bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
John 3
John 3
Odia Bible ERV 2004 (ପବିତ୍ର ବାଇବଲ)
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 4 →
1
ଯୀଶୁ ଓ ନୀକଦୀମ ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ। ସେ ଜଣେ ଫାରୂଶୀ ଥିଲେ। ସେ ଯିହୂଦୀମାନଙ୍କର ଜଣେ ମୁଖ୍ୟ ନେତା ଥିଲେ।
2
ସେ ଦିନେ ରାତ୍ରିରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, “ହେ ଗୁରୁ, ଆମ୍ଭେ ଜାଣିଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ୱରଙ୍କ ଦ୍ୱାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛ, ସେ ଗୁଡ଼ିକ ପରମେଶ୍ୱରଙ୍କ ସାହାଯ୍ୟ ନ ପାଇ କେହି କରି ପାରିବେ ନାହିଁ।”
3
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ବ୍ୟକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହେବା ଆବଶ୍ୟକ। ଯଦି କୌଣସି ଲୋକ ପୁନର୍ବାର ଜନ୍ମ ନ ହୁଏ, ତେବେ ସେ ଲୋକ ପରମେଶ୍ୱରଙ୍କର ରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।”
4
ନୀକଦୀମ ତାହାଙ୍କୁ କହିଲେ, “କିନ୍ତୁ ଯଦି କୌଣସି ବ୍ୟକ୍ତି ବୃଦ୍ଧ ହୋଇ ସାରିଛି, ତେବେ ସେ କିପରି ପୁନର୍ବାର ଜନ୍ମ ନେଇ ପାରିବ? ଜଣେ ଲୋକ କଦାପି ତା’ର ମାତାର ଗର୍ଭରେ ଆଉ ଥରେ ପ୍ରବେଶ କରି ପାରିବ ନାହିଁ। ତେଣୁ ଜଣେ ବ୍ୟକ୍ତି କଦାପି ଦ୍ୱିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।”
5
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହୋଇ ନ ଥାଏ, ତେବେ ସେ କଦାପି ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।
6
ଜଣେ ଲୋକର ଶରୀର ତା’ର ପିତା-ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ।
7
ତେଣୁ ଆଶ୍ଚର୍ଯ୍ୟ ହୁଅ ନାହିଁ, କାରଣ ତୁମ୍ଭକୁ କହିଲି ଯେ, ‘ତୁମ୍ଭକୁ ନିଶ୍ଚୟ ପୁନର୍ବାର ଜନ୍ମ ହେବାକୁ ପଡ଼ିବ।’
8
ପବନ ତା’ ଇଚ୍ଛା ଅନୁସାରେ ବହେ ଓ ନିଜ ଇଚ୍ଛାରେ ଗତି କରେ। ତୁମ୍ଭେ ପବନ ବହିବାର ଶବ୍ଦ ଶୁଣିଥାଅ, କିନ୍ତୁ ତୁମ୍ଭେ ଜାଣି ନ ଥାଅ, ପବନ କେଉଁଠାରୁ ଆସେ ଓ କେଉଁଠାକୁ ଯାଏ। ଆତ୍ମାରୁ ଜନ୍ମ ନେଇଥିବା ପ୍ରତ୍ୟେକ ଲୋକ ଠିକ୍ ସେହିପରି।”
9
ନୀକଦୀମ ପଗ୍ଭରିଲେ, “ଏସବୁ କିପରି ସମ୍ଭବ ହୋଇ ପାରିବ?”
10
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ପ୍ରଧାନ ଗୁରୁ, କିନ୍ତୁ ତୁମ୍ଭେ ଏସବୁ କଥା ବୁଝି ପାରୁ ନାହଁ?
