bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
John 2
John 2
Odia Bible ERV 2004 (ପବିତ୍ର ବାଇବଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 3 →
1
କାନ୍ନାରେ ବିବାହ ଦୁଇ ଦିନ ପରେ ଗାଲିଲୀର କାନ୍ନା ସହରରେ ଗୋଟିଏ ବିବାହ ହେଲା। ଯୀଶୁଙ୍କ ମା ସେଠାରେ ଥିଲେ।
2
ସେହି ବିବାହ ଉତ୍ସବକୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ମଧ୍ୟ ନିମନ୍ତ୍ରିତ ହୋଇଥିଲେ।
3
ସେହି ବିବାହ ଉତ୍ସବରେ ଯଥେଷ୍ଟ ପରିମାଣରେ ଦ୍ରାକ୍ଷାରସ ନ ଥିଲା। ଦ୍ରାକ୍ଷାରସ ସରିଯିବା ପରେ ଯୀଶୁଙ୍କର ମା ଆସି ତାହାଙ୍କୁ କହିଲେ, “ସେମାନଙ୍କର ଆଉ ଦ୍ରାକ୍ଷାରସ ନାହିଁ।”
4
ଯୀଶୁ ଉତ୍ତର ଦେଲେ, “ପ୍ରିୟ ନାରୀ, କ’ଣ କରିବାକୁ ହେବ, ଏହା ତୁମ୍ଭେ ମୋତେ କହିବା ଉଚିତ୍ ନୁହେଁ। ମୋର ସମୟ ଏପର୍ଯ୍ୟନ୍ତ ଆସି ନାହିଁ।”
5
ଯୀଶୁଙ୍କର ମା ସେବକମାନଙ୍କୁ କହିଲେ, “ଯୀଶୁ ଯେପରି କହନ୍ତି, ତୁମ୍ଭେମାନେ ସେହିପରି କର।”
6
ସେହି ସ୍ଥାନରେ ଛଅଟି ପଥରର ବଡ଼ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ୟବହାର କରୁଥିଲେ। ପ୍ରତ୍ୟେକ ଜଳକୁଣ୍ଡରେ ପ୍ରାୟ ଶହେରୁ ଶହେ ପଗ୍ଭଶ ଲିଟର ପାଣି ଧରୁଥିଲା।
7
ଯୀଶୁ ସେବକମାନଙ୍କୁ କହିଲେ, “ସେହି ଜଳକୁଣ୍ଡରେ ପାଣି ଭର୍ତ୍ତି କର।” ତେଣୁ ସେବକମାନେ ଜଳକୁଣ୍ଡରେ ପାଣି ଭର୍ତ୍ତି କରିଦେଲେ।
8
ତା’ପରେ ଯୀଶୁ ସେବକମାନଙ୍କୁ କହିଲେ, “ବର୍ତ୍ତମାନ ସେଥିରୁ କିଛି ପାଣି କାଢ଼ି ନିଅ। ଏହି ପାଣି ନେଇ ଭୋଜିକର୍ତ୍ତାଙ୍କ ପାଖକୁ ଯାଅ।” ତେଣୁ ସେମାନେ ସେହି ପାଣି ନେଇ ତାହାଙ୍କ ପାଖରେ ପହଞ୍ଚିଲେ।
9
ତା’ପରେ ଭୋଜି ଦାୟିତ୍ୱରେ ଥିବା ମୁଖ୍ୟ ଲୋକ ତାହାକୁ ଗ୍ଭଖିଲେ। ସେହି ପାଣି ଏବେ ଦ୍ରାକ୍ଷାରସରେ ପରିଣତ ହୋଇଯାଇଥିଲା। ସେ ଜାଣି ନ ଥିଲେ ଯେ ଏପରି ଦ୍ରାକ୍ଷାରସ କେଉଁଠାରୁ ଆସିଲା? କିନ୍ତୁ ସେହି ପାଣି କାଢ଼ିଥିବା ସେବକମାନେ ଜାଣିଥିଲେ। ତା’ପରେ ଭୋଜିକର୍ତ୍ତା ବରକୁ ଡାକିଲେ।
