍କର ଦେହ କ୍ରୁଶରୁ ଓହ୍ଲାଇବା ପାଇଁ ତାଙ୍କୁ ଅନୁମତି ମାଗିଲେ।
32
ତେଣୁ ସୈନିକମାନେ ଆସି ପ୍ରଥମ ଲୋକଟିର ଗୋଡ଼ ଭାଙ୍ଗିଦେଲେ। ତା’ପରେ ସେମାନେ ଅନ୍ୟ ଲୋକଟିର ଗୋଡ଼ ଭାଙ୍ଗିଦେଲେ।
33
କିନ୍ତୁ ସେମାନେ ଯେତେବେଳେ ଯୀଶୁଙ୍କ ପାଖକୁ ଆସିଲେ, ସେତେବେଳେ ସେମାନେ ଦେଖିଲେ ଯେ, ସେ ମରି ସାରିଲେଣି। ତେଣୁ ସେମାନେ ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ।
34
କିନ୍ତୁ ଜଣେ ସୈନିକ ବର୍ଚ୍ଛା ଦ୍ୱାରା ତାହାଙ୍କର କକ୍ଷଦେଶକୁ ବିଦ୍ଧ କଲା। ସଙ୍ଗେ ସଙ୍ଗେ ତହିଁରୁ ରକ୍ତ ଓ ଜଳ ବୋହି ଆସିଲା।
35
ଯିଏ ଏହା ଦେଖିଛନ୍ତି ସେ ଏହା ବର୍ଣ୍ଣନା କରିଛନ୍ତି। ଯଦ୍ଦ୍ୱାରା ତୁମ୍ଭେ ମଧ୍ୟ ଶୁଣି ବିଶ୍ୱାସ କରିବ। ସେ ଯାହା କହନ୍ତି, ତାହା ସତ୍ୟ। ସେ ଜାଣନ୍ତି ଯେ, ସେ ସତ୍ୟ କହନ୍ତି।
36
ଏସବୁ ଘଟିଛି, ଅତଏବ ଧର୍ମଶାସ୍ତ୍ରରେ ଯାହା ଲେଖା ଅଛି, ତାହା ସତ୍ୟ ହେବ, “ତାହାଙ୍କର ଗୋଟିଏ ହାଡ ମଧ୍ୟ ଭାଙ୍ଗି ଯିବ ନାହିଁ।”
37
ଅନ୍ୟ ସ୍ଥାନରେ ଧର୍ମଶାସ୍ତ୍ରରେ ଲେଖାଅଛି: “ସେମାନେ ଯାହାଙ୍କୁ ବର୍ଚ୍ଛା ଦ୍ୱାରା ଆଘାତ କଲେ, ତାହାଙ୍କୁ ଲୋକମାନେ ଦେଖିବେ।”
38
ଯୀଶୁଙ୍କର ସମାଧି ଏହା ପରେ ହାରାମାଥୀୟାର ଯୋସେଫ ନାମକ ଜଣେ ଲୋକ ପୀଲାତଙ୍କୁ ଯୀଶୁଙ୍କର ଶରୀରଟି ମାଗିଲେ। ଯୋସେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ତାହା କହିଲେ ନାହିଁ, କାରଣ ସେ ଯିହୂଦୀମାନଙ୍କୁ ଭୟ କରୁଥିଲେ। ପୀଲାତ ଯିହୂଦୀମାନଙ୍କୁ ଯୀଶୁଙ୍କର ଶରୀର ନେବା ପାଇଁ ଅନୁମତି ଦେଲେ। ତେଣୁ ଯୋସେଫ ଆସି ଯୀଶୁଙ୍କର ଶରୀର ନେଇଗଲେ।
39
ନୀକଦୀମ ମଧ୍ୟ ଯୋସେଫଙ୍କ ସହିତ ଗଲେ। ସେ ପ୍ରଥମେ ଯୀଶୁଙ୍କ ସହିତ ରାତ୍ରିରେ ସାକ୍ଷାତ କରିବାକୁ ଯାଇଥିଲେ ଓ ତାହାଙ୍କ ସହିତ କଥା ହୋଇଥିଲେ। ସେ ଯୀଶୁଙ୍କ ଦେହରେ ଲଗାଇବା ପାଇଁ ପ୍ରାୟ ପ୍ରଗ୍ଭଶ କିଲୋଗ୍ରାମ ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ।
40
ଯିହୂଦୀମାନଙ୍କର ସମାଧି ଦେବା ପ୍ରଥାନୁସାରେ ସେମାନେ ଦୁହେଁ ଯୀଶୁଙ୍କର ମୃତଦେହକୁ ସୁଗନ୍ଧି ଅଗୁରୁ ସହିତ ପତଳା ଲୁଗାରେ ଗୁଡ଼େଇ ଦେଲେ।
41
ଯୀଶୁଙ୍କୁ ଯେଉଁଠାରେ କ୍ରୁଶବିଦ୍ଧ କରାଯାଇଥିଲା, ସେହି ସ୍ଥାନ ପାଖରେ ଗୋଟିଏ ବଗିଗ୍ଭ ଥିଲା। ସେହି ବଗିଗ୍ଭରେ ଗୋଟିଏ ନୂଆ କବର ଥିଲା, ଯେଉଁଥିରେ ପୂର୍ବରୁ କାହାକୁ ସମାଧି ଦିଆ ଯାଇ ନ ଥିଲା,
42
ବିଶ୍ରାମବାର ଆରମ୍ଭ ହେବା ପୂର୍ବରୁ ତାହାର ପ୍ରସ୍ତୁତି କାର୍ଯ୍ୟ ଶେଷ କରିବା ପାଇଁ ସେମାନେ ଯୀଶୁଙ୍କୁ ସେଠାରେ ସମାଧିସ୍ଥ କଲେ, କାରଣ ସେହି ସମାଧିଟି ପାଖରେ ଥିଲା।
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21