11
ମୁଁ ତୁମ୍ଭକୁ ସତ୍ୟ କହୁଛି, ଆମ୍ଭେ ଯାହାସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭେମାନେ ତାହା ଗ୍ରହଣ କରୁ ନାହଁ।
12
ମୁଁ ତୁମ୍ଭକୁ ଏ ସଂସାରର ବିଷୟ ସବୁ କହିଛି। କିନ୍ତୁ ତୁମ୍ଭେ ମୋତେ ବିଶ୍ୱାସ କରୁ ନାହଁ। ମୁଁ ଯଦି ତୁମ୍ଭକୁ ସ୍ୱର୍ଗ ବିଷୟରେ କହିବି, ତେବେ ନିଶ୍ଚିତ ଭାବେ ତୁମ୍ଭେ ବିଶ୍ୱାସ କରିବ ନାହିଁ।
13
ମନୁଷ୍ୟପୁତ୍ର କେବଳ ସେହି ଜଣେ ଯିଏ ସ୍ୱର୍ଗରୁ ଆସିଛନ୍ତି, ଓ ସେ ହିଁ ଏକମାତ୍ର ଯିଏ ସ୍ୱର୍ଗକୁ ଯାଇଛନ୍ତି।
14
“ମୋଶା ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। ଠିକ୍ ସେହିପରି ମନୁଷ୍ୟପୁତ୍ର ମଧ୍ୟ ଉପରକୁ ଉଠାଯିବେ।
15
ଏହା ଦ୍ୱାରା ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ଅନନ୍ତ ଜୀବନ ଲାଭ କରିବ।”
16
ହଁ, ପରମେଶ୍ୱର ଏ ପୃଥିବୀକୁ ଏତେ ପ୍ରେମ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ବ୍ୟକ୍ତି, ବିନାଶ ହେବେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।
17
ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଗ୍ଭର କରିବା ପାଇଁ ପଠାଇ ନ ଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ୱାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ।
18
ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ ରଖୁଥିବା ଲୋକ କେବେ ବିଗ୍ଭରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠାରେ ବିଶ୍ୱାସ ନ କରୁଥିବା ଲୋକ ବିଗ୍ଭରିତ ହୋଇସାରିଛି। କାରଣ ସେ ପରମେଶ୍ୱରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ୱାସ କଲା ନାହିଁ।
19
ଲୋକମାନଙ୍କର ବିଗ୍ଭର ଏହି ବିଷୟ ଦ୍ୱାରା ହୁଏ: ସେହି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସେହି ଆଲୋକ ଗ୍ଭହିଁଲେ ନାହିଁ, ସେମାନେ ଅନ୍ଧକାର ଗ୍ଭହିଁଲେ, କାରଣ ସେମାନେ ମନ୍ଦକାର୍ଯ୍ୟରେ ରତଥିଲେ।
20
ମନ୍ଦକାର୍ଯ୍ୟ କରୁଥିବା ପ୍ରତ୍ୟେକ ଲୋକ ଆଲୋକକୁ ଘୃଣା କରେ। ସେ କେବେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା’ର କୃତ ସମସ୍ତ ମନ୍ଦକାର୍ଯ୍ୟ ଗୁଡ଼ିକୁ ଦେଖାଇ ଦେବ।
21
କିନ୍ତୁ ଯେଉଁ ଲୋକ ସତ୍ୟପଥ ଅନୁସରଣ କରେ, ସେ ଆଲୋକ ନିକଟକୁ ଆସେ। ତା’ପରେ ଆଲୋକ ସ୍ପଷ୍ଟ ଦେଖାଇ ଦେବ ଯେ ସେ ଲୋକ ଯେଉଁ କାର୍ଯ୍ୟ କରିଛି ତାହା ସେ ପରମେଶ୍ୱରଙ୍କ ମାଧ୍ୟମରେ କରିଛି।
22
ଯୀଶୁ ଏବଂ ବାପ୍ତିଜକ ଯୋହନ ଏହା ପରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ଯିହୂଦା ଅଞ୍ଚଳକୁ ଗଲେ। ସେଠାରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ ଦେଲେ।
23