10
ସେ ବରକୁ କହିଲେ, “ଲୋକମାନେ ସବୁବେଳେ ସବୁଠାରୁ ଉତ୍ତମ ଦ୍ରାକ୍ଷାରସ ପ୍ରଥମେ ପିଇବାକୁ ଦିଅନ୍ତି। ଅତିଥିମାନେ ଯଥେଷ୍ଟ ପିଇ ତୃପ୍ତ ହେବାପରେ ସେମାନେ ଶସ୍ତା ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମ୍ଭେ ତ ଏପର୍ଯ୍ୟନ୍ତ ଉତ୍ତମ ଦ୍ରାକ୍ଷାରସ ରଖିଛ।”
11
ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା। ସେ ଏହି ଆଶ୍ଚର୍ଯ୍ୟକାମ ଗାଲିଲୀର କାନ୍ନା ସହରରେ କରିଥିଲେ। ଏହିପରି ସେ ତାହାଙ୍କ ମହିମା ଦେଖାଇଲେ। ଏବଂ ତାହାଙ୍କର ଶିଷ୍ୟମାନେ ତାହାଙ୍କ ଉପରେ ବିଶ୍ୱାସ କଲେ।
12
ତା’ପରେ ଯୀଶୁ କଫର୍ନାହୂମ ସହରକୁ ଗଲେ। ତାଙ୍କ ସହିତ ତାଙ୍କର ମା, ତାଙ୍କର ଭାଇମାନେ ଓ ତାଙ୍କର ଶିଷ୍ୟମାନେ ଗଲେ। ସେମାନେ ସମସ୍ତେ କଫର୍ନାହୂମରେ କିଛି ଦିନ ରହିଲେ।
13
ମନ୍ଦିର ଭିତରେ ଯୀଶୁ ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହୋଇଆସୁଥିଲା। ତେଣୁ ଯୀଶୁ ଯିରୁଶାଲମକୁ ଗଲେ।
14
ସେହି ମନ୍ଦିର ପରିସରରେ ଯୀଶୁ ଲୋକମାନଙ୍କୁ ଗୋରୁ, ମେଣ୍ଢା ଓ କପୋତ ବିକ୍ରୀ କରିବାର ଦେଖିଲେ। କେତେକ ଲୋକଙ୍କୁ ସେ ଟେବୁଲ ପାଖରେ ବସିଥିବାର ଦେଖିଲେ। ସେହି ଲୋକମାନେ ଲୋକଙ୍କର ଟଙ୍କା ବିନିମୟ ଓ ବ୍ୟବସାୟ ମଧ୍ୟ କରୁଥିଲେ।
15
ଯୀଶୁ କେତେ ଖଣ୍ଡ ଦଉଡ଼ିରେ ଗୋଟିଏ ଛାଟ ତିଆରି କଲେ। ତା’ପରେ ଯୀଶୁ ସେ ସମସ୍ତ ଲୋକମାନଙ୍କୁ, ମେଣ୍ଢାଗୁଡ଼ିକୁ ଓ ଗୋରୁଗୁଡ଼ିକୁ ସେଠାରୁ ଜୋର୍ ଜବରଦସ୍ତି ତଡ଼ି ଦେଲେ। ସେ ମୁଦ୍ରା ବିନିମୟକାରୀମାନଙ୍କର ଟଙ୍କା ତଳେ ପକେଇ ମେଜଗୁଡ଼ିକ ଓଲଟେଇ ଦେଲେ।
16
ତା’ପରେ ଯୀଶୁ କପୋତ ବେପାରୀମାନଙ୍କୁ ଯାଇ କହିଲେ, “ଏସବୁ ଜିନିଷ ଗୁଡ଼ିକ ଏଠାରୁ ନେଇଯାଅ। ମୋର ପରମପିତାଙ୍କ ଘରକୁ ଗୋଟିଏ ବାଣିଜ୍ୟ ଗୃହରେ ପରିଣତ କର ନାହିଁ।”