ଯୋହନ ମଧ୍ୟ ଏନୋନ ଗ୍ରାମରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏନୋନ ଶାଲମ ନଗର ନିକଟବର୍ତ୍ତୀ। ସେଠାରେ ପ୍ରଚୁର ଜଳ ଥିବାରୁ ଯୋହନ ସେଠାରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସେଠାକୁ ବାପ୍ତିଜିତ ହେବା ପାଇଁ ଯାଉଥିଲେ।
24
ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ଏସବୁ ଘଟିଥିଲା।
25
ଯୋହନଙ୍କର କେତେକ ଶିଷ୍ୟଙ୍କର ସହିତ ଜଣେ ଯିହୂଦୀଙ୍କର ଯୁକ୍ତିତର୍କ ହେଲା। ସେମାନେ ତାହାଙ୍କ ସହିତ ଧର୍ମସଂକ୍ରାନ୍ତୀୟ ଶୁଚିକରଣ ବିଷୟରେ ତର୍କ କରୁଥିଲେ।
26
ତେଣୁ ଶିଷ୍ୟମାନେ ଆସି ଯୋହନଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ସହିତ ଯର୍ଦ୍ଦନ ନଦୀର ଆର ପାରିରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସେହି ଲୋକ ବିଷୟରେ ଲୋକମାନଙ୍କୁ କହିଥିଲ। ସେହି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନେକ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।”
27
ଯୋହନ ଉତ୍ତର ଦେଲେ, “ପରମେଶ୍ୱର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କେବଳ ସେତିକି ପାଏ।
28
ତୁମ୍ଭେମାନେ ନିଜେ ମୋର କହିବା ଶୁଣିଛ ଯେ ‘ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ୟରେ ଈଶ୍ୱର ମୋତେ ପଠାଇଛନ୍ତି।’
29
କନ୍ୟା କେବଳ ବରର। ବରକୁ ସାହାଯ୍ୟ କରୁଥିବା ବନ୍ଧୁ ବର ଆସିବା ପର୍ଯ୍ୟନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ୱର ଶୁଣି ସେହି ବନ୍ଧୁ ବହୁତ ଖୁସୀ ହୁଏ। ମୁଁ ଏବେ ସେହିଭଳି ଆନନ୍ଦ ପାଉଛି। ଏହା ମୋର ଆନନ୍ଦର ସମୟ।
30
ଯୀଶୁଙ୍କର ଅବଶ୍ୟ ବୃଦ୍ଧି ହେଉ। ଏବଂ ମୋର ପ୍ରୟୋଜନୀୟତା ଅବଶ୍ୟ କମି ଯାଉ।
31
ସ୍ୱର୍ଗରୁ ଆସିବା ଜଣେ ବ୍ୟକ୍ତି “ସ୍ୱର୍ଗରୁ ଆସିଥିବା ବ୍ୟକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ। ପୃଥିବୀରୁ ଆସିଥିବା ବ୍ୟକ୍ତି ପୃଥିବୀର ଅଟନ୍ତି। ସେହି ବ୍ୟକ୍ତି ପୃଥିବୀରେ ଥିବା ବସ୍ତୁ ବିଷୟରେ କହନ୍ତି। କିନ୍ତୁ ଯେଉଁ ବ୍ୟକ୍ତି ସ୍ୱର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠେ।
32
ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସେହି ବିଷୟରେ କହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ।
33
ସେ କହୁଥିବା କଥା ଗୁଡ଼ିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ୱର ଯାହା କହନ୍ତି ତାହା ସତ୍ୟ।
34
ପରମେଶ୍ୱର ତାହାଙ୍କୁ ପଠାଇଛନ୍ତି। ପରମେଶ୍ୱର ଯାହା କହିଥା’ନ୍ତି, ସେ ତାହା କହନ୍ତି। ପରମେଶ୍ୱର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି।
35
ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।
36
ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21