17
ଏହିସବୁ ଘଟଣା ଘଟିବା ବେଳେ ଯୀଶୁଙ୍କର ଶିଷ୍ୟମାନେ ଶାସ୍ତ୍ରରେ ଲେଖା ହୋଇଥିବା ଏହି ବାଣୀ ମନେ ପକାଇଲେ: “ତୁମ୍ଭ ଗୃହ ପାଇଁ ମୋର ଅନୁରାଗ ମୋତେ ଗ୍ରାସ କରିଦେବ।”
18
ଯିହୂଦୀମାନେ ଯୀଶୁଙ୍କୁ କହିଲେ, “ଆମ୍ଭକୁ ଚିହ୍ନ ସ୍ୱରୂପେ ଏକ ଆଶ୍ଚର୍ଯ୍ୟ କାର୍ଯ୍ୟ କରି ଦେଖାଅ। ପ୍ରମାଣିତ କର ଯେ, ଏସବୁ କରିବା ପାଇଁ ତୁମ୍ଭର ଅଧିକାର ଅଛି।”
19
ଯୀଶୁ ଉତ୍ତର ଦେଲେ, “ଏହି ମନ୍ଦିରକୁ ନଷ୍ଟ କରି ଦିଅ ଏବଂ ମୁଁ ଏହାକୁ ତିନି ଦିନ ମଧ୍ୟରେ ପୁନର୍ବାର ନିର୍ମାଣ କରିଦେବି।”
20
ଯିହୂଦୀମାନେ କହିଲେ, “ଏହି ମନ୍ଦିର ନିର୍ମାଣ କରିବା ପାଇଁ ଲୋକମାନେ ଛୟାଳିଶ ବର୍ଷ ପର୍ଯ୍ୟନ୍ତ କାମ କରିଥିଲେ। ଆଉ ତୁମ୍ଭେ କ’ଣ ପ୍ରକୃତରେ ବିଶ୍ୱାସ କରୁଛ, ତୁମ୍ଭେ ଏହା ତିନି ଦିନ ମଧ୍ୟରେ ନିର୍ମାଣ କରି ଦେବ?”
21
(କିନ୍ତୁ ଯୀଶୁ ଏହି ମନ୍ଦିର କହିବା ବେଳେ ନିଜ ଶରୀରକୁ ଲକ୍ଷ୍ୟ କରି କହିଥିଲେ।
22
ଯୀଶୁ ମୃତ୍ୟୁରୁ ଉଠିଲା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ କହିଥିବା କଥା ମନେ ପକାଇଥିଲେ। ତେଣୁ ତାହାଙ୍କର ଶିଷ୍ୟମାନେ ତାହାଙ୍କ ବିଷୟରେ ଶାସ୍ତ୍ରରେ ଯାହା ଲେଖାଥିଲା ଓ ଯୀଶୁ ଯାହା କହିଥିଲେ, ସେସବୁ କଥା ବିଶ୍ୱାସ କଲେ।)
23
ଯୀଶୁ ନିସ୍ତାରପର୍ବ ପାଇଁ ଯିରୁଶାଲମରେ ଥିଲେ। ଅନେକ ଲୋକ ତାହାଙ୍କ ଉପରେ ବିଶ୍ୱାସ କରିଲେ। କାରଣ ସେମାନେ ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ଦେଖିଲେ।
24
କିନ୍ତୁ ଯୀଶୁ ସେମାନଙ୍କୁ ଭରସା କଲେ ନାହିଁ କାରଣ ସେ ସେହି ଲୋକମାନଙ୍କର ମନର ଭାବନା ଜାଣିଥିଲେ।
25
ମନୁଷ୍ୟର ମନ ଭିତରେ କ’ଣ ଅଛି, ତାହା ସେ ଭଲ ଭାବରେ ଜାଣିଥିଲେ। ତେଣୁ ତାହାଙ୍କୁ ଲୋକମାନଙ୍କ ବିଷୟରେ ବୁଝେଇବା କାହାରି ଦରକାର ନ ଥିଲା।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21